ସମବାୟ ସମିତି ସଭାପତିଙ୍କ ମୃତ୍ୟୁ ରହସ୍ୟ ଉନ୍ମୋଚନ ଦାବି: ଏସ୍‌ପିଙ୍କୁ ଭେଟିଲେ ପରିବାରବର୍ଗ, ଗ୍ରାମବାସୀ

ସୋନପୁର,୧୭।୧୦(ନି.ପ୍ର.): ସୁବର୍ଣ୍ଣପୁର ଜିଲା ସୁବଳୟା ଥାନା ଅନ୍ତର୍ଗତ ଖଣ୍ଡହତା ସେବା ସମବାୟ ସମିତି ସଭାପତି ପ୍ରଦୀପ ବିଶ୍ୱାଳଙ୍କ ମୃତ୍ୟୁ ଘଟଣାକୁ ୨୮ ଦିନ ବିତିଲାଣି । ପ୍ରଦୀପଙ୍କ ଭାଇ ଅଜିତଙ୍କ ଲିଖିତ ଅଭିଯୋଗ କ୍ରମେ ସୁବଳୟା ପୋଲିସ ଏକ ହତ୍ୟା ଘଟଣା ରୁଜୁ କରିଛି । କିନ୍ତୁ ମୃତ୍ୟୁର ରହସ୍ୟ ଉନ୍ମୋଚନ ହୋଇ ନ ଥିବାରୁ ସ୍ଥାନୀୟ ଅଞ୍ଚଳରେ ଅସନ୍ତୋଷ ବୃଦ୍ଧି ପାଇବାରେ ଲାଗିଛି । ଗୁରୁବାର ପ୍ରଦୀପଙ୍କ ସ୍ତ୍ରୀ ଜୟଶ୍ରୀ ଦେହୁରୀ, ପରିବାର ବର୍ଗ ଓ ଗ୍ରାମବାସୀ ଏସ୍‌ପି ଦେବୀପ୍ରସାଦ ଦାଶଙ୍କୁ ଭେଟିଥିଲେ। ପ୍ରଦୀପଙ୍କୁ ଯୋଜନାବଦ୍ଧ ଭାବେ ହତ୍ୟା କରାଯାଇଛି। ଏହି ଘଟଣାରେ ଜଣେ କ୍ରସର ମାଲିକ ଓ ଔଷଧ ଦୋକାନୀଙ୍କ ସମେତ ମୋଟ ୮ ଜଣ ସମ୍ପୃକ୍ତ ଥିବା ଜୟଶ୍ରୀ ଏସ୍‌ପିଙ୍କ ନିକଟରେ ଲିଖିତ ଅଭିଯୋଗ କରିଛନ୍ତି। ହତ୍ୟାକରୀଙ୍କୁ ଶୀଘ୍ର ଗିରଫ କରିବା ପାଇଁ ସେ ଅନୁରୋଧ କରିଥିଲେ। ଏହି ମାମଲାର ଅନୁସନ୍ଧାନ ଜାରି ରହିଛି, ଠିକଣା ସମୟରେ ପଦକ୍ଷେପ ନିଆଯିବ ବୋଲି ଏସ୍‌ପି ଦାଶ ପ୍ରତିଶୃତି ଦେଇଥିଲେ ।
ପ୍ରକାଶ ଯେ, ଗତ ୧୯ ତାରିଖ ରାତି ପ୍ରାୟ ୯ଟାରୁ ୧୦ଟା ମଧ୍ୟରେ ପ୍ରଦୀପ ଖଣ୍ଡହତାସ୍ଥିତ ନିଜ ଔଷଧ ଦୋକାନ ବନ୍ଦ କରି ପ୍ରାୟ ୫ କିଲୋମିଟର ଦୂରରେ ଥିବା ନିଜ ଘର ପୁଇପାଣିକୁ ଫେରୁଥିଲେ। ହେଲେ ଦୀର୍ଘ ସମୟ ଧରି ପ୍ରଦୀପ ଘରକୁ ନ ଫେରିବାରୁ ଘର ଲୋକେ ଖୋଜାଖୋଜି କରିଥିଲେ । ଘରଠାରୁ ପ୍ରାୟ ଅଧା କିଲୋମିଟର ଦୂର ରାସ୍ତାର ବୁଦୁଲିଖମନଠାରେ ତାଙ୍କର ବାଇକ ସହିତ ରକ୍ତାକ୍ତ ଅବସ୍ଥାରେ ପଡିଥିଲେ । ତାଙ୍କ କାନ, ନାକ ଓ ଆଖିରୁ ରକ୍ତ ବାହାରିବା ସହିତ ଦେହରେ ଅନେକ ସ୍ଥାନରେ ଦାଗ ଚିହ୍ନ ରହିଥିଲା। ତାଙ୍କୁ ଗୁରୁତର ଅବସ୍ଥାରେ ସୁବର୍ଣ୍ଣପୁର ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରା ଯାଇଥିଲା। ମାତ୍ର ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ପରିବାର ଲୋକେ ପାରିପାର୍ଶ୍ୱିକ ସ୍ଥିତିକୁ ଦେଖି ଏହା ଏକ ସୁପରିକଳ୍ପିତ ହତ୍ୟାକାଣ୍ଡ ବୋଲି ଅଭିଯୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକାଙ୍କୁ ବଳାତ୍କାର କରି ଯୁବକଙ୍କୁ ୧୦ ବର୍ଷ ଜେଲ୍‌ଦଣ୍ଡ

କେନ୍ଦୁଝର,୨୨ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଫାଷ୍ଟଟ୍ରାକ୍‌ କୋର୍ଟର ମାନ୍ୟବର ବିଚାରପତି ବିଜୟ କୁମାର ମିଶ୍ର ଏକ ବଳାତ୍କାର ମାମଲାର ବିଚାର କରି ଅଭିଯୁକ୍ତଙ୍କୁ ଦଣ୍ତାଦେଶ ଶୁଣାଇଛନ୍ତି।...

ଓ୍ବାରେଣ୍ଟ ବଳରେ ୭ ଜଣଙ୍କୁ ବାନ୍ଧିଲା ପୋଲିସ

ଦାରିଙ୍ଗବାଡ଼ି,୨୨ା୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳରେ ଦୀର୍ଘଦିନ ଧରି ବିଭିନ୍ନ ମାମଲାରେ ଫେରାର ଥିବା ୭ ଜଣଙ୍କୁ ପୋଲିସ ଗିରଫ...

ଭାଜପାରେ ସାମିଲ ହେଲେ ବିଭିନ୍ନ ଦଳର ହଜାର ହଜାର କର୍ମୀ

ମୋରଡ଼ା,୨୨ା୪(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ନିର୍ବାଚନମଣ୍ଡଳୀ ସାଧାରଣ ନିର୍ବାଚନ ପାଇଁ ବେଶ୍‌ ଚଳଚଞ୍ଚଳ ହୋଇଉଠିଥିବା ବେଳେ ସବୁବେଳେ ଚର୍ଚ୍ଚାରେ ରହି ଆସିଛି। ଗଣତନ୍ତ୍ରର ଏହି...

ନିଜ ନିର୍ବାଚନ ମଣ୍ଡଳୀରୁ ପ୍ରଚାର ଆରମ୍ଭ କଲେ ମୁଖ୍ୟମନ୍ତ୍ରୀ

ହିଞ୍ଜିଳିକାଟୁ,୨୨ା୪(ଦ୍ୱିତୀକୃଷ୍ଣ ପଣ୍ଡା): ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ବୁଧବାରଠାରୁ ନିଜ ନିଜାଚନ ମଣ୍ଡଳୀ ହିଞ୍ଜିଳିରୁ ୨୦୨୪ ନିର୍ବାଚନ ପ୍ରଚାରର ଶୁଭାରମ୍ଭ କରିଛନ୍ତି। ହିଞ୍ଜିଳିକାଟୁ...

ଭୋଟରଙ୍କୁ ସଚେତନ କରୁଛନ୍ତି ପଦ୍ମଶ୍ରୀ ହଳଧର ନାଗ, କଂସ ମହାରାଜ ହୃଷୀକେଶ ଭୋଇ

ବରଗଡ଼,୨୪ା୪(ପ୍ରେମାନନ୍ଦ ଖମାରୀ): ସାଧାରଣ ନିର୍ବାଚନରେ ସମସ୍ତ ଭୋଟରଙ୍କ ଭାଗିଦାରୀ ସୁନିଶ୍ଚିତ କରିବା ତଥା ଭୋଟରଙ୍କୁ ସଚେତନ କରିବା ପାଇଁ ବରଗଡ଼ ଜିଲା ପ୍ରଶାସନ ଅଭିନୟ ପ୍ରୟାସ...

ଝିଅ ନିର୍ବାଚନ ଲଢିବା ନେଇ ମୁହଁ ଖୋଲିଲେ ମହମ୍ମଦ ମୋକିମ

କଟକ, ୨୪।୪(ଶିଳ୍ପା ପ୍ରିୟଦର୍ଶିନୀ): ନିର୍ବାଚନ ୨୦୨୪ରେ ବାରବାଟୀ-କଟକ ଆସନକୁ ନେଇ କଂଗ୍ରେସକୁ ଘାରିଛି ଚିନ୍ତା। କଂଗ୍ରେସ ବରିଷ୍ଠ ନେତା ମହମ୍ମଦ ମୋକିମଙ୍କ ଜାମିନକୁ ସୁପ୍ରିମକୋର୍ଟ ମଞ୍ଜୁର...

ଅବକାରୀ ଥାନା ପରିସରରେ ଭୟାବହ ଅଗ୍ନିକାଣ୍ଡ: କୋଟିଏରୁ ଉର୍ଦ୍ଧ୍ୱ ସମ୍ପତ୍ତି ନଷ୍ଟ

ବଡ଼ବିଲ,୨୪।୪ (ଦେବପ୍ରିୟ ରଣା):କେନ୍ଦୁଝର ବଡବିଲ ଅବକାରୀ ଥାନା ପରିସରରେ ମଙ୍ଗଳବାର ବିଳମ୍ବିତ ରାତିରେ ଭୟାବହ ଅଗ୍ନିକାଣ୍ଡ ଘଟି କୋଟିଏରୁ ଉଦ୍ଧର୍‌ବ ଟଙ୍କାର ଜବତ ହୋଇ ରହିଥିବା...

ବିରୋଧୀ କେବେ ସଫଳ ହେବେନି, ବିଜେଡି ବିପୁଳ ବିଜୟ ହାସଲ କରିବ: ନବୀନ

ହିଞ୍ଜିଳିକାଟୁ,୨୪।୪(ଦ୍ୱିତୀକୃଷ୍ଣ ପଣ୍ଡା): ହିଞ୍ଜିଳି ଜନସଭାରେ ବିରୋଧୀଙ୍କୁ ଟାର୍ଗେଟ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମୁଖ୍ୟମନ୍ତ୍ରୀ କହିଛନ୍ତି, ବିରୋଧୀ ଅପପ୍ରଚାର କରିବା ସହ ବିକାଶ କାମରେ ବାଧା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri