ସମଝୌତା ଏକ୍ସପ୍ରେସ୍‌କୁ ସୀମାରେ ଅଟକାଇଲା ପାକ୍‌

ଇସ୍‌ଲାମାବାଦ/ନୂଆଦିଲ୍ଲୀ,୯।୮:ଭାରତ ଓ ପାକିସ୍ତାନ ମଧ୍ୟରେ ଚଳାଚଳ କରୁଥିବା ସମଝୌତା ଏକ୍ସପ୍ରେସ୍‌ ଟ୍ରେନ୍‌ ସେବାକୁ ଇସ୍‌ଲାମାବାଦ ବାତିଲ କରିଦେଇଥିବା ଏହାର ରେଳମନ୍ତ୍ରୀ ଶେଖ୍‌ ରଶିଦ୍‌ ଗୁରୁବାର ଘୋଷଣା କରିଥିବାବେଳେ ଭାରତ ଏହାକୁ ଖଣ୍ଡନ କରିଛି। ଏନେଇ ଇସ୍‌ଲାମାବାଦ ପକ୍ଷରୁ କୌଣସି ଆନୁଷ୍ଠାନିକ ବିଜ୍ଞପ୍ତି ପ୍ରକାଶ ପାଇ ନ ଥିବା ଭାରତୀୟ କର୍ତ୍ତୃପକ୍ଷ କହିଛନ୍ତି। ଓ୍ବାଘା ସୀମାରେ ଅଟକିଥିବା ସମଝୌତା ଏକ୍ସପ୍ରେସ୍‌କୁ ଭାରତୀୟ ଡ୍ରାଇଭର ଓ କର୍ମଚାରୀ ଅଟାରି ଆଣିଛନ୍ତି।
ସମଝୌତା ଏକ୍ସପ୍ରେସ୍‌ ଚଳାଚଳ ବନ୍ଦ କରିବାକୁ ନିଷ୍ପତ୍ତି ନିଆଯାଇଥିବା ପାକ୍‌ ମନ୍ତ୍ରୀ କହିବା ସହ ଏତେଶୀଘ୍ର ଏହା ଚଳାଚଳ କରିବ ନାହିଁ ବୋଲି ସୂଚନା ଦେଇଥିଲେ। ସେ ରେଳମନ୍ତ୍ରୀ ଥିବା ପର୍ଯ୍ୟନ୍ତ ଉକ୍ତ ଟ୍ରେନ ଚଳାଚଳ କରିପାରିବନି ବୋଲି ରଶିଦ୍‌ ଖବରଦାତାମାନଙ୍କୁ କହିଥିବା ଏକ ଗଣମାଧ୍ୟମ ରିପୋର୍ଟରେ ପ୍ରକାଶ ପାଇଥିଲା। ଅନ୍ୟପକ୍ଷରେ ପାକିସ୍ତାନ ତା’ର ଟ୍ରେନ୍‌ କର୍ମଚାରୀ ଓ ଗାର୍ଡ଼ମାନଙ୍କ ସୁରକ୍ଷା ପ୍ରଶ୍ନ ଉଠାଇଛି। ସମଝୌତା ଏକ୍ସପ୍ରେସ୍‌ର କର୍ମଚାରୀ ଓ ଗାର୍ଡ ଭାରତ ଆସିବାକୁ ଚାହୁଁ ନ ଥିବା ପାକ୍‌ ରେଲଓ୍ବେ ପକ୍ଷରୁ ଜଣାଇ ଦିଆଯାଇଛି ବୋଲି ଅଟାରି ଷ୍ଟେଶନମାଷ୍ଟର ଅରବିନ୍ଦ ଗୁପ୍ତା କହିଥିଲେ। ତେଣୁ ଅମୃତସରରୁ ଏକ ଟ୍ରେନ୍‌ ଇଞ୍ଜିନ, ଡ୍ରାଇଭର ଓ କର୍ମଚାରୀଙ୍କୁ ସେଠାକୁ ପଠାଯାଇଥିଲା।
ସୂଚନା ଅନୁଯାୟୀ ସକାଳ ୯ଟା ୩୦ରୁ ସମଝୌତା ଏକ୍ସପ୍ରେସ ଓ୍ବାଘା ରେଳଷ୍ଟେଶନରେ ଅଟକି ରହଥିଲା। ସେଥିରେ ୧୧୦ ଜଣ ଯାତ୍ରୀ ଥିବାବେଳେ ପାକିସ୍ତାନ ଯିବା ଲାଗି ଷ୍ଟେଶନରେ ୭୦ ଯାତ୍ରୀ ଅପେକ୍ଷା କରିରହିଛନ୍ତି। ଜମ୍ମୁ-କଶ୍ମୀରରୁ ଅନୁଚ୍ଛେଦ ୩୭୦ ହଟିବା ଏବଂ ଏହାକୁ ଦୁଇଟି କେନ୍ଦ୍ର ଶାସିତ ଅଞ୍ଚଳରେ ବିଭକ୍ତ କରାଯିବା ପରେ ଏହାକୁ ନେଇ ଦୁଇଦେଶ ମଧ୍ୟରେ ଉତ୍ତେଜନା ବୃଦ୍ଧିପାଇଛି। ପାକିସ୍ତାନ ଭାରତ ସହ କୂଟନୈତିକ ଓ ବାଣିଜି୍ୟକ ସମ୍ପର୍କ ଛିନ୍ନ କରିଛି। ତେବେ କର୍‌ତାରପୁର କରିଡର କାର୍ଯ୍ୟ ଜାରି ରହିବ ବୋଲି ପାକିସ୍ତାନ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଜୁଲାଇ ୨ରୁ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା, ଜୁଲାଇ ୨ରୁ ୧୦ ପର୍ଯ୍ୟନ୍ତ ଚାଲିବ; ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ

କଟକ,୨୭ା୫ (କାର୍ତ୍ତିକ ସାହୁ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଚଳିତ ବର୍ଷର ସପ୍ଲିମେଣ୍ଟାରୀ ହାଇସ୍କୁଲ ସାର୍ଟିଫିକେଟ ପରୀକ୍ଷା ଆଗାମୀ ଜୁଲାଇ ୨ ତାରିଖରୁ ଆରମ୍ଭ…

ଡେଣ୍ଟାଲ ସର୍ଜନ ପରୀକ୍ଷା ବିଜ୍ଞପ୍ତି ପ୍ରତ୍ୟାହାର କଲା ଓପିଏସ୍‌ସି, ଆଶାୟୀଙ୍କ ସମସ୍ତ ଆବେଦନ ବାତିଲ

କଟକ,୨୭ା୫(କାର୍ତ୍ତିକ ସାହୁ) ଓଡ଼ିଶା ପବ୍ଲିକ ସର୍ଭିସ କମିଶନ (ଓପିଏସ୍‌ସି) ଡେଣ୍ଟାଲ ସର୍ଜନ ପଦବୀରେ ନିଯୁକ୍ତି ପରୀକ୍ଷା ନିମନ୍ତେ ୨୦୨୫-୨୬ରେ ପ୍ରକାଶ କରିଥିବା ବିଜ୍ଞପ୍ତି ନଂ-୭କୁ ପ୍ରତ୍ୟାହାର କରିଛି।…

ତୈଳଦର ବୃଦ୍ଧି; ପାରଳାଖେମୁଣ୍ଡିରେ ବିଜେଡିର ବିକ୍ଷୋଭ ପ୍ରଦର୍ଶନ, ଟାୟାର ଜାଳି….

ଗଜପତି,୨୭।୫(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ଠାରେ ପେଟ୍ରୋଲ ଓ ଡିଜେଲର ବର୍ଦ୍ଧିତ ଦର ପ୍ରତିବାଦରେ ଆଜି ବିଜେଡି ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । ଜିଲା ସଭାପତି…

ଗୃହ ନିର୍ମାଣ ବେଳେ ଗୋଟିଏ ମହଲାରୁ ପଡ଼ି ଚାଲିଗଲା ମହିଳା ଶ୍ରମିକଙ୍କ ଜୀବନ, ବିଦ୍ୟୁତ ସଂସ୍ପର୍ଶରେ ଆସି….

ଦାରିଙ୍ଗବାଡି,୨୭।୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଏକ ଗୃହ ନିର୍ମାଣ ସମୟରେ ଏକ ବଡ଼ ଅଘଟଣ ଘଟିଯାଇଛି । ବୁଧବାର ପୂର୍ବାହ୍ନ ୧୧ ଟା…

ଜବତ ବଢିଲେବି କମୁନି ଗଞ୍ଜେଇ ବେପାର; ୪୫ କେଜି ଗଞ୍ଜେଇ ସହ କନ୍ଧମାଳର ୨ ଅଭିଯୁକ୍ତ ଗିରଫ

ଭଞ୍ଜନଗର,୨୭।୫(ବାବୁଲା ପ୍ରଧାନ): କନ୍ଧମାଳ ଜିଲାରୁ ଅଧିକାଂଶ ସମୟ ଗଞ୍ଜାମ ଜିଲା ଭଞ୍ଜନଗର ଦେଇ ବିପୁଳ ପରିମାଣର ଗଞ୍ଜେଇ ରାଜ୍ୟର ବିଭିନ୍ନ ଅଞ୍ଚଳ ଏବଂ ରାଜ୍ୟ ବାହାରକୁ ଚୋରା…

ଆଇପିଏଲ୍‌ରେ ବୈଭବଙ୍କ ମହାରେକର୍ଡ: କମିନ୍ସଙ୍କୁ ଟର୍ଗେଟ, ୬୦ ଛକା ମାରି ଭାଙ୍ଗିଲେ ଗେଲ୍‌ଙ୍କ ସହ ରାଇନାଙ୍କ…

ନୂଆଦିଲ୍ଲୀ,୨୭।୫: ଆଇପିଏଲ (IPL) ମଇଦାନରେ ପୁଣି ଥରେ ଇତିହାସ ରଚିଛନ୍ତି ଯୁବ ବ୍ୟାଟର ବୈଭବ ସୂର୍ଯ୍ୟବଂଶୀ। ଏହି ବାମହାତୀ ବିସ୍ଫୋରକ ବ୍ୟାଟର ସନରାଇଜର୍ସ ହାଇଦ୍ରାବାଦ ବିପକ୍ଷରେ ମାତ୍ର…

ଜନଜାତି ମହିଳା ସମାବେଶରେ ଯୋଗଦେଲେ ଦିଗପହଣ୍ଡି ବିଧାୟକ, ମେଧାବୀ ଛାତ୍ରୀଛାତ୍ର….

ଦିଗପହଣ୍ଡି,୨୭।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ସହଦେବ ଟିକରପଡା  ମହେନ୍ଦ୍ରଗିରି ଆଦିମ ଅଧିବାସୀ କୁଇ ସମାଜ ପକ୍ଷରୁ ବୁଧବାର ଜନଜାତି ମହିଳା ସମାବେଶ ଅନୁଷ୍ଠିତ…

କୁକୁଟବନ୍ଧ ଛକରେ ମର୍ମନ୍ତୁଦ ଦୁର୍ଘଟଣା; ଭାରସାମ୍ୟ ହରାଇ ଗଛକୁ ଧକ୍କା ଦେଲା ସ୍କୁଟି, ଚାଳକ ମୃତ

ଦିଗପହଣ୍ଡି,୨୭।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଛକରେ ରାସ୍ତାକଡର ଏକ ଗଛକୁ ଧକ୍କା ଦେଲା ସ୍କୁଟି । ଦୁର୍ଘଟଣାରେ ସ୍କୁଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri