ନୂଆଦିଲ୍ଲୀ,୬-୭: ଖାଦ୍ୟ ସାମଗ୍ରୀ, ସାର ଏବଂ ତୈଳ ବାବଦରେ ସରକାର ୨୦୧୯-୨୦ ଆର୍ଥତ୍କ ବର୍ଷରେ ସବସିଡି ବାବଦକୁ ୩.୦୧ ଲକ୍ଷ କୋଟି ଟଙ୍କା ପ୍ରଦାନ କରିବେ। ଚଳିତ ବର୍ଷ ସବସିଡି ବିଲ୍ରେ ୧୩.୩୨% ବୃଦ୍ଧି ଘଟିଛି। ଚଳିତ ଆର୍ଥତ୍କ ବର୍ଷରେ ତୈଳ ସବସିଡି ଭାବେ ୩୭,୪୭୮ କୋଟି ପ୍ରଦାନ କରାଯିବ। ଏହା ୨୦୧୮-୧୯ରେ ୨୪,୮୩୩ କୋଟି ଟଙ୍କା ରହିଥିଲା। ସେହିଭଳି ଏଲପିଜି ସବସିଡି ଭାବେ ୩୨,୯୮୯ କୋଟି ଟଙ୍କା ପ୍ରଦାନ କରିବା ନେଇ ଆକଳନ କରାଯାଇଛି। ଏହା ୨୦୧୮-୧୯ରେ ୨୦,୨୮୩ କୋଟି ଟଙ୍କା ରହିଥିଲା। ୨୦୧୮-୧୯ରେ କିରୋସିନ ସବସିଡି ଭାବେ କେନ୍ଦ୍ର ସରକାର ୪୫୫୦ କୋଟି ଟଙ୍କା ପ୍ରଦାନ କରିଥିବା ବେଳେ ଚଳିତ ଆର୍ଥତ୍କ ବର୍ଷରେ ୪୪୮୯ କୋଟି ଟଙ୍କା ପ୍ରଦାନ କରିବାକୁ ଲକ୍ଷ୍ୟ ରଖିଛନ୍ତି। ସେହିଭଳି ଫୁଡ ସବସିଡି ବିଲ୍ରେ ୭.୫୪% ବୃଦ୍ଧି ଘଟିବ ବୋଲି ଆକଳନ କରାଯାଇଛି। ଏହା ୧.୭୧ ଲକ୍ଷ କୋଟିରୁ ୧.୮୪ ଲକ୍ଷ କୋଟି ଟଙ୍କାକୁ ବୃଦ୍ଧି ଘଟିବ। ସେହିଭଳି ସାର ସବସିଡି ୧୪.୧୪% ବଢି ୭୯,୯୯୬ କୋଟି ଟଙ୍କା ରହିଛି। ଯାହା ପୂର୍ବ ଆର୍ଥତ୍କ ବର୍ଷ ୭୦ କୋଟି ଟଙ୍କା ରହିଥିଲା।
ପହିଲି ରଜରେ କମିଲା ତେଲ ଦର! ଭୁବନେଶ୍ୱର ଏତିକି ଅଛି ପ୍ରାଇସ….
ଭୁବନେଶ୍ୱର୧୪।୬: ପାକିସ୍ତାନଠାରୁ ଆରମ୍ଭ କରି ଆମେରିକା ପର୍ଯ୍ୟନ୍ତ, ବିଶ୍ୱର ସମସ୍ତ ଦେଶରେ ପେଟ୍ରୋଲ-ଡିଜେଲ ଦର ଆକାଶଛୁଆଁ ହେବାରେ ଲାଗିଛି, କିନ୍ତୁ ଭାରତ ହେଉଛି ଏକମାତ୍ର ଦେଶ ଯେଉଁଠାରେ…
୪ଟଙ୍କା କମିଲା ପେଟ୍ରୋଲ ଦର, ଜାଣନ୍ତୁ ନୂଆ ଦର
ନୂଆଦିଲ୍ଲୀ,୧୩।୬: ପାକିସ୍ତାନ ସରକାର ପେଟ୍ରୋଲ ଏବଂ ଡିଜେଲ ଦରରେ କ୍ରମାଗତ ପଞ୍ଚମ ଥର ପାଇଁ ହ୍ରାସ କରିଛନ୍ତି। ଇନ୍ଧନ ମୂଲ୍ୟ କମିବା ଦ୍ୱାରା ସାଧାରଣ ଜନତା ଉପକୃତ…
Term Insurance ପାଇଁ ୫୫ ନା ୮୦ ବର୍ଷର କଭର୍ ଶ୍ରେଷ୍ଠ? ଜାଣନ୍ତୁ କେଉଁଥିରେ ଅଛି ଆପଣଙ୍କ ଫାଇଦା
ନୂଆଦିଲ୍ଲୀ,୧୧।୬: ନିଜ ପରିବାରର ଭବିଷ୍ୟତକୁ ସୁରକ୍ଷିତ କରିବା ପାଇଁ ଟର୍ମ ଇନସ୍ୟୁରାନ୍ସ ବା ଟର୍ମ ପ୍ଲାନ ନେବା ହେଉଛି ସବୁଠାରୁ ପ୍ରଥମ ଏବଂ ବୁଦ୍ଧିମାନ ପଦକ୍ଷେପ। କିନ୍ତୁ…
୩୦ ଜୁନ୍ ସୁଦ୍ଧା କରିନିଅନ୍ତୁ ଇ-କେୱାଇସି, ନଚେତ୍ ବନ୍ଦ ହୋଇଯିବ ଗ୍ୟାସ୍ ସବ୍ସିଡି-ସିଲିଣ୍ଡର ଡେଲିଭରି!
ନୂଆଦିଲ୍ଲୀ,୧୧ା୬: ଯଦି ଆପଣ ସମୟ ଅନୁସାରେ ଘରକୁ ଗ୍ୟାସ୍ ସିଲିଣ୍ଡରର ଡେଲିଭରି ଚାହୁଁଛନ୍ତି ଏବଂ ଏହା ଉପରେ ମିଳୁଥିବା ସବ୍ସିଡିର ଲାଭ ଉଠାଇବାକୁ ଚାହୁଁଛନ୍ତି, ତେବେ ଏହି…
ଫ୍ରିଜ୍ କିଣିବାକୁ ଯାଉଛନ୍ତି କି? ଜାଣନ୍ତୁ ଷ୍ଟାବିଲାଇଜର୍ ଲଗାଇବା ଜରୁରୀ କି ନୁହେଁ…
ନୂଆଦିଲ୍ଲୀ,୧୧ା୬: ଆଜିକାଲି ପ୍ରତ୍ୟେକ ଘର ପାଇଁ ରେଫ୍ରିଜରେଟର ବା ଫ୍ରିଜ୍ ଏକ ଅତ୍ୟାବଶ୍ୟକ ସାମଗ୍ରୀ ପାଲଟିଛି। ବିଶେଷ କରି ଗ୍ରୀଷ୍ମ ଋତୁରେ ପାଣି ଥଣ୍ଡା କରିବା ଠାରୁ…
Inverter Care: ବାରମ୍ବାର କାର୍ବନ ଜମି ଇନଭର୍ଟର ଖରାପ ହେଉଛି କି? ଜାଣନ୍ତୁ ସଫା କରିବାର ୩ ସହଜ ଉପାୟ…
ନୂଆଦିଲ୍ଲୀ,୧୦।୬: ଇନଭର୍ଟର ଆଜିର ସମୟରେ ପ୍ରତ୍ୟେକ ଘରର ଏକ ଅତି ଜରୁରୀ ଆବଶ୍ୟକତା ପାଲଟିଛି। ବିଶେଷ କରି ଗ୍ରୀଷ୍ମ ଋତୁରେ ଯେତେବେଳେ ବାରମ୍ବାର ବିଦ୍ୟୁତ କାଟ୍ (Power Cut)…
ଶସ୍ତା ହେଲା ସୁନା; ୪ହଜାରରୁ ଅଧିକ ହ୍ରାସ, ଜାଣନ୍ତୁ କେତେ ରହିଛି ୨୨-୨୪ କ୍ୟାରେଟର ଦାମ୍
ନୂଆଦିଲ୍ଲୀ,୧୦।୬: ଆଜି ଅନ୍ତର୍ଜାତୀୟ ଏବଂ ଘରୋଇ ସୁନା ବଜାରରେ ସୁନା ଏବଂ ରୂପା ମୂଲ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ହ୍ରାସ ପରିଲକ୍ଷିତ ହେଉଛି । ପଶ୍ଚିମ ଏସିଆରେ ଇରାନ…
ପେଟ୍ରୋଲ-ସିଲିଣ୍ଡର ପରେ ଏବେ ମହଙ୍ଗା ହେବ ବିମାନ ଯାତ୍ରା
ନୂଆଦିଲ୍ଲୀ,୧୦।୬: ସରକାରଙ୍କ ନୂତନ ମୂଲ୍ୟ ସ୍ଥିରୀକରଣ ଯୋଜନା ଅନୁଯାୟୀ, ଘରୋଇ ବିମାନ କମ୍ପାନୀଗୁଡ଼ିକ ଏବେ ତିନି ବର୍ଷ ପର୍ଯ୍ୟନ୍ତ ବିମାନ ଟର୍ବାଇନ ଇନ୍ଧନ (ATF) ମୂଲ୍ୟ ସ୍ଥିର…
Archives

