ସମ୍ପତ୍ତି ଭାଗବଣ୍ଟାରୁ ଆକ୍ରମଣ: ମା’ ମୃତ, ଝିଅ ପୁଅ ଗୁରୁତର

ଆସିକା,୨୪ା୫(ଡି.ଏନ୍‌.ଏ.)-ଗଞ୍ଜାମ ଜିଲା ଆସିକା ଥାନା ଅଧୀନ ବାଲିସିରା ପଞ୍ଚାୟତ ସାପୁଆପଲ୍ଲୀ ଗ୍ରାମରେ ସମ୍ପତ୍ତି ଭାଗବଣ୍ଟାକୁ ନେଇ ଦୁଇ ପରିବାର ମଧ୍ୟରେ ଲାଗିଥିବା ବିବାଦ ଉଗ୍ରରୂପ ନେଇଛି। ବୁଧବାର ରାତି ପ୍ରାୟ ୧୦ଟାରେ ହୋଇଥିବା ଗଣ୍ଡଗୋଳରେ ଗୋଟିଏ ପରିବାରର ଜଣେ ମହିଳାଙ୍କ ମୃତ୍ୟୁ ଘଟିଥିଲା ବେଳେ ତାଙ୍କ ଝିଅ, ପୁଅ ଆହତ ହୋଇଛନ୍ତି। ମୃତ ମହିଳା ହେଲେ କାଳିଆ ବେହେରା (୫୬)। ତାଙ୍କ ପୁଅ ବୁଲୁ ବେହେରା (୩୪) ଓ ଝିଅ ଗୀତା ବେହେରା (୩୦) ଆହତ ହୋଇଥିବାରୁ ପ୍ରଥମେ ଆସିକା ଡାକ୍ତରଖାନାକୁ ନିଆଯାଇଥିଲା। ସେଠାରୁ ଅଧିକ ଚିକିତ୍ସା ପାଇଁ ଉଭୟଙ୍କୁ ବ୍ରହ୍ମପୁର ବଡ ମେଡିକାଲକୁ ପଠାଇ ଦିଆଯାଇଛି ା କାଳିଆଙ୍କ ଅନ୍ୟ ଜଣେ ପୁଅ ବାବୁରାମ ବେହେରା ଏ
ନେଇ ଗୁରୁବାର ଆସିକା ଥାନାରେ ଅଭିଯୋଗ କରିଛନ୍ତି। ପୂର୍ବ ଶତ୍ରୁତା ଓ ସମ୍ପତ୍ତି ଭାଗବଣ୍ଟାକୁ ନେଇ ଆକ୍ରମଣ କରାଯାଇଥିବା ସେ ଦର୍ଶାଇଛନ୍ତି। ଏହାକୁ ଭିତ୍ତିକରି ପୋଲିସ ଆକ୍ରମଣକାରୀ ପରିବାରର ମା’, ବାପା ଓ ଦୁଇ ପୁଅଙ୍କ ନାମରେ ନଂ.୧୬୫/୧୯ରେ ମାମଲା ରୁଜୁ କରାଯାଇଛି। ସେମାନଙ୍କ ମଧ୍ୟରୁ ଅଭିଯୁକ୍ତ ବାପା ବିଜୟ ବେହେରା (୬୦)ଙ୍କୁ ଗିରଫ କରାଯାଇଥିବା ବେଳେ ଅନ୍ୟମାନେ ଫେରାର ଥିବା ଥାନା ଅଧିକାରୀ ପୀତବାସ ଧାରୁଆ ସୂଚନା ଦେଇଛନ୍ତି। ପ୍ରକାଶ ଯେ, ୪ ବର୍ଷ ପୂର୍ବରୁ ସମ୍ପତ୍ତି ଭାଗବଣ୍ଟାକୁ ଦୁଇ ପରିବାର ମଧ୍ୟରେ ମାରପିଟ ହୋଇଥିଲା। ଏ ନେଇ ଆସିକା ଥାନାରେ ଅଭିଯୋଗ ମଧ୍ୟ ହୋଇଥିଲା। ବୁଧବାର ରାତିରେ କୌଣସି ଏକ କଥାକୁ ନେଇ ପ୍ରଥମେ ୨ ପରିବାର ମଧ୍ୟରେ ବଚସା ହୋଇଥିଲା। ପରେ ଏହା ଉଗ୍ରରୂପ ନେଇଥିଲା। ବିଜୟ ଓ ତାଙ୍କ ପରିବାର ଲୋକେ କାତିରେ ଆକ୍ରମଣ କରିବାରୁ କାଳିଆ ଓ ତାଙ୍କ ପୁଅ ବୁଲୁ ଓ ଝିଅ ଗୀତା ଗୁରୁତର ଆହତ ହୋଇଥିଲେ। ଆହତମାନଙ୍କୁ ପ୍ରଥମେ ଆସିକା ଡାକ୍ତରଖାନାକୁ ନିଆଯାଇଥିଲା। ସେଠାରେ କାଳିଆଙ୍କୁ ଡାକ୍ତର ମୃତ ଘୋଷଣା କରିଥିଲେ। ମୃତଦେହକୁ ପୋଲିସ ଜବତ କରି ଗୁରୁବାର ବ୍ୟବଚ୍ଛେଦ କରାଇବା ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରିଛି ା ଘଟଣାର ତଦନ୍ତ ଚାଲିଥିବା ପୋଲିସ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଧାନଶିକ୍ଷକଙ୍କ ବାଇକରେ ଥିବା ମଦ ବୋତଲ ଭାଇରାଲ ପ୍ରଧନଶିକ୍ଷକ ନିଲମ୍ବିତ

ପାତ୍ରପୁର,୨୧ା୮(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ତୁରୁବୁଡି ପଞ୍ଚାୟତ ନୂଆଗଡ଼ ପ୍ରାଥମିକ ବିଦ୍ୟାଳୟ ଛାତ୍ରୀଛାତ୍ରଙ୍କୁ ଗତ ଦୁଇ ଦିନ ହେଲା ମଧ୍ୟାହ୍ନ ଭୋଜନ ମିଳୁ…

ଗ୍ରାମ୍ୟ ରାସ୍ତା ମରାମତି ପାଇଁ ସରପଞ୍ଚଙ୍କ ଦାବି: ଜିଲାପାଳଙ୍କୁ ସ୍ମାରକପତ୍ର 

ଦିଗପହଣ୍ଡି,୨୧|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ପଞ୍ଚାୟତ ସରପଞ୍ଚ ମନୋରଞ୍ଜନ ଗୌଡ଼ କଇଠଖଣ୍ଡି ଏବଂ ବୋରିପଦର ଗ୍ରାମ ଖାଲଖମା ରାସ୍ତା ଗୁଡ଼ିକୁ ତୁରନ୍ତ…

ତପ୍ତପାଣି ରେ ମା ‘ କନ୍ଧୁଣୀ ଦେବୀ ଙ୍କୁ ଦର୍ଶନ କଲେ ବିଧାନସଭା ଗୃହ କମିଟି

ଦିଗପହଣ୍ଡି,୨୧|୮(ଅଶେଷ ନାଥ ମିଶ୍ର): ରାଜ୍ୟ ବିଧାନସଭା ଗୃହ କମିଟି(ଉପସ୍ଥାପନ) ବ୍ରହ୍ମପୁର ଠାରୁ ଭାୟା ଦିଗପହଣ୍ଡି ଦେଇ ଶୁକ୍ରବାର ପୂର୍ବାହ୍ନ ପ୍ରାୟ ୧୧ ଟାରେ ଗଞ୍ଜାମ – ଗଜପତି…

କେସିଙ୍ଗା ପଞ୍ଚାୟତ ସମିତିରେ ପାନୀୟଜଳବିଦ୍ୟୁତ ଉପରେ ଗୁରୁତ୍ୱ

କେସିଙ୍ଗା, ୨୧।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତିର ୧୧ତମ ସାଧାରଣ ବୈଠକ ଅଧ୍ୟକ୍ଷ ଚନ୍ଦନ କୁମାର ସେନାପତିଙ୍କ ସଭାପତିତ୍ୱରେ ବ୍ଲକ କାର୍ଯ୍ୟାଳୟ ସଭାଗୃହରେ…

ନୂତନ ପରିବା ବଜାର କମ୍ପ୍ଲେକ୍ସକୁ ସ୍ଥାନାନ୍ତର ପାଇଁ ତତ୍ପର ପୌରପରିଷଦ

ଛତ୍ରପୁର, ୨୧/୮ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ଜନସାଧାରଣଙ୍କ ସୁବିଧା ପାଇଁ ଗଞ୍ଜାମ ଜିଲା ଛତ୍ରପୁର ପୌରପରିଷଦ ପକ୍ଷରୁ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ନିକଟରେ ନବନିର୍ମିତ ପରିବା…

ଚାଷୀ ପଞ୍ଜୀକରଣ ସରଳୀକରଣ ଓ ସମୟସୀମା ଅବଧି ବୃଦ୍ଧି ନେଇ ଆନ୍ଦୋଳନ

ଗଞ୍ଜାମ,୨୧ା୮(ବିଦ୍ୟାଧର ସାହୁ): ଅଖିଳ ଭାରତ କୃଷକ ସଭା ଅନୁବନ୍ଧିତ ଓଡ଼ିଶା କୃଷକ ସଭା ଗଞ୍ଜାମ ଜିଲା କମିଟି ପକ୍ଷରୁ ଚାଷୀଙ୍କ ବିଭିନ୍ନ ସମସ୍ୟା ନେଇ ବିକ୍ଷୋଭ ପ୍ରଦର୍ଶନ…

ଏନସିସି ନାଭାଲ ୱିଙ୍ଗ କ୍ୟାଡେଟ ଚୟନ ଶିବିର: ଯୋଗ୍ୟ ଛାତ୍ରୀଛାତ୍ର ଚୟନ

ଭଞ୍ଜନଗର,୨୧।୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ଶୁକ୍ରବାର ଏନସିସି ନାଭାଲ ୱିଙ୍ଗର କ୍ୟାଡେଟ ଚୟନ ଶିବିର ଅନୁଷ୍ଠିତ ହୋଇଯାଇଛି। ଶିବିରରେ…

ଜଙ୍ଗଲକୁ କାଠ ସଂଗ୍ରହ କରିବାକୁ ଯାଇ ଆଉ ଫେରି ନ ଥିଲେ ପୂର୍ଣ୍ଣବାସୀ: ମାଟିତଳୁ ମିଳିଲା…

ସୋରଡା,୨୧।୮(ରଜନି ମହାପାତ୍ର):ଗଞ୍ଜାମ ସୋରଡା ଥାନା ସାପଡିହ ଗାଁରେ ଅଭାବନୀୟ ଘଟଣା । ଜଙ୍ଗଲରୁ ମିଳିଲା ମହିଳାଙ୍କ ମୃତଦେହ। ମାଟିତଳୁ ଉଦ୍ଧାର ହେଲା ମୃତଦେହ। ମୃତକ ହେଲେ ସାପଡିହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri