ସମଲେଇ ମନ୍ଦିର, ହୀରାକୁଦର ବିକାଶ ହେବ

ସମ୍ବଲପୁର,୨୨ା୧(ବ୍ୟୁରୋ):ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ମା’ସମଲେଇଙ୍କ ଦର୍ଶନ କରିଛନ୍ତି। ନବବର୍ଷ ଉପଲକ୍ଷେ ସେ ମା’ଙ୍କୁ ଦର୍ଶନ କରି ଆଶୀର୍ବାଦ ଭିକ୍ଷା କରିଛନ୍ତି। ଏହି ଅବସରରେ ସେ ଗଣମାଧ୍ୟମକୁ ସୂଚନା ଦେଇ କହିଛନ୍ତି, ସମଲେଇ ମନ୍ଦିରର ଆବଶ୍ୟକ ଅନୁସାରେ ବିକାଶ କରାଯିବ। ବିଶେଷ କରି ମନ୍ଦିର ଭିତ୍ତିଭୂମିର ବିକାଶ, ସୌନ୍ଦର୍ଯ୍ୟକରଣ, ପର୍ଯ୍ୟଟକ ଓ ଭକ୍ତମାନଙ୍କ ପାଇଁ ରହିବା ବ୍ୟବସ୍ଥା ସହ ଅନ୍ୟାନ ସୁବିଧା କରାଯିବ। ଏଥିପାଇଁ ଆବଶ୍ୟକ ଅର୍ଥ ରାଜ୍ୟ ସରକାର ବହନ କରିବେ। ମନ୍ଦିରକୁ ଆହୁରି ସୁନ୍ଦର ଓ ଆକୃଷ୍ଟ କରାଯିବ। ସେହିପରି ହୀରାକୁଦ ଆନ୍ତର୍ଜାତୀୟ ପର୍ଯ୍ୟଟନ ସ୍ଥଳୀ ଭାବେ କିପରି ପରିଚିତ ହେବ ସେ ନେଇ ଯୋଜନା କରାଯିବ। ହୀରାକୁଦ ଡ୍ୟାମ ତଥା ପାରିପାର୍ଶ୍ୱିକ ଭିତ୍ତିଭୂମିର ବିକାଶ କରାଯିବ। ହୋଟେଲ,ରେଷ୍ଟୁରାଣ୍ଟ, କଟେଜ୍‌, ୱାଟର ସ୍ପୋର୍ଟସ, ବଗିଚା,କନ୍‌ଭେନସନ ସେଣ୍ଟର ନିର୍ମାଣ କରାଯିବ। ଏଥିପାଇଁ ଖୁବଶୀଘ୍ର ଏକ ସ୍ବତନ୍ତ୍ର ଟିମ ସମ୍ବଲପୁରକୁ ଆସିବେ। ସେମାନେ ସମଲେଇ ମନ୍ଦିର ଓ ହୀରାକୁଦ ପରିଦର୍ଶନ କରି କିଭଳି ବିକାଶ କରାଯିବ ସେନେଇ ମ୍ୟାପ ଓ ବ୍ୟୟ ଅଟକଳ ପ୍ରସ୍ତୁତ କରିବେ। ଏଥିପାଇଁ ରାଜକୋଷରୁ ଖର୍ଚ୍ଚ କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।
ମୁଖ୍ୟମନ୍ତ୍ରୀଙ୍କ ସହ ୫ ଟି ସଚିବ ଭି.କେ. ପାଣ୍ଡିଆନ, ସରକାରୀ ଉପମୁଖ୍ୟ ସଚେତକ ତଥା ରେଢାଖୋଲ ବିଧାୟକ ରୋହିତ ପୂଜାରୀ, କୁଚିଣ୍ଡା ବିଧାୟକ କିଶୋର ନାଏକ, ପୂର୍ବତନ ବିଧାୟକ ଡାକ୍ତର ରାସେଶ୍ୱରୀ ପାଣିଗ୍ରାହୀ ଉପସ୍ଥିତ ଥିଲେ। ବରଗଡରୁ ମୁଖ୍ୟମନ୍ତ୍ରୀ ହେଲିକପ୍ଟରରେ ସମ୍ବଲପୁର ଆସି ମନ୍ଦଲିଆ ପଡିଆ ହେଲିପ୍ୟାଡ଼ରେ ଓହ୍ଳାଇଥିଲା। ଆରଡିସି ନିରଞ୍ଜନ ସାହୁ, ଜିଲାପାଳ ଶୁଭମ୍‌ ସକ୍‌ସେନା ଓ ଦଳୀୟ ନେତାମାନେ ତାଙ୍କୁ ସ୍ବାଗତ କରିଥିଲେ। ପରେ ମହାତ୍ମା ଗାନ୍ଧୀ ମାର୍ଗ ଦେଇ ସମଲେଇ ମନ୍ଦିରକୁ ଦର୍ଶନ ପାଇଁ ଆସିଥିଲେ। ସେଠାରେ ମୁଖ୍ୟମନ୍ତ୍ରୀଙ୍କୁ ସ୍ବାଗତ କରିବା ପାଇଁ ସମ୍ବଲପୁର ବିଧାୟକ ଜୟନାରାୟଣ ମିଶ୍ର, ରେଙ୍ଗାଲି ବିଧାୟକ ନାଉରୀ ନାଏକଙ୍କ ସମେତ ଭାଜପାର କର୍ମକର୍ତ୍ତା ଉପସ୍ଥିତ ଥିଲେ। ଏହି ଅବସରରେ ବିଧାୟକଦ୍ୱୟ ଜିଲାର ବିଭିନ୍ନ ସମସ୍ୟାର ସମାଧାନ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଏକ ଦାବିପତ୍ର ପ୍ରଦାନ କରିଥିଲେ। ଏ ସମ୍ପର୍କରେ ବିଧାୟକ ମିଶ୍ର କହିଛନ୍ତି, ମୁଖ୍ୟମନ୍ତ୍ରୀ କୌଣସି ଦଳର ନୁହନ୍ତି। ତାଙ୍କୁ ସ୍ବାଗତ କରିବା ଆମର ଦାୟିତ୍ୱ। ସମ୍ବଲପୁର ବିକାଶ ପାଇଁ ମୁଁ ଦଳମତନିର୍ବିଶେଷରେ ତାଙ୍କୁ ସମର୍ଥନ କରିବି ବୋଲି କହିଥିଲେ। ଏ ସମ୍ପର୍କରେ ସରକାରୀ ଉପ ମୁଖ୍ୟସଚେତକ ପୂଜାରୀ କହିଛନ୍ତି, ମୁଖ୍ୟମନ୍ତ୍ରୀଙ୍କ ମାଁ ସମଲେଇଙ୍କ ଦର୍ଶନ ପରେ ମନ୍ଦିର ଓ ହୀରାକୁଦ ଡ୍ୟାମର ବିକାଶ ପାଇଁ ପ୍ରତିବଦ୍ଧତା ଜଣାଇଥିଲେ। ମୁଖ୍ୟମନ୍ତ୍ରୀ ଘୋଷଣା କରିଥିବା ସମସ୍ତ ଯୋଜନା ଖୁବ ଶୀଘ୍ର ଆରମ୍ଭ ହେବ। ତେବେ ମନ୍ଦିର ପରିସରରେ ବିଜେଡି ଜିନ୍ଦାବାଦ ବୋଲି କେତେକ କର୍ମୀ ନାରାବାଜି କରିବା ଘଟଣାକୁ ସମାଲୋଚନା କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri