ସମବାୟ ସଭାପତିଙ୍କ ହତ୍ୟାକାରୀକୁ ଗିରଫ ଦାବି

ଅମରପାଲି, ୨୨।୯ (ଡି.ଏନ.ଏ.):ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଖଣ୍ଡହତା ସେବା ସମବାୟ ସଭାପତି ପ୍ରଦୀପ ବିଶ୍ୱାଳଙ୍କ ହତ୍ୟା ଘଟଣାକୁ ଚାରିଦିନ ବିତିଲାଣି। ହେଲେ ହତ୍ୟାକାରୀଙ୍କୁ ଗିରଫ କରି ପାରିନି ପୋଲିସ। ମାମଲା ରୁଜୁ କରି ପୋଲିସ ଚୁପ୍‌ ହୋଇ ବସିଛି। ତଦନ୍ତ ପ୍ରକ୍ରିୟାତୁ ତ୍ୱରାନ୍ବିତ କରିବା ସହ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ କରିବାକୁ ଦାବି କରିଛନ୍ତି ଜିଲା ପରିଷଦ ଗାୟତ୍ରୀ ପାଣିଗ୍ରାହୀ। ଏ ନେଇ ସେ ଏକ ଦାବିପତ୍ର ସୁବଳୟା ଥାନା ଅଧିକାରୀ ପ୍ରଦୀପ ପ୍ରଧାନଙ୍କୁ ପ୍ରଦାନ କରିଛନ୍ତି। ମୃତକଙ୍କ ଶରୀରରେ ଆଘାତ ଚିହ୍ନ ରହିଥିବାରୁ ଏହା ଏକ ହତ୍ୟାକାଣ୍ଡ । ତେଣୁ ଯଥାଶୀଘ୍ର ଏହାର ତଦନ୍ତ କରି ହତ୍ୟା ଘଟଣାର ପର୍ଦ୍ଦାଫାଶ କରିବାକୁ ପାଣିଗ୍ରାହୀ ଦାବି କରିଛନ୍ତି। ଅଭିଯୋଗ ପତ୍ର ଦେବା ସମୟରେ ରଘୁବୀର ପାଣିଗ୍ରାହୀ, ଭାଜପା ଜିଲା ସମ୍ପାଦକ ରାଜେଶ ସେଠୀ, ଭୀଷ୍ମ ଦନ୍ତା, ଡମ୍ବରୁ ମେହେର, ଦିବ୍ୟଲୋଚନ ଗଡୁଆ, ସୁନୀତ ମେହେର ପ୍ରମୁଖ ଉପସ୍ଥିତ ଥିଲେ। ପ୍ରକାଶ ଯେ, ଗୁରୁବାର ରାତି ପ୍ରାୟ ୯ଟାରୁ ୧୦ଟା ମଧ୍ୟରେ ଖଣ୍ଡହତା ସେବା ସମବାୟ ସଭାପତି ତଥା ସୁବଳୟା ଥାନା ପୁଇପାଣି ଗ୍ରାମର ପ୍ରଦୀପ ବିଶ୍ୱାଳଙ୍କ ମୃତଦେହ ରକ୍ତାକ୍ତ ଅବସ୍ଥାରେ ଘରଠାରୁ ପ୍ରାୟ ଅଧ କିଲୋମିଟର ଦୂରରେ ପଡିଥିଲା । ଖଣ୍ଡହତାସ୍ଥିତ ନିଜ ଔଷଧ ଦୋକନରୁ ଘରକୁ ଫେରୁଥିବା ବେଳେ ଏହି ଘଟଣା ଘଟିଥିଲା। ତାଙ୍କୁ କେହି ହତ୍ୟା କରିଥିବା ନେଇ ଥାନାରେ ଅଭିଯୋଗ ହୋଇଥିଲା। ଏ ଯାଏ ପ୍ରଦୀପଙ୍କ ମୃତ୍ୟୁର ଠିକ୍‌ ତଥ୍ୟ ଜଣା ପଡୁ ନ ଥିବା ବେଳେ ପାରିପାର୍ଶ୍ୱିକ ସ୍ଥିତିରୁ ଏହା ଏକ ସୁପରିକଳ୍ପିତ ହତ୍ୟାକାଣ୍ଡ ବୋଲି ଅଞ୍ଚଳରେ ଚର୍ଚ୍ଚା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଜଣା ଗାଡ଼ି ଧକ୍କାରେ ଯୁବକଙ୍କ ମୃତ୍ୟୁ, କ୍ଷତିପୂରଣ ଦାବିରେ ରାସ୍ତା ରୋକ

ବୀରମହାରାଜପୁର,୨୬।୧୨, (ଯୁଗଳ କିଶୋର ମିଶ୍ର): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ହିଲୁଙ୍ଗ ପଞ୍ଚାୟତ ଲୁଚାବନ୍ଦ ପାଖରେ ଗୁରୁବାର ସା ପ୍ରାୟ ୭ଟା୩୦ରେ ଏକ ଅଜଣା ଗାଡ଼ି...

ପରିସ୍ରା କରିବାକୁ ଯାଇଥିଲେ ବ୍ୟବସାୟୀ, ଭୁଷୁଡିଲା କାନ୍ଥ: ଆଉ ତା’ପରେ…

ଅମରପାଲି,୨୪।୧୨(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ କେନଝିରିଆପାଲି ପଞ୍ଚାୟତ ରୁଗୁଡ଼ିପାଲି ଗ୍ରାମରେ କାନ୍ଥ ଭୁଷୁଡି ଜଣେ ଯୁବ ବ୍ୟବସାୟୀଙ୍କ ମୃତ୍ୟୁ ହୋଇଛି। ମୃତ...

ଟ୍ରାକ୍ଟରକୁ ଧକ୍କାଦେଲା ପିକ୍‌ନିକ୍‌ ବସ୍, ୨୦ ଆହତ

ଡୁଙ୍ଗୁରିପାଲି ୨୩/୧୨ (ଦୀନବନ୍ଧୁ ସୁନା ): କୁହୁଡି ପାଇଁ ଦୁର୍ଘଟଣା । କୁହୁଡି ପାଇଁ ରାସ୍ତା ନଦେଖାଯିବା କାରଣରୁ ଧାନ ବୋଝେଇ ଟ୍ରାକ୍ଟର୍‌କୁ ଧକ୍କା ଦେଲା...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୧୦ ଟଙ୍କାରେ ଧାନ ବିକିଲେ ଚାଷୀ

ବିନିକା, ୨୧ା୧୨(ରାମ ଗୋପାଳ ବାଘ ): ସୁବର୍ଣ୍ଣପୁର ଜିଲାରେ ଗତ ୯ ତାରିଖରୁ ମଣ୍ଡି ଖୋଲିଛି। ହେଲେ ଟୋକନ ମିଳି ନ ଥିବାରୁ ଚାଷୀମାନେ ଧାନ...

କମ୍ୟୁନିଟି ସେଣ୍ଟର ସ୍ଥାନାନ୍ତର ଉଦ୍ୟମକୁ ବିରୋଧ: ବିରୋଧ କଲା ଜିଲା ଆଦିବାସୀ କଲ୍ୟାଣ ସଂଘ

ଅମରପାଲି,୧୭/୧୨(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ବହଲପଦର ପଞ୍ଚାୟତର ହୋତାପାଲି ( ସୁରଧାପାଲି) ଠାରେ ନିର୍ମାଣ ହେବାକୁ ଥିବା ଏକ କମ୍ୟୁନିଟି ସେଣ୍ଟର...

୮ ଦିନ ମଧ୍ୟରେ କିଡନୀ ରୋଗରେ ୩ ଜଣଙ୍କ ମୃତ୍ୟୁ ଘଟଣା: ରକ୍ତ, ପାନୀୟ ଜଳ ନମୁନା ସଂଗ୍ରହ

ଅମରପାଲି,୧୭ା୧୨(ପୀତାମ୍ବର ସାହୁ):ସୁବର୍ଣ୍ଣପୁର ଜିଲଶ ବୀରମହାରାଜପୁର ବ୍ଲକର ଉପାନ୍ତ ଅଞ୍ଚଳରେ କିଡ଼ନୀ ରୋଗରେ ୮ ଦିନ ମଧ୍ୟରେ ୩ ଜଣଙ୍କ ମୃତ୍ୟୁ ଘଟିଥିଲା। ଏନେଇ ଧରିତ୍ରୀରେ ଖବର...

ଆଶ୍ରମ ବିଦ୍ୟାଳୟରେ ରକ୍ତ ଛିଟା: ଯୁକ୍ତ ୨ ଦ୍ୱିତୀୟ ବର୍ଷର ଛାତ୍ରଙ୍କୁ ପିଟିପିଟି ହତ୍ୟା

ସୁବର୍ଣ୍ଣପୁର,୧୬।୧୨: ସୁବର୍ଣ୍ଣପୁରରେ ଚାଞ୍ଚଲ୍ୟ। ଛାତ୍ରଙ୍କୁ ପିଟିପିଟି ହତ୍ୟା। ଯୁକ୍ତ ୨ ଦ୍ୱିତୀୟ ବର୍ଷର ଛାତ୍ରଙ୍କୁ ହତ୍ୟା କରାଯାଇଥିବା ସୂଚନା ମିଳିଛି। ସୁବର୍ଣ୍ଣପୁର ଜିଲା ତରଭା ଆଶ୍ରମ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri