ସମ୍ପର୍କ ଯୋଡ଼ିବାର ମାଧ୍ୟମ

୧୯୧୫ ମସିହା ୯ ଜାନୁୟାରୀରେ ମହାତ୍ମା ଗାନ୍ଧୀ ଦକ୍ଷିଣ ଆଫ୍ରିକାରୁ ସ୍ବଦେଶ ଫେରିଥିଲେ। ଏହି ଦିବସକୁ ସ୍ମରଣ କରିବା ଲାଗି ଭାରତ ସରକାରଙ୍କ ଦ୍ୱାରା ପ୍ରତିବର୍ଷ ଏହି ଦିନକୁ ପ୍ରବାସୀ ଭାରତୀୟ ଦିବସ ଭାବେ ପାଳନ କରାଯାଉଛି। ୨୦୦୩ରୁ ଏହି ଦିବସ ପ୍ରଥମେ ଦିଲ୍ଲୀରେ ପାଳନ କରାଯାଇଥିଲା। ସେବେଠାରୁ ଏହା ପ୍ରତିବର୍ଷ ପାଳନ କରାଯାଉଛି। ଏହି ଦିବସରେ ପ୍ରବାସୀ ଭାରତୀୟମାନେ ଭାରତ ପ୍ରତି ସେମାନଙ୍କ ଭାବନା ଅଭିବ୍ୟକ୍ତ କରିବାର ସୁଯୋଗ ପାଉଛନ୍ତି। ଦେଶବାସୀଙ୍କ ସହିତ ସକାରାତ୍ମକ ଆଲୋଚନା କରିବା ଲାଗି ଏକାଠି ହେଉଛନ୍ତି ଉକ୍ତ ଦିବସରେ।
ବିଶ୍ୱର ୪୮ଟି ଦେଶରେ ପ୍ରବାସୀ ଭାରତୀୟଙ୍କ ସଂଖ୍ୟା ପ୍ରାୟ ୨ କୋଟି ଊଦ୍ଧ୍ୱର୍ର୍। ଏମାନଙ୍କ ମଧ୍ୟରୁ ୧୧ଟି ଦେଶରେ ୫ ଲକ୍ଷରୁ ବେଶି ସେହି ଦେଶର ଜନସଂଖ୍ୟାର ଏକ ପ୍ରମୁଖ ଅଂଶ ପାଲଟିଛନ୍ତି ଏବଂ ଆର୍ଥିକ ଓ ରାଜନୈତିକ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ନିର୍ବାହ କରୁଛନ୍ତି। ଏହି ସବୁ ଦେଶରେ ଏମାନଙ୍କର ଆର୍ଥିକ, ଶିକ୍ଷାଗତ ଓ ବ୍ୟବସାୟିକ ଦକ୍ଷତାର ଭିତ୍ତିଭୂମି ଖୁବ୍‌ ମଜଭୂତ । ବିଶ୍ୱରେ ୧୧୦ଟି ଦେଶରେ ପ୍ରବାସୀ ଭାରତୀୟମାନଙ୍କ ନେଟ୍‌ଓ୍ବର୍କ ମଧ୍ୟ ରହିଛି। ଭାରତ ସହ ଅନ୍ୟ ଦେଶମାନଙ୍କର ମଧୁର ସମ୍ପର୍କ ଗଢ଼ିବାରେ ପ୍ରବାସୀ ଭାରତୀୟମାନଙ୍କ ଭୂମିକା ସମ୍ପର୍କରେ ଏହି ଦିବସରେ ଲୋକମାନଙ୍କୁ ଅବଗତ କରିବାର ସୁଯୋଗ ପ୍ରାପ୍ତ ହୁଏ। ମୁଖ୍ୟତଃ ଭାରତର ଯୁବପିଢିଙ୍କୁ ପ୍ରବାସୀ ଭାରତୀୟଙ୍କ ସହ ଯୋଡିବାରେ ଏହି ଦିବସ ମୁଖ୍ୟ ଭୂମିକା ନିଭାଇଥାଏ। ଏହି ଅବସରରେ ବିଦେଶରେ ଭାରତୀୟ ଶ୍ରମଜୀବୀମାନେ ସମ୍ମୁଖୀନ ହେଉଥିବା ବିଭିନ୍ନ ସମସ୍ୟା ବିଷୟରେ ବିଚାର ବିମର୍ଶ କରାଯାଏ। ଏହି ଦିବସରେ ଭାରତ ସରକାରଙ୍କ ପକ୍ଷରୁ ରାଷ୍ଟ୍ରପତିଙ୍କ ଦ୍ୱାରା ପ୍ରବାସୀ ଭାରତୀୟ ସମ୍ମାନ ପ୍ରଦାନ କରାଯାଏ। ପ୍ରବାସୀ ଭାରତୀୟଙ୍କୁ ସେମାନଙ୍କ କ୍ଷେତ୍ରରେ ଅସାଧାରଣ ଯୋଗଦାନ ପାଇଁ ଏହା ପ୍ରଦାନ କରାଯାଏ।


Enter your email to get our daily news in your inbox.

All Right Reserved By Dharitri.Com

ଦୁଆଙ୍କୁ ମିଳିଲା ସାନ ଭଉଣୀ: ଦ୍ୱିତୀୟ କନ୍ୟାରତ୍ନଙ୍କୁ ସ୍ୱାଗତ କଲେ ‘ଦୀପବୀର୍‌’

ମୁମ୍ବାଇ: ବଲିଉଡ୍‌ର ଚର୍ଚ୍ଚିତ ତଥା ଲୋକପ୍ରିୟ ଯୋଡ଼ି ଦୀପିକା ପାଦୁକୋନ୍‌ ଏବଂ ରଣବୀର୍‌ ସିଂହଙ୍କ ଘରକୁ ଆସିଛି ନୂଆ ଅତିଥି। ଶନିବାର ଏହି ଷ୍ଟାର୍‌ ଦମ୍ପତିଙ୍କ କୋଳକୁ…

ଦିଗପହଣ୍ଡି ରେ  ମା ‘ ଫୁଲସୁନ୍ଦରୀଙ୍କ ଯାତ୍ରା ମହୋତ୍ସବ ଶୁଭାରମ୍ଭ  

ଦିଗପହଣ୍ଡି,୧୯|୯(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍ଏସି ୩ ନଂ. ୱାର୍ଡ ନୂଆସାହି ସ୍ଥିତ ଆରାଧ୍ଯା ଦେବୀ ମା’ ଫୁଲସୁନ୍ଦରୀଙ୍କ ଯାତ୍ରା ମହୋତ୍ସବ ଶନିବାର ଠାରୁ ଆରମ୍ଭ…

ଅବ୍ୟବସ୍ଥାରେ ରିଷିଡ଼ା ବସ୍‌ଷ୍ଟାଣ୍ଡ

ରିଷିଡ଼ା,୧୯ା୮(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡ଼ା ବସ୍‌ଷ୍ଟାଣ୍ଡ ଏବେ ଅବ୍ୟବସ୍ଥା ମଧ୍ୟରେ ଗତି କରୁଛି। ସାମାନ୍ୟ ବର୍ଷାରେ ବସ୍‌ଷ୍ଟାଣ୍ଡ ପରିସର ତଥା ମୁଖ୍ୟ ରାସ୍ତାରେ…

ଭିଡିଓ କଲ୍‌ର ଅପରପାର୍ଶ୍ୱରୁ ଶୁଭିଲା ‘ଦିଦି ପଡ଼ିଗଲା’: ୪୩ ଘଣ୍ଟା ପରେ ଉଦ୍ଧାର ହେଲା…

ସୁନ୍ଦରଗଡ଼, ୧୯/୯ (ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ତଳସରା ଥାନା ଅନ୍ତର୍ଗତ ଘୋଘର ନିକଟ ଇବ୍‌ ନଦୀର କନାକୁଣ୍ଡଠାରେ ଗୁରୁବାର ଅପରାହ୍ଣରେ ଗୋଡ଼ ଖସି ଜଳର…

ରେଷ୍ଟୁରାଣ୍ଟରେ ଭୟଙ୍କର ଅଗ୍ନିକାଣ୍ଡ

ଭୁବନେଶ୍ୱର,୧୯।୯: ଭୁବନେଶ୍ବର ଏୟରଫିଲ୍ଡ ଥାନା ଅଧୀନ ସୁନ୍ଦରପଦା ଅଞ୍ଚଳରେ ଥିବା ଏକ ରେଷ୍ଟୁରାଣ୍ଟରେ ଶନିବାର ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ରେଷ୍ଟୁରାଣ୍ଟରେ ପୋଡି ଯାଇଥିବା ବେଳେ ଲକ୍ଷାଧିକ…

ସମୁଦ୍ର ତଟକୁ ସ୍ବଚ୍ଛ ରଖିବା ପାଇଁ ପ୍ରୟାସ, ବରୁଣ ଦେବତାଙ୍କୁ ବନ୍ଦାପନା କରି…

ମହାକାଳପଡ଼ା,୧୯ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): ପୁରାଣରେ ବର୍ଣ୍ଣିତ ସମୁଦ୍ରକୂ ବରୁଣ ଦେବତା ରୂପେ ପୂଜା କରାଯାଏ। ଶନିବାର ପୂର୍ବାହ୍ନରେ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ନାଞ୍ଜୁରା ପଞ୍ଚାୟତ ଶାସନ…

ଡିଜେ ସାଉଣ୍ଡରେ ଅସ୍ତବ୍ୟସ୍ତ ଜନଜୀବନ:ରୋଗୀଙ୍କ ଚିକିତ୍ସାରେ ବାଧା

ବାଲିଗୁଡ଼ା, ୧୯/୯ (ସଞ୍ଜୟ କୁମାର ପାଣିଗ୍ରାହୀ): ପୂଜା, ପର୍ବପର୍ବାଣି ଓ ବିଭିନ୍ନ ଉତ୍ସବ ଅବସରରେ ଡିଜେ ସାଉଣ୍ଡର ଅତ୍ୟଧିକ ବ୍ୟବହାର ଏବେ ସାଧାରଣ ଲୋକଙ୍କ ପାଇଁ ଅସୁବିଧାର…

ବଟେଶ୍ୱର ବେଳାଭୂମିରେ ‘ସ୍ୱଚ୍ଛ ସାଗର, ସୁରକ୍ଷିତ ସାଗର

ଗଞ୍ଜାମ, ୧୯/୯ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ପାଳିବନ୍ଧ ପଞ୍ଚାୟତ ଅନ୍ତର୍ଗତ କଣ୍ଟିଆଗଡ଼ସ୍ଥିତ ବଟେଶ୍ୱର ବେଳାଭୂମିଠାରେ ଶନିବାର ‘ସ୍ୱଚ୍ଛ ସାଗର, ସୁରକ୍ଷିତ ସାଗର’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?