ସମସ୍ୟା ଥିଲେ ସମାଧାନ କର: ଜିଲାପାଳ

ଢେଙ୍କାନାଳ ଅଫିସ, ୨୨।୧୨ – ଢେଙ୍କାନାଳ ସମଗ୍ର ଶିକ୍ଷା କାର୍ଯ୍ୟାଳୟ ସଭାଗୃହରେ ଶନିବାର ଜିଲାସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲାପାଳ ଭୂମେଶ ଚନ୍ଦ୍ର ବେହେରା ଅଧ୍ୟକ୍ଷତା କରିଥିଲେ। ଜିଲାର କେତେକ ସ୍କୁଲରେ ସମସ୍ୟା ଲାଗି ରହିଛି। ସମ୍ପୃକ୍ତ ବ୍ଲକର ବିଇଓମାନେ ବ୍ୟକ୍ତିଗତ ଭାବେ ଉପସ୍ଥିତ ରହି ଏହାର ସମାଧାନ କରିବାକୁ ଜିଲାପାଳ ନିର୍ଦ୍ଦେଶ ଦେଇଛନ୍ତି।
ସାଥ୍‌-ଇ ଟିମ୍‌ ସର୍ବେକ୍ଷଣରେ ଢେଙ୍କାନାଳ ଜିଲା ୬ମାସ ଧରି ୧ନଂ. ସ୍ଥାନରେ ରହିଥିଲା। ଅକ୍ଟୋବର ଓ ନଭେମ୍ବରରେ ଜିଲା ଦ୍ୱିତୀୟ ସ୍ଥାନକୁ ଖସିଆସିଛି। ମିଳିତ ପ୍ରୟାସ ମାଧ୍ୟମରେ ଜିଲାକୁ ପୂର୍ବସ୍ଥିତିକୁ ଫେରାଇ ଆଣିବା ଦିଗରେ ଉଦ୍ୟମ କରିବାକୁ ଜିଲାପାଳ ଆହ୍ବାନ ଦେଇଥିଲେ। ବ୍ଲକୱାରି ସମୀକ୍ଷା କରି ମାପକରେ ଉନ୍ନତି ଆଣିବାକୁ ଜିଲାପାଳ ପରାମର୍ଶ ଦେଇଛନ୍ତି। ନଭେମ୍ବରରେ ହାରାହାରି ସଫଳତାଭିତ୍ତିରେ ଓଡ଼ାପଡ଼ା ବ୍ଲକ ଜିଲାରେ ପ୍ରଥମ ଏବଂ ରାଜ୍ୟରେ ୨୦ତମ ସ୍ଥାନରେ ରହିଛି। ଆସନ୍ତା ମାସରୁ ପ୍ରଥମ ସ୍ଥାନରେ ରହୁଥିବା ୩ ବ୍ଲକକୁ ପ୍ରଶଂସାପତ୍ର ଦିଆଯିବ। ଶେଷସ୍ଥାନରେ ରହିଥିବା ୩ବ୍ଲକକୁ କାରଣ ଦର୍ଶାଅ ନୋଟିସ ଜାରି କରାଯିବ। କାର୍ଯ୍ୟକ୍ରମ ଅଧୀନରେ ବିଦ୍ୟାଳୟରେ ୧୦୦% ବିଦ୍ୟୁତ୍‌ ସଂଯୋଗ, ଶୌଚାଳୟରେ ପରିଚ୍ଛନ୍ନତା ରକ୍ଷା, ଆଧାର ପଞ୍ଜୀକରଣ, ଉପସ୍ଥାନ ବୃଦ୍ଧି ଦିଗରେ ଯଥାବିଧି ଦୃଷ୍ଟି ଦେବାକୁ ମଣ୍ଡଳ ଶିକ୍ଷାଧିକାରୀ, ଗୋଷ୍ଠୀ ଶିକ୍ଷା ସଂଯୋଜକଙ୍କୁ ଜିଲାପାଳ ନିର୍ଦ୍ଦେଶ ଦେଇଛନ୍ତି। ଏହି ଅବସରରେ ବିଦ୍ୟାଳୟର ଦୈନିକ ତଥ୍ୟ ମୋବାଇଲ ମାଧ୍ୟମରେ ପ୍ରଦାନ ନେଇ ପ୍ରଧାନ ଶିକ୍ଷକଙ୍କୁ ତାଲିମ ପ୍ରଦାନ କରାଯାଇଥିଲା।
ବୈଠକରେ ଜିଲା ଶିକ୍ଷାଧିକାରୀ ସୁଧାନନ୍ଦ ପରିଡ଼ା, ଜିଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନର ଅଧ୍ୟକ୍ଷ ସଚ୍ଚିଦାନନ୍ଦ ମିଶ୍ର, ସାଥ୍‌-ଇ ଟିମ୍‌ ପକ୍ଷରୁ ତେଜସ୍ବିନୀ ପାଣିଗ୍ରାହୀ, ସମସ୍ତ ମଣ୍ଡଳ ଶିକ୍ଷାଧିକାରୀ, ଗୋଷ୍ଠୀ ଶିକ୍ଷା ସଂଯୋଜକ, ବ୍ଲକ ଯୋଜନା ସଂଯୋଜକ, ସମଗ୍ର ଶିକ୍ଷାର କର୍ମକର୍ତ୍ତାମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୫୫ନଂ. ରାଜପଥ କାର୍ଯ୍ୟ ସମ୍ପୂର୍ଣ୍ଣ ନେଇ ଅନିଶ୍ଚିତତା

ଢେଙ୍କାନାଳ,୨୬ା୪(ରତନ ନାୟାର): କଟକର ମଙ୍ଗୁଳି ଛକରୁ ଢେଙ୍କାନାଳ ଓ ଅନୁଗୋଳ ଜିଲା ଦେଇ ସମ୍ବଲପୁରକୁ ଯାଇଥିବା ୫୫ନଂ. ଜାତୀୟ ରାଜପଥର ଉନ୍ନତୀକରଣ କାର୍ଯ୍ୟ ସମ୍ପୂର୍ଣ୍ଣ ହେବା...

ବିଜେଡି ଛାଡ଼ିଲେ ସୀମାରାଣୀ: ଭାଜପାରେ ଯୋଗଦେବା ସମ୍ଭାବନା

ଢେଙ୍କାନାଳ,୨୩ା୪(ରତନ ନାୟାର):ହିନ୍ଦୋଳ ବିଧାନସଭା ଆସନ ପାଇଁ ବିଜେଡି ପକ୍ଷରୁ ମହେଶ ସାହୁଙ୍କ ନାମ ଘୋଷଣା କରାଯିବା ପରେ ଟିକେଟ୍‌ ଆଶାୟୀ ଥିବା ୨ ଥରର ବିଧାୟିକା...

ବିଧାୟକଙ୍କ ଫେସ୍‌ବୁକ୍‌ ପୋଷ୍ଟ ନେଇ ଜୋର୍‌ଦାର ଚର୍ଚ୍ଚା

ଢେଙ୍କାନାଳ,୨୨ା୪(ରତନ ନାୟାର):ଢେଙ୍କାନାଳ ବିଧାନସଭା ନିର୍ବାଚନମଣ୍ଡଳୀର ବିଜେଡି ପ୍ରାର୍ଥୀ ତଥା ବିଧାୟକ ସୁଧୀର କୁମାର ସାମଲଙ୍କ ଏକ ଫେସ୍‌ବୁକ୍‌ ପୋଷ୍ଟକୁ ନେଇ ଜୋର୍‌ଦାର ଚର୍ଚ୍ଚା ଚାଲିଛି। ସଦର...

ଢେଙ୍କାନାଳ ସଂସଦୀୟ କ୍ଷେତ୍ରରେ ବଢ଼ିଲା ଉଷ୍ମତା, ଲଢ଼େଇରେ ସାମିଲ ୨ ନୂଆ ମୁହଁ

ଢେଙ୍କାନାଳ,୧୫ା୪(ରତନ ନାୟାର): ଢେଙ୍କାନାଳ ଲୋକ ସଭା ଆସନ ପାଇଁ ୩ ପ୍ରମୁଖ ରାଜନୈତିକ ଦଳ ବିଜେଡି, ଭାଜପା ଓ କଂଗ୍ରେସ ପକ୍ଷରୁ ପ୍ରାର୍ଥୀ ଘୋଷଣା ସରିଛି।...

ଅବିନାଶ, ରୁଦ୍ର ପାଣିଙ୍କୁ ଟକ୍କର ଦେବେ ସସ୍ମିତା ବେହେରା

ଢେଙ୍କାନାଳ,୧୪ା୪(ରତନ ନାୟାର)ଅଖିଳ ଭାରତ କଂଗ୍ରେସ କମିଟି (ଏଆଇସିସି)ର ସମ୍ପାଦିକା ତଥା ବରିଷ୍ଠ କଂଗ୍ରେସ ନେତ୍ରୀ ସସ୍ମିତା ବେହେରାଙ୍କୁ କଂଗ୍ରେସ ଢେଙ୍କାନାଳ ଲୋକ ସଭା ଆସନରୁ ପ୍ରାର୍ଥୀ...

ନିର୍ବାଚନୀ ତାତି ବଢ଼ାଉଛି ୫୫ନଂ. ଜାତୀୟ ରାଜପଥ

ଢେଙ୍କାନାଳ,୧୨ା୪(ରତନ ନାୟାର): କଟକରୁ ଢେଙ୍କାନାଳ ଓ ଅନୁଗୋଳ ଦେଇ ସମ୍ବଲପୁରକୁ ଲମ୍ବିଥିବା ୫୫ନଂ. ଜାତୀୟ ରାଜପଥର ଅଧାପନ୍ତରିଆ ଅବସ୍ଥା ଏବେ ନିର୍ବାଚନୀ ପ୍ରସଙ୍ଗ ପାଲଟିଛି। ଢେଙ୍କାନାଳ,...

ହିନ୍ଦୋଳ ଆସନକୁ ନେଇ ଅଙ୍କ ଛିଡୁନି

ଢେଙ୍କାନାଳ,୧୧ା୪(ରତନ ନାୟାର)ଢେଙ୍କାନାଳ ଏମ୍‌ପି ନିର୍ବାଚନ ପାଇଁ ବିଜେଡି ଓ ଭାଜପା ପକ୍ଷରୁ ପ୍ରାର୍ଥୀ ଘୋଷଣା କରାଯାଇସାରିଛି। ସେହିପରି ଜିଲାର ୪ ବିଧାନସଭା ନିର୍ବାଚନମଣ୍ଡଳୀ ମଧ୍ୟରୁ ଢେଙ୍କାନାଳ,...

ସନ୍ଦିଗ୍ଧ ପାରା ଉଦ୍ଧାର:ଗୋଡ଼ରେ ଲାଗିଛି ଜିପିଏସ୍‌ ଟ୍ରାକର ଭଳି ଚିପ୍‌

ଢେଙ୍କାନାଳ,୯ା୪(ରତନ ନାୟାର):ଢେଙ୍କାନାଳ ଜିଲା ଗଁଦିଆ ବ୍ଲକ ନିହଲପ୍ରସାଦ ଥାନା ଲାଉଲଇ ଗ୍ରାମର ଏକ ମନ୍ଦିର ପରିସରରୁ ସୋମବାର ଏକ ପାରାକୁ ଅଞ୍ଚଳବାସୀ ଉଦ୍ଧାର କରିଛନ୍ତି। ଉକ୍ତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri