ସମୁଦ୍ର ଭିତରେ ମହାବାତ୍ୟାର ରୂପ ନେଲା ଅମ୍ଫନ: କଟକ, ପୁରୀ, ଖୋର୍ଦ୍ଧା ଜିଲାରେ ପ୍ରବଳ ବର୍ଷା

ଭୁବନେଶ୍ୱର,୧୮।୫(ବ୍ୟୁରୋ): ବଙ୍ଗୋପସାଗର ମଧ୍ୟରେ ସୋମବାର ବାତ୍ୟା ‘ଅମ୍ଫନ’ ମହାବାତ୍ୟାର ରୂପ ନେଇଛି। ପାରାଦୀପଠାର ବର୍ତ୍ତମାନ ୭୮୦ କିମି ଦୂରରେ ବାତ୍ୟା ଅମ୍ଫନ ରହିଥିବା ବେଳେ ଘଣ୍ଟାକୁ ୮ କିମି ବେଗରେ ଗତି କରୁଛି । ଏହି ସମୟରେ ସମୁଦ୍ର ଭିତରେ ୨୩୦ କିମି ଉପରେ ପବନ ବହିବ। ପବନର ବେଗ ୨୬୫ କିମି ଯାଏ ବୃଦ୍ଧି ପାଇବା ସମ୍ଭାବନା ରହିଛି। ଏ ନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିିଳିଛି। ଏ ନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିିଳିଛି।
୨୦ ତାରିଖରେ ଅମ୍ଫନ ପଶ୍ଚିମବଙ୍ଗର ଦୀଘା ଓ ବାଂଲାଦେଶର ହାତିଆ ଦ୍ୱୀପ ମଝିରେ ଉପକୂଳ ଅତିକ୍ରମ କରିବ। କିନ୍ତୁ କେଉଁ ନିର୍ଦ୍ଦିଷ୍ଟ ସ୍ଥାନରେ ଏହା ଲ୍ୟାଣ୍ଡଫଲ କରିବା ତାହା ସ୍ପଷ୍ଟ ହୋଇନି। ଅନ୍ୟପକ୍ଷରେ ସୋମବାର ସନ୍ଧ୍ୟାରୁ ବର୍ଷା, ପବନ ଆରମ୍ଭ ହୋଇ ୨୦ ତାରିଖ ଅପରାହ୍ନ ଯାଏ ଚାଲିବ। ଏହାର ପ୍ରଭାବରେ କଟକ, ପୁରୀ ଓ ଖୋର୍ଦ୍ଧା ଜିଲାରେ ପ୍ରବଳ ବର୍ଷା ହେବ। ଏ ନେଇ ସ୍ବତନ୍ତ୍ର ରିଲିଫ କମିଶନର (ଏସ୍‌ଆର୍‌ସି) ପ୍ରଦୀପ ଜେନା ସୂଚନା ଦେଇଛନ୍ତି।
ସେ କହିଛନ୍ତି ଯେ, ଏହାର ପ୍ରଭାବରେ ସୋମବାର ସନ୍ଧ୍ୟରୁ ଗଞ୍ଜାମ, ଗଜପତି, ପୁରୀ, କେନ୍ଦ୍ରାପଡ଼ାରେ ବର୍ଷା ହେବ। ୧୯ ତାରିଖ ସକାଳୁ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହେବ। ଉତ୍ତର ଓଡ଼ିଶାର ୫ ଜିଲାରେ ପ୍ରବଳରୁ ଅତିପ୍ରବଳୂ ବର୍ଷା ହେବ। କଟକ, ପୁରୀ ଓ ଖୋର୍ଦ୍ଧାରେ ବି ପ୍ରବଳ ବର୍ଷା ହେବାର ସମ୍ଭବନା ରହିଛି। ତେଣୁ ତଳି ଅଞ୍ଚଳ ଲୋକଙ୍କୁ ଆଜିଠାରୁ ସ୍ଥାନାନ୍ତର କରାଯିବ। ମଙ୍ଗଳବାର ସ୍ଥାନାନ୍ତର ପ୍ରକ୍ରିୟା ଜୋରଦାର ହେବ। ପବନ ବହୁଥିବା ବେଳେ ଘରୁ ବାହାରିବାକୁ ସେ ବାରଣ କରିଛନ୍ତି। ସାଇକେଲ, ୨ ଚକିଆ ଓ ୪ ଚକିଅରା ଗାଡ଼ି ଆଦୌ ବାହାର ନ କରିବାକୁ ଏସ୍‌ଆର୍‌ସି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ପୁନର୍ବିଚାର କରିବେ ବୋଲି ବିଶ୍ୱାସ: ସମୀର

ଗୋପ, ୧୯ା୪(ଭାରତୀ ଭୂଷଣ ଉପାଧ୍ୟାୟ): ନିମାପଡ଼ା ବିଧାୟକ ସମୀର ରଞ୍ଜନ ଦାଶଙ୍କୁ ବିଜେଡି ପକ୍ଷରୁ ଟିକେଟ ନ ମିଳିବା ନେଇ ଏବେ ତାଙ୍କ ସମର୍ଥକଙ୍କ ମଧ୍ୟରେ...

ଗେଷ୍ଟ ହାଉସ୍‌ରେ ବ୍ୟବସାୟୀଙ୍କ ସନ୍ଦେହଜନକ ମୃତ୍ୟୁ, ଦୁର୍ଗନ୍ଧ ଆସିବା ପରେ…

ଭୁବନେଶ୍ୱର,୧୯।୪(ସତ୍ୟଜିତ୍‌ ରାଉତ): ଭୁବନେଶ୍ୱର ମୈତ୍ରୀ ବିହାର ଥାନା ଅନ୍ତର୍ଗତ ଗଜପତି ନଗରର ସୈନିକ ସ୍କୁଲ ନିକଟ ଏକ ଗେଷ୍ଟ ହାଉସରେ ଜଣେ ବ୍ୟବସାୟୀଙ୍କ ସନ୍ଦେହଜନକ ମୃତ୍ୟୁ...

‘ଏଥର ରାଜ୍ୟରେ ସରକାର ପରିବର୍ତ୍ତନ କରିବେ ଓଡ଼ିଶା ଲୋକ’

ଭୁବନେଶ୍ୱର, ୧୯।୪(ସୁନିତ୍‌ ମିଶ୍ର): ସମ୍ବଲପୁର ଲୋକ ସଭା ନିର୍ବାଚନମଣ୍ଡଳୀରେ ବିଜେଡିର ଏମ୍‌ପି ପ୍ରାର୍ଥୀ ତଥା ତାଙ୍କ ଦଳର ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ(ବବି) ହାରିବା...

ଓଡିଶା ରାଜନୀତିକୁ ନେଇ ଶାହାଙ୍କ ବଡ଼ ବୟାନ, କହିଲେ ନବୀନଙ୍କ ସହ ବଡ଼ ଫାଇଟ୍‌

ନୂଆଦିଲ୍ଲୀ,୧୯।୪: ଆରମ୍ଭ ହୋଇଯାଇଛି ଲୋକ ସଭା ନିର୍ବାଚନ ୨୦୨୪ l ତେବେ ଓଡିଶାରେ ନିର୍ବାଚନ ପାଇଁ ଅଳ୍ପ ଦିନ ବାକି ଥିବାବେଳେ ଗୃହମନ୍ତ୍ରୀ ଅମିତ ଶାହା...

ଭାଜପାରେ ଯୋଗଦେଲେ ପୂର୍ବତନ ଉପବାଚସ୍ପତି, ଗଞ୍ଜାମ ଅଧ୍ୟକ୍ଷା ପ୍ରତିଭା ପାଢ଼ୀ

ଭୁବନେଶ୍ୱର, ୧୯।୪(ସୁନିତ୍‌ ମିଶ୍ର): ପୂର୍ବତନ ଉପବାଚସ୍ପତି ରାମଚନ୍ଦ୍ର ପଣ୍ଡା ନିଜର ଶତାଧିକ ସମର୍ଥକଙ୍କ ଗହଣରେ ବିଜେଡି ଛାଡ଼ି ଶୁକ୍ରବାର ଭାଜପାରେ ସାମିଲ ହୋଇଛନ୍ତି। ଭାଜପା ରାଜ୍ୟ...

ନିମାପଡ଼ା ଆସନରେ ମାଷ୍ଟରଷ୍ଟ୍ରୋକ୍‌ ଖେଳିପାରେ କଂଗ୍ରେସ

ନିମାପଡ଼ା,୧୯ା୪(ରଞ୍ଜନ ପଟ୍ଟନାୟକ): ନିମାପଡ଼ା ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଭାଜପା ଏବଂ ବିଜେଡି ପ୍ରାର୍ଥୀ ଘୋଷଣା କରିସାରିଥିବା କଂଗ୍ରେସ ପଡ଼ିଛି ପଛରେ। ୨୦୧୯ ନିର୍ବାଚନରେ ଦିଲ୍ଲୀପ ନାୟକକଂଗ୍ରେସରୁ...

ଆଇଏଏସ୍‌ ପରୀକ୍ଷାରେ କେମିତି ପାଇବେ ସଫଳତା? ଆଇପିଏସ ପ୍ରତୀକ ସିଂ ଦେଲେ ଟିପ୍ସ

ଭୁବନେଶ୍ୱର,୧୯।୪: ସିଭିଲ ସର୍ଭିସ ପରୀକ୍ଷା ପାଇଁ ପ୍ରସ୍ତତ ହେଉଛନ୍ତି କି ? ପାଠପଢାରେ ବ୍ୟସ୍ତ ରହି ନିଦ ହେଉନି କି ? ଯଦି ଏଭଳି କରୁଛନ୍ତି...

ଏଥର ରୋଚକ ହେବ ରାଜନୀତି,ସବୁଦଳର ଫୋକସରେ ଯୁବପ୍ରାର୍ଥୀ

ଭୁବନେଶ୍ୱର,୧୯।୪: ନିର୍ବାଚନ ଯେତିକି ପାଖେଇ ଆସୁଛି ସେତିକି ରାଜନୀତି ସରଗରମ ହେଉଛି। ତେବେ ଏହି ଭିତରେ ପ୍ରାର୍ଥୀ ଚୟନରେ ଯୁବପ୍ରାର୍ଥୀଙ୍କୁ ଅଗ୍ରାଧିକାର ଦେଉଛନ୍ତି ରାଜନୈତିକ ଦଳ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri