ସମବାୟ ମନ୍ତ୍ରୀଙ୍କ ଅଚାନକ ଗସ୍ତ:କୋଅପରେଟିଭ ୟୁନିୟନ, ଓପୋଲଫେଡ୍‌ କାର୍ଯ୍ୟାଳୟରେ ଅଧା କର୍ମଚାରୀ ଅନୁପସ୍ଥିତ

ଭୁବନେଶ୍ୱର,୧୭-୯(ବ୍ୟୁରୋ): ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ, ସମବାୟ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ ସୋମବାର ଅପରାହ୍ନରେ ଓଡ଼ିଶା ରାଜ୍ୟ କୋଅପରେଟିଭି ୟୁନିୟନକୁ ଅଚାନକ ପରିଦର୍ଶନ କରିଥିଲେ। ମନ୍ତ୍ରୀ କାର୍ଯ୍ୟାଳୟ ବୁଲି ଦେଖିବା ସହ ଉପସ୍ଥାନ ଯାଞ୍ଚ କରିଥିଲେ। ଗସ୍ତ ସମୟରେ ଅନେକ କର୍ମଚାରୀ ନିଜ ଆସନରେ ନ ଥିବା ଦେଖିବାକୁ ପାଇଥିଲେ। ଅନୁପସ୍ଥିତ ଥିବା କର୍ମଚାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ପରିଦର୍ଶନ ସମୟରେ ମନ୍ତ୍ରୀ ୨୦୧୮-୧୯ ବର୍ଷରେ ୟୁନିୟନ କି କି କାର୍ଯ୍ୟ କରିଛି ପଚାରି ବୁଝିବା ସହ ୧୯-୨୦ ଆର୍ଥିକ ବର୍ଷରେ କେଉଁ କାର୍ଯ୍ୟକ୍ରମ ହାତକୁ ନେଇଛନ୍ତି ସେ ସମ୍ପର୍କରେ ଆଲୋଚନା କରିଥିଲେ। ସେହିପରି ମନ୍ତ୍ରୀ ଲକ୍ଷ୍ମୀସାଗରସ୍ଥିତ ଓପୋଲଫେଡ କାର୍ଯ୍ୟାଳୟ ଗସ୍ତ କରିଥିଲେ। ସେଠାରେ ମଧ୍ୟ ସମାନ ଅବସ୍ଥା। ମୋଟ ୨୬ କର୍ମଚାରୀଙ୍କ ମଧ୍ୟରୁ ୧୧ ଜଣ ଉପସ୍ଥିତ ଥିବା ଦେଖି ମନ୍ତ୍ରୀ ଅସନ୍ତୋଷ ବ୍ୟକ୍ତକରିଥିଲେ। କାର୍ଯ୍ୟାଳୟ ସମୟରେ ଉପସ୍ଥିତ ରହିବାକୁ ତାଗିଦ କରିଥିଲେ। ଓପୋଲଫେଡର ବାର୍ଷିକ ବଜେଟ ସମ୍ପର୍କରେ ମନ୍ତ୍ରୀ ପଚାରି ବୁଝିବା ସହିତ ଏହାର କାର୍ଯ୍ୟକ୍ରମ ବିଷୟରେ ଆଲୋଚନା କରିଥିଲେ। ରାଜ୍ୟ ସରକାରଙ୍କ ୫-ଟି ସୂତ୍ରକୁ ଅତି ନିଷ୍ଠାର ସହ ପାଳନ କରିବାକୁ ମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆରମ୍ଭରୁ ସାର କଳାବଜାର, ବରଗଡ଼ରେ ତେଜିଲା ଚାଷୀ ଅସନ୍ତୋଷ

ବରଗଡ଼, ୧୭।୨(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଚାଷୀଙ୍କ ସମସ୍ୟା ଲାଗି ରହିଛି। ଖରିଫକ ଧାନ ବିକ୍ରି ସମସ୍ୟା ତୁଟି ନଥିବାବେଳେ ଚାଷୀମାନଙପରେ ଏବେ ରବି ଋତୁର…

ସମ୍ପର୍କୀୟଙ୍କ ସହ ଘରୁ ବାହାରିଥିଲେ, ଗଛରେ ପିଟି ହୋଇ ଚାଲିଗଲା ଯୁବକଙ୍କ ଜୀବନ; ଏଯାଏ ମିଳୁନି…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଜାରିଙ୍ଗ ଛକ ନିକଟରେ ମଙ୍ଗଳବାର ରାତି ପାୟ ସାଢ଼େ ୮ ଟାରେ ଗଛରେ ପିଟି ହୋଇ ଜଣେ…

ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…

ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍‌ ପରୀକ୍ଷା, ବାଇକ୍‌ ସହ ଦୁର୍ଘଟଣା ପରେ ଟ୍ରାକ୍ଟର ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…

ବ୍ରହ୍ମପୁର-ରେଢ଼ାଖୋଲ ରେଳ ପ୍ରକଳ୍ପ: ୩୩୨ କିମି ହେବ ରେଳ ଲାଇନ୍‌, ଅର୍ଥ ଅନୁମୋଦନ କେବେ…?

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ)- ସରକାର ପରେ ସରକାର ବଦଳୁଛି, କିନ୍ତୁ ବ୍ରହ୍ମପୁର ଭାୟା ଭଞ୍ଜନଗର, ଫୁଲବାଣୀ ରେଢ଼ାଖୋଲ ରେଳ ପ୍ରକଳ୍ପ ଅଗ୍ରଗତି ହୋଇପାରୁନାହିଁ। କନ୍ଧମାଳ ଜିଲାବାସୀଙ୍କ ପାଇଁ ରେଳ…

କଲେଜ ଯାଇଥିବା ବେଳେ ଛାତ୍ରୀଙ୍କୁ ଅପହରଣ କରି ୫ ଦିନ ଧରି ବଳାତ୍କାର, ଜେଲ ହାଜତକୁ ଗଲେ …

ଦିଗପହଣ୍ଡି,୧୭।୨(ଅଶେଷ  ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳର ଏକ କଲେଜରେ ଯୁକ୍ତ ୨ ଦିତୀୟ ବର୍ଷ କଳା ଶ୍ରେଣୀରେ ପଢୁଥିବା ୧୭ ବର୍ଷର ଛାତ୍ରୀଙ୍କୁ ଅପହରଣ…

ଏହିଦିନ ଓଡ଼ିଶା ଆସିବେ ଅମିତ ଶାହା: କଟକରେ ରହିଛି ବଡ କାର୍ଯ୍ୟକ୍ରମ

ଭୁବନେଶ୍ୱର,୧୭।୨: କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଆସନ୍ତା ମାର୍ଚ୍ଚ ୭ ତାରିଖରେ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଏହି ଏକଦିବସୀୟ ଗସ୍ତ କାଳରେ ସେ କଟକ ଜିଲା…

‘ମୁଖ୍ୟମନ୍ତ୍ରୀ ମୋ ସାନ ଭାଇ, ବିଜେଡି ଫେରିବା ଆଶା ନାହିଁ’- ସନାତନ ମହାକୁଡ଼

ଭୁବନେଶ୍ୱର,୧୭l୨: ବିଜୁ ଜନତା ଦଳ (ବିଜେଡି) ରୁ ନିଲମ୍ବିତ ହେବା ପରେ ପ୍ରଥମ ଥର ପାଇଁ ମୁହଁ ଖୋଲିଛନ୍ତି ଚମ୍ପୁଆ ବିଧାୟକ ସନାତନ ମହାକୁଡ଼। ଦଳରୁ ନିଲମ୍ବନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri