ସମଗ୍ର ଶିକ୍ଷା ସମୀକ୍ଷା : ୨୬ ସ୍କୁଲର ଉନ୍ନତି ପାଇଁ ପାରାମିଟର ପ୍ରସ୍ତୁତ

ଢେଙ୍କାନାଳ ଅଫିସ, ୨୩।୬ – ଢେଙ୍କାନାଳ ଜିଲା କାର୍ଯ୍ୟାଳୟରେ ଶୁକ୍ରବର ସମଗ୍ର ଶିକ୍ଷା କାର୍ଯ୍ୟକ୍ରମର ସମୀକ୍ଷା କରାଯାଇଛି। କାର୍ଯ୍ୟକ୍ରମରେ ଜିଲାପାଳ ନିଖିଲ ପଓ୍ବନ କଲ୍ୟାଣ ଯୋଗଦେଇ କହିଲେ, ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ନିର୍ଦ୍ଦେଶକ୍ରମେ ଜିଲାର ୨୬ ସ୍କୁଲର ଉନ୍ନତି ପାଇଁ ପାରାମିଟର ପ୍ରସ୍ତୁତ କରାଯାଇଛି। ସମ୍ପୃକ୍ତ ସ୍କୁଲଗୁଡ଼ିକରେ ପାନୀୟଜଳ, ବିଦ୍ୟୁତ୍‌ ଯୋଗାଣ, ସ୍ବତନ୍ତ୍ର ପାଇଖାନା ବ୍ୟବସ୍ଥା ଉପରେ ସେ ଗୁରୁତ୍ୱାରୋପ କରିଥିଲେ। ବାର୍ଷିକ ପରୀକ୍ଷା, ପୋଷାକ ବିତରଣ, ବିଦ୍ୟାଳୟ ମିଶ୍ରଣ ଉପରେ ଆଲୋଚନା କରାଯାଇଥିଲା। ଶିକ୍ଷାକ୍ଷେତ୍ରରେ ଜିଲାକୁ ରାଜ୍ୟରେ ଅଗ୍ରଣୀ କରିବାକୁ ଜିଲାପାଳ ସମସ୍ତଙ୍କ ସହଯୋଗ କାମନା କରିଛନ୍ତି।
ବୈଠକରେ ଦିଆଯାଇଥିବା ନିର୍ଦ୍ଦେଶ ଅନୁଯାୟୀ ଉପଯୁକ୍ତ ସମୟରେ କାର୍ଯ୍ୟ ସମ୍ପାଦନ କରିବାକୁ ଡିଇଓ ସୁଧାନନ୍ଦ ପରିଡ଼ା ସମସ୍ତଙ୍କୁ ପରାମର୍ଶ ଦେଇଛନ୍ତି। ପିଡି ଡିଆରଡିଏ ନରୋତ୍ତମ ବେହେରା, ଜିଲା ଗ୍ରାମ୍ୟ ଜଳ ଯୋଗାଣ ଓ ପରିମଳ ବିଭାଗ ନିର୍ବାହୀଯନ୍ତ୍ରୀ ବିଜୟାନନ୍ଦ ସାହୁ, ବିଭିନ୍ନ ବ୍ଲକର ଶିକ୍ଷାଧିକାରୀ, ସାଥ୍‌ କାର୍ଯ୍ୟକ୍ରମର ରାଜ୍ୟସ୍ତରୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡି ଛାଡ଼ିଲେ ସୀମାରାଣୀ: ଭାଜପାରେ ଯୋଗଦେବା ସମ୍ଭାବନା

ଢେଙ୍କାନାଳ,୨୩ା୪(ରତନ ନାୟାର):ହିନ୍ଦୋଳ ବିଧାନସଭା ଆସନ ପାଇଁ ବିଜେଡି ପକ୍ଷରୁ ମହେଶ ସାହୁଙ୍କ ନାମ ଘୋଷଣା କରାଯିବା ପରେ ଟିକେଟ୍‌ ଆଶାୟୀ ଥିବା ୨ ଥରର ବିଧାୟିକା...

ବିଧାୟକଙ୍କ ଫେସ୍‌ବୁକ୍‌ ପୋଷ୍ଟ ନେଇ ଜୋର୍‌ଦାର ଚର୍ଚ୍ଚା

ଢେଙ୍କାନାଳ,୨୨ା୪(ରତନ ନାୟାର):ଢେଙ୍କାନାଳ ବିଧାନସଭା ନିର୍ବାଚନମଣ୍ଡଳୀର ବିଜେଡି ପ୍ରାର୍ଥୀ ତଥା ବିଧାୟକ ସୁଧୀର କୁମାର ସାମଲଙ୍କ ଏକ ଫେସ୍‌ବୁକ୍‌ ପୋଷ୍ଟକୁ ନେଇ ଜୋର୍‌ଦାର ଚର୍ଚ୍ଚା ଚାଲିଛି। ସଦର...

ଢେଙ୍କାନାଳ ସଂସଦୀୟ କ୍ଷେତ୍ରରେ ବଢ଼ିଲା ଉଷ୍ମତା, ଲଢ଼େଇରେ ସାମିଲ ୨ ନୂଆ ମୁହଁ

ଢେଙ୍କାନାଳ,୧୫ା୪(ରତନ ନାୟାର): ଢେଙ୍କାନାଳ ଲୋକ ସଭା ଆସନ ପାଇଁ ୩ ପ୍ରମୁଖ ରାଜନୈତିକ ଦଳ ବିଜେଡି, ଭାଜପା ଓ କଂଗ୍ରେସ ପକ୍ଷରୁ ପ୍ରାର୍ଥୀ ଘୋଷଣା ସରିଛି।...

ଅବିନାଶ, ରୁଦ୍ର ପାଣିଙ୍କୁ ଟକ୍କର ଦେବେ ସସ୍ମିତା ବେହେରା

ଢେଙ୍କାନାଳ,୧୪ା୪(ରତନ ନାୟାର)ଅଖିଳ ଭାରତ କଂଗ୍ରେସ କମିଟି (ଏଆଇସିସି)ର ସମ୍ପାଦିକା ତଥା ବରିଷ୍ଠ କଂଗ୍ରେସ ନେତ୍ରୀ ସସ୍ମିତା ବେହେରାଙ୍କୁ କଂଗ୍ରେସ ଢେଙ୍କାନାଳ ଲୋକ ସଭା ଆସନରୁ ପ୍ରାର୍ଥୀ...

ନିର୍ବାଚନୀ ତାତି ବଢ଼ାଉଛି ୫୫ନଂ. ଜାତୀୟ ରାଜପଥ

ଢେଙ୍କାନାଳ,୧୨ା୪(ରତନ ନାୟାର): କଟକରୁ ଢେଙ୍କାନାଳ ଓ ଅନୁଗୋଳ ଦେଇ ସମ୍ବଲପୁରକୁ ଲମ୍ବିଥିବା ୫୫ନଂ. ଜାତୀୟ ରାଜପଥର ଅଧାପନ୍ତରିଆ ଅବସ୍ଥା ଏବେ ନିର୍ବାଚନୀ ପ୍ରସଙ୍ଗ ପାଲଟିଛି। ଢେଙ୍କାନାଳ,...

ହିନ୍ଦୋଳ ଆସନକୁ ନେଇ ଅଙ୍କ ଛିଡୁନି

ଢେଙ୍କାନାଳ,୧୧ା୪(ରତନ ନାୟାର)ଢେଙ୍କାନାଳ ଏମ୍‌ପି ନିର୍ବାଚନ ପାଇଁ ବିଜେଡି ଓ ଭାଜପା ପକ୍ଷରୁ ପ୍ରାର୍ଥୀ ଘୋଷଣା କରାଯାଇସାରିଛି। ସେହିପରି ଜିଲାର ୪ ବିଧାନସଭା ନିର୍ବାଚନମଣ୍ଡଳୀ ମଧ୍ୟରୁ ଢେଙ୍କାନାଳ,...

ସନ୍ଦିଗ୍ଧ ପାରା ଉଦ୍ଧାର:ଗୋଡ଼ରେ ଲାଗିଛି ଜିପିଏସ୍‌ ଟ୍ରାକର ଭଳି ଚିପ୍‌

ଢେଙ୍କାନାଳ,୯ା୪(ରତନ ନାୟାର):ଢେଙ୍କାନାଳ ଜିଲା ଗଁଦିଆ ବ୍ଲକ ନିହଲପ୍ରସାଦ ଥାନା ଲାଉଲଇ ଗ୍ରାମର ଏକ ମନ୍ଦିର ପରିସରରୁ ସୋମବାର ଏକ ପାରାକୁ ଅଞ୍ଚଳବାସୀ ଉଦ୍ଧାର କରିଛନ୍ତି। ଉକ୍ତ...

ବୋମାମାଡ଼ କରି ଲୁଟିନେଲେ ୧୪ ଲକ୍ଷ ଟଙ୍କା

କାମାକ୍ଷାନଗର,୫।୪(ସୁଧୀର କୁମାର ପରିଡା): ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ଜିରାଳ ସାପ୍ତାହିକ ହାଟରୁ ଶୁକ୍ରବାର ସକାଳେ ଏକ ବଡ଼ ଲୁଟ୍‌ ହୋଇଛି। ୫ ଜଣ ଦୁର୍ବୃତ୍ତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri