Posted inଜାତୀୟ

ସମ୍ବିଧାନ ସଂଶୋଧନ ଜରୁରୀ

ନୂଆଦିଲ୍ଲୀ,୨୦ା୬(ପି.ଟି.) : କେନ୍ଦ୍ର ସରକାର ଏକକାଳୀନ ନିର୍ବାଚନ ପାଇଁ ବିଚାର ଆଲୋଚନା ଚଳାଇଥିବାବେଳେ ଏଭଳି ବୃହତ୍‌ ପ୍ରକ୍ରିୟା ସକାଶେ ଆଇନ କମିଶନ ଏକ କଠୋର ଆଇନଗତ ଢାଞ୍ଚା ଲାଗି ସୁପାରିସ କରିଛନ୍ତି। ଗତ ଅଗଷ୍ଟରେ ଆଇନ କମିଶନ ଚିଠା ସୁପାରିସରେ ସମ୍ବିଧାନ ଓ ଜନପ୍ରତିନିଧି ଆଇନରେ ସଂଶୋଧନ ପାଇଁ ପ୍ରସ୍ତାବ ଦେଇଥିଲେ। ଲୋକ ସଭା ଓ ରାଜ୍ୟ ବିଧାନସଭାଗୁଡ଼ିକର ଏକକାଳୀନ ନିର୍ବାଚନ ଦୁଇଟି ପର୍ଯ୍ୟାୟରେ କରାଯାଇପାରେ। କିନ୍ତୁ ଏଥିଲାଗି ଅନୂ୍ୟନ ସମ୍ବିଧାନର ଦୁଇଟି ନିୟମରେ ସଂଶୋଧନ ଅଣାଯିବା ଦରକାର। ସମ୍ବିଧାନର ଅନୁଚ୍ଛେଦ ୮୩(୨) ଏବଂ ୧୭୨(୧) ସଂଶୋଧନକୁ ସଂଖ୍ୟାଧିକ ରାଜ୍ୟ ସମର୍ଥନ କରିବା ଜରୁରୀ। ଲ କମିଶନଙ୍କ ଏହି ପ୍ରସ୍ତାବକୁ ସମର୍ଥନ କରି ପୂର୍ବତନ ମୁଖ୍ୟ ନିର୍ବାଚନ କମିଶନ ଟି.ଏସ୍‌. କ୍ରିଷ୍ଣାମୂର୍ତ୍ତି କହିଛନ୍ତି, ‘ଗୋଟିଏ ଦେଶ ଏକ ନିର୍ବାଚନ’ ପରିକଳ୍ପନା ଆକର୍ଷଣୀୟ। କିନ୍ତୁ ସମ୍ବିଧାନ ସଂଶୋଧନ ବିନା ଏହା ସମ୍ଭବ ନୁହେଁ। ଏକକାଳୀନ ନିର୍ବାଚନ ପାଇଁ ଅନେକ ପ୍ରଶାସନିକ ବନ୍ଦୋବସ୍ତ ସହ ନିର୍ବାଚନ ଦାୟିତ୍ୱରେ ଅଧିକ ସଂଖ୍ୟକ ଅର୍ଦ୍ଧସାମରିକ ବଳ ମୁତୟନ ଜରୁରୀ ବୋଲି ୨୦୦୪ ସାଧାରଣ ନିର୍ବାଚନ ପରିଚାଳନା କରିଥିବା କ୍ରିଷ୍ଣାମୂର୍ତ୍ତି ମତବ୍ୟକ୍ତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ୟାଗ୍‌ରୁ ନବଜାତ ଶିଶୁପୁତ୍ର ଉଦ୍ଧାର

ପାପଡ଼ାହାଣ୍ଡି, ୭।୯ (ସ୍ବପ୍ନଜିତ ପଟ୍ଟନାୟକ): ନବରଙ୍ଗପୁର ଜିଲା ପାପଡ଼ାହାଣ୍ଡି ବ୍ଲକ୍‌ ମୈଦଲପୁର ଥାନା ପୋଲିସ ସୋମବାର ରାସ୍ତାକଡ଼ରେ ପଡ଼ିଥିବା ବ୍ୟାଗ୍‌ରୁ ଏକ ନବଜାତ ଶିଶୁପୁତ୍ର ଉଦ୍ଧାର କରିଛି।…

ସଇଁତଳାକୁ ଏନଏସି ମାନ୍ୟତା ଦାବି ଜୋର ଧରିଲା:ସାମିଲ ହେଲେ ରାଷ୍ଟ୍ରୀୟ ହିନ୍ଦୁ ପରିଷଦ କାର୍ଯ୍ୟକର୍ତ୍ତା

ବଲାଙ୍ଗୀର, ୭।୯(ସୁନିଲ କୁମାର ମହାନ୍ତି): ସଇଁତଳାକୁ ବିଜ୍ଞାପିତ ଅଞ୍ଚଳ ପରିଷଦ (ଏନଏସି) ମାନ୍ୟତା ପ୍ରଦାନ ଦାବିରେ ଚାଲିଥିବା ଧାରଣା ଆଜି ଷଷ୍ଠ ଦିନରେ ପହଞ୍ଚିଛି। ଏହି ଧାରଣାସ୍ଥଳରେ…

ଇଶାନଙ୍କ ବଡ଼ ଉପଲବ୍ଧି: ସ୍ବତନ୍ତ୍ର କ୍ଲବ୍‌ରେ ହେଲେ ସାମିଲ

ଚେନ୍ନାଇ,୭ା୯: ଭାରତୀୟ ବ୍ୟାଟର ଇଶାନ କିଷନ ସୋମବାର ମହାନ ଭାରତୀୟ ବ୍ୟାଟର କ୍ଲବରେ ସ୍ଥାନ ପାଇଛନ୍ତି। ସେ ଦେଶର ଷଷ୍ଠ ବ୍ୟାଟର ଭାବେ ଦୁଲୀପ ଟ୍ରଫି ଫାଇନାଲରେ…

ଏହି ୩ ରାଶିଙ୍କ ଉପରେ ପଡିଲା କେତୁଙ୍କ ଶୁଭ ଦୃଷ୍ଟି: ୯୦ ଦିନ ଯାଏ ରହିଛି ଗୋଲ୍ଡେନ ଟାଇମ, ପ୍ରତି କାମରେ ମିଳିବ ସଫଳତା

ଜ୍ୟୋତିଷ ଶାସ୍ତ୍ରରେ କେତୁଙ୍କୁ ମୋକ୍ଷ, ଆଧ୍ୟାତ୍ମିକତା ଓ ଅନ୍ତର୍ଜ୍ଞାନର କାରକ ଗ୍ରହ ବୋଲି ମନେ କରାଯାଏ। ବର୍ତ୍ତମାନ କେତୁ ସିଂହ ରାଶିରେ ମଘା ନକ୍ଷତ୍ରରେ ଅବସ୍ଥାନ କରୁଛନ୍ତି।…

ଭାରତୀୟ କ୍ରିକେଟ ପାଇଁ ଐତିହାସିକ ଦିନ ହେବ ଅକ୍ଟୋବର ୩: ଜାଣନ୍ତୁ କାହିଁକି..

ନୂଆଦିଲ୍ଲୀ,୭।୯: ଭାରତୀୟ କ୍ରିକେଟ ପାଇଁ ଆସନ୍ତା ୩ ଅକ୍ଟୋବର ଏକ ଐତିହାସିକ ଦିନ ହୋଇପାରେ। ଯଦି ଟିମ ଇଣ୍ଡିଆ ୨୦୨୬ ଏସିଆନ ଗେମ୍ସରେ ପୁରୁଷ କ୍ରିକେଟରେ ଗୋଲ୍ଡ…

ଗୋଟିଏ ପରେ ଗୋଟିଏ ଗାଡ଼ିକୁ ପିଟିଲା ଭାଜପା ନେତାଙ୍କ ଗାଡି: ଘୋଷାଡ଼ି ଆଣି ପିଟିଲେ ଲୋକେ

କଟକ,୭।୯: କଟକରେ ଭାଜପା ନେତା ଲଲାଟେନ୍ଦୁ ବଡୁଙ୍କ ଗାଡି ଧକ୍କାରେ ଚାରି ଜଣ ବ୍ୟକ୍ତି ଆହତ ହୋଇଛନ୍ତି। ସେଥିରେ ଦୁଇ ଶିଶୁ ରହିଛନ୍ତି । ପ୍ରଥମେ ଏକ…

ଆପତ୍ତିଜନକ ଇଙ୍ଗିତ କରିବା ପାକିସ୍ତାନ ଅଧିନାୟିକାଙ୍କୁ ପଡ଼ିଲା ମହଙ୍ଗା

ଦୁବାଇ, ୭ା୯: ପାକିସ୍ତାନ ଅଧିନାୟିକା ଫାତିମା ସାନାଙ୍କୁ ତାଙ୍କ ମ୍ୟାଚ୍‌ ଫି’ର ୧୦ ପ୍ରତିଶତ ଜରିମାନା କରାଯାଇଛି। ଶନିବାର ଚଳିତ ମହିଳା ଟି୨୦ କ୍ରିକେଟ ଏସିଆ କପ୍‌ର…

୧୮୬ ଯାତ୍ରୀଙ୍କୁ ନେଇ ଯାଉଥିଲା ବିମାନ, ମଝି ଆକାଶରେ ଘଟିଲା…

ନୂଆଦିଲ୍ଲୀ,୭।୯: ସୋମବାର କୁଆଲାଲମ୍ପୁରରୁ ଜେଦ୍ଦା ଯାଉଥିବା ମାଲେସିଆ ଏୟାରଲାଇନ୍ସର ଏକ ବିମାନର ଇଞ୍ଜିନରେ ବୈଷୟିକ ତ୍ରୁଟି ଦେଖାଦେବାରୁ ଏହାକୁ ଚେନ୍ନାଇ ଅଭିମୁଖେ ଡାଇଭର୍ଟ କରାଯାଇଥିଲା। ବିମାନରେ ୧୮୬…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri