ସବ୍‌ରେଜିଷ୍ଟ୍ରି ଅଫିସରେ ତାଲା ପକାଇଲା ଓକିଲ ସଂଘ

ଲୋଇସିଂହା,୧୭।୮(ଡି.ଏନ୍‌.ଏ): ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ତହସିଲର ସବରେଜିଷ୍ଟ୍ରି ଅଫିସର କିରାଣି ମେନାରାମ ବିଶିଙ୍କୁ ଲୋଇସିଂହା ତହସିଲକୁ ବଦଳି କରାଯାଇଥିଲା । ଶୁକ୍ରବାର ସେ ଲୋଇସିଂହା ତହସିଲରେ ଯୋଗଦାନ କରିବାକୁ ଥିବା ବେଳେ ଲୋଇସିଂହା ବାର୍‌ ଓକିଲ ସଂଘ ପକ୍ଷରୁ ତାଙ୍କୁ ବିରୋଧ କରି ଅତିରିକ୍ତ ଜିଲାପାଳଙ୍କ ନିକଟରେ ଫେରାଦ ହୋଇଥିଲେ । ହେଲେ ଅତିରିକ୍ତ ଜିଲାପାଳ କିରାଣି ବିଶି ଲୋଇସିଂହାରେ ଯୋଗ ଦେବେ କହିଥିଲେ। ଏହା ପରେ ଓକିଲ ସଂଘ ଲୋଇସିଂହା ସବ୍‌ରେଜିଷ୍ଟ୍ରି ଅଫିସରେ ତାଲା ପକାଇ ଦେଇଥିଲେ। କିରାଣି ବିଶିଙ୍କ ବଦଳି ପ୍ରତ୍ୟାହାର ନ ହେଲେ ଶନିବାର ସେମାନେ ତହସିଲ ଅଫିସ ସମ୍ମୁଖରେ ଧାରଣା ଦେବାକୁ ଚେତାବନୀ ଦେଇଥିଲେ ।
ଓକିଲ ସଂଘ ସୂଚନା ଅନୁଯାୟୀ, କଣ୍ଟାବାଞ୍ଜି ତହସିଲ ସବରେଜିଷ୍ଟ୍ରି ଅଫିସରେ କାର୍ଯ୍ୟରତ କିରାଣି ବିଶିଙ୍କ ବିରୋଧରେ ସେଠାକାର ବାର୍‌ ଓକିଲ ସଂଘ ଅନ୍ଦୋଳନ କରିଥିଲେ । ଓକିଲ ସଂଘ ଚାପରେ ଜିଲା ପ୍ରଶାସନ ତାଙ୍କୁ ଲୋଇସିଂହା ବଦଳି କରି ସେଠାକାର କିରାଣି ମନୋଜ ସେଠ୍‌ଙ୍କୁ କଣ୍ଟାବାଞ୍ଜି ବଦଳି କରି ଦିଆଯାଇଛି । ଏହି ଘଟଣା ସ୍ଥାନୀୟ ବାର୍‌ ଓକିଲ ସଂଘ ଜାଣିବା ପରେ ପ୍ରତିକ୍ରିୟା ପ୍ରକାଶ କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଖୁଣ୍ଟରେ ଚଢ଼ି ମରାମତି ବେଳେ ଲାଗିଲା ବିଦ୍ୟୁତ ଝଟକା, ତାପରେ ହଠାତ୍….

ଦେବଗଡ଼,୧୬।୮(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ଥାନା କଲା ଗ୍ରାମରେ ଅଘଟଣ । ବିଦ୍ୟୁତ ସ୍ପର୍ଶରେ ଆସି ଚାଲିଗଲା ବିଦ୍ୟୁତ କର୍ମଚାରୀଙ୍କ ଜୀବନ । ମୃତ…

ଅନ୍ତରୀଣ ଡିଜିପି ଭାବେ ଦାୟିତ୍ୱ ନେଲେ ବିନୟତୋଷ ମିଶ୍ର, ଆସୁଆସୁ କଲେ ବଡ଼ ଘୋଷଣା…

କଟକ,୧୬।୮: ୧୯୯୩ ବ୍ୟାଚ୍‌ ଆଇପିଏସ୍‌ ଅଫିସର ବିନୟତୋଷ ମିଶ୍ର ରବିବାରେ ଅନ୍ତରୀଣ ପୋଲିସ ଡିଜିପି ଭାବେ କଟକ ସ୍ଥିତ ପୋଲିସ ମୁଖ୍ୟାଳୟରେ ଦାୟିତ୍ୱ ଗ୍ରହଣ କରିଛନ୍ତି। ଦାୟୀତ୍ୱ…

ଜିଲା ମୁଖ୍ୟ ଚିକିତ୍ସାଳୟରେ ସ୍ବାସ୍ଥ୍ୟ ସେବାର ସମୀକ୍ଷା କଲେ ସ୍ବାସ୍ଥ୍ୟମନ୍ତ୍ରୀ, ଅଧିକାରୀମାନଙ୍କୁ କହିଲେ…

କୋରାପୁଟ/ଜୟପୁର,୧୬ା୮(ଅମିତାଭ ବେହେରା/ପବନ ପାଣିଗ୍ରାହୀ): କୋରାପୁଟ ଜିଲାର ଜୟପୁରସ୍ଥିତ ଜିଲା ମୁଖ୍ୟ ଚିକିତ୍ସାଳୟରେ ନୂତନ କ୍ରିଟିକାଲ କେୟାର ୟୁନିଟ୍‌ ଉଦ୍‌ଘାଟିତ ହୋଇଛି। ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ…

କୂଳ ଲଙ୍ଘିଲା ବ୍ରାହ୍ମଣୀ ନଦୀ, ବନ୍ୟାପାଣିରେ ଫସିଲେ ୩ ଶହ ସ୍କୁଲ୍‌ ପିଲା

ପଟ୍ଟାମୁଣ୍ଡାଇ,୧୬।୮(କଳ୍ପତରୁ ନାୟକ): ବନ୍ୟାପାଣିରେ ଫସିଲେ ୩ ଶହ ସ୍କୁଲ୍‌ ପିଲା । ଏଭଳି ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ବ୍ଲକ୍ କୁଳସାହି…

ତାତିଲେ ଚାଷୀ, ଜେସିବି ଲଗାଇ କାଟିଦେଲେ ଘାଇ, ପାଣିରେ ବୁଡ଼ିଲା ଶହଶହ ଏକର ଚାଷଜମି

ମହାକାଳପଡ଼ା,୧୬ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ): ମହାନଦୀରେ ବନ୍ୟା ଓ ବର୍ଷା ଜଳ ଖରିଫ ଋତୁରେ ଧାନ ଫସଲ ପ୍ରଭାବିତ ହୋଇଛି। ଫଳରେ ୫ ହଜାରରୁ ଅଧିକ ହେକ୍ଟର ଜମିରେ…

କାଲି ଏହି ଜିଲାରେ ସ୍କୁଲ ଛୁଟି, ଜାଣନ୍ତୁ…

କେନ୍ଦୁଝର,୧୬।୮: ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ କ୍ଷେତ୍ର ଅଧିକ ଘନୀଭୂତ ହୋଇ ସ୍ପଷ୍ଟଚିହ୍ନିତ ଲଘୁଚାପରେ ପରିଣତ ହୋଇଛି। ରବିବାର ଅପରାହ୍ନ ୨ଟା ୩୦ ସୁଦ୍ଧା ଏହା ଉତ୍ତରପଶ୍ଚିମ ବଙ୍ଗୋପସାଗର…

କାର-ବୁଲେଟ୍ ମୁହାଁମୁହିଁ ଧକ୍କା, ଚାଲିଗଲା ବିଏସଏଫ ଯବାନଙ୍କ ଜୀବନ

ରିଆମାଳ,୧୬।୮(ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ବ୍ଳକ କୁଣ୍ଢେଇଗୋଳା ଥାନା କଟାସର ଶିବ ମନ୍ଦିର‌ ଘାଟିରେ ଶନିବାର ଦିନ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ହୋଇଥିଲା ।…

ସ୍କୁଲ ଛୁଟି ପରେ ମଧ୍ୟାହ୍ନଭୋଜନ ଚାଉଳ ଅଟୋରେ ନେବା ଘଟଣା: ନିଲମ୍ବିତ ହେଲେ ପ୍ରଧାନଶିକ୍ଷୟିତ୍ରୀ

ଝରିଗାଁ,୧୬ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲାର ଝରିଗାଁ ବ୍ଲକ ଅନ୍ତର୍ଗତ ମାଝୀଗୁଡ଼ା ସ୍କୁଲର ଭାରପ୍ରାପ୍ତ ପ୍ରଧାନଶିକ୍ଷୟିତ୍ରୀ ଗତ ଶୁକ୍ରବାର ବିଦ୍ୟାଳୟ ଛୁଟି ହେବା ପରେ ଏକ ଅଟୋରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri