Posted inଖେଳ

ସବ୍‌ଜୁନିୟର କରାଟେ ପାଇଁ ଭୁବନେଶ୍ୱର ଦଳ ଚୟନ

ଭୁବନେଶ୍ୱର, ୨୧।୫(କ୍ରୀଡ଼ା ପ୍ରତିନିଧି)-ସ୍ଥାନୀୟ ଉତ୍କଳ କରାଟେ ସ୍କୁଲ ପରିସରରେ ଚଳିତମାସ ୨୬ରେ ୩୧ତମ ରାଜ୍ୟ ସବ୍‌ଜୁନିୟର କରାଟେ ଚାମ୍ପିୟନଶିପ୍‌ ଅନୁଷ୍ଠିତ ହେବ। ଏଥିପାଇଁ ସୋମବାର ସ୍କୁଲ ପରିସରରେ ଭୁବନେଶ୍ୱର ଦଳ ଚୟନ ହୋଇଯାଇଛି। ମନୋନୟନ ପ୍ରକ୍ରିୟାରେ ଭୁବନେଶ୍ୱରସ୍ଥିତ ସ୍ବିକୃତିପ୍ରାପ୍ତ ବିଭିନ୍ନ କରାଟେ ସ୍କୁଲରୁ ପାଖାପାଖି ୧୨୦ କରାଟେକା ଅଂଶଗ୍ରହଣ କରିଥିଲେ। ଭୁବନେଶ୍ୱର କରାଟେ ଆସୋସିଏଶନ ଦ୍ୱାରା ଆୟୋଜିତ ମନୋନୟନ ପ୍ରକ୍ରିୟାରେ ବିଭିନ୍ନ ବୟସବର୍ଗର କରାଟେକାଙ୍କୁ ଚୟନ କରାଯାଇଥିଲା। ଏହି କାର୍ଯ୍ୟକ୍ରମକୁ ଜାତୀୟ ସ୍ତରର ରେଫରି ରାଜୀବ କୁମାର ସିଂ, ଦୀପକ ସାମନ୍ତରାୟ, ସନ୍ଦୀପ ମହାନ୍ତି, ଖାରବେଳ ସ୍ବାଇଁ, ଗୌରୀ ମହାନ୍ତି, ଦିଲୀପ ଜେନା, ଅନୁପମା ସ୍ବାଇଁ, ଅନୁରାଧା ପାତ୍ର, ଅମୀୟ ସାହୁ, କୃଷ୍ଣଚନ୍ଦ୍ର ମହାରଣା, ରାଜେଶ ଦାସ, କ୍ରିଷ୍ଣା ଶିକାରୀ, ରଜନୀ ବିଶି, ସନ୍ଦୀପ ଦାସ, ସୁସ୍‌ମିନି ପାଲ୍‌ଟାସିଂ, ସିନ୍ଧୁତନୟା ଖୁଣ୍ଟିଆ, ପ୍ରିୟଦର୍ଶିନୀ ଘଟୁଆରୀ, ବାସୁଦେବ ସେଠୀ ପ୍ରମୁଖ ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଦୁଲୀପ ଟ୍ରଫି ଖେଳିବାର ୩ ଦିନ ମଧ୍ୟରେ ଟି୨୦ ଖେଳିବା ଚାଲେଞ୍ଜିଂ ହେବ: ଇଶାନ

ଚେନ୍ନାଇ,୫ା୯: ଦୁଲୀପ ଟ୍ରଫି ଫାଇନାଲ ଶେଷ ହେବାର ୩ ଦିନ ମଧ୍ୟରେ ଭାରତୀୟ ଦଳ ପାଇଁ ଟି୨୦ ଖେଳିବା ଚାଲେଞ୍ଜିଂ ହେବ ବୋଲି ତିଲକ ବର୍ମା ଏବଂ…

ପରିବର୍ତ୍ତନ ହେବ କି RCBର ନାମ? ମୁହଁ ଖୋଲିଲେ ଚେୟାରମ୍ୟାନ ଆର୍ଯ୍ୟମାନ ବିର୍ଲା

ନୂଆଦିଲ୍ଲୀ,୫।୯: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) IPL 2026 ଟାଇଟଲ ଜିତିଲା। ଏହା ଦଳର ଲଗାତାର ଦ୍ୱିତୀୟ ଟ୍ରଫି। ପୂର୍ବ ସିଜିନ ଆରମ୍ଭ ହେବା ପୂର୍ବରୁ ଫ୍ରାଞ୍ଚାଇଜର…

Teachers Dayରେ ଭାବପ୍ରବଣ ହେଲେ ସଚିନ ତେନ୍ଦୁଲକର; ପିତାଙ୍କ ସ୍ମୃତିରେ ଆରମ୍ଭ କଲେ ଏକ ଅନନ୍ୟ ପ୍ରୟାସ

ମୁମ୍ବାଇ,୫।୯: ‘କ୍ରିକେଟର ଭଗବାନ’ ଭାବରେ ସମ୍ମାନିତ ସଚିନ ତେନ୍ଦୁଲକର ଆଜି ତାଙ୍କ ପିତାଙ୍କୁ ମନେ ପକାଇ ଭାବପ୍ରବଣ ହୋଇଗଲେ। ଶିକ୍ଷକ ଦିବସ ଅବସରରେ, ସେ ତାଙ୍କ ପିତା…

ଫାଇନାଲ ମ୍ୟାଚ ପୂର୍ବରୁ ବୈଭବଙ୍କୁ ନେଇ ଏ କ’ଣ କହିଦେଲେ ଇଶାନ କିଶନ, ଚାରିଆଡେ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ, ୫।୯: ଇଷ୍ଟ ଜୋନ ଓ ସାଉଥ ଜୋନ ମଧ୍ୟରେ ରବିବାରଠାରୁ ଦୁଲୀପ ଟ୍ରଫି ୨୦୨୬ର ଫାଇନାଲ ମ୍ୟାଚ ଖେଳାଯିବ। ଚେନ୍ନାଇର ଏମଏ ଚିଦମ୍ବରମ ଷ୍ଟାଡିୟମରେ ଏହି…

ରୋହିତ ଶର୍ମାଙ୍କ ଭବିଷ୍ୟତ ବିଷୟରେ BCCI କେବେ ନେବ ନିଷ୍ପତ୍ତି? ସାମ୍ନାକୁ ଆସିଲା ତାରିଖ

ନୂଆଦିଲ୍ଲୀ,୫।୯: ଭାରତୀୟ ODI ଦଳରେ ରୋହିତ ଶର୍ମାଙ୍କ ଭବିଷ୍ୟତ କ’ଣ ଅଛି, ଏବଂ ସେ କ’ଣ 2027 ODI ବିଶ୍ୱକପ ପାଇଁ ଯୋଜନାର ଅଂଶ ହେବେ? ଏହି…

ଆଜି ଭାରତ-ପାକିସ୍ତାନ ମ୍ୟାଚ: କିଏ ଜିତିବ ବାଜି

ଦୁବାଇ, ୫।୯ (ପି.ଟି.):ଚଳିତ ଏସିଆ କପ୍‌ ମହିଳା କ୍ରିକେଟରେ ପ୍ରତୀକ୍ଷିତ ଭାରତ-ପାକିସ୍ତାନ ମ୍ୟାଚ ଶନିବାର ଅନୁଷ୍ଠିତ ହେବ। ପ୍ରଥମ ଦୁଇ ମ୍ୟାଚରେ ବିଜୟୀ ହୋଇ ସେମିଫାଇନାଲରେ ପ୍ରବେଶ…

‘ମୋ ପତ୍ନୀ ମଧ୍ୟ…’, ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଏମିତି କାହିଁକି କହିଲେ ପୂର୍ବତନ ଭାରତୀୟ କ୍ରିକେଟର, ବଢିଲା ଚର୍ଚ୍ଚା

ନୂଆଦିଲ୍ଲୀ,୫।୯: ମାତ୍ର ୧୫ ବର୍ଷ ବୟସରେ କ୍ରିକେଟ ଜଗତରେ ନିଜର ଗଭୀର ଛାପ ଛାଡ଼ିଛନ୍ତି ବୈଭବ ସୂର୍ଯ୍ୟବଂଶୀ। ଏହି ଯୁବ କ୍ରିକେଟରଙ୍କ ପ୍ରତିଭାକୁ ନେଇ ଏବେ ପୂର୍ବତନ…

ବୈଭବ ସୂର୍ଯ୍ୟବଂଶୀଙ୍କ ସହ ଓପନିଂ କରିବେ ସଞ୍ଜୁ? ବୋଲରଙ୍କ ମୁଣ୍ଡବିନ୍ଧାର କାରଣ ସାଜିବେ ଏହି ଯୋଡ଼ି

ନୂଆଦିଲ୍ଲୀ,୪।୮: ଶ୍ରୀଲଙ୍କା ବିପକ୍ଷ ଟେଷ୍ଟ ସିରିଜ୍‌ ଶେଷ ହେବା ପରେ ଏବେ ପୁଣି ଥରେ ଟି-୨୦ ଫର୍ମାଟ୍‌ରେ ମଇଦାନକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଉଛି ଭାରତୀୟ ଦଳ। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri