ସଭାରୁ ଉଠି ଥାନା ଆଗରେ ବିଷ ପିଇଲେ ବୃଦ୍ଧ

ପୁରୀ ଅଫିସ,୩୧ା୧୨ : ଚନ୍ଦନପୁର ଥାନା ପରିସରରେ ସୋମବାର ରାତିରେ ଏକ ସଭା ଚାଲିଥିଲା। ତେବେ ଅଚାନକ ଜଣେ ବୃଦ୍ଧ ସଭାରୁ ଉଠି ଥାନା ଆଗରେ ବିଷ ପିଇଦେଇଥିଲେ। ଏହାଦେଖି ସେଠାରେ ଉପସ୍ଥିତ ଲୋକେ ଆଚମ୍ବିତ ହୋଇଯାଇଥିବାବେଳେ ଗୁରୁତର ଅବସ୍ଥାରେ ବୃଦ୍ଧଙ୍କୁ ପ୍ରଥମେ ଚନ୍ଦନପୁର ମେଡିକାଲ ପରେ ଜିଲା ମୁଖ୍ୟ ଚିକିତ୍ସାଳୟ ପଠାଯାଇଥିଲା। ସେ ହେଲେ ବୀର ପ୍ରତାପ ପୁରୁଷୋତ୍ତମପୁର ନୂଆଗଁାର ଆନନ୍ଦ ଜେନା(୬୦)।
ମିିଳିିଥିବା ସୂଚନା ଅନୁଯାୟୀ, ନିକଟରେ ଉକ୍ତ ଥାନା ଅଞ୍ଚଳର ଜଣେ ଯୁବତୀ ବୃଦ୍ଧଙ୍କ ନାମରେ ବଳତ୍କାର ଉଦ୍ୟମ ଅଭିଯୋଗ ଆଣିଥିଲେ। ଏ ନେଇ ପୀଡ଼ିତାର ପରିବାର ଅଭିଯୋଗକ୍ରମେ ପୋଲିସ ବୃଦ୍ଧଙ୍କୁ ଥାନାରେ ଅଟକ ରଖି ପଚରାଉଚୁରା କରିଥିଲେ। ପରେ ଉଭୟ ପକ୍ଷରେ ମଧ୍ୟରେ ଆଲୋଚନା କରି ଆପୋସ ସମାଧାନ ଲାଗି ଥାନାଧିକାରୀ ସହ କଥାବାର୍ତ୍ତା ହୋଇଥିଲେ। ସୋମବାର ରାତି ପ୍ରାୟ ସାଢେ ୭ଟାରେ ଥାନା ପରିସରରେ ଥିବା ମଣ୍ଡପରେ ଉଭୟ ଗ୍ରାମର ଗ୍ରାମବାସୀ ଏବଂ ସ୍ଥାନୀୟ ଲୋକପ୍ରତିନିଧିଙ୍କ ଉପସ୍ଥିତିରେ ଆଲୋଚନା ଚାଲିଥିଲା। ଏହି ଘଟଣାର ସମାଧାନ ଲାଗି ପୀଡ଼ିତାଙ୍କ ପକ୍ଷରୁ ସମ୍ପର୍କୀୟ ଓ ଗ୍ରାମବାସୀ ୫ଲକ୍ଷ ଦାବି କରିଥିଲେ। ପରେ ୨ଲକ୍ଷ ଦେବା ଲାଗି ବୃଦ୍ଧ ଜଣକ କୁଆଡ଼େ ରାଜି ହୋଇଥିଲେ ବୋଲି କୁହାଯାଉଛି। କିନ୍ତୁ ହଠାତ୍‌ ସେ ସଭା ଅଧାରୁ ଉଠି ଚାଲିଯାଇଥିଲେ। କିିଛି ସମୟ ପରେ ବୃଦ୍ଧ ଜଣକ ଥାନା ଆଗରେ ବିଷ ପିଇ ଗୁରୁତର ହୋଇପଡିଥିଲେ। ସ୍ଥାନୀୟ ଲୋକେ ପୋଲିସଙ୍କୁ ଜଣାଇବା ସହ ବୃଦ୍ଧଙ୍କୁ ହସ୍ପିଟାଲ ପଠାଇଥିଲେ। ଏ ସମ୍ପର୍କରେ ଥାନା ଅଧିକାରୀ ବାମଦେବ ନନ୍ଦଙ୍କୁ ଫୋନରେ ଯୋଗାଯୋଗ କରିଥିଲେ ମଧ୍ୟ ଉଠାଇ ନ ଥିଲେ। ତେବେ ଥାନା ପରିସରରେ କିପରି ଆପୋସ ସଭା ଆୟୋଜନ ଲାଗି ପୋଲିସ ଅନୁମତି ଦେଇଥିଲା, ସେନେଇ ସାଧାରଣରେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମାରୁତି ସୁଜୁକି ନୂଆ ବାଲେନୋର ବଜାର ପ୍ରବେଶ

ଭୁବନେଶ୍ୱର,୯ା୯: ମାରୁତି ସୁଜୁକି ଇଣ୍ଡିଆ ପ୍ରସ୍ତୁତ ବାଲେନୋର ନୂତନ ଭର୍ସନ ମଙ୍ଗଳବାର ରାଜଭବନ ନିକଟସ୍ଥ ନେକ୍ସା(ନାରାୟଣୀ ମୋଟର୍ସ) ଏବଂ ହଂସପାଳ ଶୋ’ରୁମ୍‌ରେ ଉନ୍ମୋଚନ କରାଯାଇଛି। ଏହି ନୂତନ…

ଓମ୍‌ଫେଡ୍‌ର ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି: ଦୁଗ୍ଧଚାଷୀଙ୍କୁ ଲିଟର ପ୍ରତି ୨ ଟଙ୍କା ଅଧିକ ମିଳିବ

ଭୁବନେଶ୍ୱର,୯ା୯: ରାଜ୍ୟର ଦୁଗ୍ଧଚାଷୀମାନଙ୍କ ଜୀବିକା, ଆୟ ଓ ସ୍ବାର୍ଥକୁ ପ୍ରାଥମିକତା ଦେଇ ଓମ୍‌ଫେଡ୍‌ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଆସନ୍ତା ୧୧ ତାରିଖରୁ ଚାଷୀମାନଙ୍କଠାରୁ ଦୁଗ୍ଧ…

ମଦ ନିଶାରେ ବାପାଙ୍କୁ ପିଟି ହତ୍ୟା, ଥାନାରେ ଆତ୍ମସମର୍ପଣ କଲା ପୁଅ

ପାଟଣା, ୯/୯ (ବୀର କିଶୋର ଦାଶ): ପାରିବାରିକ କଳହକୁ କେନ୍ଦ୍ର କରି କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅନ୍ତର୍ଗତ ନୁଆଖମଣ ଗ୍ରାମରେ ଏକ ଅଭାବନୀୟ ହତ୍ୟାକାଣ୍ଡ ଘଟିଛି।…

ବିବାହ ପରେ ଏହି ୨ ରାଶିଙ୍କର ଖୋଲେ ଭାଗ୍ୟର ତାଲା, ହୁଅନ୍ତି କୋଟିପତି! ଜୀବନରେ ଆସେ ଧନ-ଐଶ୍ୱର୍ଯ୍ୟ

ଜ୍ୟୋତିଷ ଶାସ୍ତ୍ରରେ ପ୍ରତ୍ୟେକ ରାଶିର ନିଜସ୍ବ ଗୁଣ ଓ ଗ୍ରହ ପ୍ରଭାବ ରହିଛି। ଜ୍ୟୋତିଷୀୟ ମାନ୍ୟତା ଅନୁସାରେ, କିଛି ରାଶିର ଲୋକଙ୍କ ପାଇଁ ବିବାହ ପରେ ଧନ,…

ବ୍ଲାକ୍‌ରୋଜ୍‌ ଜାହାଜ ବୁଡ଼ି ଘଟଣାକୁ ୧୭ ବର୍ଷ ପୂରିଲା: କାରଣ ଏବେବି ଅସ୍ପଷ୍ଟ

ପାରାଦୀପ, ୯।୯(ଶରତ ରାଉତ):ପାରାଦୀପ ବନ୍ଦରରୁ ଚାଇନା ଅଭିମୁଖେ ଯାଉଥିବା ଏମ୍‌ଭି ବ୍ଲାକରୋଜ୍‌ ଜାହାଜ ବୁଡ଼ିବା ଘଟଣାକୁ ଇତିମଧ୍ୟରେ ୧୭ ବର୍ଷ ପୂରିଗଲାଣି। ଉକ୍ତ ବ୍ଲାକରୋଜ୍‌ ବୁଡ଼ି ଘଟଣାକୁ…

୪୮ ଘଣ୍ଟା ପରେ ବଦଳିବ ଗ୍ରହଙ୍କ ଚଳନ: ଫେବୃଆରୀ ୨୦୨୭ ଯାଏ ବୃଷ ସମେତ ୪ ରାଶିଙ୍କୁ ମିଳିବ ଅପ୍ରତ୍ୟାଶିତ ଲାଭ, ବ୍ୟବସାୟରେ…

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ରରେ ୟୁରେନସ୍‌କୁ ଅରୁଣ ଗ୍ରହ ବୋଲି କୁହାଯାଏ। ଆଧୁନିକ ଏବଂ ପାଶ୍ଚାତ୍ୟ ଜ୍ୟୋତିଷରେ ଏହି ଗ୍ରହକୁ ଅଚାନକ ପରିବର୍ତ୍ତନ, ନୂଆ ପରିସ୍ଥିତି ଓ ଅପ୍ରତ୍ୟାଶିତ…

ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ୫ ଓରାଙ୍ଗଉଟାନ: ଦେଖନ୍ତୁ…

ଭୁବନେଶ୍ୱର,୯।୯: ବାଲେଶ୍ୱର ବିଚିତ୍ରପୁର ଜଙ୍ଗଲରୁ ଉଦ୍ଧାର ହୋଇଥିବା ୫ଟି ଓରାଙ୍ଗଉଟାନ ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ପହଞ୍ଚିଛନ୍ତି। ଉଦୟପୁର ଫରେଷ୍ଟ ଅଫିସରୁ ଏହି ୫ଟି ଓରାଙ୍ଗଉଟାନଙ୍କୁ ନନ୍ଦନକାନନକୁ ଅଣାଯାଇଛି।…

ଫ୍ଲାଟ୍‌ରୁ ଝୁଲନ୍ତା ଅବସ୍ଥାରେ ମିଳିଲା ପୂର୍ବତନ ମୁଖ୍ୟ ଶାସନ ସଚିବଙ୍କ ମୃତଦେହ, ଘଟଣାକୁ ନେଇ ଖେଳିଗଲା ଚାଞ୍ଚଲ୍ୟ

ନୂଆଦିଲ୍ଲୀ, ୯।୯: ଦିଲ୍ଲୀର ପୂର୍ବତନ ମୁଖ୍ୟ ଶାସନ ସଚିବ ତଥା ୧୯୭୫ ବ୍ୟାଚ୍‌ ଆଇପିଏସ୍‌ ଅଧିକାରୀ ରାକେଶ ମେହଟ୍ଟା (୭୪) ନୋଏଡ଼ା ସ୍ଥିତ ନିଜ ଫ୍ଲାଟ୍‌ରେ ଆତ୍ମହତ୍ୟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri