Posted inଜାତୀୟ

ସମ୍ବିଧାନ ଦେଇଛି ନ୍ୟାୟର ଗ୍ୟାରେଣ୍ଟି

ନୂଆଦିଲ୍ଲୀ,୨୬ା୧(ପି.ଟି.): ୭୧ତମ ସାଧାରଣତନ୍ତ୍ର ଦିବସ ଅବ୍ୟବହିତ ପୂର୍ବରୁ ଶନିବାର ସନ୍ଧ୍ୟାରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ରାଷ୍ଟ୍ରକୁ ସମ୍ବୋଧିତ କରିଛନ୍ତି। ଦେଶର ସମ୍ବିଧାନ ଏହାର ନାଗରିକମାନଙ୍କୁ ନ୍ୟାୟ, ସ୍ବାଧୀନତା, ସମାନତା ଓ ଭ୍ରାତୃତ୍ୱର ଗ୍ୟାରେଣ୍ଟି ପ୍ରଦାନ କରିଥିବା ରାଷ୍ଟ୍ରପତି କହିଛନ୍ତି। ଏହି ଅବସରରେ ଦେଶବାସୀଙ୍କୁ ଅଭିନନ୍ଦନ ଜଣାଇ ରାଷ୍ଟ୍ରପତି କହିଛନ୍ତି, ମହାତ୍ମା ଗାନ୍ଧୀଙ୍କ ସତ୍ୟ ଓ ଅହିଂସା ବାଣୀ ଆଜି ମଧ୍ୟ ଗୁରୁତ୍ୱପୂର୍ଣ୍ଣ। ଆମେ ଯଦି ଆମର ଦୈନନ୍ଦିନ ଜୀବନରେ ଗାନ୍ଧିଜୀଙ୍କ ଶିକ୍ଷା ଓ ମୂଲ୍ୟବୋଧକୁ ଅନୁସରଣ କରିବା ତେବେ ସମ୍ବିଧାନକୁ ପାଳନ କରିବା ସହଜ ହୋଇଯିବ। ଏହାଦ୍ୱାରା ଆମେ ଗାନ୍ଧିଜୀଙ୍କ ୧୫୦ତମ ଜନ୍ମବାର୍ଷିକୀ ଉତ୍ସବକୁ ଅର୍ଥପୂର୍ଣ୍ଣ ଦିଗ ଦେଇପାରିବା। ସ୍ବାଧୀନ ଗଣତାନ୍ତ୍ରିକ ରାଷ୍ଟ୍ରର ନାଗରିକ ଭାବେ ସମ୍ବିଧାନ ଆମକୁ ଅଧିକାର ଦେଇଛି। ତେବେ କୌଣସି କାରଣ ପାଇଁ ଲଢ଼େଇ କଲାବେଳେ ଅହିଂସା ମାର୍ଗ ଅବଲମ୍ବନ କରିବା ଓ ସାମ୍ବିଧାନିକ ପଦ୍ଧତି ଆପଣାଇବା ଲାଗି ରାଷ୍ଟ୍ରପତି ଦେଶବାସୀ ବିଶେଷ କରି ଯୁବପିଢ଼ିଙ୍କୁ ଆହ୍ବାନ ଦେଇଛନ୍ତି। ନାଗରିକତ୍ୱ ସଂଶୋଧନ ଆଇନ, ଏନ୍‌ଆର୍‌ସିକୁ ବିରୋଧ କରି କଲେଜ ଛାତ୍ରୀଛାତ୍ର ବିଭିନ୍ନ ସ୍ଥାନରେ ହିଂସାତ୍ମକ ଆନ୍ଦୋଳନରେ ସାମିଲ ହେଉଥିବାରୁ ରାଷ୍ଟ୍ରପତି ଏଭଳି ପରାମର୍ଶ ଦେଇଛନ୍ତି। ଯୁବପିଢ଼ିଙ୍କ ପାଇଁ ରାଷ୍ଟ୍ର ହେଉଛି ପ୍ରଥମ। ସେମାନଙ୍କୁ ନେଇ ଆମେ ନୂଆ ଭାରତର ପରିକଳ୍ପନା କରୁଛୁ ବୋଲି ସେ କହିଛନ୍ତି।
ଏହି ଅବସରରେ ସୈନ୍ୟବାହିନୀର କାର୍ଯ୍ୟକୁ ରାଷ୍ଟ୍ରପତି ଉଚ୍ଚ ପ୍ରଶଂସା କରିଛନ୍ତି। ଦେଶର ଏକତା ଓ ଅଖଣ୍ଡତା ବଜାୟ ରଖିବାରେ ସେନାର ଭୂମିକା ଗୁରୁତ୍ୱପୂର୍ଣ୍ଣ। ଦେଶର ସର୍ବାଙ୍ଗୀନ ବିକାଶ ପାଇଁ ସରକାର ନିରନ୍ତର ଉଦ୍ୟମରତ ବୋଲି ରାଷ୍ଟ୍ରପତି କହିଛନ୍ତି। ଦେଶରୁ ଦାରିଦ୍ର୍ୟ ଦୂରୀକରଣ ଏବଂ ନାଗରିକଙ୍କ ସଶକ୍ତିକରଣ ଲାଗି ବିଭିନ୍ନ ସରକାରୀ ଯୋଜନା ଓ କାର୍ଯ୍ୟକ୍ରମ ସମ୍ପର୍କରେ ରାଷ୍ଟ୍ରପତି ତଥ୍ୟ ରଖିଥିଲେ। ଆୟୁଷ୍ମାନ ଭାରତ ଯୋଜନା ବିଶ୍ୱର ସର୍ବବୃହତ୍‌ ସ୍ବାସ୍ଥ୍ୟ ଯୋଜନା। ଭାରତରେ ଜ୍ଞାନକୁ ସବୁବେଳେ ଧନଠାରୁ ଅଧିକ ପ୍ରାଧାନ୍ୟ ଦିଆଯାଇଛି। ଆମ ଶିକ୍ଷା ବ୍ୟବସ୍ଥାକୁ ବିଶ୍ୱସ୍ତରୀୟ କରିବା ଲାଗି ନିରନ୍ତର ଉଦ୍ୟମ ଜରୁରୀ ବୋଲି ରାଷ୍ଟ୍ରପତି କହିଥିଲେ। ଆଭ୍ୟନ୍ତରୀଣ ସୁରକ୍ଷା ଲାଗି ସରକାର ବହୁ ପଦକ୍ଷେପ ନେଇଛନ୍ତି। ସାଧାରଣ ବ୍ୟକ୍ତିମାନେ ମଧ୍ୟ ସେମାନଙ୍କ ବଡ଼ କାମ ଦ୍ୱାରା ଦେଶରେ ପରିବର୍ତ୍ତନ ଆଣିପାରିବେ ବୋଲି ରାଷ୍ଟ୍ରପତି କହିଥିଲେ। ଏହି ଅବସରରେ ସେ ଇସ୍ରୋର ସଫଳତାକୁ ଉଚ୍ଚ ପ୍ରଶଂସା କରିଥିଲେ। ଇସ୍ରୋ ପାଇଁ ଆଜି ଦେଶ ଗର୍ବିତ ବୋଲି ସେ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କଳାକାରଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଭେଟି: ବଢ଼ିଲା ସହାୟତା ଭତ୍ତା, ଉପକୃତ ହେବେ ୪୭ ହଜାର

ଭୁବନେଶ୍ୱର,୨୮ା୧୨: କେନ୍ଦୁଝର ଗସ୍ତ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର କଳାକାରମାନଙ୍କ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ‘ମୁଖ୍ୟମନ୍ତ୍ରୀ କଳାକାର ସହାୟତା ଯୋଜନା’ରେ...

ଭୁବନେଶ୍ବର ପରେ କଟକରେ ବିଜେଡି ମେଳି, ନାଁ ଧରି ଅସନ୍ତୋଷ ଝାଡ଼ିଲେ ଦେବାଶିଷ ସାମନ୍ତରାୟ

କଟକ,୨୮ା୧୨: ବିଜେଡି ନେତାଙ୍କର ମେଳି ପରେ ମେଳିର ଫଟୋ ସାମ୍ନାକୁ ଆସୁଛି । ବିଜେଡି ନେତାଙ୍କ ଘନ ଘନ ମେଳିକୁ ନେଇ ରାଜନୈତିକ ଚର୍ଚ୍ଚା ବଢ଼ିବାରେ...

ମଇଁଷିର କ୍ଷୀରରେ ତିଆରି ହେଲା ରାଇତା.. ଏବେ ରାବିଜ ଟିକା ପାଇଁ ହସ୍ପିଟାଲରେ ପୁରା ଗ୍ରାମବାସୀ, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୨୮ା୧୨:  ଉତ୍ତର ପ୍ରଦେଶର ବଦାଉନରୁ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। କୁକୁର କାମୁଡ଼ାରେ ମୃତ୍ୟୁବରଣ କରିଥିବା ଏକ ମଇଁଷି ଏବେ ସମଗ୍ର ଗାଁ ପାଇଁ...

ପାଟପୁରରେ କଂଗ୍ରେସର ପ୍ରତିଷ୍ଠା ଦିବସ ପାଳିତ, ସଙ୍ଗଠନ ସୁଦୃଢ ପାଇଁ ଆହ୍ବାନ ଦେଲେ ବିଧାୟକ

ଦିଗପହଣ୍ଡି,୨୮|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ସାରଙ୍ଗ ପଡିଆ ଠାରେ ରବିବାର ଭାରତୀୟ ଜାତୀୟ କଂଗ୍ରେସ ଦଳର ୧୪୦ ତମ ପ୍ରତିଷ୍ଠା...

ଦାରିଙ୍ଗବାଡିର ଗର୍ବ ଓ ଗୌରବ, ଓପିଏସ୍‌ସି ପରୀକ୍ଷାରେ ୧୬ତମ ସ୍ଥାନରେ ମାନସ

ଦାରିଙ୍ଗବାଡି, ୨୮/୧୨ (ଅରୁଣ ସାହୁ): ଓପିଏସସିର ଫଳାଫଳ ବାହାରି ସାରିଥିବା ବେଲେ ଏଥିରେ କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ଥାନା ମେରାମାହା ଗ୍ରାମର ମାନସ...

୨୦୨୫ରେ ବଦଳିଲା ଚାକିରିର ରୂପରେଖ: ଜାଣନ୍ତୁ କେଉଁ କ୍ୟାରିୟରକୁ ଅଧିକ ବାଛିଲେ ଜେନ ଜି?

ନୂଆଦିଲ୍ଲୀ,୨୮ା୧୨: ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) ର ପ୍ରଭାବ ଏବଂ ଅର୍ଥନୈତିକ ଅସ୍ଥିରତା ଯୋଗୁଁ ୨୦୨୫ ମସିହାରେ ନୂତନ ଗ୍ରାଜୁଏଟମାନେ ନିଜର କର୍ମକ୍ଷେତ୍ର ବାଛିବା ଶୈଳୀରେ ବ୍ୟାପକ...

ଗଟାମାହା ଜଙ୍ଗଲରେ ଅତର୍କିତ ଚଢ଼ାଉ, ଗଞ୍ଜେଇ ଗଛ ପୋଡ଼ିଦେଲା ପୋଲିସ

ଜି.ଉଦୟଗିରି,୨୮/୧୨( ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲ୍ଲା ଜି.ଉଦୟଗିରି ପୋଲିସ ଥାନା ଅନ୍ତର୍ଗତ ଗଟାମାହା ଗ୍ରାମ ନିକଟସ୍ଥ ଜଙ୍ଗଲରେ ଗଞ୍ଜେଇ ଚାଷ ହେଉଥିବା ଖବର ପାଇ...

ବାଲେଶ୍ୱରରେ କାଠ ମାଫିଆଙ୍କ ଆତଙ୍କ: ବନ ବିଭାଗ ଗାଡ଼ି ଭଙ୍ଗାରୁଜା ସହ ଜବତ ଗାଡ଼ି ଛଡ଼ାଇ ନେଲେ

ବାଲେଶ୍ୱର,୨୮ା୧୨: ନୀଳଗିରି ବନଖଣ୍ଡରେ କାଠ ମାଫିଆଙ୍କ ଦୌରାତ୍ମ୍ୟ ଚରମ ସୀମାରେ ପହଞ୍ଚିଛି। ବନବିଭାଗ କର୍ମଚାରୀଙ୍କ ଉପରେ ଆକ୍ରମଣ କରି ନେଇଗଲେ ଜବତ ହୋଇଥିବା କାଠ ବୋଝେଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri