ସମ୍ବଲପୁର ହାଜତ ମୃତ୍ୟୁ ମାମଲା : ଓଏଚ୍‌ଆର୍‌ସିଙ୍କ ନିର୍ଦ୍ଦେଶ ପରେ କ୍ଷତିପୂରଣ ଦେଉନି ପୋଲିସ

ଭୁବନେଶ୍ୱର,  ୨୮।୬(ବ୍ୟୁରୋ) : ୨୦୧୭ ଜୁନ୍‌ ୬ରେ ସମ୍ବଲପୁର ପୋଲିସ ମାଡ଼ରେ ପଶ୍ଚିମବଙ୍ଗ ପୁରୁଲିଆ ଜିଲା ଟୁକୁରିମନ୍ଦିର ଗ୍ରାମର ଅଭୟ ସିଂଙ୍କ ମୃତ୍ୟୁ ଘଟିଥିଲା। ସେତେବେଳେ ଏହି ଘଟଣା ରାଜ୍ୟରେ ହଇଚଇ ସୃଷ୍ଟି କରିଥିଲାବେଳେ ପୋଲିସ ବିଭାଗ ବଦନାମ ମୁଣ୍ଡାଇଥିଲା। ଏନେଇ ରାଜ୍ୟ ମାନବାଧିକାର କମିଶନଙ୍କ ନିକଟରେ ଅଭିଯୋଗ ହେବା ପରେ ଘଟଣାର ନ୍ୟାୟିକ ତଦନ୍ତ କରାଯାଇଥିଲା। ତଦନ୍ତ ପରେ ଘଟଣାଟି ସତ ବୋଲି ପ୍ରମାଣିତ ହୋଇଥିଲା। ଶେଷରେ ୨୦୧୮ ମାର୍ଚ୍ଚ ୬ରେ କମିଶନ ମାମଲାର ବିଚାର କରି ମୃତ ଅଭୟଙ୍କ ସ୍ତ୍ରୀ ହେନା ସିଂଙ୍କୁ ୩ ଲକ୍ଷ ଟଙ୍କା କ୍ଷତିପୂରଣ ଦେବାକୁ ସମ୍ବଲପୁର ଡିଆଇଜିଙ୍କୁ ନିର୍ଦ୍ଦେଶ ଦେଇଥିଲେ। ହେଲେ ସମ୍ବଲପୁର ପୋଲିସ କ୍ଷତିପୂରଣ ଦେବା ବଦଳରେ ଆଧାର କାର୍ଡ, ଭୋଟର କାର୍ଡ ଓ ଅନ୍ୟ ପ୍ରମାଣପତ୍ର ନ ଥିବାରୁ ସେ ଟଙ୍କା ନେଇ ନ ଥିବା ପୋଲିସ ଦର୍ଶାଇଛି। ଏପରିକି ଏ ସଂକ୍ରାନ୍ତରେ ଏକ ମିଛ ରିପୋର୍ଟ କମିଶନଙ୍କ ନିକଟରେ ଦାଖଲ କରିଥିଲା। ହେଲେ କମିଶନ ଏହା ଜାଣିବା ପରେ ପୋଲିସ ବିଭାଗ ଉପରେ ଉଦ୍‌ବେଗ ପ୍ରକାଶ କରିଛନ୍ତି। ତୁରନ୍ତ ମୃତକଙ୍କ ସ୍ତ୍ରୀ ହେନା ରହୁଥିବା ଘର ଠିକଣାରେ ଚେକ୍‌ ପଠାଇବାକୁ ସମ୍ବଲପୁର ଡିଆଇଜିଙ୍କୁ କଡା ନିର୍ଦ୍ଦେଶ ଦେଇଛନ୍ତି। ନଚେତ କାରଣ ଜଣାଇବାକୁ କହିଛନ୍ତି।
ସୂଚନା ଅନୁଯାୟୀ, ଏକ ଚୋରି ଅଭିଯୋଗରେ ସମ୍ବଲପୁର ପୋଲିସ ଅଭୟଙ୍କୁ ଘରୁ ଉଠାଇଆଣି ଥାନାରେ ମାଡ଼ ମାରିବାରୁ ତାଙ୍କର ମୃତ୍ୟୁ ଘଟିଥିଲା। ଘଟଣା ପ୍ରଚାରିତ ହେବା ପରେ ପୋଲିସ ଏହାକୁ ଲୁଚାଇବା ପାଇଁ ତୁରନ୍ତ ମୃତ ଅଭୟଙ୍କୁ ହସ୍ପିଟାଲ ନେଇଯାଇଥିଲା। ପରେ ଘଟଣାର ସତ୍ୟତା ପଦାକୁ ଆସିଥିଲା। ଏନେଇ ମାନବାଧିକାର କର୍ମୀ ବିଶ୍ୱପ୍ରିୟ କାନୁନଗୋ ଓ ବିଜୟ କୁମାର ପଣ୍ଡା ଓଏଚ୍‌ଆର୍‌ସିଙ୍କ ନିକଟରେ ଅଭିଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦିନିକିଆ ବିଶ୍ୱକପ୍‌ କାର୍ଯ୍ୟସୂଚୀ ଘୋଷଣା କଲା ଆଇସିସି: ଅକ୍ଟୋବର ୧୦ରେ ଭାରତ-ପାକିସ୍ତାନ ହାଇଭୋଲଟେଜ ମ୍ୟାଚ୍‌

ଦୁବାଇ, ୧ା୧୦: ୨୦୨୭ରେ ଦକ୍ଷିଣ ଆଫ୍ରିକା, ଜିମ୍ବାଓ୍ବେ ଓ ନାମ୍ବିଆରେ ହେବାକୁ ଥିବା ପୁରୁଷ ଦିନିକିଆ ବିଶ୍ୱକପ୍‌ ପାଇଁ ଗୁରୁବାର ଆଇସିସି ପକ୍ଷରୁ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି।…

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?