ସମସ୍ୟାରେ କୁଆମରା ମ.ଇ. ବିଦ୍ୟାଳୟ

କୁଆମରା,୭ା୧(ଡ଼ି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା ଗୋପବନ୍ଧୁ ନଗର ବ୍ଲକ ଅଧୀନ କୁଆମରା ମ.ଇ ବିଦ୍ୟାଳୟ ପ୍ରଶାସନିକ ଅବହେଳାର ଶିକାର ହୋଇଛି। ରାଜରାଜୁଡା ଅମଳରୁ ୧୮୯୨ ମସିହାରେ ପ୍ରତିଷ୍ଠିତ ଏହି ପୁରାତନ ବିଦ୍ୟାଳୟରେ ସମସ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଏ ନେଇ ଶିକ୍ଷା ବିଭାଗକୁ ବାରମ୍ବାର ଅବଗତ କରାଯାଇଥିଲେ ମଧ୍ୟ କୌଣସି ପ୍ରତିକାର କରାଯାଉ ନାହିଁ।
୨୦୧୯ ମେ ୧୫ ତାରିଖ କାଳବୈଶାଖୀରେ ଉକ୍ତ ବିଦ୍ୟାଳୟ ଶ୍ରେଣୀଗୃହର ଆଜବେଷ୍ଟ ଭାଙ୍ଗି ଚୂରମାର ହୋଇଯାଇଥିଲା। କ୍ଷୟକ୍ଷତିକୁ ୯ମାସ ପୂରିବାକୁ ବସିଥିଲେ ମଧ୍ୟ ଅଦ୍ୟାବଧି ମରାମତି କାର୍ଯ୍ୟ ସମ୍ପୂର୍ଣ୍ଣ ହୋଇପାରି ନାହିଁ। ଏଠାରେ ଚତୁର୍ଥରୁ ସପ୍ତମ ଶ୍ରେଣୀ ପର୍ଯ୍ୟନ୍ତ ଶିକ୍ଷାଦାନ ହେଉଥିଲା। ୧୯୯୫ ମସିହାରେ ଶିକ୍ଷକ ଅଭାବରୁ ଦୁଇଟି ଶ୍ରେଣୀ ଚତୁର୍ଥ ଓ ପଞ୍ଚମ ଶିକ୍ଷାଦାନ ବନ୍ଦ ହୋଇଗଲା। ତେବେ ୨୦୧୭ରେ ଅଷ୍ଟମ ଶ୍ରେଣୀ ମିଶ୍ରଣ ହେବା ପରେ ଏବେ ଏଠାରେ ମୋଟ ୧୨୦ ଛାତ୍ରୀଛାତ୍ର ଅଧ୍ୟୟନ କରୁଛନ୍ତି। ପାଠ ପଢିବାକୁ ଆବଶ୍ୟକ ଗୃହ ଅଭାବ ଯୋଗୁ ପିଲାମାନେ ବହୁ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏ ନେଇ ଅଭିଭାବକ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। ୫ବର୍ଷ ତଳେ ଡିପିଇପି ଅନୁଦାନରେ ନିର୍ମିତ ଗୋଟିଏ ଛାତ ଘରେ ସବୁ ପିଲା ଏକାଠି ବସି ପାଠ ପଢୁଥିବା ଦେଖିବାକୁ ମିଳୁଛି। ଏହି ସମସ୍ୟା ସମ୍ପର୍କରେ ଗଣମାଧ୍ୟମରେ ଖବର ପ୍ରକାଶ ପାଇବା ପରେ ଚିଠି ନଂ. ୨୨୦୮ ଜୁଲାଇ ୧୫ ତାରିଖରେ ଜିଲା ଶିକ୍ଷା ବିଭାଗ ଗୃହ ମରାମତି ପାଇଁ ନିର୍ଦ୍ଦେଶ ଦେଇଥିଲେ। ପରେ ବ୍ଲକ ପ୍ରଶାସନ ମରାମତି ପାଇଁ ପଞ୍ଚାୟତକୁ ଦାୟିିତ୍ୱ ଦେବା ପରେ ପଞ୍ଚାୟତ ପକ୍ଷରୁ ଅର୍ଥ ମଞ୍ଜୁର କରାଯାଇ କାର୍ଯ୍ୟ ଆରମ୍ଭ କରାଯାଇଥିଲା। ମାତ୍ର କାର୍ଯ୍ୟ ଆରମ୍ଭ ହେବାର ୨ ମାସ ବିତି ଯାଇଥିଲେ ମଧ୍ୟ ଛପର ମରାମତି କାମ ସରିନି। ଫଳରେ ପାଠପଢା ଓ ମଧ୍ୟାହ୍ନଭୋଜନ କ୍ଷେତ୍ରରେ ଛାତ୍ରୀଛାତ୍ର ନାନା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ତୁରନ୍ତ ଏହାର ମରାମତି କରିବା ପାଇଁ ଅଭିଭାବକମାନଙ୍କ ମହଲରେ ଦାବି ହେଉଛି। ଏ ନେଇ ନାଏବ ସରପଞ୍ଚ ତୁଷାରକାନ୍ତ ନାୟକଙ୍କୁ ପଚାରିବାରୁ ଅର୍ଥ ମଞ୍ଜୁର ସରିଛି। କେତେକ କାରଣରୁ ବିଳମ୍ବ ଘଟିଛି। ତେବେ ଖୁବ୍‌ଶୀଘ୍ର ମରାମତି କରାଯିବାକୁ ଚେଷ୍ଟା କରାଯିବ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଉ ସହି ହେବନି,ଏଥର ଭୋଟ ବର୍ଜନ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ)ମୟୂରଭଞ୍ଜ ଜିଲା ଶିମିଳିପାଳ ଅଭୟାରଣ୍ୟ ପାଦଦେଶ ଯଦୁନାଥପୁର ପଞ୍ଚାୟତବାସୀ ଅବହେଳିତ ଓ ନିଷ୍ପେଷିିତ ଅବସ୍ଥାରେ ଜୀବନଯାପନ କରୁଛନ୍ତି। ଦେଶ ସ୍ବାଧୀନତାର ୭୭ବର୍ଷ ପରେ...

ଭାଜପାରେ ସାମିଲ ହେଲେ ବିଭିନ୍ନ ଦଳର ହଜାର ହଜାର କର୍ମୀ

ମୋରଡ଼ା,୨୪ା୪(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ନିର୍ବାଚନମଣ୍ଡଳୀ ସାଧାରଣ ନିର୍ବାଚନ ପାଇଁ ବେଶ୍‌ ଚଳଚଞ୍ଚଳ ହୋଇଉଠିଥିବା ବେଳେ ସବୁବେଳେ ଚର୍ଚ୍ଚାରେ ରହି ଆସିଛି। ଗଣତନ୍ତ୍ରର ଏହି...

ମୋରଡ଼ା ବିଜେଡି ବିଧାୟିକା ପ୍ରାର୍ଥିନୀଙ୍କ ପ୍ରତି ଛୁଟୁଛି ବିଦ୍ରୋହର ସୁଅ: ଦଳରୁ ଇସ୍ତଫା ଦେଲେ ସାଧାରଣ ସମ୍ପାଦକ

ମୋରଡ଼ା,୨୨ା୪(ସ୍ମାରକ ମାଜୀ): ଆଗକୁ ସାଧାରଣ ନିର୍ବାଚନ ଥିବା ବେଳେ ମୟୂରଭଞ୍ଜ ଜିଲା ମୋରଡ଼ା ନିର୍ବାଚନମଣ୍ଡଳୀ ପାଇଁ ବିଜୁ ଜନତା ଦଳ ମୋରଡ଼ା ବିଧାୟକ ରାଜକିଶୋର ଦାସଙ୍କ...

ଅଣାୟତ୍ତ ଶିମିଳିପାଳ ନିଆଁ

ବାରିପଦା,୨୨ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ):ମୟୂରଭଞ୍ଜ ଜିଲା ଶିମିଳିପାଳ ଅଭୟାରଣ୍ୟରେ ଲାଗିଥିବା ନିଆଁ ଅଣାୟତ୍ତ ହେବାରେ ଲାଗିଛି। ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପର କୋର୍‌ ଓ ବଫର ଅଞ୍ଚଳରେ ନିଆଁ...

ଜିଲ୍ଲା ପରିଷଦଙ୍କ ବ୍ୟାଙ୍କ ଆକାଉଣ୍ଟରୁ ୯ କୋଟି ଟଙ୍କା ଗାଏବ

ମୟୁରଭଞ୍ଜ,୨୧।୪: ମୟୂରଭଞ୍ଜ ଜିଲାର ବ୍ୟାଙ୍କ ଅଫ ଇଣ୍ଡିଆ ଶାଖାରେ ଥିବା ଜିଲା ପରିଷଦ ଆକାଉଣ୍ଟରୁ ୯ କୋଟିରୁ ଅଧିକ ଟଙ୍କା ଗାଏବ ହୋଇଯାଇଥିବା ଅଭିଯୋଗ ହୋଇଛି।...

ଖାଲି ପାଦରେ ପ୍ରଚାର କଲେ ପ୍ରାର୍ଥୀ

ଉଦଳା, ୨୧ା୪ (ସନ୍ତୋଷ କୁମାର ବାଚ୍ଛିନୀ): ଉଦଳା ବିଧାନସଭା ଆସନ ଲାଗି ୩୪ବର୍ଷ ପରେ କଂଗ୍ରେସରୁ ଟିକେଟ ପାଇଛନ୍ତି ଦୁର୍ଗାଚରଣ ଟୁଡୁ । ମଇଦାନରେ ଭୋଟରମାନଙ୍କୁ...

ଖରାରେ ଖଟୁଛନ୍ତି ଶ୍ରମିକ

ବାରିପଦା,୨୦ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ)ପ୍ରଚଣ୍ଡ ରୌଦ୍ରତାପକୁ ନେଇ ନିଦ୍ଦିଷ୍ଟ ସମୟ ମଧ୍ୟରେ ଶ୍ରମିକମାନେ କାର୍ଯ୍ୟ କରିବାକୁ ରାଜ୍ୟ ସରକାର ନିର୍ଦ୍ଦେଶନାମା ଜାରି କରିଥିବା ବେଳେ ମୟୂରଭଞ୍ଜ ଜିଲାରରେ...

ବିଜେଡି ପ୍ରାର୍ଥୀ ଚୟନକୁ ନେଇ ଛିଡୁନି ଅଙ୍କ

ବାଙ୍ଗିରିପୋଷି,୧୭ା୪(ସଞ୍ଜୟ କୁମାର ଅଗ୍ରୱାଲା):ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ନିର୍ବାଚନମଣ୍ଡଳୀ ପାଇଁ କଂଗ୍ରେସ ଦଳ ପକ୍ଷରୁ ପ୍ରାର୍ଥୀ ଘୋଷଣା ହୋଇସାରିଛି। କଂଗ୍ରେସର ବିଭିନ୍ନ ପଦ ପଦବୀରେ ରହି ୩୦...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri