Posted inଜାତୀୟ

ସଭର୍‌କରଙ୍କ ନାଁରେ ଜେଏନ୍‌ୟୁ ମାର୍ଗ

ନୂଆଦିଲ୍ଲୀ, ୧୮ା୩: ଜବାହରଲାଲ୍‌ ନେହେରୁ ବିଶ୍ୱବିଦ୍ୟାଳୟ(ଜେଏନ୍‌ୟୁ) ପ୍ରଶାସନ ପକ୍ଷରୁ ହିନ୍ଦୁତ୍ୱ ବିଚାରଧାରାରେ ବିଶ୍ୱାସ ରଖିଥିବା ନେତା ଭି.ଡି. ସଭର୍‌କରଙ୍କ ଏକ ସାଇନ୍‌ବୋର୍ଡ ମରାଯାଇ ତାଙ୍କ ନାମରେ କ୍ୟାମ୍ପସ୍‌ ଭିତରେ ଏକ ରାସ୍ତାର ନାମକରଣ କରାଯିବା ପରେ ଏହାକୁ ନେଇ ଚାପା ଉତ୍ତେଜନା ଦେଖାଦେଇଛି। କେତେକ ଏହି ସାଇନ୍‌ବୋର୍ଡକୁ ବିକୃତ କରିଦେବା ସହ ଆମ୍ବେଡକରଙ୍କ ନାମ ସ୍ପ୍ରେ ପେଣ୍ଟ୍‌ ଦ୍ୱାରା ଲେଖିଛନ୍ତି। ଏବିଭିପି ଅଧ୍ୟକ୍ଷ ଶିବମ୍‌ ଚୌରାସିଆ ଏଭଳି କାର୍ଯ୍ୟ ଦୁର୍ଭାଗ୍ୟଜନକ ବୋଲି କହିଛନ୍ତି। ସେପଟେ କଂଗ୍ରେସ ସମର୍ଥିତ ପିଏଚ୍‌ଡି ଛାତ୍ର ସନ୍ନି ଧୀମାନ୍‌ ପ୍ରଶାସନର ଏଭଳି ପଦକ୍ଷେପକୁ ସମାଲୋଚନା କରିଛନ୍ତି। ଦେଶ କରୋନା ଭାଇରସ୍‌ ମୁକାବିଲା ଦିଗରେ କାମ କରୁଥିବା ବେଳେ ଏଭଳି ହୀନ ରାଜନୀତି କରାଯିବା ଆଦୌ ଉଚିତ ନୁହେଁ। ଧର୍ମ ନାମରେ ଦେଶକୁ ଭାଗ ଭାଗ କରିବା ଲାଗି ଚାହୁଁଥିବା ଜଣେ ନେତାଙ୍କ ନାମରେ ଏହି ମାର୍ଗର ନାମକରଣ କରାଯିବା କେବେହେଲେ ଗ୍ରହଣଯୋଗ୍ୟ ନୁହେଁ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଧୁରା ରହିଗଲା ବୈଭବଙ୍କ ବଡ଼ ଇଚ୍ଛା, ଏବେ ଶ୍ରେୟସଙ୍କ ନିଷ୍ପତ୍ତି ଉପରେ ନଜର

ନୂଆଦିଲ୍ଲୀ: ଏସିଆନ ଗେମ୍ସ ପୂର୍ବରୁ ଜାପାନ ବିପକ୍ଷରେ ଭାରତୀୟ କ୍ରିକେଟ ଦଳ ଏକ ଟି-୨୦ ଅନ୍ତର୍ଜାତୀୟ ମ୍ୟାଚ ଖେଳିବ। ଏହି ମ୍ୟାଚ ପାଇଁ ଶ୍ରେୟସ ଆୟରଙ୍କ ନେତୃତ୍ୱରେ…

ମଙ୍ଗଳଙ୍କ ନକ୍ଷତ୍ର ପରିବର୍ତ୍ତନରେ ୪ ରାଶିଙ୍କୁ ଫାଇଦା ହିଁ ଫାଇଦା, ୨୪ ତାରିଖରୁ ବର୍ଷିିବ ଧନ, ଚାକିରିରେ ବଡ଼ ପଦୋନ୍ନତି!

ଭୁବନେଶ୍ୱର: ଜ୍ୟୋତିଷୀୟ ଗଣନା ଅନୁଯାୟୀ, ମଙ୍ଗଳ ଦେବ ବର୍ତ୍ତମାନ ପୁନର୍ବସୁ ନକ୍ଷତ୍ରରେ ଅବସ୍ଥାନ କରୁଛନ୍ତି। ଆସନ୍ତା ୨୪ ସେପ୍ଟେମ୍ବର ୨୦୨୬ରେ ମଙ୍ଗଳ ପୁଷ୍ୟ ନକ୍ଷତ୍ରରେ ପ୍ରବେଶ କରିବେ।…

ବାତ୍ୟା ଆସିଲେ ଭୂସ୍ଖଳନ ଭୟ: ୨ ଦିନ ବନ୍ଦ ରହିବ କଳିଙ୍ଗା ଘାଟି

ଜି.ଉଦୟଗିରି,୨୧।୯(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): କନ୍ଧମାଳ ଓ ଗଞ୍ଜାମ ସୀମାନ୍ତବର୍ତ୍ତୀ କଳିଙ୍ଗା ଘାଟି ଦେଇ ବିଜୟୱାଡ଼ା ରାଞ୍ଚିକୁ ସଂଯୋଗ କରୁଥିବା ୧୫୭ ନମ୍ବର ଜାତୀୟ ରାଜପଥ ଏବେ…

ଭଞ୍ଜନଗରରେ ଅଧିକ ବର୍ଷା ଆଶଙ୍କା: ତଳିଆ ଅଞ୍ଚଳବାସୀଙ୍କ ପାଇଁ ସତର୍କ ସୂଚନା ଜାରି

ଭଞ୍ଜନଗର,୨୧।୯(ବାବୁଲା ପ୍ରଧାନ): ଭଞ୍ଜନଗର ଜଳଭଣ୍ଡାରରେ ବର୍ତ୍ତମାନ ପ୍ରାୟ ୮୬ ପ୍ରତିଶତ ଜଳ ସଞ୍ଚିତ ଥିବାବେଳେ ଆଗାମୀ ଦିନରେ ଅଧିକ ବର୍ଷାର ସମ୍ଭାବନା ଅଛି । ତେଣୁ ଭଞ୍ଜନଗର…

ସେପ୍ଟେମ୍ବର ୨୩ରେ ଘଟିବ ବିରଳ ଘଟଣା; ଦିନ-ରାତି ୧୨-୧୨ ଘଣ୍ଟା….

ନୂଆଦିଲ୍ଲୀ,୨୧।୯: ଆସନ୍ତା ୨୩ ସେପ୍ଟେମ୍ବରରେ ଆକାଶରେ ଦେଖିବାକୁ ମିଳିବ ଏକ ବିଶେଷ ଭୌଗଳିକ ଘଟଣା । ଏହି ତାରିଖରେ ଦିନ ଓ ରାତିର ସମୟ ପ୍ରାୟ ସମାନ…

ଅମିତ ଶାହାଙ୍କୁ ଭେଟିଲେ ଗୌତମ ଗମ୍ଭୀର: ଦେଲେ ଏହି ବିଶେଷ ଉପହାର, ଚାରିଆଡେ ଚର୍ଚ୍ଚା

ନୂଆଦିଲ୍ଲୀ,୨୧।୯: ଭାରତୀୟ କ୍ରିକେଟ ଦଳର ମୁଖ୍ୟ କୋଚ ଗୌତମ ଗମ୍ଭୀର ସୋମବାର କେନ୍ଦ୍ରୀୟ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କୁ ସାକ୍ଷାତ କରିଛନ୍ତି। ଏହି ସାକ୍ଷାତକାରର ଫଟୋ ଗମ୍ଭୀର…

ଭଞ୍ଜନଗର ଉପଖଣ୍ଡର ଚୂଡ଼ାନ୍ତ ଭୋଟର ତାଲିକା ପ୍ରକାଶ: ୪୫୮୬ ନୂଆ ଯୋଡ଼ିହେଲେ, ୩୬୩୪୨ ପଡ଼ିଲେ ବାଦ୍‌

ଭଞ୍ଜନଗର,୨୧।୯(ବାବୁଲା ପ୍ରଧାନ):ଦୀର୍ଘ ସାଢ଼େ ତିନି ମାସ ଧରି ଚାଲିଥିବା ସ୍ବତନ୍ତ୍ର ସଘନ -୨୦୨୬ ଭୋଟର ତାଲିକା ସଂଶୋଧନ ପ୍ରକ୍ରିୟା ଶେଷ ହେବା ପରେ ସୋମବାର ଚୂଡ଼ାନ୍ତ ଭୋଟର…

ଗଭୀର ଅବପାତର ରୂପ ନେଲା ଲଘୁଚାପ, ସମ୍ଭାବ୍ୟ ବାତ୍ୟା ମୁକାବିଲା ପ୍ରସ୍ତୁତି ଆରମ୍ଭ

ଗଞ୍ଜାମ,୨୧।୯(ବିଦ୍ୟାଧର ସାହୁ ): ଉତ୍ତର ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଗଭୀର ଅବପାତର ରୂପ ନେଇ ବଙ୍ଗୋପସାଗର ଆଡ଼କୁ ଗତି କରିବା ନେଇ ଭାରତୀୟ ପାଣିପାଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?