ସମ୍ବଲପୁର ପୋଲିସର ଅଭିନବ ପଦକ୍ଷେପ: ମହିଳାଙ୍କ ସୁରକ୍ଷା ପାଇଁ ମହିଳା ପିସିଆର୍‌ ଭ୍ୟାନ୍‌, ବାଇକ୍‌ର ଶୁଭାରମ୍ଭ

ସମ୍ବଲପୁର, ୧୮।୧୨ (ବ୍ୟୁରୋ)- ସମ୍ବଲପୁର ଜିଲାପାଳ ମହିଳାଙ୍କ ସୁରକ୍ଷା ପାଇଁ ଆଉ ଏକ ପଦକ୍ଷେପ ଗ୍ରହଣ କରିଛ। ଅତ୍ୟାଧୁନିକ ବ୍ୟବସ୍ଥା ଥିବା ସ୍ବତନ୍ତ୍ର ମହିଳା ପିସିଆର୍‌ ଭ୍ୟାନ୍‌, ବାଇକ୍‌ର ଶୁଭାରମ୍ଭ କରାଯାଇଛି। ଉତ୍ତରାଞ୍ଚଳ ପୋଲିସ ଡିଆଇଜି ହିମାଂଶୁ ଲାଲ ବୁଧବାର ଏହାର ଶୁଭାରମ୍ଭ କରିଛନ୍ତି । ଏହି ପିସିଆର୍‌ରେ କେବଳ ମହିଳା ପୋଲିସ କର୍ମଚାରୀ ନିୟୋଜିତ ରହିବେ। ବିଭିନ୍ନ ଶିକ୍ଷାନୁଷ୍ଠାନ ଓ ସମ୍ବେଦନଶୀଳ ସ୍ଥାନରେ କାର୍ଯ୍ୟ କରିବେ। ଏହି ପିସିଆର୍‌ରେ ଜିପିଆର୍‌ଏସ୍‌ ସୁବିଧା ରହିଛି । ପୋଲିସ କଣ୍ଟ୍ରୋଲ ରୁମ୍‌ରୁ ଏହାକୁ ନିୟନ୍ତ୍ରଣ କରାଯିବ। ଏହାସହ ଏକ ହ୍ବାଟ୍ସଆପ୍‌ ନମ୍ବର ଦିଆଯାଇଛି । ଏଥିରେ ଯେକୌଣସି ସ୍ଥାନରେ ଅସୁବିଧାରେ ଥିଲେ ମହିଳାମାନେ ମେସେଜ୍‌ କରି ଜଣାଇପାରିବେ। ସଙ୍ଗେ ସଙ୍ଗେ ସେମାନଙ୍କୁ ପୋଲିସ ସୁବିଧା ଯୋଗାଇ ଦିଆଯିବ ବୋଲି ସମ୍ବଲପୁର ଏସ୍‌ପି କନୱର ବିଶାଳ ସିଂ ସୂଚନା ଦେଇଛନ୍ତି । ଏହି ଅବସରରେ ଜିଲାର ବିଭିନ୍ନ ଥାନାଧିକାରୀ ଉପସ୍ଥିତ ରହିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶା ନିନ୍ଦିତ ନ ହେଉ

ଅତୀତରେ କଳିଙ୍ଗ ନିଜର ସାହସ ଓ ସମୃଦ୍ଧି ପାଇଁ ସମଗ୍ର ବିଶ୍ୱରେ ପରିଚିତ ଥିଲା। ସେଥିପାଇଁ ମୌର୍ଯ୍ୟ ସମ୍ରାଟ୍‌ ସମେତ ଅନେକ ରାଜ୍ୟ କଳିଙ୍ଗ ଜୟ କରିବାର…

୨୨ ମାସର ସର୍ବୋଚ୍ଚ ସ୍ତରରେ ମୁଦ୍ରାସ୍ଫୀତି, ପିଆଜ ଦରରେ ୧୦୮%

ନୂଆଦିଲ୍ଲୀ,୧୩।୧୦: ଦେଶରେ ପନିପରିବାଠାରୁ ଆରମ୍ଭ କରି ଖାଦ୍ୟ ସାମଗ୍ରୀ ଏବଂ ଅନ୍ୟାନ୍ୟ ଅତ୍ୟାବଶ୍ୟକ ସାମଗ୍ରୀ ଦର ବେଳକୁ ବେଳ ମହଙ୍ଗା ହେଉଥିବାରୁ ମୁଦ୍ରାସ୍ପୀତି ରୋକର୍ଡ ସ୍ତରରେ ପହଞ୍ଚିଲାଣି…

ରାଜନୈତିକ ଦୁର୍ବଳତାର ସଂଜ୍ଞା

୧୩୧ତମ ସମ୍ବିଧାନ ସଂଶୋଧନ ବିଲ୍‌- ୨୦୨୬ ଗତ ଏପ୍ରିଲ ମାସରେ ଲୋକ ସଭାରେ କାଟ ଖାଇଛି। କାରଣ ଏହି ବିଲ୍‌ ପାଇଁ ଆବଶ୍ୟକ ଦୁଇ ତୃତୀୟାଂଶ ସମର୍ଥନ…

୨୦୨୪ର ବ୍ୟସ୍ତତା

ରାମ ମନ୍ଦିର ଯେଉଁଠି ତିଆରି ହେଲା-ଅଯୋଧ୍ୟା-ସେଠାରେ ଭାଜପାର ପରାଜୟ ୨୦୨୪ରେ ଦଳର ନେତାମାନଙ୍କୁ ଭୟଭୀତ କରାଇ ଦେଇଥିଲା ବୋଲି ଏବେ ବୁଝାପଡୁଛି। ନିର୍ବାଚନ ଫଳାଫଳ ପ୍ରକାଶ ପାଇବା…

ଗ୍ୟାସ୍‌ ପାଇପ୍‌ ଫାଟି କଟକରେ ଭୟଙ୍କର ଅଗ୍ନିକାଣ୍ଡ, ହୁତୁହୁତୁ ହୋଇ ଜଳିଲା…

କଟକ,୧୩।୧୦(ପ୍ରଭୁକଲ୍ୟାଣ ପାଲ୍): ଗ୍ୟାସ୍‌ ପାଇପ୍‌ ଫାଟି କଟକରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି । ମାଟି ତଳେ ଯାଇଥିବା ଘରୋଇ ଗ୍ୟାସ ପାଇପ ଲାଇନ ଲିକ୍ ହେବା ଫଳରେ…

ବିଶ୍ୱବ୍ୟାଙ୍କ ରିପୋର୍ଟରେ ବଡ଼ ଖୁଲାସା, ଧନୀ ଦେଶର ଗରିବଙ୍କ ଆୟ ବି ଭାରତର ଧନୀଙ୍କଠୁ ଅଧିକ!

ନୂଆଦିଲ୍ଲୀ,୧୩।୧୦: ବିଶ୍ୱର ବିକଶିତ ଓ ଉନ୍ନତ ଆର୍ଥିକ ବ୍ୟବସ୍ଥା ଥିବା ଧନୀ ଦେଶଗୁଡ଼ିକର ସବୁଠାରୁ ଗରିବ ୧୦ ପ୍ରତିଶତ ଲୋକଙ୍କ ଆୟ ଭାରତର ସବୁଠାରୁ ଧନୀ ୧୦…

୨୨ ଭାରତୀୟ ଥିବା ଜାହାଜ ଉପରେ ଆକ୍ରମଣ

ନୂଆଦିଲ୍ଲୀ, ୧୩।୧୦: ଷ୍ଟ୍ରେଟ୍‌ ଅଫ୍‌ ହର୍ମୁଜରେ ୨୨ ଜଣ ଭାରତୀୟ କର୍ମଚାରୀଙ୍କୁ ନେଇ ଯାଉଥିବା ୨ଟି ବାଣଜି୍ୟକ ଜାହାଜ ଉପରେ ଆକ୍ରମଣ ହୋଇଛି। ଏହି ଘଟଣାକୁ ଭାରତ…

ଠକି ପାରିବନି ହସ୍ପିଟାଲ! ଲାଗିବ ରେଟ୍‌ ଚାର୍ଟ

ନୂଆଦିଲ୍ଲୀ,୧୩।୧୦: ସ୍ବଚ୍ଛ, ଉତ୍ତରଦାୟୀ ଏବଂ ରୋଗୀ କୈନ୍ଦ୍ରିକ ସ୍ବାସ୍ଥ୍ୟସେବା ପ୍ରଦାନକୁ ସୁଦୃଢ଼ କରିବା ଦିଗରେ ଏକ ବଡ଼ ପଦକ୍ଷେପ ସ୍ବରୂପ ହସ୍ପିଟାଲଗୁଡ଼ିକରେ ସ୍ବାସ୍ଥ୍ୟସେବା ଦର ସ୍ପଷ୍ଟ ଭାବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?