Posted inଜାତୀୟ

ସମାଜବାଦୀ ନେତାଙ୍କୁ ଗୁଳି କରି ହତ୍ୟା: ଭିଡ଼ିଓ ଭାଇରାଲ

ଲକ୍ଷ୍ନୌ,୧୯।୫: ଉତ୍ତରପ୍ରଦେଶ ସମ୍ଭଲ ଅଞ୍ଚଳରେ ସମାଜବାଦୀ ନେତା ଏବଂ ତାଙ୍କ ପୁଅଙ୍କୁୁ ସର୍ବ ସମ୍ମୁଖରେ ଗୁଳି କରି ହତ୍ୟା କରାଯାଇଛି। ଏହାର ଭିଡ଼ିଓ ଏବେ ସୋସିଆଲ୍‌ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି। ସ୍ଥାନୀୟ ବହଜୋଇ ଥାନା ଅନ୍ତର୍ଗତ ଶାମସୋଇ ଗାଁରେ ଏହି ଘଟଣା ଘଟିଛି। ମନେରଗା ଯୋଜନାରେ ହୋଇଥିବା କାମର ତଦାରଖ କରିବା ପାଇଁ ସମାଜବାଦୀ ନେତା ଛୋଟେ ଲାଲ୍‌ ଦିଓ୍ବାକର ଏବଂ ତାଙ୍କ ପୁଅ ସୁନୀଲ କୁମାର ମଙ୍ଗଳବାର ସକାଳେ ଯାଉଥିବାବେଳେ ହାତରେ ବନ୍ଧୁକ ଧରିଥିବା ୨ ଜଣ ଲୋକ ସେମାନଙ୍କୁ ସର୍ବ ସମ୍ମୁଖରେ ହତ୍ୟା କରୁଥିବାର ଭିଡ଼ିଓରେ ଦେଖିବାକୁ ମିଳୁଛି। ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଜାରି ରଖିଥିବା ସ୍ଥାନୀୟ ପୋଲିସ ଅଧିକ୍ଷକ ଯମୁନା ପ୍ରସାଦ ସୂଚନା ଦେଇଛନ୍ତି। ଗୁଳି କରିଥିବା ଅଭିଯୁକ୍ତଙ୍କ ନାମ ସବିନ୍ଦର ବୋଲି ପୋଲିସ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ସରକାରଙ୍କ ଏକ ବଡ଼ ଘୋଷଣା: ଏହି ୫ ସହରରେ ମିଳିବ ୩୫ ଟଙ୍କା କିଲୋରେ ପିଆଜ

ନୂଆଦିଲ୍ଲୀ,୨୫।୮: ପର୍ବପର୍ବାଣୀ ଋତୁ ଆସୁଥିବା ବେଳେ ଦେଶରେ ବଢ଼ୁଥିବା ପିଆଜ ଦରକୁ ନିୟନ୍ତ୍ରଣ କରିବାକୁ କେନ୍ଦ୍ର ସରକାର ନିଜର ବଫର ଷ୍ଟକ୍‌କୁ ପିଆଜ ବଜାରକୁ ଛାଡ଼ିବା ଆରମ୍ଭ…

ଚିନି ଦର ବଢ଼ିବା ଭିତରେ ସରକାର ନେଲେ ବଡ଼ ନିଷ୍ପତ୍ତି, ୨ ମାସ ଭିତରେ…

ନୂଆଦିଲ୍ଲୀ,୨୫ା୮: ଦେଶରେ ଚିନିର ବଢ଼ୁଥିବା ଦର ଉପରେ ଲଗାମ ଲଗାଇବାକୁ କେନ୍ଦ୍ର ସରକାର ଆମଦାନୀ ସମ୍ପର୍କିତ ନିୟମକୁ ଆହୁରି କଡ଼ା କରିଛନ୍ତି । ଏବେ ଟାରିଫ୍ ରେଟ୍…

ମୌଳିକ ସୁବିଧା ଅପହଞ୍ଚ ଗାଁ କମାରଖୋଲ: କୂଅ-ଝରଣା ପାଣି ଉପରେ ନିର୍ଭର

ନୂଆପଡ଼ା,୨୫ା୮ (ମକାରୁ ବେମାଲ):ସ୍ବାଧୀନତାର ଦୀର୍ଘବର୍ଷ ପରେ ମଧ୍ୟ ନୂଆପଡ଼ା ଜିଲା ବୋଡେନ ବ୍ଲକ ଖଇରା ପଞ୍ଚାୟତ କମାରଖୋଲ ଗଁାରେ ମୌଳିକ ସୁବିଧା ଅପହଞ୍ଚ ହୋଇରହିଛି। ଗଁାରେ ୨୦…

ପଶ୍ଚିମବଙ୍ଗ ରାଜନୀତିରେ ହଇଚଇ: ମମତାଙ୍କୁ ଧମକ ଦେଲେ ମୁଖ୍ୟମନ୍ତ୍ରୀ! ଘରୁ ବାହାରିବାକୁ….

କୋଲକାତା,୨୫ା୮: ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଶୁଭେନ୍ଦୁ ଅଧିକାରୀଙ୍କୁ ଟାର୍ଗେଟ କରିଛନ୍ତି । ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ରେ ଏକ ଭିଡିଓ ସେୟାର କରି ଶୁଭେନ୍ଦୁ…

ଗରିମା କନକ୍ଲେଭ୍‌, ଛତ୍ରପୁର ପୌରପରିଷଦକୁ ରାଜ୍ୟସ୍ତରୀୟ ସମ୍ମାନ

ଛତ୍ରପୁର,୨୫।୮( ଦିଲ୍ଲୀପ ସାମଲ): ଓଡ଼ିଶା ସରକାରଙ୍କ ‘ଗରିମା ଯୋଜନା’ର ସଫଳ ରୂପାୟନ ପାଇଁ ଛତ୍ରପୁର ପୌରପରିଷଦକୁ ରାଜ୍ୟସ୍ତରୀୟ ସମ୍ମାନ ପ୍ରଦାନ କରାଯାଇଛି । ଭୁବନେଶ୍ୱରସ୍ଥିତ ଲୋକସେବା ଭବନଠାରେ…

ଧାନ ବିକ୍ରି ପଞ୍ଜୀକରଣବେଳେ ଚାଷୀଙ୍କୁ ବିଭ୍ରାନ୍ତ କରିଥିବା ଅଭିଯୋଗ: ଜିଲାପାଳଙ୍କୁ ଫେରାଦ ହେଲେ ଚାଷୀ

ଲୋଇସିଂହା,୨୫।୮(ସୁଶାନ୍ତ ବାରିକ): ଖରିଫ ୨୦୨୬-୨୭ ଧାନ ବିକ୍ରି ପାଇଁ ପାକ୍ସଗୁଡ଼ିକରେ ଚାଷୀ ପଞ୍ଜୀକରଣ ପ୍ରକ୍ରିୟା ଚାଲିଥିବାବେଳେ ଆଗଲପୁର ବ୍ଲକ ମୁରୁଶୁଣ୍ଡି ପାକ୍ସରେ ଧାନ କିଣାବିକାକୁ ନେଇ ଏକ…

ଦୁର୍ଗମ ଅଞ୍ଚଳରେ ‘ଦମନ’ ଟିମ୍‌: କମୁଛି ମ୍ୟାଲେରିଆ ଜ୍ୱର ଭୟ

ଦାରିଙ୍ଗବାଡି, ୨୫।୮ (ଅରୁଣ ସାହୁ): ମ୍ୟାଲେରିଆ ମୁକ୍ତ ଲକ୍ଷ୍ୟରେ ଦୁର୍ଗମ ଅଞ୍ଚଳରେ ଅପରେଶନ ଦମନ କାର୍ଯ୍ୟକ୍ରମ ଜୋରଦାର କରାଯାଉଛି। ଏହି ପ୍ରରିପ୍ରେକ୍ଷୀରେ କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ…

ଜଳ ନିଷ୍କାସନ ଫେଲ୍‌, ବେହାଲ ବରଗଡ଼ ସହର

ବରଗଡ଼,୨୫।୮(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରରେ ବର୍ଷାଜଳ ନିଷ୍କାସନ ବ୍ୟବସ୍ଥା ଫେଲ୍‌ ମାରିଛି। ସହରର ବିଭିନ୍ନ ସ୍ଥାନରେ ଏପର୍ଯ୍ୟନ୍ତ ଡ୍ରେନ୍‌(ନାଳ) ନିର୍ମାଣ ହୋଇପାରି ନାହିଁ। ସେହିପରି ଯେଉଁଠି ନାଳ ରହିଛି,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri