ସମବାୟ ସଂସ୍ଥା ଦ୍ୱାରା କୃଷି ଋଣ ପ୍ରଦାନ ପାଇଁ ପ୍ରସ୍ତୁତ ହେବ ରୋଡ୍‌ ମ୍ୟାପ୍‌: ରଣେନ୍ଦ୍ର

ଭୁବନେଶ୍ୱର,୨୯।୧୦(ବ୍ୟୁରୋ)- ରାଜ୍ୟରେ ସମବାୟ ସଂସ୍ଥା ମାଧ୍ୟମରେ ଋଣ ପ୍ରଦାନ ବ୍ୟବସ୍ଥାକୁ ସୁଦୃଢ଼ କରିବା ପାଇଁ ଏକ ରୋଡ଼ ମ୍ୟାପ୍‌ ପ୍ରସ୍ତୁତ କରାଯିବ । କୃଷି କ୍ଷେତ୍ରରେ ଫସଲ ଋଣ ପ୍ରଦାନ ଦିଗରେ ସମବାୟ ସଂସ୍ଥା ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥାଏ। ତେଣୁ ସମବାୟ ସଂସ୍ଥାଗୁଡିକର କାର୍ଯ୍ୟଦକ୍ଷତା ଓ ଆର୍ଥିକ ଅବସ୍ଥାରେ ଉନ୍ନତି ଅଣାଯିବ ବୋଲି ବିଭାଗୀୟ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ କହିଛନ୍ତି।
ସ୍ଥାନୀୟ ଆବାସିକ କାର୍ଯ୍ୟାଳୟରେ ନାବାର୍ଡ ଅଧିକାରୀଙ୍କ ସହିତ ଅନୁଷ୍ଠିତ ବୈଠକରେ ମନ୍ତ୍ରୀ ସ୍ବାଇଁ ଏନେଇ ଗୁରୁତ୍ୱାରୋପ କରିଛନ୍ତି। ଏହି ଅବସରରେ ଓଡ଼ିଶା ଗ୍ରାମୀଣ ସମବାୟ ବ୍ୟାଙ୍କଗୁଡ଼ିକର ଇନ୍‌ସ୍ପେକସନ୍‌ ରିପୋର୍ଟ ଉପରେ ଆଲୋଚନା କରାଯାଇଥିଲା। ମନ୍ତ୍ରୀ କହିଥିଲେ, ବିଭାଗ ପକ୍ଷରୁ ପ୍ରତ୍ୟେକ ସମବାୟ ବ୍ୟାଙ୍କର ସମୀକ୍ଷା କରାଯାଉଛି  ଏଥିସହିତ ପ୍ରାଥମିକ କୃଷି ସମବାୟ ସମିତିର କାର୍ଯ୍ୟଦକ୍ଷତାରେ ଉନ୍ନତି ଆଣିବା ଦିଗରେ ନାବାର୍ଡ ପକ୍ଷରୁ ନିର୍ଦ୍ଦିଷ୍ଟ ପ୍ରସ୍ତାବ ଦେବା ପାଇଁ ଅନୁରୋଧ କରିଥିଲେ । ବୈଠକରେ ସମବାୟ ସଂସ୍ଥା ମାଧ୍ୟମରେ ଋଣ ପ୍ରଦାନର ବିଭିନ୍ନ ଦିଗ ଉପରେ ଆଲୋଚନା ହେବା ସହ ନିୟମିତ ରାଜ୍ୟସ୍ତରୀୟ ଟାସ୍କ ଫୋର୍ସ ବୈଠକ କରି କାର୍ଯ୍ୟପନ୍ଥା ଗ୍ରହଣ କରିବା ଉପରେ ଗୁରୁତ୍ୱ ଦିଆଯାଇଥିଲା । ଏଥିସହିତ ପ୍ରାଥମିକ କୃଷି ସମବାୟ ସମିତିଗୁଡ଼ିକର ନିୟମିତ ଅଡିଟ୍‌ କରିବା ଓ ବକେୟା ଅଡିଟ୍‌ଗୁଡ଼ିକ ସଂପୂର୍ଣ୍ଣ କରିବା ଏବଂ ସମବାୟ ବ୍ୟାଙ୍କର ଅଧିକାରୀ ଓ କର୍ମଚାରୀମାନେ ଅଧିକ ପେସାଦାର ଢଙ୍ଗରେ କାର୍ଯ୍ୟକରି କାର୍ଯ୍ୟଦକ୍ଷତା ବୃଦ୍ଧି କରିବା ଉପରେ ଗୁରୁତ୍ୱ ଦିଆଯାଇଥିଲା । ସମବାୟ ବ୍ୟାଙ୍କଗୁଡ଼ିକର କାର୍ଯ୍ୟର ପ୍ରଦର୍ଶନ ସମ୍ପର୍କରେ ସମୀକ୍ଷା କରିବା ଦିଗରେ ନାବାର୍ଡ ନିକଟରେ ଉପଲବ୍ଧ ଡିଜିଟାଲ୍‌ ପ୍ଲାଟ୍‌ଫର୍ମରେ ଉପଲବ୍ଧ ଡାଟା ମ୍ୟାନେଜ୍‌ମେଣ୍ଟ ସିଷ୍ଟମ୍‌ ଆଦିର ପ୍ରୟୋଗ ନେଇ ଆଲୋଚନା ହୋଇଥିଲା। ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ନାବାର୍ଡର ଚିଫ୍‌ ଜେନେରାଲ୍‌ ମ୍ୟାନେଜର ଏ. ଚନ୍ଦ୍ରଶେଖର , ଜେନେରାଲ୍‌ ମ୍ୟାନେଜର ଏ.ପି. ଦାସ, ଡିଜିଏମ୍‌ ଭି. ବାଲସୁବ୍ରମଣ୍ୟମ ଏବଂ ଏଜିଏମ୍‌ ଏନ୍‌.ଏଲ୍‌ ସାହୁ ପ୍ରମୁଖ ଉପସ୍ଥିତ ରହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri