ସମସ୍ତ ଭାରତୀୟ ଭାଷାରେ ଲକ୍ଷ୍ମଣ ନାୟକଙ୍କ ଜୀବନୀ ପ୍ରକାଶ କରାଯାଉ

ଭୁବନେଶ୍ୱର,୨୩ା୧୧(ବ୍ୟୁରୋ): ଶହୀଦ ଲକ୍ଷ୍ମଣ ନାୟକ ଥିଲେ ସରଳତା, ନିର୍ଭୀକତା ଓ ସଂଗ୍ରାମର ପ୍ରତୀକ। ଜନଜାତି ଅସ୍ମିତା ଓ ସ୍ବାଭିମାନର ସେ ଥିଲେ ପରିଚୟ। ମହାତ୍ମା ଗାନ୍ଧୀଙ୍କ ଆଦର୍ଶକୁ ଜୀବନରେ ଅନୁସରଣ କରି ସେ ସ୍ବାଧୀନତା ସଂଗ୍ରାମରେ ଓଡ଼ିଶାର ଜଣେ ପରିଚିତ ଚେହେରାଭାବେ ସାମ୍ନାକୁ ଆସିଥିଲେ। ଜନଜାତିଙ୍କ ଜୀବନଧାରାକୁ ସେ ପ୍ରଭାବିତ କରିପାରିଥିଲେ ବୋଲି ବିଶିଷ୍ଟ ବକ୍ତାମାନେ ମତବ୍ୟକ୍ତ କରିଛନ୍ତି। ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଭୁବନେଶ୍ୱରସ୍ଥିତ ଶବରୀ ସାଂସ୍କୃତିକ ସଂସଦର ମିଳିତ ସହଯୋଗରେ ସୂଚନା ଭବନଠାରେ ଅନୁଷ୍ଠିତ ଶହୀଦ ଲକ୍ଷ୍ମଣ ନାୟକ ରାଜ୍ୟସ୍ତରୀୟ ଜୟନ୍ତୀ ଉତ୍ସବରେ ଯୋଗଦେଇଥିବା ଅତିଥିମାନେ ଲକ୍ଷ୍ମଣ ନାୟକ ସର୍ବଦା ଅବିସ୍ମରଣୀୟ ହୋଇ ରହିବେ ବୋଲି କହିଥିଲେ।
କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ, ସଂଖ୍ୟାଲଘୁ ଓ ପଛୁଆବର୍ଗ କଲ୍ୟାଣ ମନ୍ତ୍ରୀ ଜଗନ୍ନାଥ ସାରକା ଯୋଗଦେଇ ଉତ୍ତରପିଢ଼ି ଲକ୍ଷ୍ମଣ ନାୟକଙ୍କ ଆଦର୍ଶରେ ଅନୁପ୍ରାଣିତ ହୋଇ ଜାତି ନିର୍ମାଣରେ ଭାଗିଦାର ହେବାକୁ ପରାମର୍ଶ ଦେଇଥିଲେ। ନବରଙ୍ଗପୁର ଏମ୍‌ପି ରମେଶ ଚନ୍ଦ୍ର ମାଝୀ, ବିଧାୟକ ରଘୁନାଥ ଗମାଙ୍ଗ, ମନୋହର ରନ୍ଧାରୀ, ପ୍ରକାଶ ଚନ୍ଦ୍ର ମାଝୀ, ସଦାଶିବ ପ୍ରଧାନୀ, ତାରାପ୍ରସାଦ ବାହିନୀପତି, ସଂସଦର ଉପସଭାପତି ଗୌର ତ୍ରିପାଠୀ ପ୍ରମୁଖ ସମ୍ମାନିତ ଅତିଥିଭାବେ ଯୋଗଦେଇ ଶହୀଦ୍‌ ଲକ୍ଷ୍ମଣ ନାୟକଙ୍କ ଜୀବନୀ ଉପରେ ଆଲୋଚନା କରିଥିଲେ। ବିଶିଷ୍ଟ ଗବେଷକ ତଥା ସାହିତି୍ୟକ ପ୍ରଦୀପ କୁମାର ମିଶ୍ର କାର୍ଯ୍ୟକ୍ରମରେ ମୁଖ୍ୟବକ୍ତା ଭାବେ ଯୋଗଦେଇ ଗବେଷଣାଭିତ୍ତିକ ତଥ୍ୟ ଉପସ୍ଥାପନ କରିଥିଲେ। ବନବାସୀଙ୍କ ଉପରେ ହେଉଥିବା ଅତ୍ୟାଚାର, ଅନାଚାରର ବିରୋଧ ସହ ସବୁପ୍ରକାର ଶୋଷଣର ଅବସାନ ନିମନ୍ତେ ଶହୀଦ ଲକ୍ଷ୍ମଣ ନାୟକ ଜୀବନର ଶେଷ ପର୍ଯ୍ୟନ୍ତ ଉଦ୍ୟମ ଜାରି ରଖିଥିଲେ। ତାଙ୍କ ଜୀବନ କାହାଣୀ ବିଭିନ୍ନ ଭାରତୀୟ ଭାଷାରେ ପ୍ରକାଶ ପାଇଲେ ଭବିଷ୍ୟତ ପିଢ଼ି ଅଧିକ ସଚେତନ ଓ ଉପକୃତ ହେବେ ବୋଲି ସେ କହିଥିଲେ। କାର୍ଯ୍ୟକ୍ରମ ଆରମ୍ଭରେ ଶହୀଦ ଲକ୍ଷ୍ମଣ ନାୟକଙ୍କ ଉଦ୍ଦେଶ୍ୟରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯିବା ପରେ ସୂଚନା ଓ ଲୋକସଂପର୍କ ବିଭାଗର ଉପନିର୍ଦ୍ଦେଶକ ବରଦା ପ୍ରସନ୍ନ ଦାସ ସ୍ବାଗତ ଭାଷଣ ଦେଇଥିଲେ। ଏହି ଅବସରରେ ପୂର୍ବରୁ ଆୟୋଜିତ ଆନ୍ତଃସ୍କୁଲ ଓ କଲେଜସ୍ତରୀୟ ପ୍ରବନ୍ଧ ଏବଂ ବକ୍ତୃତା ପ୍ରତିଯୋଗିତାର କୃତୀ ପ୍ରତିଯୋଗୀଙ୍କୁ ପୁରସ୍କୃତ କରାଯାଇଥିଲା। ଶବରୀ ସାଂସ୍କୃତିକ ସଂସଦ ପକ୍ଷରୁ ସୁଶାନ୍ତ ପାଣିଗ୍ରାହୀଙ୍କ ସଂଯୋଜନାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ସଂସଦର ଯୁଗ୍ମ ସଂପାଦକ ନୀଳମାଧବ ଦାଶ ଧନ୍ୟବାଦ ଅର୍ପଣ କରିଥିଲେ। ଶେଷରେ ନବରଙ୍ଗପୁର ମହିଳା ମହାବିଦ୍ୟାଳୟର ଛାତ୍ରୀମାନଙ୍କ ଦ୍ୱାରା ଆଦିବାସୀ ନୃତ୍ୟ ‘ଢେମ୍‌ସା’ ପରିବେଷଣ କରାଯାଇଥିଲା। ବିଭାଗୀୟ ଯୁଗ୍ମ ନିର୍ଦ୍ଦେଶକ ସୁଭାଷ ସୂପକାର କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ। ସକାଳେ ୟୁନିଟ୍‌-୧ସ୍ଥିତ ଆଦିବାସୀ ପଡ଼ିଆ ଏବଂ କଳିଙ୍ଗ ହସ୍ପିଟାଲ ଛକସ୍ଥିତ ଶହୀଦ ଲକ୍ଷ୍ମଣ ନାୟକଙ୍କ ପ୍ରତିମୂର୍ତ୍ତିରେ ମନ୍ତ୍ରୀ ସାର୍‌କାଙ୍କ ସହ ବିଧାୟକ ଏବଂ ସୂଚନା ଓ ଲୋକସଂପର୍କ ବିଭାଗର ସହକାରୀ ନିର୍ଦ୍ଦେଶକ (କ୍ଷେତ୍ର) ସନ୍ତୋଷ କୁମାର ଏବଂ ଅନ୍ୟାନ୍ୟ ପଦାଧିକାରୀମାନେ ମାଲ୍ୟାର୍ପଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାତିରେ ଝିଅ ଡ୍ରେସ୍‌ ପିନ୍ଧି ଚୋରି କରୁଥିଲେ ଯୁବକ, ଧରାପଡ଼ିବାରୁ ହାତରେ କୋଦାଳ ଧରାଇ ଗ୍ରାମବାସୀ କଲେ…

ଚାନ୍ଦବାଲି,୧୨ା୪(ଅଶୋକ ପଣ୍ଡା): ଦିନରେ ପୁଅ ଡ୍ରେସ୍‌ ଆଉ ରାତି ହେଲେ ପିନ୍ଧୁଥିଲେ ଝିଅ ଡ୍ରେସ୍‌। ପୁଣି ଛଦ୍ମବେଶରେ କିନ୍ନର ହୋଇ ଚୋରି ସହିତ ଲୋକଙ୍କଠାରୁ ହାତ ପତାଇ…

ପବିତ୍ର ଅକ୍ଷୟ ତୃତୀୟାରେ ପାଳନ ହେବ କବିସୂର୍ଯ୍ୟଙ୍କ ଶ୍ରାଦ୍ଧୋତ୍ସବ

ଦିଗପହଣ୍ଡି,୧୨ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି ଅଧ୍ୟକ୍ଷଙ୍କ ପ୍ରକୋଷ୍ଠରେ ରବିବାର ମଧ୍ୟାହ୍ନରେ ଦିଗପହଣ୍ଡିସ୍ଥିତ କବିସୂର୍ଯ୍ୟ ସ୍ମୃତି ପରିଷଦ ପକ୍ଷରୁ ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି।…

୩୦୦ ୟୁନିଟ ମାଗଣା ବିଜୁଳି, ୭୮ହଜାର ଟଙ୍କାର ସବସିଡି; ଜାଣନ୍ତୁ କେମିତି ଉଠାଇବେ ଏହି ସରକାରୀ ଯୋଜନାର ଲାଭ…

ନୂଆଦିଲ୍‌ଲୀ,୧୨।୪: ମାଗଣା ବିଦ୍ୟୁତ ଯୋଜନା ଅଧୀନରେ, ସରକାର ସ୍ଥାପିତ ସୌର ପ୍ୟାନେଲର କ୍ଷମତା (kW) ଉପରେ ଆଧାର କରି ସବସିଡି ପ୍ରଦାନ କରନ୍ତି। 1 kW ସିଷ୍ଟମ…

ଚଳନ୍ତା ଟ୍ରେନରେ ଚଢ଼ିବା ପ୍ରୟାସ ପଡ଼ିଲା ମହଙ୍ଗା, ସିସିଟିଭିରେ କଏଦ ହେଲା ମୃତ୍ୟୁର Live Video

ଭୋପାଳ,୧୨।୪: ମଧ୍ୟପ୍ରଦେଶର ରତଲାମ ରେଳ ଷ୍ଟେସନରେ ଚଳନ୍ତା ଟ୍ରେନରେ ଚଢ଼ିବାକୁ ଚେଷ୍ଟା କରିବା ସମୟରେ ଜଣେ ବ୍ୟକ୍ତି ପ୍ରାଣ ହରାଇଛନ୍ତି । ଟ୍ରେନରେ ଫସିବା ପରେ, ସେ…

ଇରାନ-ଆମେରିକା ଆଲୋଚନା ବିଫଳ, ଆସିଲା ନେତାନ୍ୟାହୁଙ୍କ ପ୍ରଥମ ପ୍ରତିକ୍ରିୟା, ଜାଣନ୍ତୁ କ’ଣ କହିଛନ୍ତି

ତେହରାନ,୧୨।୪: ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ କହିଛନ୍ତି ଯେ ଇରାନ ବିରୁଦ୍ଧରେ ଆରମ୍ଭ ହୋଇଥିବା ଅଭିଯାନ ବହୁଳ ଭାବରେ ସଫଳ ହୋଇଛି। ସେ ଦାବି କରିଛନ୍ତି ଯେ…

ପାଳନ ହେବ ଐତିହାସିକ ଜମ୍ବୁ ଦ୍ୱୀପ ମହୋତ୍ସବ: ସାଂସ୍କୃତିକ କାର୍ଯ୍ୟକ୍ରମରେ ଦୁଲୁକିବ ଅଞ୍ଚଳ

ମହାକାଳପଡ଼ା, ୧୨ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ପ୍ରସିଦ୍ଧ ଶକ୍ତିପୀଠ ମା’ ରାମଚଣ୍ଡୀ ପୀଠରେ ଦୁଇ ଦିନ ପରେ ପଣା ସଂକ୍ରାନ୍ତି ଝାମୁଯାତ୍ରା ଅନୁଷ୍ଠିତ…

ବଦଳିଲା Xର ମନିଟାଇଜେସନ୍ ନିୟମ, ଅଯଥା ପୋଷ୍ଟ କଲେ…..

ନୂଆଦିଲ୍ଲୀ,୧୨।୪: ସୋସିଆଲ ମିଡିଆ ପ୍ଲାଟଫର୍ମ X ଏହାର ମନିଟାଇଜେସନ ବ୍ୟବସ୍ଥାରେ ଏକ ବଡ଼ ପରିବର୍ତ୍ତନ କାର୍ଯ୍ୟକାରୀ କରିଛି । ନିମ୍ନ-ଗୁଣବତ୍ତା ଏବଂ କ୍ଲିକ୍ବେଟ୍ କଣ୍ଟେଣ୍ଟ ମାଧ୍ୟମରେ ପ୍ଲାଟଫର୍ମରେ…

ବଂଶଧାରା ଉପର ମୁଣ୍ଡରେ ଆନିକଟ ଦାବି କରି ଶପଥ ନେଲା ସୁରକ୍ଷା ସମିତି

ଗୁଣପୁର,୧୨ା୪(ସୁଜାତା ପାଢ଼ୀ): ବଂଶଧାରା ଉପର ମୁଣ୍ଡରେ ଆନିକଟ ଦାବି ନେଇ ଏକ ଅଭିନବ ଢଙ୍ଗରେ ନଦୀ ତଟବର୍ତ୍ତୀ ଗ୍ରାମ ଗଜପତି ଜିଲା ସାରା ଗ୍ରାମରେ ଜଳସଂକଳ୍ପ ଯାତ୍ରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri