Posted inରାଜ୍ୟ

ସମଗ୍ର ଶିକ୍ଷା ସମୀକ୍ଷା ବୈଠକ

ଅନୁଗୋଳ ଅଫିସ, ୧୧।୬

ଅନୁଗୋଳ ଜିଲାପାଳଙ୍କ କାର୍ଯ୍ୟାଳୟ ପ୍ରକୋଷ୍ଠରେ ଜିଲାପାଳ ମନୋଜ କୁମାର ମହାନ୍ତିଙ୍କ ଅଧ୍ୟକ୍ଷତାରେ ସମଗ୍ର ଶିକ୍ଷା ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲାରେ ୬୦ଟି ଛୋଟ ବିଦ୍ୟାଳୟକୁ ୫୬ଟି ବଡ଼ ବିଦ୍ୟାଳୟରେ ମିଶ୍ରଣ ପାଇଁ ସରକାରଙ୍କ ପ୍ରସ୍ତାବର ସମୀକ୍ଷା କରାଯାଇଥିଲା। ଗ୍ରୀଷ୍ମ ଛୁଟି ଶେଷ ହେବାପରେ ଏହି କାର୍ଯ୍ୟକୁ ପ୍ରାଥମିକତା ଭିତ୍ତିରେ ଶେଷ କରିବାକୁ ଜିଲାପାଳ କହିଥିଲେ। ସେହିପରି ୧୦ରୁ କମ୍‌ ଛାତ୍ରୀଛାତ୍ର ଥିବା ଜିଲାର ୬୪ଟି ବିଦ୍ୟାଳୟକୁ ବନ୍ଦ କରିବା ପାଇଁ ସରକାର ଦେଇଥିବା ନିର୍ଦ୍ଦେଶକୁ ସମୀକ୍ଷା କରି ସବିଶେଷ ବିବରଣୀ ଉପସ୍ଥାପନ କରିବାକୁ ଗୋଷ୍ଠୀ ଶିକ୍ଷା ଅଧିକାରୀମାନଙ୍କୁ ଜିଲାପାଳ ମହାନ୍ତି ନିର୍ଦ୍ଦେଶ ଦେଇଥିଲେ। ଶିକ୍ଷଣ ପ୍ରଗତି କାର୍ଯ୍ୟକ୍ରମ ପୁସ୍ତିକା ବଣ୍ଟନ କରିବାକୁ ବୈଠକରେ କୁହାଯାଇଥିଲା। ସେହିପରି ବିଦ୍ୟାଳୟରେ ଥିବା ଶୌଚାଳୟ ଗୁଡ଼ିକ ବ୍ୟବହାର ପାଇଁ ପଦକ୍ଷେପ ଗ୍ରହଣ କରିବା ସହ ପ୍ରତି ବିଦ୍ୟାଳୟରେ ସ୍ଥାୟୀ ବିଦ୍ୟୁତ୍‌ ସଂଯୋଗ, ଛାତ୍ରୀଛାତ୍ରମାନଙ୍କ ତଥ୍ୟ ସମ୍ବଳିତ ସୂଚନାର ନବୀକରଣ କାର୍ଯ୍ୟକ୍ରମଗୁଡ଼ିକର ପ୍ରଗତି କେତେ ଦୂର ହୋଇଛି ତାହାର ସମୀକ୍ଷା କରିବାକୁ ମଧ୍ୟ ବୈଠକରେ ଜିଲାପାଳ ନିର୍ଦ୍ଦେଶ ଦେଇଥିଲେ। ଗତ ମାସରେ ରାଜ୍ୟରେ ଅନୁଗୋଳ ଜିଲା ସାଥ୍‌ କାର୍ଯ୍ୟକ୍ରମରେ ନବମ ସ୍ଥାନରେ ରହିଥିଲା। ଜିଲାର ସ୍ଥିତିରେ ଉନ୍ନତି ଆଣିବା ମନୋଭାବ ନେଇ କାର୍ଯ୍ୟକରିବାକୁ ଜିଲାପାଳ ନିର୍ଦ୍ଦେଶ ଦେଇଥିଲେ। ଏହି ବୈଠକରେ ଜିଲାପାଳ ଅଧ୍ୟକ୍ଷତା କରିଥିବାବେଳେ ଅତିରିକ୍ତ ଜିଲାପାଳ ତପନ କୁମାର ଶତପଥୀ, ଜିଲା ଗ୍ରାମ୍ୟ ଉନ୍ନୟନ ନିର୍ଦ୍ଦେଶକ ଅତୁଲ୍ୟ କୁମାର ଚମ୍ପତିରାୟ, ଜିଲା ଶିକ୍ଷା ଅଧିକାରୀ ସଚ୍ଚିଦାନନ୍ଦ ବେହେରା, ଜିଲା ପ୍ରକଳ୍ପ ସଂଯୋଜକ ନିରଞ୍ଜନ ସାହୁଙ୍କ ସହ ୮ଟି ବ୍ଲକର ଗୋଷ୍ଠୀ ଶିକ୍ଷା ଅଧିକାରୀ, ସମଗ୍ର ଶିକ୍ଷା କାର୍ଯ୍ୟକ୍ରମର ସଂଯୋଜକ ସମୂହ ଉପସ୍ଥିତ ରହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନବୀନ ନିବାସରେ ବିଜେଡି ପ୍ରାର୍ଥୀଙ୍କ ଭିଡ଼

ଭୁବନେଶ୍ୱର,୧୯ା୪(ଅନିଲ ଦାସ):ପଞ୍ଚମ ପର୍ଯ୍ୟାୟ ବିଧାନସଭା ଟିକେଟ ଘୋଷଣା ପରେ ଗୁରୁବାର ନବୀନ ନିବାସରେ ବିଜେଡି ଲୋକ ସଭା ଓ ବିଧାନସଭା ପ୍ରାର୍ଥୀଙ୍କ ଭିଡ଼ ଦେଖିବାକୁ ମିଳିଛି।...

ରାଜ୍ୟବାସୀଙ୍କ ମତାମତ ଲୋଡ଼ିଲେ ପାଣ୍ଡିଆନ

ଭୁବନେଶ୍ୱର,୧୯ା୪(ଅନିଲ ଦାସ):୫-ଟି ଓ ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ବିଜେଡି ଇସ୍ତାହାର ପାଇଁ ରାଜ୍ୟବାସୀଙ୍କ ମତାମତ ଲୋଡ଼ିଛନ୍ତି। ଗୁରୁବାର ସାମାଜିକ ଗଣମାଧ୍ୟମ ଜରିଆରେ ସେ...

୪ ସଂସଦୀୟ କ୍ଷେତ୍ରରେ ମହିଳା ଭୋଟର ଅଧିକ

ଭୁବନେଶ୍ୱର,୧୯ା୪(ଅନିଲ ଦାସ):ଆସନ୍ତା ମେ’ ୧୩ ତାରିଖରେ ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ଭୋଟ ଗ୍ରହଣ ହେବ। ଏହି ପର୍ଯ୍ୟାୟରେ କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ ଏବଂ ବ୍ରହ୍ମପୁର ସଂସଦୀୟ...

ଜଙ୍ଗଲ ନିଆଁ: ୯୯ ପ୍ରତିଶତ ମନୁଷ୍ୟକୃତ

ଭୁବନେଶ୍ୱର, ୧୯।୪(ଅସମାପିକା ସାହୁ):ରାଜ୍ୟରେ ତାତି ସାଙ୍ଗକୁ ବଢୁଛି ଜଙ୍ଗଲ ନିଆଁ ବିପଦ। ଚଳିତବର୍ଷ ଜଙ୍ଗଲରେ ଲାଗିଥିବା ନିଆଁ ବର୍ତ୍ତମାନ ଚିନ୍ତାଜନକ ରହିଛି। ଗତବର୍ଷ ତୁଳନାରେ ଚଳିତବର୍ଷ...

ଜଳୁଛି ଓଡ଼ିଶା:୪୦ ଡିଗ୍ରୀ ଉପରେ ୩୨ ସହର ତାପମାତ୍ରା

ଭୁବନେଶ୍ୱର, ୧୯ା୪(ଅସମାପିକା ସାହୁ):ଡହ ଡହ ଖରାରେ ସିଝୁଛି ସାରା ଓଡ଼ିଶା। ଉପକୂଳରୁ ଆଭ୍ୟନ୍ତରୀଣ, ଉତ୍ତରରୁ ଦକ୍ଷିଣ ଓଡ଼ିଶା ସବୁଠି ପାରଦ ଉପରମୁହାଁ ହୋଇଯାଇଛି। ଗୁରୁବାର ରାଜ୍ୟର...

ରାଜ୍ୟରେ ଆରମ୍ଭ ହେଲା ନାମାଙ୍କନ ପ୍ରକ୍ରିୟା

ଭୁବନେଶ୍ୱର,୧୯ା୪(ଅନିଲ ଦାସ):ରାଜ୍ୟର ପ୍ରଥମ ପର୍ଯ୍ୟାୟ (ସମଗ୍ର ଦେଶର ଚତୁର୍ଥ ପର୍ଯ୍ୟାୟ) ନିର୍ବାଚନ ମେ’ ୧୩ରେ ଅନୁଷ୍ଠିତ ହେବ। ଏଥିପାଇଁ ଗୁରୁବାର ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ...

ଅଷ୍ଟପ୍ରହର ନାମଯଜ୍ଞରେ ଗୁଳିମାଡ଼

ଘଣ୍ଟାପଡ଼ା/ଖୁଣ୍ଟିଗୋରା,୧୮।୪ (ପ୍ରଭାତ କୁମାର ସାହୁ/ମକରନ୍ଦ ସାହୁ)-ବୌଦ୍ଧ ଜିଲା କଣ୍ଟାମାଳ ଥାନା ଲମ୍ବସୱରୀ ଗ୍ରାମପଞ୍ଚାୟତର ପିପଲପାଲି ଗ୍ରାମରେ ରାମନବମୀ ପାଇଁ ଅଷ୍ଟପ୍ରହର ନାମଯଜ୍ଞ ଚାଲିଥିବାବେଳେ ବୁଧବାର ରାତି...

ଏଏପି ପରେ ଓଡ଼ିଶାରେ ପ୍ରାର୍ଥୀ ଘୋଷଣା କଲା ସିପିଆଇଏମ, ଭୁବନେଶ୍ୱର ଲୋକ ସଭା ଆସନରୁ ଲଢିବେ ଏହି ନେତା

ଭୁବନେଶ୍ୱର,୧୮।୪: ରାଜ୍ୟର ୩୭ଟି ବିଧାନସଭା ପାଇଁ ଆମ ଆଦମୀ ପାର୍ଟି ନିଜର ପ୍ରାର୍ଥୀ ଘୋଷଣା କରିଥିବା ବେଳେ ସିପିଆଇ(ଏମ ) ମଧ୍ୟ ଆଜି ଭୁବନେଶ୍ୱର ଲୋକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri