ଜୁନାଗଡ, ୧।୬(ସ୍ବ.ପ୍ର): କଳହାଣ୍ଡି ଜିଲା ଜୁନାଗଡ ଥାନା ଅନ୍ତର୍ଗତ ବିଜ୍ରାଦର ଗ୍ରାମରେ ସାମାନ୍ୟ ବଚସାରୁ ଜଣକୁ ଠେଙ୍ଗାରେ ପିଟି ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି ା ହତ୍ୟାର ଶିକାର ହୋଇଛନ୍ତି ରୁପି ମାଝୀ (୪୮)। ପୋଲିସ ସୂତ୍ରରୁ ପ୍ରକାଶ ଶନିବାର ସନ୍ଧ୍ୟାରେ ବିଜ୍ରାଦର ଗ୍ରାମର ରୁପି ମାଝୀ ସେହି ଗ୍ରାମର ରାମେଶ୍ୱର ନିଆଲ(୫୦)ଙ୍କ ଘରକୁ ଯାଇ ଗାଳିଗୁଲଜ କରିଥିଲେ। ଏଥିରେ ଉତ୍ୟକ୍ତ ହୋଇ ରାମେଶ୍ୱର ଏକ ଠେଙ୍ଗାରେ ରୁପିଙ୍କ ମୁଣ୍ଡରେ ପ୍ରହାର କରିଥିଲେ। ରୁପିକୁ ଗୁରୁତର ଅବସ୍ଥାରେ ପରିବାର ଲୋକେ ଘରକୁ ନେଇ ଆସିଥିବାବେଳେ ସେଠାରେ ତାଙ୍କର ମୃତ୍ୟୁ ହୋଇଥିଲା। ଜୁନାଗଡ ଥାନା ପୋଲିସ ରବିବାର ସାଇଣ୍ଟିଫିକ ଟିମ ସହ ଘଟଣାସ୍ଥଳରେ ପହଞ୍ଚି ତନାଘନା ଚଳାଇଥିଲେ। ମୃତଦେହ ଜବତ କରି ଜୁନାଗଡ ଡାକ୍ତରଖାନାକୁ ସନ୍ଧ୍ୟାରେ ବ୍ୟବଚ୍ଛେଦ ଲାଗି ଅଣାଯାଇଥିଲା। ସୋମବାର ବ୍ୟବଚ୍ଛେଦ କରାଯିବ ବୋଲି ଥାନା ଅଧିକାରୀ ଉତ୍ତମ କୁମାର ସାହୁ ପ୍ରକାଶ କରିଛନ୍ତି । ଏନେଇ ଥାନାରେ ଏକ ମାମଲା (ନଂ.୧୪୫/୨୦)ରୁଜୁ ହୋଇଛି। ଅଭିଯୁକ୍ତ ରାମେଶ୍ୱରଙ୍କୁ ଥାନାରେ ଅଟକ ରଖି ପୋଲିସ ପଚରାଉଚରା କରୁଛି।
Posted inଆମ ଜିଲା ଖବର, କଳାହାଣ୍ଡି View All
କାଳବୈଶାଖୀରେ ଭାଙ୍ଗିବା ଘର କ୍ଷତିଗ୍ରସ୍ତ ପରିବାରଙ୍କୁ ଭେଟିଲା ବ୍ଲକ୍ ପ୍ରଶାସନ
ଗୁଡାରି,୮।୪ (ପ୍ରମୋଦ କୁମାର ପତି ):ରାୟଗଡା ଜିଲା ଗୁଡାରି ବ୍ଲକର ବିଭିନ୍ନ ସ୍ଥାନରେ ସୋମବାର ଅପରାହ୍ନରେ କାଳବୈଶାଖୀ ପ୍ରଭାବରେ ଜୋରରେ ପନ ବୋହିବା ସହ କୁଆପଥର ବର୍ଷା…
ସ୍କୁଲରେ ରୋଷେଇ ବେଳେ ଅଘଟଣ: ଗରମ ଡାଲି ପଡ଼ି ୨ ରୋଷେୟା ଆହତ
ପରଜଙ୍ଗ, ୮।୪(ନିଗମାନନ୍ଦ ଦଳବେହେରା) : ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ କୁମୁସି ହାଇସ୍କୁଲରେ ବୁଧବାର ଛାତ୍ରୀଛାତ୍ରଙ୍କ ପାଇଁ ଭୋଜନ ରୋଷେଇ ହେଉଥିବାବେଳେ ଅଘଟଣ। ଗରମ ଡାଲି ପଡ଼ି…
କୁଆପଥର ମାଡରେ ଭାଙ୍ଗିଲା ୫୦ରୁ ଅଧିକ ଘର: ଦେଖାଯାଉଛି ଆକାଶ ତାରା
ଗୋପବନ୍ଧୁ ନଗର ୭।୪(ଶାନ୍ତନୁ କୁମାର ମଢୁଆଳ): କାଳବୈଶାଖୀ ପ୍ରଭାବରେ ଝଡ଼ ବର୍ଷା ସାଙ୍ଗକୁ କୁଆପଥର ମାଡ ହେବା ଯୋଗୁ ବ୍ୟାପକ କ୍ଷୟକ୍ଷତି ହୋଇଛି। ଗୋପବନ୍ଧୁ ନଗର ବ୍ଲକ…
ଘର ଛାଡ଼ି ପଳାଇଥିଲେ ଅରକ୍ଷିତ: ଆଜି ମିଳିଲା…
ଭଞ୍ଜନଗର,୮।୪(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲ୍ଲା ଭଞ୍ଜନଗର ପୋଲିସ ବୁଧବାର ସକାଳେ ଜଣେ ବୃଦ୍ଧଙ୍କ ମରଶରୀର ମୁଜାଗଡ ଗ୍ରାମ ପୋଖରୀରୁ ଉଦ୍ଧାର କରିଛି। ସେ ହେଲେ ବେଲଗୁଣ୍ଠା ଥାନା ଅନ୍ତର୍ଗତ…
ସିଲେଟପଡାଠାରୁ କୁଶୁର୍ଲା ଛକ ପର୍ଯ୍ୟନ୍ତ ରାସ୍ତା ପାଲଟିଛି ମରଣଯନ୍ତା: ମରାମତି ଦାବିରେ ଗ୍ରାମବାସୀଙ୍କ ଧାରଣା
କର୍ଲାମୁଣ୍ଡା,୮।୪(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଜୋରାଡବରା ପଞ୍ଚାୟତ କୁଶୁର୍ଲା ହରଗୌରୀ ମନ୍ଦିର ଛକଠାରୁ ସିଲେଟପଡା ରାସ୍ତା ମରଣଯନ୍ତା ପାଲଟିଛି। ଉକ୍ତରାସ୍ତାର ମରାମତି ପାଇଁ…
ସିଭିଲ ସର୍ଭିସ ଆଶାୟୀଙ୍କ ପାଇଁ ଖବର: ଗଞ୍ଜାମରେ ପ୍ରସ୍ତୁତି ଚାଲିଛି…
ଭଞ୍ଜନଗର,୮।୪(ବାବୁଲା ପ୍ରଧାନ)-ଗଞ୍ଜାମ ଲକ୍ଷ୍ୟ ନିକେତନ ପ୍ରକଳ୍ପ ମାଧ୍ୟମରେ ସିଭିଲ ସର୍ଭିସ ପରୀକ୍ଷା ପାଇଁ ଯୁବତୀଯୁବକଙ୍କୁ ତାଲିମ ଦିଆଯିବ। ତେଣୁ ଗଞ୍ଜାମ ଜିଲାପାଳ କିର୍ତ୍ତୀ ଭାସନ ଭିଙ୍କ ପ୍ରଚେଷ୍ଟାରେ…
ଜାଲ୍ ଶିକ୍ଷକ ନିଯୁକ୍ତି ଘଟଣା: ଉଚ୍ଚସ୍ତରୀୟ ତଦନ୍ତ ଦାବି
ନୂଆପଡ଼ା,୮ା୪ (ମକାରୁ ବେମାଲ):ନୂଆପଡ଼ା ଜିଲା ସିନାପାଲି ମହାବିଦ୍ୟାଳୟରେ ଜାଲ୍ ଖେଳ ଶିକ୍ଷକ ନିଯୁକ୍ତି ଘଟଣାରେ ଜିଲା ଶିକ୍ଷା ବିଭାଗ କାର୍ଯ୍ୟାନୁଷ୍ଠାନ ପାଇଁ ଚିଠି କରି କାମ ସାରିଦେଇଛି।…
ନିଜ ରାସ୍ତା କାମ ନିଜେ କଲେ ପଡ଼ାବାସୀ: ଚାନ୍ଦା ଆଦାୟକରି…
ନୂଆପଡ଼ା,୮ା୪ (ମକାରୁ ବେମାଲ): ନୂଆପଡ଼ା ଏନ୍ଏସି ସତ୍ସଙ୍ଗ ବିହାର ପଛପଟ ପଡ଼ା ରାସ୍ତାର ଡ୍ରେନ୍ ଉପରେ ପଡ଼ିଥିବା ଘୋଡ଼ଣି ଭାଙ୍ଗିଯାଇଥିବାରୁ ଲୋକେ ଯାତାୟାତରେ ଅସୁବିଧାର ସମ୍ମୁଖୀନ ହେଉଥିଲେ।…
Archives

