ସମସ୍ତ ଭାରତୀୟ ଭାଷାରେ ଲକ୍ଷ୍ମଣ ନାୟକଙ୍କ ଜୀବନୀ ପ୍ରକାଶ କରାଯାଉ

ଭୁବନେଶ୍ୱର,୨୩ା୧୧(ବ୍ୟୁରୋ): ଶହୀଦ ଲକ୍ଷ୍ମଣ ନାୟକ ଥିଲେ ସରଳତା, ନିର୍ଭୀକତା ଓ ସଂଗ୍ରାମର ପ୍ରତୀକ। ଜନଜାତି ଅସ୍ମିତା ଓ ସ୍ବାଭିମାନର ସେ ଥିଲେ ପରିଚୟ। ମହାତ୍ମା ଗାନ୍ଧୀଙ୍କ ଆଦର୍ଶକୁ ଜୀବନରେ ଅନୁସରଣ କରି ସେ ସ୍ବାଧୀନତା ସଂଗ୍ରାମରେ ଓଡ଼ିଶାର ଜଣେ ପରିଚିତ ଚେହେରାଭାବେ ସାମ୍ନାକୁ ଆସିଥିଲେ। ଜନଜାତିଙ୍କ ଜୀବନଧାରାକୁ ସେ ପ୍ରଭାବିତ କରିପାରିଥିଲେ ବୋଲି ବିଶିଷ୍ଟ ବକ୍ତାମାନେ ମତବ୍ୟକ୍ତ କରିଛନ୍ତି। ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଭୁବନେଶ୍ୱରସ୍ଥିତ ଶବରୀ ସାଂସ୍କୃତିକ ସଂସଦର ମିଳିତ ସହଯୋଗରେ ସୂଚନା ଭବନଠାରେ ଅନୁଷ୍ଠିତ ଶହୀଦ ଲକ୍ଷ୍ମଣ ନାୟକ ରାଜ୍ୟସ୍ତରୀୟ ଜୟନ୍ତୀ ଉତ୍ସବରେ ଯୋଗଦେଇଥିବା ଅତିଥିମାନେ ଲକ୍ଷ୍ମଣ ନାୟକ ସର୍ବଦା ଅବିସ୍ମରଣୀୟ ହୋଇ ରହିବେ ବୋଲି କହିଥିଲେ।
କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ, ସଂଖ୍ୟାଲଘୁ ଓ ପଛୁଆବର୍ଗ କଲ୍ୟାଣ ମନ୍ତ୍ରୀ ଜଗନ୍ନାଥ ସାରକା ଯୋଗଦେଇ ଉତ୍ତରପିଢ଼ି ଲକ୍ଷ୍ମଣ ନାୟକଙ୍କ ଆଦର୍ଶରେ ଅନୁପ୍ରାଣିତ ହୋଇ ଜାତି ନିର୍ମାଣରେ ଭାଗିଦାର ହେବାକୁ ପରାମର୍ଶ ଦେଇଥିଲେ। ନବରଙ୍ଗପୁର ଏମ୍‌ପି ରମେଶ ଚନ୍ଦ୍ର ମାଝୀ, ବିଧାୟକ ରଘୁନାଥ ଗମାଙ୍ଗ, ମନୋହର ରନ୍ଧାରୀ, ପ୍ରକାଶ ଚନ୍ଦ୍ର ମାଝୀ, ସଦାଶିବ ପ୍ରଧାନୀ, ତାରାପ୍ରସାଦ ବାହିନୀପତି, ସଂସଦର ଉପସଭାପତି ଗୌର ତ୍ରିପାଠୀ ପ୍ରମୁଖ ସମ୍ମାନିତ ଅତିଥିଭାବେ ଯୋଗଦେଇ ଶହୀଦ୍‌ ଲକ୍ଷ୍ମଣ ନାୟକଙ୍କ ଜୀବନୀ ଉପରେ ଆଲୋଚନା କରିଥିଲେ। ବିଶିଷ୍ଟ ଗବେଷକ ତଥା ସାହିତି୍ୟକ ପ୍ରଦୀପ କୁମାର ମିଶ୍ର କାର୍ଯ୍ୟକ୍ରମରେ ମୁଖ୍ୟବକ୍ତା ଭାବେ ଯୋଗଦେଇ ଗବେଷଣାଭିତ୍ତିକ ତଥ୍ୟ ଉପସ୍ଥାପନ କରିଥିଲେ। ବନବାସୀଙ୍କ ଉପରେ ହେଉଥିବା ଅତ୍ୟାଚାର, ଅନାଚାରର ବିରୋଧ ସହ ସବୁପ୍ରକାର ଶୋଷଣର ଅବସାନ ନିମନ୍ତେ ଶହୀଦ ଲକ୍ଷ୍ମଣ ନାୟକ ଜୀବନର ଶେଷ ପର୍ଯ୍ୟନ୍ତ ଉଦ୍ୟମ ଜାରି ରଖିଥିଲେ। ତାଙ୍କ ଜୀବନ କାହାଣୀ ବିଭିନ୍ନ ଭାରତୀୟ ଭାଷାରେ ପ୍ରକାଶ ପାଇଲେ ଭବିଷ୍ୟତ ପିଢ଼ି ଅଧିକ ସଚେତନ ଓ ଉପକୃତ ହେବେ ବୋଲି ସେ କହିଥିଲେ। କାର୍ଯ୍ୟକ୍ରମ ଆରମ୍ଭରେ ଶହୀଦ ଲକ୍ଷ୍ମଣ ନାୟକଙ୍କ ଉଦ୍ଦେଶ୍ୟରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯିବା ପରେ ସୂଚନା ଓ ଲୋକସଂପର୍କ ବିଭାଗର ଉପନିର୍ଦ୍ଦେଶକ ବରଦା ପ୍ରସନ୍ନ ଦାସ ସ୍ବାଗତ ଭାଷଣ ଦେଇଥିଲେ। ଏହି ଅବସରରେ ପୂର୍ବରୁ ଆୟୋଜିତ ଆନ୍ତଃସ୍କୁଲ ଓ କଲେଜସ୍ତରୀୟ ପ୍ରବନ୍ଧ ଏବଂ ବକ୍ତୃତା ପ୍ରତିଯୋଗିତାର କୃତୀ ପ୍ରତିଯୋଗୀଙ୍କୁ ପୁରସ୍କୃତ କରାଯାଇଥିଲା। ଶବରୀ ସାଂସ୍କୃତିକ ସଂସଦ ପକ୍ଷରୁ ସୁଶାନ୍ତ ପାଣିଗ୍ରାହୀଙ୍କ ସଂଯୋଜନାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ସଂସଦର ଯୁଗ୍ମ ସଂପାଦକ ନୀଳମାଧବ ଦାଶ ଧନ୍ୟବାଦ ଅର୍ପଣ କରିଥିଲେ। ଶେଷରେ ନବରଙ୍ଗପୁର ମହିଳା ମହାବିଦ୍ୟାଳୟର ଛାତ୍ରୀମାନଙ୍କ ଦ୍ୱାରା ଆଦିବାସୀ ନୃତ୍ୟ ‘ଢେମ୍‌ସା’ ପରିବେଷଣ କରାଯାଇଥିଲା। ବିଭାଗୀୟ ଯୁଗ୍ମ ନିର୍ଦ୍ଦେଶକ ସୁଭାଷ ସୂପକାର କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ। ସକାଳେ ୟୁନିଟ୍‌-୧ସ୍ଥିତ ଆଦିବାସୀ ପଡ଼ିଆ ଏବଂ କଳିଙ୍ଗ ହସ୍ପିଟାଲ ଛକସ୍ଥିତ ଶହୀଦ ଲକ୍ଷ୍ମଣ ନାୟକଙ୍କ ପ୍ରତିମୂର୍ତ୍ତିରେ ମନ୍ତ୍ରୀ ସାର୍‌କାଙ୍କ ସହ ବିଧାୟକ ଏବଂ ସୂଚନା ଓ ଲୋକସଂପର୍କ ବିଭାଗର ସହକାରୀ ନିର୍ଦ୍ଦେଶକ (କ୍ଷେତ୍ର) ସନ୍ତୋଷ କୁମାର ଏବଂ ଅନ୍ୟାନ୍ୟ ପଦାଧିକାରୀମାନେ ମାଲ୍ୟାର୍ପଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡି ବିଧାନସଭା ପ୍ରାର୍ଥୀ ବଦଳାଇଲା କଂଗ୍ରେସ

ଭୁବନେଶ୍ୱର,୨୨ା୪: ଗଞ୍ଜାମ ଜିଲା ଦିଗପହଣ୍ଡି ବିଧାନସଭା ଆସନରୁ ପ୍ରାର୍ଥୀ ଘୋଷଣା କରିବାର ୧୧ ଦିନ ପରେ ପ୍ରାର୍ଥୀ ବଦଳାଇଛି କଂଗ୍ରେସ। ଶ୍ରୀଧର ଦେବଙ୍କ ସ୍ଥାନରେ ସାକା...

ମାଓବାଦୀ କ୍ୟାମ୍ପ୍‌ ଧ୍ୱଂସ: ବିପୁଳ ସାମଗ୍ରୀ ଜବତ

ମାଲକାନଗିରି,୨୪ା୪(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ସୀମାନ୍ତ ଛତିଶଗଡ଼ ନାରାୟଣପୁର ଜିଲା ପୋଲିସ ଫୋର୍ସ, ଡିଆର୍‌ଜି, ବସ୍ତର ଫାଇଟର୍ସ ଓ ସିଏଏଫ୍‌ର ଯବାନମାନେ ବୁଧବାର ମିଳିତ ତଲାସି ବେଳେ...

ଅଶ୍ୱିନୀ ବୈଷ୍ଣବଙ୍କ ବିରୋଧରେ ମାମଲା ଖାରଜ: ଆବେଦନକାରୀ ଗଣିବେ ୫ ଲକ୍ଷ ଜରିମାନା

କଟକ,୨୪ା୪(କାର୍ତ୍ତିକ ସାହୁ): କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବିରୋଧରେ ତଥ୍ୟ ଲୁଚାଇବା ଅଭିଯୋଗ ନେଇ ଦାୟର ମାମଲାକୁ ହାଇକୋର୍ଟ ଖାରଜ କରିଛନ୍ତି। ରାଜନୈତିକ ଉଦ୍ଦେଶ୍ୟ ରଖି ମାମଲା...

ଓଡ଼ିଶା ରାଜନୀତିରେ ରାଜପରିବାର: ଜାଣନ୍ତୁ କେଉଁ ଆସନରୁ ଲଢ଼ୁଛନ୍ତି କେଉଁ ରାଜପରିବାର

ଭୁବନେଶ୍ୱର,୨୨ା୪: ଭାରତ ସ୍ୱାଧୀନ ହେବା ପରେ ଦେଶରେ ରାଜତନ୍ତ୍ର ଶେଷ ହୋଇଥିଲା। ଏହାପରେ ରାଜା ପରିବାର ସଦସ୍ୟମାନେ ଗଣତାନ୍ତ୍ରିକ ପ୍ରକ୍ରିୟାରେ ମଧ୍ୟ ଲୋକଙ୍କ ଦ୍ୱାରା ନିର୍ବାଚିତ...

କାଳବୈଶାଖୀର ତାଣ୍ଡବ, ଭାଙ୍ଗିଲା ବିଜୁ ପଟ୍ଟନାୟକ ଇନ୍‌ଡୋର ଷ୍ଟାଡିୟମ

ପୁରୁଷୋତ୍ତମପୁର,୨୪ା୪(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ବୁଧବାର ଅପରାହ୍ନରେ କାଳବୈଶାଖୀ ତାଣ୍ଡବ ରଚିଛି। ମାତ୍ର ୧୦ ମିନିଟ୍‌ ମଧ୍ୟରେ ସହରକୁ ଛିନ୍‌ଭିନ୍‌ କରିପକାଇଛି। ବିଭିନ୍ନ ସ୍ଥାନରେ...

ବାକିରେ ନେଇ ଖାଇଲେ, ଟଙ୍କା ମାଗିବାରୁ ଦୋକାନରେ ନିଆଁ ଲଗାଇଦେଲେ

ଭୁବନେଶ୍ୱର,୨୪।୪: ବାକିରେ ନେଇ ଖାଇଲେ, ଟଙ୍କା ମାଗିବାରୁ ଦୋକାନରେ ନିଆଁ ଲଗାଇଦେଲେ। ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ରାଜଧାନୀ ଚନ୍ଦକା ଅଞ୍ଚଳରେ। ଗତକାଲି ରାତିରେ...

ଆସନ୍ତା ୩ ଘଣ୍ଟା ପାଇଁ କାଳବୈଶାଖୀ, ବଜ୍ରପାତ ସୂଚନା

ଭୁବନେଶ୍ୱର,୨୪ା୪: ଦିନ ସାରା ପ୍ରଚଣ୍ଡ ଖରା ଏବଂ ଗୁଳୁଗୁଳିରେ ଲୋକେ ଆଉଟୁପାଉଟୁ ହେଉଥିବା ବେଳେ ଅପରାହ୍ନରେ କାଳବୈଶାଖୀ ବର୍ଷା ସାମାନ୍ୟ ଆଶ୍ୱସ୍ତି ଆଣିଛି। ଅପରାହ୍ନ ସାଢ଼େ...

ନିଜ ନିର୍ବାଚନ ମଣ୍ଡଳୀରୁ ପ୍ରଚାର ଆରମ୍ଭ କଲେ ମୁଖ୍ୟମନ୍ତ୍ରୀ

ହିଞ୍ଜିଳିକାଟୁ,୨୪ା୪(ଦ୍ୱିତୀକୃଷ୍ଣ ପଣ୍ଡା): ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ବୁଧବାରଠାରୁ ନିଜ ନିଜାଚନ ମଣ୍ଡଳୀ ହିଞ୍ଜିଳିରୁ ୨୦୨୪ ନିର୍ବାଚନ ପ୍ରଚାରର ଶୁଭାରମ୍ଭ କରିଛନ୍ତି। ହିଞ୍ଜିଳିକାଟୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri