ସଭ୍ୟ ସଂଗ୍ରହ ଅଭିଯାନକୁ ନବୀନଙ୍କ ଗୁରୁତ୍ୱ

ଭୁବନେଶ୍ୱର,୨୮।୯(ବ୍ୟୁରୋ): ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦଳର ସଭ୍ୟ ସଂଗ୍ରହ କାର୍ଯ୍ୟକୁ ଅଧିକ ତ୍ୱରାନ୍ବିତ କରିବା ଉପରେ ଗୁରୁତ୍ୱାରୋପ କରିଛନ୍ତି। ପୂର୍ବ ନିର୍ଦ୍ଧାରିତ ନିଷ୍ପତ୍ତି ଅନୁଯାୟୀ ସଭ୍ୟ ସଂଗ୍ରହ କାର୍ଯ୍ୟ ଜାରି ରହିଛି। ସଭ୍ୟ ସଂଗ୍ରହ ସମୟରେ ଯୁବବର୍ଗ ଏବଂ ମହିଳାଙ୍କ ମଧ୍ୟରୁ ଅଧିକ ସକ୍ରିୟ ସଦସ୍ୟ କରିବା ଉପରେ ଦଳ ଗୁରୁତ୍ୱ ଦେଉଛି। ଦଳୀୟ କାର୍ଯ୍ୟାଳୟରେ ଶୁକ୍ରବାର ଆୟୋଜିତ ବିଜେଡି ଜିଲା ସଭାପତି ଓ ପର୍ଯ୍ୟବେକ୍ଷକମାନଙ୍କ ବୈଠକରେ ଏ ସମ୍ପର୍କରେ ଆଲୋଚନା ହୋଇଥିବା ଜଣାପଡିଛି।
ଅକ୍ଟୋବର ୨ ତଥା ଗାନ୍ଧୀ ଜୟନ୍ତୀରୁ ବିଜେଡି ପକ୍ଷରୁ ଜନ ସମ୍ପର୍କ ପଦଯାତ୍ରା ଆୟୋଜନ କରାଯାଉଛି। ଏହା ଜୟପ୍ରକାଶଙ୍କ ଜୟନ୍ତୀ ତଥା ଅକ୍ଟୋବର ୧୧ ଯାଏ ଚାଲିବ ବୋଲି ପୂର୍ବରୁ ସ୍ଥିର କରାଯାଇଥିଲା। ହେଲେ କେତେଜଣ ଜିଲା ସଭାପତି ଏବଂ ପର୍ଯ୍ୟବେକ୍ଷକ ଏହାର ଅବଧି ବୃଦ୍ଧି ପାଇଁ ପ୍ରସ୍ତାବ ରଖିଛନ୍ତି। କେତେଜଣଙ୍କ କହିବାନୁଯାୟୀ ଚଳିତ ବର୍ଷ ଜନସମ୍ପର୍କ ପଦଯାତ୍ରା କାର୍ଯ୍ୟକ୍ରମ ସହ ସଭ୍ୟ ସଂଗ୍ରହ ମଧ୍ୟ ଜାରି ରହିଛି। ତେଣୁ ଜନସମ୍ପର୍କ ଯାତ୍ରାରେ ନିର୍ବାଚନମଣ୍ଡଳୀର ସମସ୍ତ ଅଞ୍ଚଳକୁ ଧ୍ୟାନ ଦିଆଯାଇପାରିବ ନାହିଁ। ହେଲେ ଏହାର ଅବଧି ବୃଦ୍ଧି ହେଲେ ସଭ୍ୟ ସଂଗ୍ରହ ସହ ଜନସମ୍ପର୍କ ପଦଯାତ୍ରା ସୁରୁଖୁରରେ ହୋଇପାରିବ। ପୌରାଞ୍ଚଳର ସମସ୍ତ ୱାର୍ଡ ଗ୍ରାମାଞ୍ଚଳର ପ୍ରତି ଜିଲାପରିଷଦ ଜୋନ୍‌ ଅଧୀନରେ ଆସୁଥିବା ୨ ପଞ୍ଚାୟତରେ ଏହି କାର୍ଯ୍ୟକ୍ରମ କରିବାକୁ ନିର୍ଦ୍ଦେଶ ଦିଆଯାଇଛି।
ବୈଠକ ସମ୍ପର୍କରେ ରାଜ୍ୟ ସଭା ସଦସ୍ୟ ପ୍ରସନ୍ନ ଆଚାର୍ଯ୍ୟ କହିଛନ୍ତି ଯେ, ସଭାପତି ସଭ୍ୟ ସଂଗ୍ରହ ଉପରେ ଗୁରୁତ୍ୱ ଦେଇଛନ୍ତି। ପୁରାତନ ସଭ୍ୟଙ୍କ ପୁନଃ ପଞ୍ଜୀକରଣ ସହ ନୂଆ ସଦସ୍ୟଙ୍କ ଯୋଗଦାନ ଦଳର କଳେବର ବୃଦ୍ଧି କରିବ। ସେହିପରି ଜନସମ୍ପର୍କ ପଦଯାତ୍ରା ଜରିଆରେ ଯେପରି ପ୍ରତିଟି ପରିବାର ପାଖରେ ପହଞ୍ଚିହେବ, ସେନେଇ ଆଲୋଚନା କରାଯାଇଥିଲା ବୋଲି ପ୍ରସନ୍ନ କହିଛନ୍ତି। ପୂର୍ବାହ୍ନ ୧୧ଟାରୁ ଆରମ୍ଭ ହୋଇଥିବା ବୈଠକରେ ଜିଲା ସଭାପତି ଏବଂ ପର୍ଯ୍ୟବେକ୍ଷକମାନେ ସାଙ୍ଗଠନିକ କାର୍ଯ୍ୟ ସମ୍ପର୍କରେ ମତ ରଖିଥିଲେ। ସଭାପତିଙ୍କ ଯୋଗଦାନ ପୂର୍ବରୁ ବୈଠକରେ ଅନ୍ୟାନ୍ୟ ପ୍ରସଙ୍ଗରେ ମଧ୍ୟ ଆଲୋଚନା କରାଯାଇଥିଲା।
ବିଜେପୁର ଦାୟିତ୍ୱ ପ୍ରଦାନ କରାଯାଇଥିବା ନେତା ଓ ସଙ୍ଗଠକମାନେ ଯେପରି ନିଷ୍ଠାର ସହ କାର୍ଯ୍ୟ କରିବେ, ତା’ ଉପରେ ଗୁରୁତ୍ୱ ଦିଆଯାଇଛି। ବିଜେପୁର ଉପନିର୍ବାଚନ ବିଗୁଲ୍‌ ବାଜି ସାରିଛି। ହେଲେ ବିଜେଡି ଏଯାଏ ପ୍ରାର୍ଥୀ ଘୋଷଣା କରିନାହଁି। ତେଣୁ କେବେ ପ୍ରାର୍ଥୀ ଘୋଷଣା ହେବ ସେ ନେଇ ଗଣମାଧ୍ୟମ ପ୍ରତିନିଧି ପ୍ରଶ୍ନ କରିଥିଲେ। ହେଲେ ବିଜେଡିର କୌଣସି ନେତା ଏ ସମ୍ପର୍କରେ କିଛି କହି ନ ଥିଲେ। ପୂର୍ବରୁ ସ୍ଥିରୀକୃତ ଚଳିତ ମାସ ୩୦ରେ ହିଁ ବିଜେଡି ପ୍ରାର୍ଥୀ ନାମାଙ୍କନ କରିବେ ବୋଲି ଜଣାପଡିଛି।
ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ବିଧାୟକ ପ୍ରଣବ ପ୍ରକାଶ ଦାସ, ପ୍ରତାପଦେବ, ଦେବୀ ପ୍ରସାଦ ମିଶ୍ର, ଅମର ଶତପଥୀ, ପ୍ରମିଳା ମଲିକ, ଚନ୍ଦ୍ରସାରଥି ବେହେରା, ମନ୍ତ୍ରୀ ପଦ୍ମନାଭ ବେହେରା, ପୂର୍ବତନ ବିଧାୟକ ମହେଶ୍ୱର ମହାନ୍ତି, ସଞ୍ଜୟ ଦାସବର୍ମା, ଲାଲବିହାରୀ ହିମିରିକା, ଦେବାଶିଷ ସାମନ୍ତରାୟ, ରାଜ୍ୟ ସଭା ସଦସ୍ୟ ଅମର ପଟ୍ଟନାୟକ, ଯୁବ ନେତା ବିଜୟ ନାୟକ ଏବଂ ଯୁବ ସଭାପତି ଅମରେଶ ପତ୍ରୀ ପ୍ରମୁଖ ଉପସ୍ଥିତ ରହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଦିଗପହଣ୍ଡି ଏନଏସି କାଉନସିଲ ପକ୍ଷରୁ ପରିବର୍ଦ୍ଧିତ ସଭାରେ ଯୋଗଦେଲେ ବିଧାୟକ, ବିଦ୍ୟୁତ-ପାନୀୟ….

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି କାଉନସିଲର ୨୨ ତମ ପରିବର୍ଦ୍ଧିତ ଆଲୋଚନା ସଭା ବୁଧବାର ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri