ସମୁଦ୍ରରେ ଭାସି ଯାଉଥିବାବେଳେ ୩ ଉଦ୍ଧାର

ଗୋପାଳପୁର,୩୧ା୧୦-ସମୁଦ୍ରରେ ଭାସି ଯାଉଥିବା ମା’ ପୁଅଙ୍କ ସମେତ ୩ ଜଣଙ୍କୁ ବୁଧବାର ଉଦ୍ଧାର କରାଯାଇଛି। ସେମାନେ ହେଲେ କଲିକତାର ପ୍ରୋବି କୁମାର ଦତ୍ତଙ୍କ ସ୍ତ୍ରୀ ପୋମ୍ପା (୨୬), ପୁଅ ଅରିକ୍ଷିତ (୪) ଓ ଆନ୍ଧ୍ରପ୍ରଦେଶ ବିଶାଖାପାଟନାମର ପି.ଧର୍ମା ରାଓ। ପ୍ରକାଶ ଯେ, ପୂର୍ବାହ୍ନରେ କଲିକତା ଅଞ୍ଚଳର ପ୍ରୋବି, ପୋମ୍ପା ଓ ପୁଅ ଅରକ୍ଷିତ ଗୋପାଳପୁର ବେଳାଭୂମିରେ ବସିଥିଲେ। ଏହି ସମୟରେ ସମୁଦ୍ରରୁ ଏକ ବଡ଼ ଲହଡ଼ି ଆସି ପୋମ୍ପା ଓ ଅରିକ୍ଷୀତଙ୍କୁ ଗଭୀର ଜଳକୁ ନେଇଯାଇଥିଲା। ତାଙ୍କ ସ୍ବାମୀ ପ୍ରୋବି ପାଟି କରିବାରୁ ବେଳାଭୂମିରେ କାର୍ଯ୍ୟରତ ଗୃହରକ୍ଷୀ ଯାଇ ଉଭୟଙ୍କୁ ଉଦ୍ଧାର କରିଥିଲେ। ପ୍ରାଥମିକ ଚିକିତ୍ସା କରିବା ପରେ ଉଭୟଙ୍କ ଚେତା ଫେରିଥିଲା। ସେହିପରି ଧର୍ମା ସନ୍ଧ୍ୟାରେ ଗୋପାଳପୁର ସମୁଦ୍ର କୂଳକୁ ବୁଲିବାକୁ ଆସି କୌଣସି କାରଣରୁ ବୁଡି ଯାଇଥିଲେ। ସ୍ଥାନୀୟ ଲୋକେ ତାଙ୍କୁ ଉଦ୍ଧାର କରିଥିଲେ। ଗୋପାଳପୁର ଥାନାଧିକାରୀ ବିବେକାନନ୍ଦ ମହନ୍ତ ପହଞ୍ଚତ୍ ସ୍ଥାନୀୟ ଲୋକଙ୍କ ସହାୟତାରେ ଧର୍ମାଙ୍କୁ ବ୍ରହ୍ମପୁର ବଡ ମେଡିକଲରେ ଭର୍ତ୍ତି କରାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜାଗରରେ ବଡ଼ ଅଘଟଣ: ମର୍ଣ୍ଣିଂଓ୍ୱାକ୍ ବେଳେ ଟଳିପଡ଼ିଲେ ଦଶମ ଶ୍ରେଣୀ ଛାତ୍ର

ଖଲ୍ଲିକୋଟ,୧୫।୨(ପ୍ରଶାନ୍ତ କୁମାର ମିଶ୍ର): ମର୍ଣ୍ଣିଂଓ୍ୱାକ୍ ବେଳେ ଟଳିପଡ଼ିଲେ ଦଶମ ଶ୍ରେଣୀ ଛାତ୍ର । ମୃତକ ହେଲେ ଖଲ୍ଲିକୋଟ ଶ୍ରୀଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷା କେନ୍ଦ୍ରର ଦଶମ ଶ୍ରେଣୀ ଛାତ୍ର…

ମହାଶିବରାତ୍ରି: ଵାଲୀ ଲୋକନାଥ-ଝାଡ଼େଶ୍ୱର ଓ ବଟେଶ୍ୱର ଶୈବପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼

ଗଞ୍ଜାମ,୧୫ା୨(ବିଦ୍ୟାଧର ସାହୁ ): ସମଗ୍ର ରାଜ୍ୟରେ ମହା ଶିବରାତ୍ରି ଜାଗର ଯାତ୍ରା ପାଳିତ ହେଉଥିବା ବେଳେ ଗଞ୍ଜାମରେ ମଧ୍ୟ ଏହି ଜାଗର ଯାତ୍ରା ମହା ଆଡମ୍ବରରେ ପାଳିତ…

ଗଞ୍ଜାମ ଉତ୍ସବମୁଖର: ଶିବାଳୟରେ ଭକ୍ତଙ୍କ ପ୍ରବଳ ଭିଡ଼

ଗଞ୍ଜାମ,୧୫ା୨(ଅନାଥ ତରାଇ): ପବିତ୍ର ମହାଶିବରାତ୍ରି ଅବସରରେ ରବିବାର ଗଞ୍ଜାମ ସହର ଉତ୍ସବମୁଖର ହୋଇଉଠିଛି। ସ୍ଥାନୀୟ ପ୍ରସିଦ୍ଧ ଖଣ୍ଡେଶ୍ୱର ମନ୍ଦିରରେ ଭୋର୍‌ ସମୟରୁ ଶତାଧିକ ଶ୍ରଦ୍ଧାଳୁଙ୍କ ଭିଡ଼ ଦେଖିବାକୁ…

ରାଜ୍ୟର ସର୍ବୋଚ୍ଚ ଶିବ ପ୍ରତିମୂର୍ତ୍ତି: ବେଲେଶ୍ୱର ପୀଠରେ ଦର୍ଶନ ପାଇଁ ସକାଳୁ ସକାଳୁ ଶ୍ରଦ୍ଧାଳୁ…

ଭଞ୍ଜନଗର,୧୫ା୨(ବାବୁଲା ପ୍ରଧାନ): ଆଜି ହେଉଛି ମହାଶିବରାତ୍ରି ପର୍ବ। ତେଣୁ ରବିବାର ଭଞ୍ଜନଗର ଅଞ୍ଚଳର ସମସ୍ତ ଶୈବ ପୀଠରେ ଭଗବାନ ଶିବଠାକୁରଙ୍କ ଦର୍ଶନ ପାଇଁ ସକାଳୁ ସକାଳୁ ଶ୍ରଦ୍ଧାଳୁଙ୍କ…

ଚୋର ସନ୍ଦେହ: ଯୁବକଙ୍କୁ ପିଟି ହତ୍ୟା

ଭଞ୍ଜନଗର,୧୫ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସାର୍ଦ୍ଦୁଳ ଗ୍ରାମରେ ଶୁକ୍ରବାର ବିଳମ୍ୱିତ ରାତିରେ ଏକ ଅମାନବୀୟ ଘଟଣା ଘଟିଛି। ଚୋର ସନ୍ଦେହରେ ଗ୍ରାମର କେତେଜଣ ଲୋକ ଜଣେ…

ଏପିଓଙ୍କୁ ତାଗିଦ କରିବାରୁ ବିଡିଓଙ୍କ ନାମରେ ଏତଲା, ତଦନ୍ତ ନିର୍ଦ୍ଦେଶ ଦେଲେ ଗଞ୍ଜାମ ଜିଲାପାଳ

ଦିଗପହଣ୍ଡି,୧୪।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କାର୍ଯ୍ୟାଳୟ ଅତିରିକ୍ତ କାର୍ଯ୍ୟକ୍ରମ ଅଧିକାରୀ (ଏପିଓ) ଅରୁଣ କୁମାର ସ୍ବାଇଁ ଦୀର୍ଘଦିନ ହେଲା କାର୍ଯ୍ୟରେ ଅବହେଳା କରିଆସୁଛନ୍ତି।ନିଶାସକ୍ତ…

୮୦ ଲକ୍ଷ ବ୍ୟୟରେ ନିର୍ମିତ ପାନୀୟଜଳ ପ୍ରକଳ୍ପ ଅଚଳ, ଆନ୍ଦୋଳନ କରିବାକୁ ଚେତାବନୀ ଦେଲେ…

ଦିଗପହଣ୍ଡି,୧୪।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡ଼ା ପଞ୍ଚାୟତ ଫାସିବନ୍ଧ ଗ୍ରାମରେ ଗତ ୨୦୧୯-୨୦ ଆର୍ଥିକ ବର୍ଷରେ ବସୁଧା ଯୋଜନାରେ ପ୍ରାୟ ୮୦…

ଚୋରି ସନ୍ଦେହରେ ଯୁବକଙ୍କୁ ପିଟିପିଟି ହତ୍ୟା: ୩ ଜଣ ଖସିଯାଇଥିବା ସନ୍ଦେହ

ଭଞ୍ଜନଗର,୧୪।୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ସାର୍ଦୁଲ ଗ୍ରାମରେ ଚୋରି ସନ୍ଦେହରେ ଜଣେ ଯୁବକଙ୍କୁ କିଛି ଲୋକ ଶୁକ୍ରବାର ରାତିରେ ବାଡେଇ ବାଡେଇ ଗୁରୁତର କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri