ସମସ୍ତ ପ୍ରବାସୀ ଫେରନ୍ତାଙ୍କ ହେବ ସ୍ବାବ ପରୀକ୍ଷା: ଜିଲାପାଳ

ଛତ୍ରପୁର,୧ା୫(ଡି.ଏନ୍‌.ଏ.)- କରୋନା ମୁକାବିଲା କ୍ଷେତ୍ରରେ ଯେଉଁ ବ୍ୟକ୍ତି ବିଶେଷ କିମ୍ବା ସ୍ବେଚ୍ଛାସେବୀ ଅନୁଷ୍ଠାନ ସହାୟତା ଦେବାକୁ ଇଚ୍ଛୁକ ସେମାନେ ଗଞ୍ଜାମ ଜିଲା ପ୍ରଶାସନର କୋଭିଡ ସେଲ ସହିତ ଯୋଗାଯୋଗ କରି ଏହା କରିପାରିବେ ବୋଲି ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଶୁକ୍ରବାର ପ୍ରକାଶ କରିଛନ୍ତି। ଏଥି ସହିତ ଯେଉଁମାନେ ସ୍ବଇଚ୍ଛାରେ ସହଯୋଗ କରିବାକୁ ଚାହାନ୍ତି ସେମାନେ ମଧ୍ୟ ଛତ୍ରପୁର ସ୍ଥିତ ଡିଆରଡିଏ କାର୍ଯ୍ୟାଳୟରେ ଖୋଲିଥିବା କୋଭିଡ ସେଲ୍‌ରେ ପଞ୍ଜିକରଣ କରିପାରିବେ। ଏହା ଉଭୟ ଅନ୍‌ଲାଇନ ଓ ଅଫ୍‌ଲାଇନରେ ହୋଇପାରିବ। ଅଦ୍ୟାବଧି ୩୧ ସ୍ବେଚ୍ଛାସେବୀ ଅନୁଷ୍ଠାନ ଅନ୍‌ଲାଇନରେ ପଞ୍ଜିକରଣ କରିଥିବା ସ୍ଥଳେ ୨୨ ଗୋଟି ଅଫ୍‌ଲାଇନରେ ପଞ୍ଜିକରଣ କରିଛନ୍ତି। ସେହିପରି ୭୮୭ ଜଣ ସହଯୋଗୀ ଅନ୍‌ଲାଇନରେ ପଞ୍ଜିକରଣ କରିଥିବା ସ୍ଥଳେ ୨୭୩୪ ଜଣ ଅଫ୍‌ଲାଇନ ପଞ୍ଜିକରଣ କରିଛନ୍ତି। ତହସିଲ ଅଫିସରେ ଭିଡ କମ କରିବାପାଇଁ ଜମିଜମା ପଟ୍ଟା ଲୋକ ମାନଙ୍କ ଘରେ ପ୍ରଦାନ କରିବାକୁ ଜିଲାପାଳ ନିର୍ଦ୍ଦେଶ ଦେଇଛନ୍ତି। ଏଥି ସହିତ ବାହାର ରାଜ୍ୟ ଫେରନ୍ତା ଯେଉଁମାନଙ୍କୁ କ୍ବାରରାଣ୍ଟାଇନରେ ରଖାଯାଉଛି ସେମାନଙ୍କ ମଧ୍ୟରୁ ଯେଉଁମାନେ ନରେଗା କାମ ପାଇଁ ଇଚ୍ଛୁକ ତାଙ୍କର ମଷ୍ଟରରୋଲ ଉକ୍ତ କ୍ବାରାରଣ୍ଟାଇନ କେନ୍ଦ୍ରରେ ପ୍ରସ୍ତୁତ କରାଯିବ। ଗାଁ ଗହଳିରେ କୃଷି, ଉଦ୍ୟାନ କୃଷି, ମତ୍ସ୍ୟଚାଷ ଓ ପଶୁସମ୍ପଦ କାର୍ଯ୍ୟ ଆରମ୍ଭ କରିବାପାଇଁ ଜିଲାପାଳ ନିର୍ଦ୍ଦେଶ ଦେଇଛନ୍ତି।
ପ୍ରବାସୀ ଫେରନ୍ତା ସମସ୍ତଙ୍କର ସ୍ବାବ ପରୀକ୍ଷା କରାଯିବ। ପଶ୍ଚିମ ବଙ୍ଗ ଫେରନ୍ତାଙ୍କ ଉପରେ ଅଧିକ ଧ୍ୟାନ ଦେବାକୁ ଜିଲାପାଳ କହିଛନ୍ତି। ବାଲେଶ୍ୱର, ଭଦ୍ରକ ଏବଂ ଯାଜପୁରରୁ ଯେଉଁମାନେ ଆସୁଛନ୍ତି ସେମାନଙ୍କର ସ୍ବାସ୍ଥ୍ୟ ଯାଞ୍ଚ କରାଯିବ। ଜିଲାର ବଡବଡ କ୍ବାରାଣ୍ଟାଇନ କେନ୍ଦ୍ର ଗୁଡିକ ସମ୍ପୂର୍ଣ୍ଣ ସଜାଗ ରହିବେ। ପ୍ରତ୍ୟେକ କ୍ବାରାଣ୍ଟାଇନ କେନ୍ଦ୍ରରେ ସମାନ ପ୍ରକାର ଖାଦ୍ୟ ପ୍ରଦାନ କରିବା ପାଇଁ ଜିଲାପାଳ କହିଛନ୍ତି।
ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ଗ୍ରାମ୍ୟ ଉନ୍ନୟନ ସଂସ୍ଥା ପ୍ରକଳ୍ପ ନିର୍ଦ୍ଦେଶକ ଇଂ. ସିଦ୍ଧାର୍ଥ ଶଙ୍କର ସ୍ବାଇଁ, ଅତିରିକ୍ତ ଜିଲାପାଳ କବିନ୍ଦ୍ର କୁମାର ସାହୁ, ସୁଦାମ ଚରଣ ମଣ୍ଡଳ, ଅମୀୟ କୁମାର ସାହୁ, ବ୍ରହ୍ମପୁର ଉପଜିଲାପାଳ ସିନ୍ଧେ ଦତ୍ତାତ୍ରେୟ ଭାଉ ସାହେବ, ଛତ୍ରପୁର ଉପଜିଲାପାଳ ପ୍ରିୟ ରଞ୍ଜନ ପୃଷ୍ଟି ଓ ଅନ୍ୟାନ୍ୟ ଅଧିକାରୀମାନେ ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘ଭାଜପା ସରକାର ଅଢ଼େଇ ବର୍ଷରେ ଓଡ଼ିଶା ଛବିକୁ ମଳିନ କରିସାରିଲେଣି’

ଭୁବନେଶ୍ୱର, ୯।୧୦(ସୁନିତ୍‌ ମିଶ୍ର): ବିଜେଡି ସବୁବେଳେ ସେବା ଓ ବିକାଶରେ ବିଶ୍ୱାସ କରେ। ବିଜେଡି ସରକାର ସମୟରେ ଦ୍ରୁତ ବିକାଶ ପାଇଁ ଓଡ଼ିଶା ସାରା ଦେଶରେ ଏକ…

ଆସନ୍ତା ୧୨ ତାରିଖରେ ଗୁଡ଼ାରୀ ବ୍ଲକର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରହିବ

ଗୁଡ଼ାରୀ, ୯/୧୦ (ପ୍ରମୋଦ କୁମାର ପତି): ଆସନ୍ତା ୧୨ ତାରିଖରେ ଗୁଡ଼ାରୀ ବ୍ଲକର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରହିବ। ଏହି ଦିନ ସମସ୍ତ ଅଙ୍ଗନବାଡ଼ି କର୍ମୀ…

ଜୁଆଆଡ୍ଡା ପରିଚାଳନାକୁ ନେଇ ଉତ୍ତେଜନା: ହତ୍ୟା ଉଦ୍ୟମ ଘଟଣାରେ …

ଦିଗପହଣ୍ଡି,୯|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ଶୁକ୍ରବାର ବ୍ରହ୍ମପୁର ସଦର ଥାନା ବାଲିପଡ଼ା ଗ୍ରାମର ନିଲୁ ଗୌଡ଼(୨୧) ଙ୍କୁ ଗିରଫ କରି ସନ୍ଧ୍ୟାରେ କୋର୍ଟ…

ଘୂର୍ଣ୍ଣିବଳୟ ସକ୍ରିୟ, ୧୩ ବେଳକୁ ଲଘୁଚାପ: ଫେରନ୍ତା ମୌସୁମୀ ପ୍ରଭାବରେ ବର୍ଷା ଆରମ୍ଭ; ୟେଲୋ ଓ୍ବାର୍ନିଂ ଜାରି…

ଭୁବନେଶ୍ୱର, ୯ା୧୦(ବନ୍ଦନା ସେଠୀ) – ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାକୁ ଯାଉଛି। ଇତିମଧ୍ୟରେ ଥାଇଲାଣ୍ଡ ଉପସାଗର ଓ ଆଖପାଖ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ…

ସରପଞ୍ଚଙ୍କ ସ୍ବାମୀଙ୍କୁ ହତ୍ୟା ଉଦ୍ୟମ : ମାମଲା ରୁଜୁ କଲା ପୋଲିସ                     

ଦିଗପହଣ୍ଡି,୯|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ବନ୍ଥପଲ୍ଲୀ ପଞ୍ଚାୟତ ସରପଞ୍ଚ ଚାନ୍ଦିନୀ ନାୟକ ଙ୍କ ସ୍ବାମୀ ଟୁନା ନାୟକ ଙ୍କୁ ଯୋଜନାବଦ୍ଧ ଭାବେ ହତ୍ୟା…

ଦିଗପହଣ୍ଡିରେ ପ୍ରକଳ୍ପ ସ୍ତରୀୟ ପୋଷଣ ମାସ: ଶ୍ରେଷ୍ଠ ଅଙ୍ଗନୱାଡ଼ି କର୍ମୀ ମାନଙ୍କୁ କରାଗଲା ସମ୍ମାନିତ

ଦିଗପହଣ୍ଡି,୯|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ମିଶନ ଶକ୍ତି ଭବନ ପରିସରରେ ଶୁକ୍ରବାର ମହିଳା ଓ ଶିଶୁ ବିକାଶ ସମନ୍ୱିତ ପ୍ରକଳ୍ପ ସ୍ତରୀୟ ପୋଷଣ…

କେସିଙ୍ଗା ମହାବିଦ୍ୟାଳୟରେ ସଭାପତି ପଦ ପାଇଁ ୩ ପ୍ରାର୍ଥୀଙ୍କ ନାମାଙ୍କନ ଦାଖଲ

କେସିଙ୍ଗା, ୯/୧୦ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲ୍ଲା କେସିଙ୍ଗା ମହାବିଦ୍ୟାଳୟରେ ଦୀର୍ଘ ୮ ବର୍ଷ ପରେ ଛାତ୍ର ସଂସଦ ନିର୍ବାଚନ ହେବାକୁ ଯାଉଛି। ନିର୍ବାଚନ ନେଇ ବିଜ୍ଞପ୍ତି…

ପ୍ରଥମ ଥର ପାଇଁ ଋଷିମାଳ ସ୍ନାତକ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ

ବ୍ରାହ୍ମଣୀଗାଁ, ୯।୧୦(ମନୋରଞ୍ଜନ ରଣା): ଦୀର୍ଘ ୮ ବର୍ଷର ବ୍ୟବଧାନ ପରେ ଓଡ଼ିଶାର କଲେଜ ଓ ବିଶ୍ୱବିଦ୍ୟାଳୟଗୁଡ଼ିକରେ ପୁଣିଥରେ ଛାତ୍ର ସଂସଦ ନିର୍ବାଚନ ଅନୁଷ୍ଠିତ ହେଉଛି। ଏହି କ୍ରମରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?