ସମନ୍ବୟ ପାଇଁ ନୋଡାଲ ଅଥରିଟି ଗଠନ କର

ଭୁବନେଶ୍ୱର,୩୦।୪(ବ୍ୟୁରୋ): କରୋନା(କୋଭିଡ୍‌-୧୯) ସଂକ୍ରମଣ ଆଶଙ୍କାରେ ସମଗ୍ର ଦେଶ ମାସେରୁ ଊର୍ଦ୍ଧ୍ୱକାଳ ଧରି ଲକ୍‌ଡାଉନରେ ରହିଛି। ଲକ୍ଷଲକ୍ଷ ଲୋକ ଅସହାୟ ଅବସ୍ଥାରେ ବିଭିନ୍ନ ରାଜ୍ୟରେ ଫସି ରହିଛନ୍ତି। ସେଠାରେ ସେମାନଙ୍କୁ କାମଧନ୍ଦା ମିଳୁ ନ ଥିବାରୁ ନିଜ ଭିଟାମାଟିକୁ ଫେରିବାକୁ ବ୍ୟାକୁଳ ହେଉଛନ୍ତି। ତେବେ ଅନ୍ୟ ରାଜ୍ୟରେ ଫସିଥିବା ଲୋକମାନେ କିଭଳି ସୁରକ୍ଷିତ ଭାବେ ନିଜ ଗ୍ରାମକୁ ଫେରିବେ ଓ ସେମାନଙ୍କ କୋଭିଡ୍‌ ପରୀକ୍ଷା କରାଯିବ ସେନେଇ ରାଜ୍ୟ ସରକାର ପଞ୍ଚାୟତ ଓ ପାୈରାଞ୍ଚଳରେ ଅସ୍ଥାୟୀ ଚିକିତ୍ସା କ୍ୟାମ୍ପ ବା କ୍ୱାରାଣ୍ଟାଇନ୍‌ ସେଣ୍ଟର ଖୋଲିଛନ୍ତି। ଅନ୍ୟ ରାଜ୍ୟରୁ ଲୋକମାନେ କିଭଳି ସୁରକ୍ଷିତ ଭାବେ ନିଜ ରାଜ୍ୟକୁ ଫେରିବେ ସେ ନେଇ ଏସଓପି(ଷ୍ଟାଣ୍ଡାର୍ଡ ଅପରେଟିଂ ପ୍ରୋସିଜିଓର) ପ୍ରସ୍ତୁତ କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭିଡିଓ କନ୍‌ଫରେନ୍‌ସିଂ ଆଲୋଚନାବେଳେ ପ୍ରସ୍ତାବ ଦେଇଥିଲେ। ବୁଧବାର କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ଲୋକଙ୍କ ଆନ୍ତଃରାଜ୍ୟ ପରିବହନ ନେଇ ଏକ ଗାଇଡ୍‌ଲାଇନ ବା ନିର୍ଦ୍ଦେଶନାମା ଜାରି କରିଛି। ବିଭିନ୍ନ ରାଜ୍ୟରେ ଫସି ରହିଥିବା ଶ୍ରମିକ, ତୀର୍ଥଯାତ୍ରୀ, ପର୍ଯ୍ୟଟକ, ଛାତ୍ରୀଛାତ୍ର, ଏବଂ ଅନ୍ୟାନ୍ୟ ଲୋକମାନେ କିପରି ବିନା ବାଧାରେ ଫେରି ପାରିବେ ସେନେଇ ଏହି ନିର୍ଦ୍ଦେଶନାମା ଜାରି କରାଯାଇଛି। ଅନ୍ୟ ରାଜ୍ୟରେ ଫସି ରହିଥିବା ଲୋକଙ୍କୁ ନିଜ ରାଜ୍ୟରୁ ପଠାଇବା ଏବଂ ଗ୍ରହଣ କରିବା ପାଇଁ ପ୍ରତ୍ୟେକ ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳଗୁଡ଼ିକ ସ୍ବୀକୃତିପ୍ରାପ୍ତ ନୋଡାଲ କର୍ତ୍ତୃପକ୍ଷ ଗଠନ କରିବା ସହ ଏକ ଷ୍ଟାଣ୍ଡାର୍ଡ ପ୍ରୋଟୋକଲ ବିକାଶ କରିବାକୁ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପରାମର୍ଶ ଦେଇଛି। ନୋଡାଲ କର୍ତ୍ତୃପକ୍ଷ ଲୋକଙ୍କ ପଞ୍ଜୀକରଣ କରିବା ଆବଶ୍ୟକ। ଯଦି ଫସି ରହିଥିବା ଲୋକମାନେ ଗୋଟିଏ ରାଜ୍ୟରୁ ଅନ୍ୟରାଜ୍ୟକୁ ଯିବାକୁ ଚାହିଁବେ ତେବେ ଉଭୟ ରାଜ୍ୟ ପରସ୍ପର ମଧ୍ୟରେ ସମନ୍ବୟ ରକ୍ଷା କରି ମିଳିତ ଭାବେ ସଡ଼କ ପଥରେ ଯିବାକୁ ଅନୁମତି ଦେବାକୁ କୁହାଯାଇଛି। ସେହିପରି ଅନ୍ୟ ରାଜ୍ୟକୁ ଯାଉଥିବା ଲୋକଙ୍କୁ ସ୍କ୍ରିନିଂ କରି ଛାଡ଼ିବାକୁ କୁହାଯାଇଛି। ଯଦି କେହି ସାମାନ୍ୟ ଅସୁସ୍ଥ ଅନୁଭବ କରୁଥିବେ ତେବେ ସେମାନଙ୍କୁ ଯିବା ପାଇଁ ଅନୁମତି ଦେବାକୁ ପରାମର୍ଶ ଦିଆଯାଇଛି। ନିଜ ରାଜ୍ୟରେ ପହଞ୍ଚତ୍ବା ପରେ ସ୍ଥାନୀୟ ସ୍ବାସ୍ଥ୍ୟ ଅଧିକାରୀଙ୍କ ଦ୍ୱାରା ସେମାନଙ୍କ ସ୍ବାସ୍ଥ୍ୟ ପରୀକ୍ଷା କାରାଯିବ। ଯଦି କେହି ଗୁରୁତର ନ ଥିବେ ତେବେ ସେମାନଙ୍କ ପାଇଁ ପ୍ରସ୍ତୁତ କରାଯାଇଥିବା ସରକାରୀ କ୍ୱାରାଣ୍ଟାଇନ୍‌ରେ ନ ରଖି ନିଜ ଘରେ କ୍ୱାରାଣ୍ଟାଇନରେ ରଖାଯିବ। ସେମାନଙ୍କ ସ୍ବାସ୍ଥ୍ୟ ଉପରେ ନଜର ରଖିବାସହିତ ନିୟମିତ ବ୍ୟବଧାନରେ ସ୍ବାସ୍ଥ୍ୟ ପରୀକ୍ଷା କରିବାକୁ ପରାମର୍ଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

JDUରୁ ନିଶାନ୍ତ ହେବେ ପରବର୍ତ୍ତି ମୁଖ୍ୟମନ୍ତ୍ରୀ? ଏହି ଚର୍ଚ୍ଚା ଭିତରେ RJD କଲା ଚମକାଇବା ଭଳି ଦାବି

ପାଟନା,୨୪।୧୨: ନିକଟରେ, ୨୦୨୫ ବିହାର ବିଧାନସଭା ନିର୍ବାଚନ ପରେ, ନୀତୀଶ କୁମାର ଦିଲ୍ଲୀରେ ପ୍ରଧାନମନ୍ତ୍ରୀ ମୋଦି ଏବଂ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କୁ ଭେଟିଥିଲେ। ଏହି ବୈଠକକୁ...

‘ନିର୍ବାଚନ ଅଟକାଇବା ପାଇଁ କରାଯାଇଛି ହତ୍ୟା’, ୟୁନୁସ ସରକାରଙ୍କ ଉପରେ ଗୁରୁତର ଅଭିଯୋଗ ଆଣିଲେ ହାଦିଙ୍କ ଭାଇ

ଢାକା,୨୪।୧୨: ଛାତ୍ର ନେତା ସରିଫ ଓସମାନ ହାଦିଙ୍କ ହତ୍ୟା ପରେ ବାଂଲାଦେଶରେ ରାଜନୈତିକ ଉତ୍ତେଜନା ବୃଦ୍ଧି ପାଇଛି। ଢାକାରେ ହାଦିଙ୍କ ମୁଣ୍ଡରେ ଗୁଳି ମାଡ଼ ହୋଇଥିଲା,...

ଚାନ୍ଦବାଲି ଲଜ୍ଜା: ଆକ୍ସନ ମୋଡ୍‌ରେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୪।୧୨: ଭଦ୍ରକ ଜିଲା ଚାନ୍ଦବାଲିରେ ଏକ ଲଜ୍ୟାଜନକ ଘଟଣା ଘଟିଯାଇଛି l ଜଣେ ୧୧ ବର୍ଷୀୟା ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା କରି ଲଟା ବୁଦାକୁ ଫିଙ୍ଗି...

ରତ୍ନଭଣ୍ଡାରକୁ ନେଇ ବଡ଼ ବୟାନ ଦେଲେ ଆଇନ ମନ୍ତ୍ରୀ: ୫ରୁ ୬ ମାସ ଭିତରେ…

ଭୁବନେଶ୍ୱର,୨୪।୧୨: ରତ୍ନଭଣ୍ଡାର ଗଣତିମଣତିକୁ ନେଇ ବଡ଼ ବୟାନ ଦେଇଛନ୍ତି ଆଇନ ମନ୍ତ୍ରୀ ପୃଥୀରାଜ ହରିଚନ୍ଦନ। ସେ କହିଛନ୍ତି, ଖୁବଶୀଘ୍ର ରତ୍ନଭଣ୍ଡାର ଗଣତି ମଣତି ପ୍ରକ୍ରିୟା ଆରମ୍ଭ...

ଧାନକିଣାରେ ଅବ୍ୟବସ୍ଥା: ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ମିଳିତ କୃଷକ ମଞ୍ଚର ଧାରଣା

ବଲାଙ୍ଗୀର,୨୪।୧୨(ସୁନିଲ କୁମାର ମହାନ୍ତି): ଧାନକିଣା ଅବ୍ୟବସ୍ଥା ପ୍ରତିବାଦରେ ମିଳିତ କୃଷକ ମଞ୍ଚ ପକ୍ଷରୁ ବୁଧବାର ବଲାଙ୍ଗୀର ଜିଲାର ଚାଷୀ ସଙ୍ଗଠନ ମିଳିତ ଭାବେ ଧାରଣାରେ ବସିଛନ୍ତି...

ଦୁର୍ନୀତି ନିବାରଣ ଅଧିକାରୀ କହି ରାଜ ପରିବାରରୁ ଲୁଟିନେଲେ ଦୁର୍ବୃତ୍ତ: ଡିଜିଟାଲ ଭିଡ଼ିଓ ରେକର୍ଡରକୁ ବି…

ଦାରିଙ୍ଗବାଡି, ୨୪।୧୨ (ଅରୁଣ ସାହୁ): ଆମେ ଦୁର୍ନୀତି ବିଭାଗରୁ ଆସିଛୁ ଆପଣଙ୍କ ପୁଅ ବହୁତ ଦୁର୍ନୀତି କରିଛନ୍ତି। ତୁମ ଘରେ ରହିଥିବା ସୁନା ଅଳଙ୍କାର ଓ...

ଆଜିଠୁ ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସା ୭ଟାରେ ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା ପୂର୍ବରୁ...

ଠାକରେ ବ୍ରଦର୍ସଙ୍କୁ ଏକାଠି କଲା ବିଏମସି ନିର୍ବାଚନ, ଶିବସେନା, ୟୁବିଟି ଏବଂ ଏମଏନଏସ ଘୋଷଣା କଲା ମେଣ୍ଟ

ମୁମ୍ବାଇ,୨୪।୧୨: ବାଲାସାହେବ ଠାକରେଙ୍କ ଶିବସେନା ମହାରାଷ୍ଟ୍ରରେ ପୁଣି ଥରେ ଶକ୍ତିଶାଳୀ ହେଉଥିବା ଦେଖାଯାଉଛି। ତାଙ୍କ ପୁଅ ଉଦ୍ଧବ ଠାକରେ ଏବଂ ଭଣଜା ରାଜ ଠାକରେ, ଯେଉଁମାନେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri