ସବ୍‌ଜେଲ ସ୍ଥାନାନ୍ତର ପ୍ରତିବାଦ୧୨ଘଣ୍ଟିଆ ଦଶପଲ୍ଲା ବନ୍ଦ ପାଳନ

ଦଶପଲ୍ଲା,୧୬।୭(ଡି.ଏନ୍‌.ଏ.)-ଦଶପଲ୍ଲାର ପୁରାତନ ଉପକାରାଗାର ସ୍ଥାନାନ୍ତର ପ୍ରକ୍ରିୟାକୁ ଦଶପଲ୍ଲାବାସୀ ଘୋର ବିରୋଧ କରିଛନ୍ତି। ଦୀର୍ଘ ୧୧୦ ବର୍ଷର ପୁରୁଣା ଏହି ଉପକାରାଗାରକୁ ସରକାର ନୟାଗଡକୁ ସ୍ଥାନାନ୍ତର କରିବା ପାଇଁ ଯେଉଁ ନିଷ୍ପତ୍ତି ନେଇଛନ୍ତି ତାହାକୁ ବିରୋଧ କରି ଦଶପଲ୍ଲା ଜେଲ ସୁରକ୍ଷା କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ସୋମବାର ୧୨ ଘଣ୍ଟିଆ ଦଶପଲ୍ଲା ବନ୍ଦ ପାଳନ କରାଯାଇଛି । ସକାଳ ୬ଟାରୁ କମିଟିର ସଦସ୍ୟମାନେ ଦଶପଲ୍ଲା ସହରର ବିଭିନ୍ନ ସ୍ଥାନରେ ରାସ୍ତା ଅବରୋଧ କରିବା ସହ ଦୋକାନ ବଜାର ବନ୍ଦ କରିଥିଲେ। ଖୋର୍ଦ୍ଧା-ବଲାଙ୍ଗୀର ୫୭ନଂ ଜାତୀୟ ରାଜପଥ, ଗଣିଆଁ, ଭଞ୍ଜନଗର ଆଦିକୁ ସଂଯୋଗ କରିଥିବା ସମସ୍ତ ରାସ୍ତାରେ ଯାନବାହନ ଚଳାଚଳକୁ ସମ୍ପୂର୍ଣ୍ଣ ବନ୍ଦ କରାଯାଇଥିଲା । ଫଳରେ ରାସ୍ତାର ଉଭୟ ପାର୍ଶ୍ୱରେ ଶହ ଶହ ଗାଡିମୋଟର ଅଟକି ରହିଥିଲା ା ଜେଲ ସୁରକ୍ଷା କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ସବ୍‌ଜେଲ ଫାଟକ ସମ୍ମୁଖରେ ଗଣଧାରଣା ଦିଆଯାଇଥିଲା। ଦଶପଲ୍ଲା ଓକିଲ ସଂଘ ପକ୍ଷରୁ କୋର୍ଟ ସମ୍ମୁଖରେ ସବ୍‌ଜେଲ ସ୍ଥାନାନ୍ତରକୁ ବିରୋଧ କରି ନାରାବାଜି ଦିଆଯାଇଥିଲା। ଦଶପଲ୍ଲା ସହରରେ ଥିବା ବ୍ୟାଙ୍କ, ସ୍କୁଲ, କଲେଜ ସହ ସମସ୍ତ ସରକାରୀ କାଯର୍‌ୟାଳୟ ଆଗରେ କମିଟିର ସଦସ୍ୟ ଓ ଆଇନଜୀବୀ ମାନେ ବିକ୍ଷୋଭ ପ୍ରଦର୍ଶନ କରି ବନ୍ଦ କରାଇଥିଲେ। ଏପରି କି ଦଶପଲ୍ଲା ଅଦାଲତ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ ଯୋଗୁ ବିଚାରପତି ମଧ୍ୟ କୋର୍ଟ ପରିସରକୁ ଯାଇ ନ ପାରି ଫାଟକ ଆଗରୁ ଫେରିଆସିଥିଲେ। ବନ୍ଦ ପ୍ରଭାବରେ ଗାଡ଼ି ଚଳାଚଳ ବନ୍ଦ ରହିବା ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଥିଲା। ମଧ୍ୟାହ୍ନ ୧୨ଟା ପରେ ଗାଡି ଚଳାଚଳକୁ ସ୍ବାଭାବିକ କରାଯାଇଥିଲେ ମଧ୍ୟ ଅପରାହ୍ନ ପ୍ରାୟ ୬ ପର୍ଯ୍ୟନ୍ତ ଦୋକାନ ବଜାର ସବୁ ବନ୍ଦ ରହିଥିବା ଦେଖିବାକୁ ମିଳିଥିଲା। ରାଜ୍ୟ ସରକାର ଯେପର୍ଯ୍ୟନ୍ତ ଦଶପଲ୍ଲା ସବ୍‌ଜେଲ ସ୍ଥାନାନ୍ତର ନିଷ୍ପତ୍ତିକୁ ପ୍ରତ୍ୟାହାର ନ କରିଛନ୍ତି, ସେପର୍ଯ୍ୟନ୍ତ ଦଶପଲ୍ଲା ଆଇନଜୀବୀମାନେ କୋର୍ଟକାର୍ଯ୍ୟ ବନ୍ଦ ରଖିବା ପାଇଁ ନିଷ୍ପତ୍ତି ନେଇଥିବା ଜଣାପଡିଛି ।


Enter your email to get our daily news in your inbox.

All Right Reserved By Dharitri.Com

‘ଟିକେଟ ନ ମିଳିଲେ ସ୍ବାଧୀନ ଭାବେ ଲଢ଼ିବେ ଅନୁଭବ’

ଖଣ୍ଡପଡ଼ା,୨୩ା୪(ଅଜୟ କୁମାର ମହାରଣା):ନୟାଗଡ଼ ଜିଲାର ବିଭିନ୍ନ ବିଧାନସଭା କ୍ଷେତ୍ର ପାଇଁ ବିଜେଡି ପ୍ରାର୍ଥୀ ଚୟନ କରିସାରିଥିବାବେଳେ ଖଣ୍ଡପଡ଼ା ନିର୍ବାଚନମଣ୍ଡଳୀ ଘୋଷଣା ବାକି ରହିଛି। ବିଜେଡି ପକ୍ଷରୁ...

ବିଜେଡି, କଂଗ୍ରେସର ଅଭିଜ୍ଞ, ଭାଜପାର ନୂଆ ପ୍ରାର୍ଥୀ

ନୟାଗଡ,୨୨।୪(ଲୋକନାଥ ମିଶ୍ର):ନୟାଗଡ଼ ଜିଲାର ଦଶପଲ୍ଲା ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡି ଓ କଂଗ୍ରେସର ଦୁଇ ଅଭିଜ୍ଞ ପ୍ରାର୍ଥୀ ନିର୍ବାଚନ ମଇଦାନକୁ ଓହ୍ଲାଇଥିବାବେଳେ ଭାଜପାର ନୂଆମୁହଁ ସହ ଲଢ଼େଇ...

୧୩ ବଖରା ଭସ୍ମୀଭୂତ

ନୂଆଗାଁ,୨୧।୪(ଧନେଶ୍ୱର ସାହୁ)ନୟାଗଡ଼ ଜିଲା ନୂଆଗାଁ ବ୍ଲକ ଉଦୟପୁର ପଞ୍ଚାୟତ ଶିଖରଗୋଛା ଗ୍ରାମରେ ଶନିବାର ନିଆଁ ଲାଗି ୧୩ ବଖରା ଘର ପୋଡ଼ି ପାଉଁଶ ହୋଇଯାଇଛି। ଅଗ୍ନିବିପନ୍ନମାନେ...

ଚନ୍ଦନ ପୋଖରୀରେ ପଦ୍ମ,କଇଁ ଫୁଟିବ

ଖଣ୍ଡପଡ଼ା,୨୧ା୪(ଅଜୟ କୁମାର ମହାରଣା)ନୀଳମାଧବ ଜୀଉଙ୍କ ଚନ୍ଦନ ପୋଖରୀର ନବୀକରଣ କାର୍ଯ୍ୟ ସହ ପଙ୍କ ଉଦ୍ଧାର କାମ ସରିଛି। କାମ ସରିବା ପରେ ପାଣି ଭରି ଦିଆଯାଇଛି।...

ଆଚରଣ ବିଧି ସମୟରେ ଚାଲିଛି ନିଯୁକ୍ତି

ନୟାଗଡ଼,୨୧।୪(ଲୋକନାଥ ମିଶ୍ର)ନିର୍ବାଚନ ଆଚରଣ ବିଧି ଲାଗୁ ପରେ ନୟାଗଡ଼ ଜିଲା ମୁଖ୍ୟ ଚିକିତ୍ସରଳୟ(ଡିଏଚ୍‌ଏଚ୍‌)ରେ ନିଯୁକ୍ତି ହେଉଥିବା ଅଭିଯୋଗ ହୋଇଛି। ପୁଣି ଜିଲାପାଳଙ୍କ ଅଧ୍ୟକ୍ଷତାରେ ବଦଳି କମିଟି...

ସରକାରୀ କଟକଣା ମାନୁନାହାନ୍ତି ଅଧିକାରୀ

ଓଡ଼ଗାଁ,୨୧ା୪ (ଆଦର୍ଶ କୁମାର ପଟ୍ଟନାୟକ)ସକାଳ ୮ଟାରୁ ପ୍ରଚଣ୍ତ ଖରାରେ ସିଝୁଛି ସାରା ଓଡ଼ିଶା। ଏଥିରୁ ନୟାଗଡ଼ ଜିଲା ଓଡ଼ଗାଁ ବାଦ ଯାଇନି। ଏପଟେ ରାଜ୍ୟ ସରକାର...

ଅଣଚାଷୀଙ୍କୁ ପ୍ରାଧାନ୍ୟ ଦେଉଛି କୃଷି ବିଭାଗ

ନୟାଗଡ଼,୨୦।୪(ଲୋକନାଥ ମିଶ୍ର)ନୟାଗଡ଼ ଜିଲା ସଦର ବ୍ଲକର ବାଲୁଗଁା ପଞ୍ଚାୟତ ଅଞ୍ଚଳରେ ଚାଷୀ ଓ ଚାଷକୁ କୃଷି ବିଭାଗ ଅଣଦେଖା କରୁଥିବା ଅଭିଯୋଗ ହୋଇଆସୁଛି। ଚାଷୀ ଓ...

ପ୍ରାର୍ଥୀ ଚୟନରେ ବିଳମ୍ବ, ଫାଇଦା ଉଠାଉଛି ଭାଜପା

ନୟାଗଡ଼/ଭାପୁର,୧୮।୪(ଲୋକନାଥ ମିଶ୍ର/ଭରତ କୁମାର ବେହେରା)ନୟାଗଡ଼ ଜିଲାର ଖଣ୍ଡପଡ଼ା ନିର୍ବାଚନମଣ୍ଡଳୀରେ ରାଜନୈତିକ ଉଷ୍ମତା ଜୋର ଧରିନି। ଏଠାରେ ବିଜେଡି ଓ କଂଗ୍ରେସ ପ୍ରାର୍ଥୀ ଦେଉ ନ ଥିବାରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri