Posted inରାଜ୍ୟ

ସମିଆଁ ପଞ୍ଚାୟତର ନାବାଳିକା ଅପହରଣ ଘଟଣା: ଅପହରଣକାରୀଙ୍କୁ ଗିରଫ ଦାବିରେ ଧାରଣା

ଛତିଆ,୪ା୬(ଡି.ଏନ.ଏ.)- ବୈରୀ ଥାନା ଅନ୍ତର୍ଗତ ସମିଆଁ ପଞ୍ଚାୟତର ନାବାଳିକା ଅପହରଣ ଘଟଣାକୁ ଦୁଇ ମାସ ବିତିଯାଇଥିଲେ ମଧ୍ୟ ଅଦ୍ୟାବଧି ପୋଲିସ ଅପହରଣକାରୀଙ୍କୁ ଗିରଫ କରିବାରେ ସଫଳ ହୋଇନାହିଁ। ତେବେ ତୁରନ୍ତ ଅପହରଣକାରୀଙ୍କୁ ଗିରଫ ଓ ତଦନ୍ତ ଅଧିକାରୀଙ୍କୁ ପରିବର୍ତ୍ତନ ଦାବିରେ ମଙ୍ଗଳବାର ପରିବାର ଲୋକେ ବୈରୀ ଥାନା ସମ୍ମୁଖରେ ଧାରଣା ଦେଇଥିଲେ। ଥାନାଧିକାରୀ ନିରଞ୍ଜନ ଶବର ପହଞ୍ଚି ପରିବାର ଲୋକଙ୍କ ସହ ଉକ୍ତ ଦାବି ବିଷୟରେ ଆଲୋଚନା କରିଥିଲେ। ଖୁବ୍‌ଶୀଘ୍ର ଅଭିଯୁକ୍ତଙ୍କୁ ଗିରଫ କରାଯିବା ସହ ନିଜେ ଥାନାଧିକାରୀ ଶବର ତଦନ୍ତଭାର ନେବେ ବୋଲି ପରିବାର ଲୋକଙ୍କୁ ପ୍ରତିଶ୍ରୁତି ଦେବା ପରେ ଅନଶନ ପ୍ରତ୍ୟାହାର କରିଥିଲେ।

ପ୍ରକାଶ ଯେ, ଗତ ଏପ୍ରିଲ ୬ ତାରିଖରେ ସମିଆଁ ପଞ୍ଚାୟତର ଜଣେ ନାବାଳିକା ସ୍କୁଲରୁ ଫେରିବାବେଳେ ନିଖୋଜ ହୋଇଯାଇଥିଲେ। ସମିଆଁ ପଞ୍ଚାୟତ ଅନ୍ତର୍ଗତ ରାଇଝର ଗ୍ରାମର ଧୀର ବେହେରା ନାବାଳିକାଙ୍କୁ ଅପହରଣ କରିଥିବା ଖବରପାଇ ପରିବାର ଲୋକେ ୮ ତାରିଖରେ ବୈରୀ ଥାନାରେ ଅଭିଯୋଗ କରିଥିଲେ। ଅଭିଯୋଗକୁ ଭିତ୍ତିକରି ପୋଲିସ ଏକ ମାମଲା (ନଂ. ୫୪/୧୯) ରୁଜୁ କରିଥିଲା। ଧୀରଙ୍କ ନାମରେ ଅଭିଯୋଗ ହେବାରୁ ତାଙ୍କର ବଡ଼ ଭାଇ କ୍ଷୀର ନାବାଳିକାଙ୍କ ପରିବାର ଲୋକଙ୍କୁ ଗାଳିଗୁଲଜ କରିବା ସହ ଧମକ ଦେଇଥିବା ନେଇ ନାବାଳିକାଙ୍କ ମା’ ଥାନାରେ ଅନ୍ୟ ଏକ ଅଭିଯୋଗ କରିଥିଲେ। ଏହି ଘଟଣାର ତଦନ୍ତ ଦାୟିତ୍ୱ ଏଏସ୍‌ଆଇ ଗିରିଶ ମହାନ୍ତିଙ୍କୁ ଦିଆଯାଇଥିଲା। ହେଲେ ୨ ମାସ ବିତିଯାଇଥିଲେ ମଧ୍ୟ ପୋଲିସ ନାବାଳିକାଙ୍କୁ ଉଦ୍ଧାର ନ କରିବା ଓ ଅପହରଣକାରୀଙ୍କୁ ଗିରଫ ନ କରିବାରୁ ପରିବାର ଲୋକେ ଥାନା ସମ୍ମୁଖରେ ଧାରଣା ଦେଇଥିଲେ। ଏ ସମ୍ପର୍କରେ ବୈରୀ ଥାନାଧିକାରୀ ନିରଞ୍ଜନ ଶବରଙ୍କୁ ପଚାରିବାରୁ, ସେମାନେ ୪ ସ୍ଥାନରେ ଚଢ଼ାଉ କରିଥିଲେ ମଧ୍ୟ ସନ୍ଧାନ ପାଇ ନ ଥିଲେ। ଏପରିକି ଅପହରଣକାରୀଙ୍କ ମୋବାଇଲ ଟ୍ରାକିଂ କରି ବାଙ୍ଗାଲୋରରେ ଥିବା ଜାଣିବା ପରେ ଏକ ପୋଲିସ୍‌ ଟିମ୍‌ ସେଠାକୁ ଯାଇଥିଲା। ମାତ୍ର ପୋଲିସ୍‌ ପହଞ୍ଚତ୍ବା ପୂର୍ବରୁ ସେମାନେ ଉକ୍ତ ସ୍ଥାନ ଛାଡି ପଳାଇଯାଇଥିଲେ। ପରେ ସେମାନେ ସୁରଟରେ ଥିବା ଜଣାପଡିଛି। ଯାଜପୁର ଆରକ୍ଷୀ ଅଧୀକ୍ଷକଙ୍କ ସହ ଆଲୋଚନା କରି ଖୁବ୍‌ଶୀଘ୍ର ଏକ ପୋଲିସ୍‌ ଟିମ୍‌ ସୁରଟ ପଠାଯିବା ପାଇଁ ବ୍ୟବସ୍ଥା କରାଯିବ ବୋଲି କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସମୁଦ୍ର ତଟକୁ ସ୍ବଚ୍ଛ ରଖିବା ପାଇଁ ପ୍ରୟାସ, ବରୁଣ ଦେବତାଙ୍କୁ ବନ୍ଦାପନା କରି…

ମହାକାଳପଡ଼ା,୧୯ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): ପୁରାଣରେ ବର୍ଣ୍ଣିତ ସମୁଦ୍ରକୂ ବରୁଣ ଦେବତା ରୂପେ ପୂଜା କରାଯାଏ। ଶନିବାର ପୂର୍ବାହ୍ନରେ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ନାଞ୍ଜୁରା ପଞ୍ଚାୟତ ଶାସନ…

ଦୁଇ ମୋଟରସାଇକେଲ ମୁହାଁମୁହିଁ, ଶିକ୍ଷକ ଗୁରୁତର ହୋଇ…

ପଟ୍ଟାଙ୍ଗି,୧୯ା୯(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା ଅନ୍ତର୍ଗତ ପଡାଲଗୁଡ଼ା ଛକ ନିକଟରେ ଦୁଇ ମୋଟରସାଇକେଲ ମୁହାଁମୁହିଁ ଧକ୍କା ହେବା ଫଳରେ ବିଦ୍ୟାଳୟକୁ ଯାଉଥିବା ଶିକ୍ଷକ…

୨୧ରେ ଅବପାତ, ୨୨ରେ ଗଭୀର ଅବପାତ ସମ୍ଭାବନା: ପ୍ରବଳ ବର୍ଷିବ

ଭୁବନେଶ୍ୱର,୧୯ ।୯: ଉତ୍ତର ଆଣ୍ଡାମାନ ସାଗର ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଆଜି ସନ୍ଧ୍ୟା ସୁଦ୍ଧା ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା…

ଘରେ ଶୋଇଥିଲେ ମହିଳା, ଚୋଟ ମାରିଲା ସାପ, ଆଉ ତା’ ପରେ…

ପୁରୁଷୋତ୍ତମପୁର,୧୯ା୯(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ କେଏନପୁର ଗ୍ରାମରେ ଶନିବାର ସାପ କାମୁଡ଼ି ଜଣେ ମହିଳାଙ୍କର ମୃତ୍ୟୁ ଘଟିଛି। ସେ ହେଲେ ଭାସି ବେହେରା…

ସ୍କ୍ରବ୍‌ ଟାଇଫସ୍‌କୁ ନେଇ ଏମିତି କହିଲେ ସ୍ୱାସ୍ଥ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୯/୯: ରାଜ୍ୟର କେତେକ ଅଞ୍ଚଳରେ ସ୍କ୍ରବ୍‌ ଟାଇଫସ୍‌କୁ ନେଇ ଚିନ୍ତା ପ୍ରକାଶ ପାଉଥିବା ବେଳେ ଲୋକଙ୍କୁ ଭୟଭୀତ ନ ହେବାକୁ ପରାମର୍ଶ ଦେଇଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ଡା.…

ମଧ୍ୟପ୍ରଦେଶ ବୁଲିବାକୁ ଯାଇ ୭ ଓଡ଼ିଆ ମୃତ, ଦୁଃଖ ପ୍ରକାଶ କରି ନବୀନ କହିଲେ…

ଭୁବନେଶ୍ୱର,୧୯ା୯: ମଧ୍ୟପ୍ରଦେଶ ବୁଲିବାକୁ ଯାଇ ୭ ଓଡ଼ିଆଙ୍କ ମୃତ୍ୟୁ ଘଟିଥିବା ନେଇ ବିରୋଧୀଦଳ ନେତା ନବୀନ ପଟ୍ଟନାୟକ ଦୁଃଖ ପ୍ରକାଶ କରିଛନ୍ତି। ନବୀନ ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କ…

ମଧ୍ୟପ୍ରଦେଶରେ ୭ ଓଡ଼ିଆଙ୍କ ମୃତ୍ୟୁ, ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୯ା୯: ମଧ୍ୟପ୍ରଦେଶରେ ୭ ଓଡ଼ିଆ ପର୍ଯ୍ୟଟକଙ୍କ ମୃତ୍ୟୁ ଘଟିଛି। ଏନେଇ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମୁଖ୍ୟମନ୍ତ୍ରୀ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଇ…

‘ସଚେତନତା ବଢ଼ିଲେ ରୋକି ହେବ ଏଡ୍‌ସ ମହାମାରୀ’

ଭଞ୍ଜନଗର,୧୯ା୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ଶନିବାର ଏଡ୍‌ସ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଜାତୀୟ ସେବା ଯୋଜନା (ଏନ୍‌ଏସ୍‌ଏସ୍‌)…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?