ସମର୍ଥନରେ ଶୋଭାଯାତ୍ରା

ଭୁବନେଶ୍ୱର, ୨୧ା୧୨(ବ୍ୟୁରୋ): ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ)କୁ ବିରୋଧ କରି ଦେଶ ସାରା ଆନ୍ଦୋଳନର ନିଅଁ। ଜଳୁଥିବାବେଳେ ଏହାକୁ କେତେକ ସଙ୍ଗଠନ ସମର୍ଥନ ଜଣାଇଛନ୍ତି। ଏହି ଆଇନକୁ ସମର୍ଥନ କରି ଶୁକ୍ରବାର ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦ (ଏବିଭିପି) ପକ୍ଷରୁ ବିଶାଳ ବାଇକ୍‌ ରାଲି କରାଯାଇଛି। ଏହି ରାଲିରେ ବିଭିନ୍ନ କଲେଜର ୩ଶହରୁ ଊର୍ଦ୍ଧ୍ୱ ଛାତ୍ର ସାମିଲ ହୋଇଥିଲେ। ସେମାନେ ବିରାଟ ତ୍ରିରଙ୍ଗା ଧରି ବିଭିନ୍ନ ସ୍ଲୋଗାନ ଦେଇ ଉକତ୍ଳ ବିଶ୍ୱବିଦ୍ୟାଳୟ କ୍ୟାମ୍ପସରୁ ବାଇକ ରାଲିରେ ବାହାରି ମାଷ୍ଟରକ୍ୟାଣ୍ଟିନରେ ପହଞ୍ଚିଥିଲେ। ଏନ୍‌ଆର୍‌ସିକୁ ଓଡ଼ିଶାରେ ଲାଗୁ କରାଯିବାକୁ ଛାତ୍ରମାନେ ଦାବି କରିଥିଲେ। ଏବିଭିପିର ରାଜ୍ୟ ସମ୍ପାଦକ ଶଶିକାନ୍ତ ମିଶ୍ରଙ୍କ ନେତୃତ୍ୱରେ ହୋଇଥିବା ଏହି ଆନ୍ଦୋଳନରେ ରାଜ୍ୟ ସହସମ୍ପାଦକ ରତନ ଦିଗଲ, ରାଜ୍ୟ ସହସମ୍ପାଦିକା ଭୁବନେଶ୍ୱର ସମ୍ପାଦକ ସମ୍ବିତ ରାଉତ ଏବଂ ଅନ୍ୟମାନେ ଯୋଗଦେଇଥିଲେ। ସେହିପରି ସାମାଜିକ କର୍ମୀ ଓ ଯୁବବର୍ଗ ସିଏଏକୁ ସମର୍ଥନ କରି ରାମ ମନ୍ଦିରରୁ ମାଷ୍ଟର କ୍ୟାଣ୍ଟିନ ପର୍ଯ୍ୟନ୍ତ ଏକ ଶୋଭାଯାତ୍ରାରେ ଆସିଥିଲେ। ସାମାଜିକ କର୍ମୀମାନେ କହିଛନ୍ତି, ସିଏଏ ଦେଶର ନାଗରିକଙ୍କ ଅଧିକାରକୁ ଛଡ଼ାଇ ନେବନାହିଁ। ଓଡ଼ିଶାରେ ଏନ୍‌ଆର୍‌ସି ଲାଗୁ ପାଇଁ ସେମାନେ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆରମ୍ଭରୁ ସାର କଳାବଜାର, ବରଗଡ଼ରେ ତେଜିଲା ଚାଷୀ ଅସନ୍ତୋଷ

ବରଗଡ଼, ୧୭।୨(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଚାଷୀଙ୍କ ସମସ୍ୟା ଲାଗି ରହିଛି। ଖରିଫକ ଧାନ ବିକ୍ରି ସମସ୍ୟା ତୁଟି ନଥିବାବେଳେ ଚାଷୀମାନଙପରେ ଏବେ ରବି ଋତୁର…

ସମ୍ପର୍କୀୟଙ୍କ ସହ ଘରୁ ବାହାରିଥିଲେ, ଗଛରେ ପିଟି ହୋଇ ଚାଲିଗଲା ଯୁବକଙ୍କ ଜୀବନ; ଏଯାଏ ମିଳୁନି…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଜାରିଙ୍ଗ ଛକ ନିକଟରେ ମଙ୍ଗଳବାର ରାତି ପାୟ ସାଢ଼େ ୮ ଟାରେ ଗଛରେ ପିଟି ହୋଇ ଜଣେ…

ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…

ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍‌ ପରୀକ୍ଷା, ବାଇକ୍‌ ସହ ଦୁର୍ଘଟଣା ପରେ ଟ୍ରାକ୍ଟର ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…

ବ୍ରହ୍ମପୁର-ରେଢ଼ାଖୋଲ ରେଳ ପ୍ରକଳ୍ପ: ୩୩୨ କିମି ହେବ ରେଳ ଲାଇନ୍‌, ଅର୍ଥ ଅନୁମୋଦନ କେବେ…?

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ)- ସରକାର ପରେ ସରକାର ବଦଳୁଛି, କିନ୍ତୁ ବ୍ରହ୍ମପୁର ଭାୟା ଭଞ୍ଜନଗର, ଫୁଲବାଣୀ ରେଢ଼ାଖୋଲ ରେଳ ପ୍ରକଳ୍ପ ଅଗ୍ରଗତି ହୋଇପାରୁନାହିଁ। କନ୍ଧମାଳ ଜିଲାବାସୀଙ୍କ ପାଇଁ ରେଳ…

କଲେଜ ଯାଇଥିବା ବେଳେ ଛାତ୍ରୀଙ୍କୁ ଅପହରଣ କରି ୫ ଦିନ ଧରି ବଳାତ୍କାର, ଜେଲ ହାଜତକୁ ଗଲେ …

ଦିଗପହଣ୍ଡି,୧୭।୨(ଅଶେଷ  ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳର ଏକ କଲେଜରେ ଯୁକ୍ତ ୨ ଦିତୀୟ ବର୍ଷ କଳା ଶ୍ରେଣୀରେ ପଢୁଥିବା ୧୭ ବର୍ଷର ଛାତ୍ରୀଙ୍କୁ ଅପହରଣ…

ଏହିଦିନ ଓଡ଼ିଶା ଆସିବେ ଅମିତ ଶାହା: କଟକରେ ରହିଛି ବଡ କାର୍ଯ୍ୟକ୍ରମ

ଭୁବନେଶ୍ୱର,୧୭।୨: କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଆସନ୍ତା ମାର୍ଚ୍ଚ ୭ ତାରିଖରେ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଏହି ଏକଦିବସୀୟ ଗସ୍ତ କାଳରେ ସେ କଟକ ଜିଲା…

‘ମୁଖ୍ୟମନ୍ତ୍ରୀ ମୋ ସାନ ଭାଇ, ବିଜେଡି ଫେରିବା ଆଶା ନାହିଁ’- ସନାତନ ମହାକୁଡ଼

ଭୁବନେଶ୍ୱର,୧୭l୨: ବିଜୁ ଜନତା ଦଳ (ବିଜେଡି) ରୁ ନିଲମ୍ବିତ ହେବା ପରେ ପ୍ରଥମ ଥର ପାଇଁ ମୁହଁ ଖୋଲିଛନ୍ତି ଚମ୍ପୁଆ ବିଧାୟକ ସନାତନ ମହାକୁଡ଼। ଦଳରୁ ନିଲମ୍ବନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri