ସମ୍ପର୍କୀୟଙ୍କ ସହ କଥା ହେବାକୁ ଭିଡିଓ କନଫରେନ୍ସିଂ ବ୍ୟବସ୍ଥା

ଭଦ୍ରକ ଅଫିସ, ୨୪।୩-ଭଦ୍ରକ ଜିଲା ମୁଖ୍ୟାଳୟରେ ଥିବା ସବ୍‌ଜେଲରେ ଏବେ କ୍ଷମତାଠାରୁ ଦୁଇଗୁଣ ଅଧିକ କଏଦୀ ରହୁଛନ୍ତି। କରୋନା ସଂକ୍ରମଣରୁ ରକ୍ଷା ପାଇବା ଲାଗି ସେମାନଙ୍କ ମଧ୍ୟରେ ସାମାଜିକ ଦୂରତ୍ୱ ରକ୍ଷା ସମ୍ଭବ ହେଉନାହିଁ ଯାହାକି ଚିନ୍ତାର କାରଣ ହୋଇଛି। ଜେଲରେ ରହୁଥିବା କଏଦୀଙ୍କ ସକାଶେ କେତେକ ବ୍ୟବସ୍ଥା କରାଯାଇଛି। ଭଦ୍ରକର ବ୍ରିଟିଶ ଅମଳରେ ୧୯୧୫ରେ ପ୍ରତିଷ୍ଠା ହୋଇଥିବା ସବ୍‌ଜେଲରେ ଏବେ କଏଦୀମାନଙ୍କୁ ଭେଟିବାକୁ ଆସୁଥିବା ସମ୍ପର୍କୀୟମାନଙ୍କୁ ସିଧାସଳଖ ସାକ୍ଷାତ୍‌ ସୁଯୋଗ ଦିଆଯାଉନାହିଁ। ଜେଲ୍‌ ଭିତରେ ସ୍ବତନ୍ତ୍ର କ୍ୟାମେରା ଓ ମନିଟର୍‌ ବ୍ୟବସ୍ଥା କରାଯାଇ ସମ୍ପର୍କୀୟଙ୍କୁ ଭିଡିଓ କନ୍‌ଫରେନ୍ସିଂ ମାଧ୍ୟମରେ କଥା ହେବାକୁ ସୁଯୋଗ ଦିଆଯାଉଛି। ଏହି ପୁରୁଣା କାରଗାରରେ ଥିବା ୯ଟି ରୁମ୍‌ରେ ମୋଟ ୧୬୬ କଏଦୀ ରହିବା ବ୍ୟବସ୍ଥା ରହିଛି।
ରବିବାର ସୁଦ୍ଧା ମହିଳା ଓ ପୁରୁଷ କଏଦୀଙ୍କୁ ମିଶାଇ ଜେଲରେ ମୋଟ ୩୬୪ଜଣ ରହୁଛନ୍ତି। ଏମାନଙ୍କ ମଧ୍ୟରୁ ୧୫ମହିଳା ଓ ୨ଶିଶୁ ଅଛନ୍ତି। କ୍ଷମତାଠାରୁ ଅଧିକ କଏଦୀ ରହୁଥିବାରୁ ଏଠାରେ ସରକାରୀ ସ୍ତରରେ ସାମାଜିକ ଦୂରତ୍ୱ ନିୟମ ବାଟବଣା ହୋଇପଡିଛି। ନୂଆ ଜେଲ୍‌ ନିର୍ମାଣ ପାଇଁ ଜାଗା ସ୍ଥିର ହୋଇଥିଲେ ବି ପ୍ରଶାସନିକ ଇଚ୍ଛାଶକ୍ତି ଅଭାବ କାରଣରୁ ଏହା ହୋଇପାରୁନାହିଁ। ଏ ସମ୍ପର୍କରେ ସବ୍‌ଜେଲ ଅଧୀକ୍ଷକ କୁଅଁର ମାରାଣ୍ଡିଙ୍କୁ ପଚାରିବାରୁ କହିଛନ୍ତି, ବର୍ତ୍ତମାନ ସ୍ଥିତିରେ କେବଳ ବାହାରୁ ଆସୁଥିବା କଏଦୀଙ୍କ ସମ୍ପର୍କୀୟଙ୍କ ପାଇଁ ଭିଡିଓ କନ୍‌ଫରେନ୍ସିଂ ମାଧ୍ୟମରେ ଦେଖା କରିବାର ବ୍ୟବସ୍ଥା କରାଯାଇଛି। ଏଣୁ କରୋନା ସଂକ୍ରମଣର ଭୟ ନାହିଁ। ସମୁହ ପ୍ରାର୍ଥନାକୁ ବନ୍ଦ କରାଯାଇ ଜେଲ ପରିସରକୁ ଦୈନିକ ସଫାସୁତୁରା କରାଯାଉଛି। କଏଦୀମାନଙ୍କ ନିୟମିତ ସ୍ବାସ୍ଥ୍ୟ ପରୀକ୍ଷା ମଧ୍ୟ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ସୋର ଉପକାରାଗାରର ୱାର୍ଡରଙ୍କୁ ମରଣାନ୍ତର ଆକ୍ରମଣ, ଦିବାଲୋକରେ ଗୋଡାଇ ଗୋଡାଇ ହାଣିଲେ

ସୋର,୨୬।୮(ଜନ୍ମେଜୟ ମିଶ୍ର): ସୋର ଉପକାରାଗାରର ୱାର୍ଡରଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି । ଦିନ ଦ୍ବିପହରରେ ମାଣତ୍ରୀ ଛକ ନିକଟରେ ତିନଜଣ ଦୁର୍ବୃତ୍ତ ହାଣି ଦେଇଥିବା ଜଣାପଡ଼ିଛି ।…

ଚିନି ଠାରୁ ଆରମ୍ଭ କରି ପେଟ୍ରୋଲ-LPG ଯାଏ, ସେପ୍ଟେମ୍ୱର ୧ରୁ ବଢିବ ଦର! ଜାଣନ୍ତୁ କେଉଁଟା…

ନୂଆଦିଲ୍ଲୀ,୨୬।୮: ସେପ୍ଟେମ୍ୱର ମାସ ଆରମ୍ଭ ହେବା କ୍ଷଣି ସାଧାରଣ ଲୋକଙ୍କ ଜୀବନ ସହ ଜଡ଼ିତ ଅନେକ ନିୟମ ବଦଳିବାକୁ ଯାଉଛି। ଚିନି-ପିଆଜ, ବସ ଯାତ୍ରା, ନିବେଶ, ଗ୍ୟାସ…

ମହିଳାଙ୍କ ପାଇଁ ଖୁସି ଖବର! ରାକ୍ଷୀ ପୂର୍ଣ୍ଣିମାରେ ‘ଆମ ବସ୍’ ଯାତ୍ରା ମାଗଣା, ୭ ସହରରେ ମିଳିବ ସୁବିଧା

ଭୁବନେଶ୍ବର,୨୬।୮: ଗୁରୁବାର ପବିତ୍ର ରାକ୍ଷୀ ପୂର୍ଣ୍ଣିମା । ଏହି ଅବସରରେ ମହିଳାଙ୍କ ପାଇଁ ବଡ଼ ଘୋଷଣା କରିଛି କ୍ୟାପିଟାଲ୍ ରିଜିଅନ୍ ଆର୍ବନ୍ ଟ୍ରାନ୍ସପୋର୍ଟ(CRUT) । ରକ୍ଷା ବନ୍ଧନ…

୧ ସେପ୍ଟେମ୍ୱରରେ ଶନି-ଗୁରୁଙ୍କ ମହାମିଳନ! ୩ ରାଶିଙ୍କ ସୁନା ଭଳି ଚମକିବ କ୍ୟାରିୟର, ଆଖି ପିଛୁଳାକେ ଧନ…

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କର ଗୋଚର ଏବଂ ସେମାନଙ୍କ ଦ୍ୱାରା ସୃଷ୍ଟି ହେଉଥିବା ଶୁଭ-ଅଶୁଭ ଯୋଗର ବିଶେଷ ମହତ୍ତ୍ୱ ରହିଛି। ୧ ସେପ୍ଟେମ୍ୱର ୨୦୨୬ରେ ଶନି ଏବଂ ଦେବଗୁରୁ…

ଗ୍ଲାସିୟର ହ୍ରଦ, ହିମସ୍ଖଳନ, କିମ୍ବା ଭୂମିକମ୍ପ… ହଠାତ କାହିଁକି ନେପାଳରେ ଆସିଲା ବନ୍ୟା? ବୈଜ୍ଞାନିକମାନେ କହିଲେ ପ୍ରକୃତ କାରଣ

କାଠମାଣ୍ଡୁ,୨୬।୮: ନେପାଳର ରାସୁୱା ଜିଲାର ଭୋଟେ କୋଶି ନଦୀରେ ବନ୍ୟାର ପ୍ରକୃତ କାରଣ ସ୍ଥାନୀୟ ବର୍ଷା ନୁହେଁ, ବରଂ ଏକ ବିଶାଳ ହିମସ୍ଖଳନ ହୋଇପାରେ। କାଠମାଣ୍ଡୁ ବିଶ୍ୱବିଦ୍ୟାଳୟର…

ସ୍କୁଲ ପଛ ନାଳରୁ ଛାତ୍ରଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର, ସୋମବାରଠାରୁ ଥିଲେ ନିଖୋଜ

କୋରାପୁଟ,୨୬।୮(ଅମିତାଭ ବେହେରା): ବୋରିଗୁମ୍ମା ବ୍ଲକ ଗୁମୁଡ଼ା ସରକାରୀ ଉଚ୍ଚ ବିଦ୍ୟାଳୟ ପଛପଟ ନାଳରୁ ଜଣେ ଅଷ୍ଟମ ଶ୍ରେଣୀ ଛାତ୍ରଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର ହୋଇଛି । ମୃତ…

ପେଟ୍ରୋଲିୟମ ମନ୍ତ୍ରାଳୟର ବଡ଼ ସୂଚନା, ୩୧ ଅଗଷ୍ଟ ପରେ ମିଳିବନି ଗ୍ୟାସ ସିଲିଣ୍ଡର? ଶୀଘ୍ର ସାରନ୍ତୁ ଏହି କାମ…

ନୂଆଦିଲ୍ଲୀ,୨୬।୮: ଯଦି ଆପଣଙ୍କ ଘରେ ମଧ୍ୟ ରୋଷେଇ ଗ୍ୟାସ ସିଲିଣ୍ଡର ବ୍ୟବହୃତ ହେଉଛି, ତେବେ ଏହି ଖବର ଆପଣଙ୍କ ପାଇଁ ଅତ୍ୟନ୍ତ ଜରୁରୀ। ତେଲ କମ୍ପାନୀ ଏବଂ…

Zamatoରୁ ଅର୍ଡର କରୁଥିଲେ ସାବଧାନ! ଦିନ ଦ୍ୱିପ୍ରହରରେ ଲୁଟୁଛି କମ୍ପାନୀ

ନୂଆଦିଲ୍ଲୀ,୨୬।୮: ଆଜିକାଲି ଲୋକମାନେ ଅନଲାଇନରେ ଖାଦ୍ୟ ଅର୍ଡର କରିବାର ଅଭ୍ୟାସ ବିକଶିତ କରିଛନ୍ତି। ଏହାର ସୁଯୋଗ ନେଇ, ଖାଦ୍ୟ ବିତରଣ ସେବାଗୁଡ଼ିକ ପ୍ରାୟତଃ ଅତ୍ୟଧିକ ପରିମାଣରେ ଚାର୍ଜ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri