Posted inଜାତୀୟ

ସମ୍ପର୍କ ବୃଦ୍ଧି ଉପରେ ଗୁରୁତ୍ୱ

ନୂଆଦିଲ୍ଲୀ,୧ା୬(ପି.ଟି.): କେନ୍ଦ୍ର ମନ୍ତ୍ରିମଣ୍ଡଳର ଶପଥ ଗ୍ରହଣ ଉତ୍ସବରେ ଯୋଗଦେବାକୁ ଆସିଥିବା ବିମ୍‌ଷ୍ଟେକ୍‌ (ବେ ଅଫ୍‌ ବେଙ୍ଗଲ ଇନିସିଏଟିଭ୍‌ ଫର ମଲ୍ଟି-ସେକ୍ଟରାଲ ଟେକ୍‌ନିକାଲ ଆଣ୍ଡ ଇକୋନୋମିକ୍‌ କୋଅପରେଶନ) ନେତାମାନଙ୍କ ସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଦ୍ୱିପାକ୍ଷିକ ଆଲୋଚନା କରିଛନ୍ତି। ସେ ଅଲଗା ଅଲଗା ଭାବେ ଶ୍ରୀଲଙ୍କା ରାଷ୍ଟ୍ରପତି ମୈତ୍ରିପାଲ ସିରିସେନା, ନେପାଳ ପ୍ରଧାନମନ୍ତ୍ରୀ କେ.ପି. ଶର୍ମା ଓଲି, ଭୁଟାନ ପ୍ରଧାନମନ୍ତ୍ରୀ ଲୋଟେ ଶେରିଙ୍ଗଙ୍କ ସହ ଆଲୋଚନା କରିବା ଅବସରରେ ଦ୍ୱିପାକ୍ଷିକ ସମ୍ପର୍କକୁ ଆହୁରି ମଜଭୁତ କରିବା ଉପରେ ଗୁରୁତ୍ୱାରୋପ କରିଥିଲେ। ମୋଦି ବାଂଲାଦେଶ ରାଷ୍ଟ୍ରପତି ଅବଦୁଲ୍‌ ହମିଦ ଏବଂ ମରିସସ୍‌ ପ୍ରଧାନମନ୍ତ୍ରୀ ପ୍ରଭିନ୍ଦ ଜଗନ୍ନାଥଙ୍କ ସହ ମଧ୍ୟ ଆଲୋଚନା କରିଛନ୍ତି।
ଆତଙ୍କବାଦ ଓ ଉଗ୍ରବାଦ ସମଗ୍ର ମାନବଜାତି ପାଇଁ ବିପଦ ସୃଷ୍ଟି କରିଥିବା ମୋଦି ଓ ସିରିସେନା ଉଲ୍ଲେଖ କରିବା ସହ ଦକ୍ଷିଣ ଏସିଆ ଏବଂ ଭାରତ ମହାସାଗର ଅଞ୍ଚଳରେ ଶାନ୍ତି ଓ ନିରାପତ୍ତା ପାଇଁ ଦ୍ୱିପାକ୍ଷିକ ସମ୍ପର୍କକୁ ଆହୁରି ନିବିଡ କରିବା ଲାଗି ପ୍ରତିଶ୍ରୁତିବଦ୍ଧ ହୋଇଥିଲେ। ଶପଥ ଗ୍ରହଣ ଉତ୍ସବରେ ଯୋଗଦେଇଥିବାରୁ ସିରିସେନାଙ୍କୁ ମୋଦି ଧନ୍ୟବାଦ ଅର୍ପଣ କରିଥିଲେ। ସେହିପରି ମୋଦି ଓ ମରିସସ୍‌ ପ୍ରଧାନମନ୍ତ୍ରୀ ଦୁଇ ଦେଶ ତଥା ଭାରତ ମହାସାଗର ଅଞ୍ଚଳରେ ସୁରକ୍ଷା ଓ ବିକାଶ ପାଇଁ ଏକାଠି କାର୍ଯ୍ୟ କରିବାକୁ ସହମତ ହୋଇଥିଲେ। ଉଭୟ ଦେଶର ଜନସାଧାରଣଙ୍କ ମଧ୍ୟରେ ଭ୍ରାତୃତ୍ୱ ଭାବ ବୃଦ୍ଧି କରିବା ସହ ଦ୍ୱିପାକ୍ଷିକ ସମ୍ପର୍କକୁ ଅଧିକ ମଜଭୁତ କରିବା ଉପରେ ମରିସସ୍‌ ପ୍ରଧାନମନ୍ତ୍ରୀ ଜଗନ୍ନାଥ ନିଜର ପ୍ରତିଶ୍ରୁତିବଦ୍ଧତାକୁ ଦୋହରାଇଥିବାରୁ ମୋଦି ତାଙ୍କୁ ଧନ୍ୟବାଦ ଜଣାଇଥିଲେ। ସେହିପରି ନେପାଳ ସହ ସମ୍ପର୍କକୁ ଆହୁରି ନିବିଡ଼ କରିବା ଲାଗି ଉଭୟ ପ୍ରଧାନମନ୍ତ୍ରୀ ମୋଦି ଏବଂ ଓଲି ସହମତ ହୋଇଥିଲେ। ଭୁଟାନ ପ୍ରଧାନମନ୍ତ୍ରୀ ଶେରିଙ୍ଗ୍‌ଙ୍କ ସହ ଆଲୋଚନା ବେଳେ ପାରମ୍ପରିକ ସମ୍ପର୍କକୁ ମଜଭୁତ କରିବା ଲାଗି ଦୁଇ ନେତା ପ୍ରତିଶ୍ରୁତିବଦ୍ଧ ହୋଇଥିଲେ। ଏହାବ୍ୟତୀତ ମୋଦି କିରଗିଜ ରାଷ୍ଟ୍ରପତି ସୁରୋନବେ ଜିନବେକୋଭ୍‌ଙ୍କ ସହ ମଧ୍ୟ ଆଲୋଚନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଇରାନକୁ ଟ୍ରମ୍ପଙ୍କ ଚେତାବନୀ: କହିଲେ ପାଗଳ, ହର୍ମୁଜ ଖୋଲିଦିଅ, ନଚେତ୍‌…

ଓ୍ବାଶିଂଟନ,୫ା୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନକୁ ପୁଣି ଧମକ ଦେଇଛନ୍ତି। ହର୍ମୁଜ ପ୍ରଣାଳୀ ଖୋଲିବା ପାଇଁ ଇରାନକୁ ୧୦ ଦିନର ଅଲ୍ଟିମେଟମ ଦେଇଥିଲେ ଟ୍ରମ୍ପ ।…

ଟୋଲ ଗେଟରେ ଆଉ ଲାଗିବ ନାହିଁ ଲମ୍ବା ଲାଇନ, ସରକାର ବଦଳାଇବେ ପେମେଣ୍ଟ ସିଷ୍ଟମ

ନୂଆଦିଲ୍ଲୀ,୫।୪: ଯଦି ଆପଣ ପ୍ରାୟତଃ ରାଜପଥରେ ଯାତ୍ରା କରନ୍ତି, ତେବେ ଏହି ଖବର ଆପଣଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ। ସରକାର ଏବେ ଟୋଲ ପ୍ଲାଜାରେ ନଗଦ ଦେୟକୁ ସମ୍ପୂର୍ଣ୍ଣ…

ଭାଜପାରେ ଯୋଗଦେବେ ରାଘବ ଚଢା? ମୋଦିଙ୍କ ସମାଲୋଚନା କରିଥିବା ପୋଷ୍ଟ କଲେ ଡିଲିଟ୍‌, ବଢିଲା ହଲଚଲ  

ନୂଆଦିଲ୍ଲୀ,୫।୪: ଦେଶର ରାଜନୈତିକ ମହଲରେ ଏବେ ଏକ ବଡ଼ ଧରଣର ଚର୍ଚ୍ଚା ଜୋର ଧରିଛି। ଆମ ଆଦମୀ ପାର୍ଟିର ବରିଷ୍ଠ ନେତା ତଥା ଏମ୍‌ପି ରାଘବ ଚଢା…

ଔଷଧ ଉପରେ ୧୦୦% ଟାରିଫ୍‌ ଘୋଷଣା କଲେ ଟ୍ରମ୍ପ, ଭାରତୀୟଙ୍କୁ ଝଟ୍‌କା!

ଓ଼୍ବାଶିଂଟନ,୫।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଏକ ସାମ୍ପ୍ରତିକ ନିଷ୍ପତ୍ତି ଭାରତୀୟ ଔଷଧ କ୍ଷେତ୍ରକୁ ପ୍ରଭାବିତ କରିଛି। ଟ୍ରମ୍ପ ପ୍ରଶାସନ ଆମେରିକା ସରକାରଙ୍କ ସହିତ ମୂଲ୍ୟ ଚୁକ୍ତିନାମାରେ…

ଦିନରେ ନିଆଁ ବର୍ଷା, ଅପରାହ୍ନରେ ମାଡ଼ି ଆସୁଛି କାଳବୈଶାଖୀ, ଆଜି ୩ ଜିଲାରେ ହେବ…

ଭୁବନେଶ୍ୱର,୫ା୪: ରାଜ୍ୟରେ କିଛିଦିନ ହେବ ପ୍ରବଳ ଗରମ ଗୁଳୁଗୁଳି ଅନୁଭୂତ ହେଉଛି। ଫଳରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡୁଛି। ଏପରିକି ଦିନରେ ନିଆଁ ବର୍ଷା ହେଉଥିବାବେଳେ ଅପରାହ୍ନରେ ମାଡ଼ି…

ଓଡ଼ିଶା ସରକାରଙ୍କ ବଡ଼ ଘୋଷଣା, ଆଉ ଖୋଲାରେ ମିଳିବନି ଗ୍ୟାସ୍‌! ଖାତା ନ ଥିଲେ…

ଭୁବନେଶ୍ୱର,୫ା୪: ଏଣିକି ଆଉ ଖୋଲାରେ ଗ୍ୟାସ ମିଳିବନି । ବାଟରେ, ବଜାରରେ ଖୋଲାରେ ମିଳିବନି ଗ୍ୟାସ । ଏହାକୁ ସମ୍ପୂର୍ଣ୍ଣ ବନ୍ଦ କରାଯାଇଛି । ରାଜ୍ୟର କୌଣସି…

ପାକିସ୍ତାନ ଉପରେ ସର୍ଜିକାଲ ଷ୍ଟ୍ରାଇକ୍‌ କରିବ ଭାରତ? ରାଜନାଥଙ୍କ ଚେତାବନୀ ପରେ ସେନାରେ ହଲଚଲ!

ନୂଆଦିଲ୍ଲୀ,୫।୪: ଭାରତ ଏବଂ ପାକିସ୍ତାନ ମଧ୍ୟରେ ବାକ୍‌ ଯୁଦ୍ଧ ପୁଣି ଥରେ ତୀବ୍ର ହୋଇଛି। ପାକିସ୍ତାନୀ ପ୍ରତିରକ୍ଷା ମନ୍ତ୍ରୀ ଖୱାଜା ଆସିଫଙ୍କ ସାମ୍ପ୍ରତିକ ବୟାନ ସ୍ପଷ୍ଟ ଭାବରେ…

ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତିରେ ବାଜିଲା ମୋହର: ଉଚ୍ଚଶିକ୍ଷାରେ ୫୦ ପ୍ରତିଶତ ସଂରକ୍ଷଣ, SC-ST-OBCଙ୍କୁ ମିଳିବ…

ଭୁବନେଶ୍ୱର,୫ା୪(ସୁନିତ୍‌ ମିଶ୍ର): ଓଡ଼ିଶାର ମେଡିକାଲ, ଇଞ୍ଜିନିୟରିଂ ଏବଂ ଅନ୍ୟାନ୍ୟ ଉଚ୍ଚଶିକ୍ଷା ଓ ପ୍ରଯୁକ୍ତିବିଦ୍ୟା ଶିକ୍ଷା ପାଠ୍ୟକ୍ରମ କ୍ଷେତ୍ରରେ ଅନୁସୂଚିତ ଜାତି, ଅନୁସୂଚିତ ଜନଜାତି ଏବଂ ପଛୁଆ ବର୍ଗମାନଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri