ସମାଜିକ ଦୂରତା ରଖି ରାସ୍ତାରୋକୋ

ସମ୍ବଲପୁର,୧୯ା୪(ବ୍ୟୁରୋ)-ସମ୍ବଲପୁର ଜିଲା ରେଙ୍ଗାଲି ବ୍ଲକ୍‌ ଖିଣ୍ଡା ପଞ୍ଚାୟତରେ ପାନୀୟ ଜଳ ସମସ୍ୟା ଦେଖା ଦେଇଛି। ଏହାକୁ ନେଇ ସ୍ଥାନୀୟ ମହିଳମାନେ ଗ୍ରାମ୍ୟ ରାସ୍ତା ଅବରୋଧ କରିଥିଲେ। ରାସ୍ତା ଉପରେ ମାଠିଆ ଗରା ରଖି ମହିଳାମାନେ ସାମାଜିକ ଦୂରତା ନିୟମ ଅନୁଯାୟୀ ରାସ୍ତା ଉପରେ ଠିଆ ହୋଇଥିଲେ। ସମସ୍ତେ ମୁହଁରେ ମାକ୍ସ ପିନ୍ଧିବା ସହ ହାତରେ ଫ୍ଳାକାର୍ଡ ଧରିଥିଲେ। ଜଳ ସଞ୍ଚୟ କରିବା ସହିତ ପରିବାରକୁ ସ୍ବଚ୍ଛ ପିଇବା ପାଣି ଯୋଗାଇ ଦେବାକୁ ସେମାନେ ଦାବି କରିଥିଲେ। ପରେ ଠେଲକୋଲି ପୋଲିସ ଆସି ଆନ୍ଦୋଳନକାରୀଙ୍କ ସହ ଆଲୋଚନା କରିଥିଲେ ା ବ୍ଳକ ପ୍ରଶାସନ ପକ୍ଷରୁ ପାନୀୟ ଜଳ ଯୋଗାଣ ପାଇଁ ପ୍ରତିଶ୍ରୃତି ଦିଆଯାଇଥିଲା। କମ୍ପାନୀ ଟ୍ୟାଙ୍କର ଯୋଗେ ପାଣି ଯୋଗାଇ ଦିଆଯିବ। ଟ୍ୟାଙ୍କରରେ ଡ୍ରାଇଭର ଓ ପରିଚାଳନା କରୁଥିବା ଅଧିକାରୀଙ୍କ ନାମ ରହିବ। ଯଦି ସମସ୍ୟା ହୁଏ ଲୋକମାନେ ଫୋନ କରି ଅଭିଯୋଗ କରି ପାରିବେ ବୋଲି ଆଲୋଚନା ହୋଇ ସ୍ଥିର ହୋଇଥିଲା । ଖିଣ୍ଡା ସରପଞ୍ଚ ନୀଳାବତି ଓରାମ, ହେମନ୍ତ ପାଣ୍ଡେ, ଜୟନ୍ତୀ ରାହିଦାସଙ୍କ ସମେତ କମ୍ପାନୀ ଅଧିକାରୀ ଉପସ୍ଥିତ ରହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ନେତାଙ୍କୁ ଆକ୍ରମଣ

ଆସିକା,୨୮।୯: ଗଞ୍ଜାମ ଜିଲା ହରିଡ଼ାପଦର ଭାଜପା ମଣ୍ଡଳ ସଭାପତିଙ୍କୁ ସୋମବାର ରାତିରେ ଆକ୍ରମଣ କରାଯାଇଛି। ମଣ୍ଡଳ ସଭାପତି ନିଜ ଗାଁ ଗୌଡ଼ଗୋଠ ଫେରୁଥିବା ବେଳେ କମାଶାସନ ନିକଟରେ…

ଲଜ୍‌ରୁ ମିଳିଲା ଦମ୍ପତିଙ୍କ ମୃତଦେହ

କୋରାପୁଟ,୨୮ା୯(ଅମିତାଭ ବେହେରା): କୋରାପୁଟ ସହରସ୍ଥିତ ଏକ ଲଜ୍‌ରୁ ଦମ୍ପତିଙ୍କ ମୃତଦେହ ଜବତ ହୋଇଛି। ମୃତକମାନେ ଦାମନଯୋଡ଼ି ସେକ୍ଟର-୩ ଅଞ୍ଚଳର ବିଜୟ ଡାକୁଆ ଓ ତାଙ୍କ ସ୍ତ୍ରୀ ବିଜୟଲକ୍ଷ୍ମୀ।…

ହୀରାକୁଦର ୩୦ ଗେଟ୍‌ ଖୋଲିଲା

ସମ୍ବଲପୁର,୨୮ା୯(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ ହଠାତ୍‌ ୬ ଲକ୍ଷ ଘନଫୁଟ୍‌ରୁ ଊର୍ଦ୍ଧ୍ୱରେ ପହଞ୍ଚିବା ପରେ ସୋମବାର ପୁଣି ୨ଟି ସ୍ଲୁଇସ୍‌ ଗେଟ୍‌କୁ ଖୋଲି…

କେନ୍ଦୁଝର ବହୁ ଚର୍ଚ୍ଚିତ ଷ୍ଟ୍ରିଟ ଲାଇଟ୍‌ ଦୁର୍ନୀତି ମାମଲା: ବିଦ୍ୟୁତ୍‌ ବିଭାଗର ୩ ଯନ୍ତ୍ରୀ କଲେ ଆତ୍ମସମର୍ପଣ

କେନ୍ଦୁଝର,୨୮।୯(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ବହୁ ଚର୍ଚ୍ଚିତ ଷ୍ଟ୍ରିଟ ଲାଇଟ୍‌ ଦୁର୍ନୀତି ମାମଲାରେ ୩ଜଣ ଯନ୍ତ୍ରୀ ଆତ୍ମସମର୍ପଣ କରିଛନ୍ତି। ସୋମବାର କେନ୍ଦୁଝର ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟରେ ବିଦ୍ୟୁତ୍‌…

ମହାନଦୀ ଜଳ ବିବାଦକୁ ନେଇ AG ପୀତାମ୍ବର ଆଚାର୍ଯ୍ୟଙ୍କ ବଡ଼ ସୂଚନା, କହିଲେ…

ଭୁବନେଶ୍ୱର,୨୮।୯: ମହାନଦୀ ଜଳ ବିବାଦ ସମାଧାନକୁ ନେଇ AG ପୀତାମ୍ବର ଆଚାର୍ଯ୍ୟ ସୋମବାର ଏକ ବଡ଼ ସୂଚନା ଦେଇଛନ୍ତି। ମହାନଦୀ ଜଳ ବିବାଦ ସମାଧାନ ନେଇ ଏକ…

ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ଇସ୍ତଫା ଦାବିରେ କୁଶପୁତ୍ତଳିକା ଦାହ

ଗୁଣପୁର,୨୮।୯(ସଙ୍କେତ ପାତ୍ର/ସୁଜାତା ପାଢ଼ୀ): ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ଗୁଣପୁରରେ ସିପିଆଇ(ଏମ୍‌ଏଲ୍‌) ଲିବରେସନ ପକ୍ଷରୁ ସୋମବାର ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ନୂଆ ବସ୍‌ଷ୍ଟାଣ୍ଡରୁ…

୬ ଲକ୍ଷ ଘନଫୁଟ ଟପିଲା ହୀରାକୁଦକୁ ବନ୍ୟାଜଳ ପ୍ରବେଶ: ପୁଣି ଖୋଲିଲା ଜଳଭଣ୍ଡାରର ୨ଟି ସ୍ଲୁଇସ୍‌ ଗେଟ୍‌

ସମ୍ବଲପୁର, ୨୮/୯ (ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ ଅହେତୁକ ବୃଦ୍ଧି ପାଇବା ଯୋଗୁ ସୋମବାର ପୁଣି ୨ଟି ସ୍ଲୁଇସ୍‌ ଗେଟ୍‌ ଖୋଲାଯାଇଛି। ଫଳରେ…

ନୂଆପଡ଼ାରେ ପୁଣି ବାଘ ଆତଙ୍କ: ରାସ୍ତା ପାର ହେଲା କଲରାପତରିଆ, ଭୟରେ ଗ୍ରାମବାସୀ

ନୂଆପଡ଼ା, ୨୮/୯ (ମକାରୁ ବେମାଲ): ନୂଆପଡ଼ା ଜିଲାରେ କିଛି ଦିନର ବ୍ୟବଧାନ ପରେ ପୁଣି ବାଘ ଆତଙ୍କ ଦେଖାଦେଇଛି। ରବିବାର ରାତି ପ୍ରାୟ ସାଢ଼େ ୧୦ଟା ସମୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?