ସମସ୍ତ ଖେଳାଳିଙ୍କ କରୋନା ଟେଷ୍ଟ ହେବ

ଲଣ୍ଡନ,୧୧ା୪(ଏଏଫ୍‌ପି): କରୋନା ଭାଇରସ ପାଇଁ ସମସ୍ତ ଫୁଟ୍‌ବଲରମାନଙ୍କ ଟେଷ୍ଟ ହେବା ପରେ ଯାଇ ଇଂଲିଶ ସିଜନର ପୁନଃ ଆରମ୍ଭ ହେବ। ଲିଗ୍‌ ମ୍ୟାନେଜର୍ସ ଆସୋସିଏଶନ୍ସର ମୁଖ୍ୟ କାର୍ଯ୍ୟନିର୍ବାହୀ ରିଚାର୍ଡ ବେଭାନ ପ୍ରକାଶ କରିଛନ୍ତି। କୋଭିଡ୍‌-୧୯ ମହାମାରୀ ଯୋଗୁ ବ୍ରିଟେନରେ ପାଖାପାଖି ୯,୦୦୦ ଲୋକ ମୃତ୍ୟୁ ବରଣ କରିସାରିଲେଣି। ଏକମାସ ହେଲା ଫୁଟ୍‌ବଲ ଖେଳ ହୋଇ ନାହିଁ। ସ୍ଥିତିର ସୁଧାର ଆସିଲେ ଯଦି ଖେଳ ପୁନଃ ଆରମ୍ଭ ହୁଏ ତେବେ ସିଜନକୁ ୫୬ ଦିନରେ ଶେଷ କରାଯାଇପାରିବ ବୋଲି ଫୁଟ୍‌ବଲ ଲିଗ୍‌ ମୁଖ୍ୟମାନେ କହୁଛନ୍ତି। ବେଭାନ କହିଛନ୍ତି, ଏପ୍ରିଲ ମାସ ଶେଷ ପର୍ଯ୍ୟନ୍ତ ଲିଗ୍‌ର ପୁନଃ ଆରମ୍ଭ ନେଇ କୌଣସି ପୂର୍ବାନୁମାନ କରିବା ସମ୍ଭବପର ନୁହେଁ। ଜର୍ମାନୀ କଥା ଯଦି ଦେଖିବା ତେବେ ଏହି ଦେଶରେ ବର୍ତ୍ତମାନ ଦୈନିକ ୫୦,୦୦୦ କରୋନା ଭାଇରସ୍‌ ଟେଷ୍ଟ ହେଉଛି। ସେ ତୁଳନାରେ ଆମ ଦେଶରେ ଏହି ସଂଖ୍ୟା ଦୈନିକ ୧୦,୦୦୦ ରହିଛି। କୌଣସି ନିଷ୍ପତ୍ତି ନେବା ପୂର୍ବରୁ ଆମକୁ କୋଚ୍‌ ଏବଂ ମ୍ୟାନେଜରମାନଙ୍କ ମତାମତକୁ ଧ୍ୟାଦ ଦେବାକୁ ପଡ଼ିବ। ପଡ଼ିଆକୁ ଫେରିବାକୁ ହେଲେ ଖେଳାଳିମାନଙ୍କୁ ଅତି କମ୍‌ରେ ୩ ସପ୍ତାହ ଟ୍ରେନିଂ ନେବାକୁ ପଡ଼ିବ। ସୁବଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଲା ସ୍ବାସ୍ଥ୍ୟ। ଜଣେ ଖେଳାଳି ସମ୍ପୂର୍ଣ୍ଣ ଫିଟ୍‌ ନ ହେଲେ ପଡ଼ିଆକୁ ଫେରିବା ଠିକ ହେବ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

ଯମୁନାରେ ବୁଡ଼ିଲା ଡଙ୍ଗା: ୧୦ ଭକ୍ତଙ୍କ ଚାଲିଗଲା ଜୀବନ, ଉଦ୍ଧାର କାର୍ଯ୍ୟ ଜାରି

ଲକ୍ଷ୍ନୌ,୧୦।୪: ମଥୁରା ଜିଲାର ବୃନ୍ଦାବନରେ ଶୁକ୍ରବାର ଏକ ବଡ଼ ଦୁର୍ଘଟଣା ଘଟିଛି। ଶ୍ରୀନଗର ଘାଟ ନିକଟରେ ଏକ ଡଙ୍ଗା ବୁଡ଼ିଯିବା ପରେ ଅନେକ ଭକ୍ତ ନିଖୋଜ ହୋଇଯାଇଛନ୍ତି।…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

ସ୍କୁଲରେ ଆଡମିଶନ ପାଇଁ ରାତି ଅନିଦ୍ରା

ଖଇରା,୧୦।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ବ୍ଲକ ଅଡା ହାଇସ୍କୁଲରେ ନବମ ଶ୍ରେଣୀରେ ଆଡମିଶନ ପାଇଁ ଅଭିଭାବକ ଓ ଛାତ୍ରୀଛାତ୍ରମାନଙ୍କୁ ରାତି ଅନିଦ୍ରା ହୋଇ ଅପେକ୍ଷା କରୁଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri