ସମ୍ପତ୍ତି ଭାଗବଣ୍ଟାକୁ କେନ୍ଦ୍ରକରି ଦମ୍ପତିଙ୍କୁ ହତ୍ୟା ଉଦ୍ୟମ: ୫ ଅଭିଯୁକ୍ତ ଫେରାର

ଦିଗପହଣ୍ଡି,୧୭ା୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କରପଡ଼ା ଗ୍ରାମର ଅଭିମନ୍ୟୁ ପ୍ରଧାନ ଏବଂ ତାଙ୍କ ସ୍ତ୍ରୀ ଲକ୍ଷ୍ମୀ ପ୍ରଧାନଙ୍କୁ ବୁଧବାର ମଧ୍ୟାହ୍ନରେ ଗାଁ ନିକଟ ସୁନା ଦେଇ ପାହାଡ଼ ପାଖ ଚାଷଜମିରେ ହତ୍ୟା ଉଦ୍ୟମ କରାଯାଇଥିବା ଅଭିଯୋଗ ହୋଇଛି। ପୂର୍ବ ଯୋଜନା ପ୍ରକାରେ ଅଭିମନ୍ୟୁଙ୍କ ନିକଟ ସମ୍ପର୍କୀୟମାନେ ବିଭିନ୍ନ ମାରଣାସ୍ତ୍ର ଦାରା ସଂଘବଦ୍ଧ ଭାବେ ଦମ୍ପତିଙ୍କୁ ଅତର୍କିତ ଆକ୍ରମଣ କରିଥିଲେ। ଉଭୟଙ୍କୁ ଗୁରୁତର ଅବସ୍ଥାରେ ପ୍ରଥମେ ବମୋକୋଇସ୍ଥିତ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ଅବସ୍ଥା ଗୁରୁତର ଥିବାରୁ ଉଭୟଙ୍କୁ ସଙ୍କଟାପନ୍ନ ଅବସ୍ଥାରେ ବ୍ରହ୍ମପୁର ବଡ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି।
ପୋଲିସ ସୂତ୍ରରୁ ପ୍ରକାଶ, ଗତ କିଛିବର୍ଷ ହେଲା ପୈତୃକ ସମ୍ପତ୍ତି ଭାଗ ବଣ୍ଟନକୁ କେନ୍ଦ୍ରକରି ଅଭିମନ୍ୟୁ ଏବଂ ତାଙ୍କ ବଡ଼ଭାଇଙ୍କ ମଧ୍ୟରେ ବିବାଦ ଲାଗିରହିଛି। ପୂର୍ବରୁ ଗ୍ରାମ୍ୟ କମିଟି ଏଥିରେ ହସ୍ତକ୍ଷେପ କରି ଦୁଇଭାଇଙ୍କ ମଧ୍ୟରେ ବୁଝାମଣା କରିଥିଲା। ଉଭୟଙ୍କ ମଧ୍ୟରେ ଆପୋଷ ବୁଝାମଣା କରାଯିବା ସହ ସମ୍ପତ୍ତିର ବିଭାଗ ବଣ୍ଟନ କରାଯାଇଥିଲା। କିନ୍ତୁ ଏଥିରେ ବଡ଼ ଭାଇ ଓ ପୁତୁରାମାନେ ଅସନ୍ତୋଷ ପ୍ରକାଶ କରିବାସହ ଅଭିମନ୍ୟୁ ଓ ତାଙ୍କ ପରିବାର ଲୋକଙ୍କୁ ଆକ୍ରମଣ କରିଥିଲେ। ଏନେଇ ଏକାଧିକ ମାମଲା କୋର୍ଟରେ ବିଚାରାଧୀନ ରହିଛି। ବୁଧବାର ସକାଳେ ଅଭିମନ୍ୟୁ ତାଙ୍କୁ ଭାଗ ମିଳିଥିବା ଜମିରେ ସ୍ତ୍ରୀ ଲକ୍ଷ୍ମୀଙ୍କ ସହ କାମ କରୁଥିବା ବେଳେ ବଡ଼ଭାଇ ଓ ତାଙ୍କ ସମ୍ପର୍କୀୟ ଲୋକେ ଘେରିଯାଇ ମରଣାନ୍ତକ ଆକ୍ରମଣ କରିଥିଲେ। ଗିରଫ ଭୟରେ ୫ ଅଭିଯୁକ୍ତ ଫେରାର ଥିବା ଦିଗପହଣ୍ଡି ଥାନା ଆଇକ୍‌ଆଇସି ବସନ୍ତ କୁମାର ସେଠୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଧାନ ବୋଝେଇ ଟ୍ରକ ସମ୍ମୁଖକୁ ଆସିଗଲା ଗାଈ, ତାପରେ ଚାଷଜମିକୁ…

ଦିଗପହଣ୍ଡି, ୨୭।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ଆସିକା ୩୨୬ ନଂ ମୁଖ୍ୟରାସ୍ତାର ଚାଞ୍ଚଡାପଲ୍ଲୀ ଗାଁ ଛକ ନିକଟରେ ଏକ ଧାନ ବୋଝେଇ ଟ୍ରକ ଚାଷଜମିକୁ ଓଲଟି…

ଭାଜପା ଜ଼ିଲା ଉପସଭାପତିଙ୍କ ଘରେ କଳାକନା ବୁଲାଇଲେ ଦୁର୍ବୃତ୍ତ: ତାଲା ଭାଙ୍ଗି ୭୦ ଭରି ସୁନା,୨ ଲକ୍ଷ ଟଙ୍କା ଲୁଟ

ଗୁଣପୁର,୨୭/୭(ସୁଜାତା ପାଢ଼ୀ):ରାୟଗଡ଼ା ଜିଲା ପଦ୍ମପୁର ଥାନା ଅନ୍ତର୍ଗତ କେନ୍ଦୁଗୁଡ଼ା ଗ୍ରାମରେ ଏକ ଲୁଟ ଘଟଣା ସାମ୍ନାକୁ ଆସିଛି। ଘର ବନ୍ଦ ଥିବାର ସୁଯୋଗ ନେଇ କଳା କନା…

ଧରିତ୍ରୀ ପ୍ରଭାବ…କାଇଁଚପୁର ପଞ୍ଚାୟତକୁ ଗଡ଼ିଲା ମୁଖ୍ୟମନ୍ତ୍ରୀ ବସ୍, ବିଡ଼ିଓଙ୍କୁ କୃତଜ୍ଞତା

ଗଞ୍ଜାମ,୨୭।୭(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ କାଇଁଚପୁର ପଞ୍ଚାୟତକୁ ଗଡୁନଥିଲା ମୁଖ୍ୟମନ୍ତ୍ରୀ ବସ୍ । ଏନେଇ ଶନିବାର ଧରିତ୍ରୀରେ ଖବର ପ୍ରସାରଣ ହୋଇଥିଲା । ଯାହାକୁ…

ବିଦ୍ୟୁତ ଖୁଣ୍ଟକୁ ପିଟିଲା ସ୍କୁଲ ଭ୍ୟାନ୍‌: ଆଉ ତା’ପରେ ଘଟିଲା…

ଗୁଣପୁର,୨୭।୭(ସୁଜାତା ପାଢ଼ୀ):ରାୟଗଡ଼ା ଜିଲା ଗୁଣପୁର ସହରରେ ଥିବା ଲଣ୍ଡନ କିଡ୍ସ ନାମକ ଏକ ଘରୋଇ ସ୍କୁଲରୁ ପିଲାଙ୍କୁ ସ୍କୁଲ ଭ୍ୟାନ୍‌ଟି ନେଇ ଯାଉଥିବାବେଳେ କୌଣସି କାରଣବଶତଃ ବିକ୍ରମପୁର…

ଦୀର୍ଘ ୧୫ ବର୍ଷ ଧରି ମରାମତି ହେଉନାହିଁ ରାସ୍ତା, ରାଜରାସ୍ତାକୁ ଓହ୍ଲାଇବା ଚେତାବନୀ ଦେଲେ ଅଞ୍ଚଳବାସୀ

ଧାମନଗର,୨୭।୭( ସନ୍ତୋଷ କୁମାର ମହାପାତ୍ର): ଧାମନଗର ବ୍ଲକ ଭଗବାନପୁର ପଞ୍ଚାୟତ ସ୍ଥିତ ବାଇଦିପୁର ଗ୍ରାମ ( ୱାର୍ଡ ନଂ ୩) ମୁଖ୍ୟ ରାସ୍ତା ଦୀର୍ଘ ବର୍ଷ ହେବ…

ଗାଁକୁ ଆସୁନି ନେଟୱାର୍କ, ରାସ୍ତାକୁ ଓହ୍ଲାଇଲେ ଗ୍ରାମବାସୀ

ଖଜୁରିପଡ଼ା,୨୭ା୭(ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ଗୁଦାରି ଗାଁରେ ଦୀର୍ଘ ଦିନ ହେବ ନେଟୱାର୍କ ସମସ୍ୟା ଲାଗିରହିଛି। ଏହି ଗାଁଟି ଫୁଲବାଣୀ ସହରଠାରୁ ମାତ୍ର ୨ କିଲୋମିଟିର ଦୂରରେ…

ସ୍କୁଲରେ ପଶିଲା ସାପ, ଆଉ ତା’ପରେ…

ବଡ଼ଗାଁ,୨୭ା୭(ଅଶୋକ ଷଡ଼ଙ୍ଗୀ): ସୁନ୍ଦରଗଡ଼ ଜିଲା ବଡ଼ଗାଁ ବ୍ଲକ ଅନ୍ତର୍ଗତ ତୁଡାଲଗା ପଞ୍ଚାୟତର ଜାଙ୍ଗଲି ପ୍ରାଥମିକ ବିଦ୍ୟାଳୟ କୋଠରୀରେ ଥିବା ୨ଟି ସାପକୁ ଉଦ୍ଧାର କରାଯାଇ ଜଙ୍ଗଲରେ ଛଡାଯାଇଛି।…

ସେବା ପାଇଁ ଉତ୍ସର୍ଗୀକୃତ ଭଞ୍ଜନଗର ରୋଟାରୀ କ୍ଲବ: ବିଭିନ୍ନ କର୍ମକର୍ତ୍ତାଙ୍କୁ ସମ୍ବର୍ଦ୍ଧନା

ଭଞ୍ଜନଗର,୨୭।୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ରୋଟାରୀ କ୍ଳବର ୧୯ ତମ ଅଧିଷ୍ଠାନ ଉତ୍ସବ ସ୍ଥାନୀୟ ଜଗନ୍ନାଥ ରିସର୍ଟରେ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ଅତିଥିମାନେ ଯୋଗଦେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri