ସମୀକ୍ଷା ହେଲେ ରଜ କୁଇନ୍‌

ତିହିଡ଼ି, ୧୫।୬ (ଡି.ଏନ.ଏ.) : ଭଦ୍ରକ ଜିଲା ତିହିଡ଼ି ବ୍ଲକ ଅନ୍ତର୍ଗତ ମୁକୁନ୍ଦପୁର ପଞ୍ଚାୟତ ଚଉଁରୀ ଗଁ।ରେ ଶୁକ୍ରବାର ରଜବତୀ ସାହିତ୍ୟ ସଂସ୍କୃତି ଅନୁଷ୍ଠାନ ପକ୍ଷରୁ ଅନୁଷ୍ଠିତ ରଜ ମହୋତ୍ସବରେ ସମୀକ୍ଷା ଦାସ ରଜ କୁଇନ୍‌ ହୋଇଛନ୍ତି। ଆୟୋଜିତ ବିଭିନ୍ନ ପ୍ରତିଯୋଗିତାରେ ସେ ପ୍ରଥମ ହୋଇଥିବାରୁ ତାଙ୍କୁ ରଜ କୁଇନ୍‌ କରାଯାଇଥିଲା। ରଙ୍ଗୋଲି ପ୍ରତିଯୋଗିତାରେ ୧୦ ଜଣ, କୁଇଜ୍‌ରେ ୨୫ ଓ ମେହେନ୍ଦିରେ ୧୪ ପ୍ରତିଯୋଗୀ ଅଂଶଗ୍ରହଣ କରିଥିଲେ। ଅତିଥିମାନେ ସମୀକ୍ଷାଙ୍କୁ ରଜ କୁଇନ୍‌ ମୁକୁଟ ପିନ୍ଧାଇ ସମ୍ମାନିତ କରିଥିଲେ। ଦଧିଚୀ ସମ୍ମାନପ୍ରାପ୍ତ ଶିକ୍ଷକ ଦୀନରଞ୍ଜନ ପାଢ଼ୀଙ୍କ ପୌରୋହିତ୍ୟରେ ଅନୁଷ୍ଠିତ ପୁରସ୍କାର ବିତରଣ ଉତ୍ସବରେ ସାମାଜିକ କର୍ମୀ କୃପାସିନ୍ଧୁ ଖୁଣ୍ଟିଆ ଓ ଚକ୍ରଧର ମହାନ୍ତି ଅତିଥି ଭାବେ ଯୋଗ ଦେଇଥିଲେ। ଅନୁଷ୍ଠାନର ସମ୍ପାଦକ ରତିକାନ୍ତ ଦାସ କାର୍ଯ୍ୟକ୍ରମରେ ସଂଯୋଜନା କରିଥିଲେ। ଏହି ଅବସରରେ କବି ନୀଳମଣି ପ୍ରଧାନଙ୍କୁ ସଙ୍ଗଠନ ପକ୍ଷରୁ ସମ୍ବର୍ଦ୍ଧିତ କରାଯାଇଥିଲା। ମାନପତ୍ର ପାଠ କରିଥିଲେ ଗୋଲକ ପଣ୍ଡା। ସୁରେଶ ଦାସ, ରାଜେଶ ଦାସ, ମନ୍ମଥ ଦାସ, ଜ୍ଞାନେନ୍ଦ୍ର ଦାସ, ଶ୍ରଦ୍ଧାଞ୍ଜଳି ପଟ୍ଟନାୟକ, ପ୍ରତୀକ୍ଷା ଦାସ, ସ୍ନେହଲତା ଦାସ ପ୍ରମୁଖ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନକୁ ରାଜନାଥଙ୍କ ଖୋଲ ଚେତାବନୀ

ନୂଆଦିଲ୍ଲୀ,୧୩।୬: ପାକିସ୍ତାନକୁ କଡ଼ା ବାର୍ତ୍ତା ଦେଇ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ କହିଛନ୍ତି ଯେ ସିନ୍ଧୁ ନଦୀର ଜଳ ଆତଙ୍କବାଦର ପୃଷ୍ଠପୋଷକଙ୍କ ପାଖରେ ପହଞ୍ଚିବାକୁ ଦିଆଯିବ ନାହିଁ।…

ମିଥ୍ୟା ସମ୍ପତ୍ତି ତଥ୍ୟ ଦେଲେ ବାବୁଙ୍କୁ ମିଳିବ ଦଣ୍ଡ: ବେତନ ବଦଳରେ ଲାଗୁ ହେବ…

ଭୁବନେଶ୍ୱର,୧୩।୬(ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗରେ କାର୍ଯ୍ୟରତ କର୍ମଚାରୀ ନିଜ ସମ୍ପତ୍ତି ବିବରଣୀ ଦେବାରେ ବିଳମ୍ବ କରୁଥିବାରୁ ଏହାକୁ ନେଇ ଶୁକ୍ରବାର ରାଜ୍ୟ କ୍ୟାବିନେଟ୍‌ ଏକ ଗୁରୁତ୍ୱପୂର୍ଣ୍ଣ…

ଭୟଙ୍କର ଦୁର୍ଘଟଣା: ଲ୍ୟାଣ୍ଡିଂ ସମୟରେ ଭାରତୀୟ ବାୟୁସେନାର AN-32 ବିମାନ କ୍ରାସ

ଗୁଆହାଟି,୧୩।୬: ଶନିବାର ଆସାମର ଜୋରହାଟରେ ଥିବା ଭାରତୀୟ ବାୟୁସେନା (IAF) ବାୟୁସେନାର ବାୟୁସେନା ଘାଟିରେ ଏକ ବଡ଼ ଦୁର୍ଘଟଣା ଘଟିଛି। ବାୟୁସେନାର ଏକ AN-32 ପରିବହନ ବିମାନ…

ପୋଲିସ DG ପଦବୀ ପାଇଁ ୩୩ ବରିଷ୍ଠ IPS ମନୋନୀତ: ଓଡ଼ିଶା କ୍ୟାଡରର୍‌ ୨ ଜଣଙ୍କୁ ମିଳିଲା…

ଭୁବନେଶ୍ୱର,୧୩।୬: ପୋଲିସ DG ପଦବୀ ପାଇଁ ଦେଶରୁ ମୋଟ ୩୩ ଜଣ ବରିଷ୍ଠ IPS ମନୋନୀତ ହୋଇଛନ୍ତି। କ୍ୟାବିନେଟ୍‌ ନିଯୁକ୍ତି କମିଟି ପକ୍ଷରୁ ଏହାକୁ ମଞ୍ଜୁରୀ ମିଳିଛି।…

ଆମେରିକାକୁ ଧୋଇଲେ ଜୟଶଙ୍କର: କଡ଼ା ଟାର୍ଗେଟ୍‌ କରି କହିଲେ…

ନୂଆଦିଲ୍ଲୀ,୧୩।୬:ଓମାନ ଉପକୂଳ ନିକଟରେ ଏକ ବାଣିଜି୍ୟକ ଜାହାଜ ଉପରେ ଆମେରିକା ନୌସେନାର କାର୍ଯ୍ୟାନୁଷ୍ଠାନରେ ୩ ଜଣ ଭାରତୀୟ ନାବିକଙ୍କ ମୃତ୍ୟୁ ପରେ ଭାରତ ଆମେରିକା ନିକଟରେ କଡ଼ା…

ହର୍ମୁଜରେ ଭାରତୀୟ ଜାହାଜ ଉପରେ ହୋଇଛି ଆକ୍ରମଣ: ଟ୍ରମ୍ପଙ୍କ ଦାବିକୁ ନେଇ ଚାଞ୍ଚଲ୍ୟକର ଖୁଲାସା କଲା ଇରାନ

ଓ୍ବାଶିଂଟନ୍‌,୧୩।୬:ହର୍ମୁଜ ପ୍ରଣାଳୀ ନିକଟରେ ଏକ ଭାରତୀୟ ଜାହାଜ ଉପରେ ଆକ୍ରମଣ ସମ୍ପର୍କରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦାବି ଉପରେ ଇରାନ ତୀବ୍ର ପ୍ରତିକ୍ରିୟା ପ୍ରକାଶ କରିଛି।…

ଗ୍ରାହକଙ୍କୁ ଝଟ୍‌କା: ହୁ ହୁ ବଢିବ ନିତ୍ୟବ୍ୟବହାର୍ଯ୍ୟ ସାମଗ୍ରୀ ମୂଲ୍ୟ

ନୂଆଦିଲ୍ଲୀ,୧୩ା୬(ଏଜେନ୍ସି):ପେଟ୍ରୋଲ ଏବଂ ଡିଜେଲର ପ୍ରାରମ୍ଭିକ ମୂଲ୍ୟ ବୃଦ୍ଧିକୁ ନେଇ ପୂର୍ବରୁ କେତେକ ଖାଦ୍ୟ ସାମଗ୍ରୀ ସମେତ ନିତ୍ୟ ବ୍ୟବହାର୍ଯ୍ୟ ସାମଗ୍ରୀ ମୂଲ୍ୟ ବୃଦ୍ଧି ପାଇଥିଲା। କିନ୍ତୁ ଇତି…

ମାସେ ବିତିଲା, ତୁଟିନି ଟୋକନ ସମସ୍ୟା: ଲାଗି ରହିଛି ଧାନ କିଣାବିକା ସମସ୍ୟା

ବରଗଡ଼,୧୩।୬(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ରବିଧାନ ସଂଗ୍ରହ ପ୍ରକ୍ରିୟାକୁ ମାସେ ବିତି ଯାଇଛି। ମାତ୍ର ଧାନ କିଣାବିକା ସମସ୍ୟା ଲାଗି ରହିଛି। ଅନ୍ୟଥର ଅପେକ୍ଷା ଏଥର ଚାଷୀମାନେ ଟୋକନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri