ସମନ୍ବିତ ଶିଶୁ ବିକାଶ ପ୍ରକଳ୍ପରେ ଅର୍ଥ ହେରଫେର ଘଟଣା; ତଦନ୍ତ ନିର୍ଦ୍ଦେଶ ଦେଲେ ଉପଜିଲାପାଳ

ତାଳଚେର,୧୮ା୮(ନି.ପ୍ର.)  ତାଳଚେର ସମନ୍ବିତ ଶିଶୁ ବିକାଶ ପ୍ରକଳ୍ପରେ କଣ୍ଟିଜେନ୍ସି ବାବଦ ଅର୍ଥ ହେରଫେର ଘଟଣାର ତଦନ୍ତ କରବିାକୁ ଉପଜିଲାପାଳ ନିର୍ଦ୍ଦେଶ ଦେଇଛନ୍ତି। କଣ୍ଟିଜେନ୍ସି ଅର୍ଥ ହଡପ, ଇସିସିଇ ଟ୍ରେନିଂ ମମତା ଯୋଜନା, ସ୍ବୟଂ ସହାୟକ ଗୋଷ୍ଠୀ ତାଲିମ ଓ ଅନ୍ୟାନ୍ୟ ରିଫ୍ରେସର ଟ୍ରେନିଂ ବାବଦକୁ ଆସୁଥିବା ଅର୍ଥର ଠିକ ବିନିଯୋଗ କରାଯାଉ ନ ଥିବା ଅଙ୍ଗନଓ୍ବାଡ଼ି ସଂଘ ପକ୍ଷରୁ ଉପଜିଲାପାଳଙ୍କ ନିକଟରେ ଅଭିଯୋଗ ହୋଇଥିଲା। ତେବେ ଉପଜିଲାପାଳଙ୍କ ତଦନ୍ତ ନିର୍ଦ୍ଦେଶ ପରେ ସିଡିପିଓ, ସୁପରଭାଇଜରମାନେ ତରବରିଆଭାବେ ପୌରାଞ୍ଚଳର ସମସ୍ତ କେନ୍ଦ୍ରକୁ ୮ଟି ସେଟ୍‌ ଲେଖାଏଁ ପ୍ଲାଷ୍ଟିକ ସାମଗ୍ରୀ ଯୋଗାଇ ଦେଇ ଏକ ସାଦା କାଗଜରେ ସମସ୍ତ କର୍ମୀମାନଙ୍କ ଠାରୁ ଦସ୍ତଖତ କରାଇ ନେଇଥିବା ସଂଘ ଅଭିଯୋଗ କରିଛି। କିଛି କେନ୍ଦ୍ରକୁ ୪/୫ ଟି ସେଟ୍‌ ଦିଆଯାଇଛି। କିନ୍ତୁ ଗ୍ରାମାଞ୍ଚଳର କୌଣସି କେନ୍ଦ୍ରକୁ ପ୍ଲାଷ୍ଟିକ ସାମଗ୍ରୀ ଯୋଗାଣ ହୋଇନାହିଁ। ଏହି କଣ୍ଟିଜେନ୍ସି ବାବଦକୁ ଲକ୍ଷ ଲକ୍ଷ ଟଙ୍କା ହଡ଼ପ ହୋଇଥିବା ସଂଘ ଅଭିଯୋଗ ଆଣିଛି। ଘଟଣାରେ ବିଡିଓ ଓ ସହକାରୀ ଜିଲାପାଳ ଯୁଗ୍ମସ୍ତରୀୟ ତଦନ୍ତ କରାଯିବା ନେଇ ପତ୍ର ସଂଖ୍ୟା ୬୩୮୩ରେ ଗତ ୧୯ା୦୭ା୧୯ ତାରିଖରେ ଲିଖିତ ନିର୍ଦ୍ଦେଶ ଦିଆଯାଇଛି। ଅପରପକ୍ଷେ ଏହାର ଭିଜିଲାନ୍ସ ତଦନ୍ତ କରିବାକୁ ସଂଘ ଦାବି କରିଛି। ଏ ସମ୍ପର୍କରେ ସିଡିପିଓ ଲୀଳାବତୀ ନାଗଙ୍କୁ ଯୋଗାଯୋଗ କରିବାରେ କହିଛନ୍ତି, କଣ୍ଟିଜେନ୍ସି ଅର୍ଥର ଠିକ ବିନିଯୋଗ କରାଯାଇଛି ା ଅଭିଯୋଗର କୌଣସି ସତ୍ୟତା ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ରେଳ ଲାଇନ୍‌ ପାରି ହେଉଥିଲେ, ଧକ୍କା ଦେଲା ବାଙ୍ଗିରିପୋଷି-ରୁପ୍ସା ଟ୍ରେନ: ମୁଣ୍ଡରୁ ଗଣ୍ଡି ଅଲଗା…

ବୈଶିଙ୍ଗା, ୧।୪ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମଛପଦା ନିକଟରେ ବୁଧବାର ରାତିରେ ଏକ ମର୍ମନ୍ତୁଦ ରେଳ ଦୁର୍ଘଟଣା ଘଟିଯାଇଛି। ବାଙ୍ଗିରିପୋଷି-ରୁପ୍ସା ଡିଏମୟୁ…

ଗଜପତି ପୋଲିସର ବଡ଼ ସଫଳତା: ୧ କୋଟି ୮୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୩ ମାଫିଆ…

ମୋହନା, ୧।୪(ମନ୍ମଥ ମିଶ୍ର): ରାଜ୍ୟ ସରକାରଙ୍କ ଗଞ୍ଜେଇ ମୁକ୍ତ ଓଡ଼ିଶା ଅଭିଯାନ ମଧ୍ୟରେ ଗଜପତି ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଜିଲାର ଆର୍‌. ଉଦୟଗିରି ଥାନା…

ରାସାୟନିକ ଦୁର୍ଘଟଣା ରୋକିବାରେ ‘ଗ୍ରାସିମ୍‌’ ତୁଲାଉଛି ଗୁରୁଦାୟିତ୍ୱ, ଜନସାଧାରଣଙ୍କ ମଧ୍ୟରେ…

ଗଞ୍ଜାମ,୧ା୪(ଅନାଥ ତରାଇ/ବିଦ୍ୟାଧର ସାହୁ)- ପରିବେଶ ସୁରକ୍ଷା ଏବଂ ଜନସାଧାରଣଙ୍କ ନିରାପତ୍ତା ପ୍ରତି ନିଜର ପ୍ରତିବଦ୍ଧତା ପ୍ରଦର୍ଶନ କରି ପୁଣିଥରେ ଚର୍ଚ୍ଚାରେ ଗ୍ରାସିମ୍‌ ଇଣ୍ଡଷ୍ଟ୍ରିଜ୍‌। ମଙ୍ଗଳବାର ଅପରାହ୍ନ ପ୍ରାୟ…

ଥୁଆମୂଳ ରାମପୁରରେ ମା’ ଠାକୁରାଣୀଙ୍କ ଚୈତ୍ର ଘଣ୍ଟଯାତ୍ରା ସମ୍ପନ୍ନ: ଭକ୍ତିମୟ ପରିବେଶରେ ନିଜ ଆସ୍ଥାନକୁ ଫେରିଲେ ମା’

ଥୁଆମୂଳ ରାମପୁର,୧।୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ମୁଖ୍ୟାଳୟରେ ଅତି ଆଡ଼ମ୍ବର ସହକାରେ ଅନୁଷ୍ଠିତ ହେଉଥିବା ମା’ ଠାକୁରାଣୀଙ୍କ ପବିତ୍ର ଚୈତ୍ର ଘଣ୍ଟଯାତ୍ରା…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଛତ୍ରପୁରରେ ୯୧ତମ ପୋଲିିସ ପ୍ରତିଷ୍ଠା ଦିବସ ପାଳିତ: ଗଞ୍ଜାମ ପୋଲିସର ସଫଳତାକୁ ଏସ୍‌ପିଙ୍କ ପ୍ରଶଂସା, ପୁରସ୍କୃତ ହେଲେ…

ଛତ୍ରପୁର,୧।୪(ଦିଲ୍ଲୀପ ସାମଲ): ଛତ୍ରପୁର ପୋଲିସ ପଡ଼ିଆଠାରେ ବୁଧବାର ୯୧ତମ ପୋଲିସ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଗଞ୍ଜାମ ଜିଲା ଏସ୍‌ପି  ଶୁଭେନ୍ଦୁ କୁମାର ପାତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri