ସମ୍ଭାବ୍ୟ ବାତ୍ୟା ପ୍ରସ୍ତୁତି : ପହଞ୍ଚିଲା ଏନ୍‌ଡିଆର୍‌ଏଫ୍‌ ଟିମ୍‌

ଭଦ୍ରକ ଅଫିସ, ୧୬ା୫-ସମ୍ଭାବ୍ୟ ବାତ୍ୟା ‘ଅମ୍ଫନ୍‌’କୁ ମୁକାବିଲା କରିବା ପାଇଁ ଶନିବାର ଅପରାହ୍ନରେ ଭଦ୍ରକ ଜିଲା ପ୍ରଶାସନର ଏକ ଜରୁରିକାଳୀନ ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲାପାଳ ଡ. ଜ୍ଞାନରଞ୍ଜନ ଦାସଙ୍କ ସଭାପତିତ୍ୱରେ ଅନୁଷ୍ଠିତ ବୈଠକରେ ଅତିରିକ୍ତ ଜିଲାପାଳ ଶ୍ୟାମଭକ୍ତ ମିଶ୍ର, ଅରୁଣ କୁମାର ମହାପାତ୍ର, ଅତିରିକ୍ତ ପ୍ରକଳ୍ପ ନିର୍ଦ୍ଦେଶକ ରାଜେନ୍ଦ୍ର କୁମାର ପଣ୍ଡା, ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ କୈଳାସ ଚନ୍ଦ୍ର ପରିଡ଼ା, ଉପଜିଲାପାଳ ପୀତାମ୍ବର ସାମଲଙ୍କ ସମେତ ବିଭିନ୍ନ ଜିଲାସ୍ତରୀୟ ଅଧିକାରୀ ଉପସ୍ଥିତ ଥିଲେ। ଡେପୁଟି କଲେକ୍ଟର(ଜରୁରୀ କାଳୀନ) ଜୟଶ୍ରୀ ସେନାପତି ବାତ୍ୟା ସମ୍ପର୍କିତ ବିଭିନ୍ନ ତଥ୍ୟ ରଖିଥିଲେ। ଜିଲାପାଳ ବାତ୍ୟା ମୁକାବିଲା ପାଇଁ ସମସ୍ତ ବିଭାଗ ପ୍ରସ୍ତୁତ ରହିବା ପାଇଁ ପରାମର୍ଶ ଦେଇଥିଲେ। ସମସ୍ତ ବିଭାଗୀୟ ଅଧିକାରୀଙ୍କ ଛୁଟି ବାତିଲ କରି ନିଜ ନିଜ କାର୍ଯ୍ୟରେ ଯୋଗ ଦେବା ପାଇଁ ନିର୍ଦ୍ଦେଶ ଦେଇଥିଲେ। ଆବଶ୍ୟକ ପଡ଼ିଲେ ଜିଲା ଜରୁରିକାଳୀନ ବିଭାଗର ପରାମର୍ଶ ନେଇ ତତ୍‌କ୍ଷଣାତ୍‌ ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦେଇଥିଲେ। ଅପରପକ୍ଷରେ ଜିଲାରେ ଏକ ଏନ୍‌ଡିଆର୍‌ଏଫ୍‌ ଟିମ୍‌ ଓ ଓଡ୍ରାଫ୍‌ ଟିମ୍‌ ପହଞ୍ଚିଥିବା ସୂଚନା ମିଳିଛି। ବାତ୍ୟା ମୁକାବିଲା ପାଇଁ ସ୍ବତନ୍ତ୍ର ତାଲିମପ୍ରାପ୍ତ ଅଗ୍ନିଶମ ବିଭାଗୀୟ ଅଧିକାରୀ ଏନ୍‌ଡିଆର୍‌ଏଫ୍‌ ଟିମ୍‌ ଓ ଓଡ୍ରାଫ୍‌ ଟିମ୍‌ ମିଳିତ ଭାବେ କାର୍ଯ୍ୟ କରିବେ ବୋଲି ଜିଲାପାଳ ଡ. ଦାସ ନିର୍ଦ୍ଦେଶ ଦେଇଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ପ୍ରବଳ ଝଡ଼ବର୍ଷା ସମ୍ଭାବନା: ୟେଲୋ ୱାର୍ନିଂ ଜାରି

ଭୁବନେଶ୍ୱର, ୩୧ା୭ (ବନ୍ଦନା ସେଠୀ):ଗଭୀର ଅବପାତ ଦୁଇଦିନ ହେବ ଛତିଶଗଡ଼ ଉପରେ ଗତି କରୁଛି। ଏହା ଶୁକ୍ରବାର ସୁଦ୍ଧା ପଶ୍ଚିମ ଦିଗକୁ ଅଗ୍ରସର ହୋଇ କ୍ରମଶଃ ଦୁର୍ବଳ…

ରାହୁଲ ଗାନ୍ଧୀଙ୍କ ପରେ ଅମିତ ଶାହାଙ୍କ ଇସ୍ତଫା ଦାବି କଲେ ଅଭିଜିତ ଦୀପକେ, କହିଲେ ବଳ..

ନୂଆଦିଲ୍ଲୀ,୩୧।୭ ଦିଲ୍ଲୀରେ ଛାତ୍ରମାନଙ୍କ ଉପରେ ଲାଠିଚାର୍ଜ ଏବଂ ପେଲେଟ୍ ଗନ୍ ବ୍ୟବହାରକୁ ନେଇ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କ…

ସିଜେପି ଆନ୍ଦୋଳନକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ହେବ ନାହିଁ: ଦିଲ୍ଲୀ ସରକାର

ନୂଆଦିଲ୍ଲୀ,୩୧।୭: କକ୍‌ରୋଚ୍‌ ଜନତା ପାର୍ଟି (ସିଜେପି) ପକ୍ଷରୁ ଗତ ଜୁଲାଇ ୨୦ରେ ଦିଲ୍ଲୀର ଯନ୍ତରମନ୍ତରଠାରୁ ସଂସଦ ଭବନ ଅଭିମୁଖେ ହୋଇଥିବା ରାଲିରେ ଭାଗନେଇଥିବା ସାଧାରଣ ନାଗରିକ ଓ…

କୋର୍ଟଙ୍କ ବଡ଼ ରାୟ: ହତ୍ୟାକାରୀଙ୍କୁ ଆଜୀବନ ଜେଲ

ଭବାନୀପାଟଣା,୩୦ା୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ୍‌. ରାମପୁର ଥାନା ଅନ୍ତର୍ଗତ କୁଟ୍ରୁପଲା ଗାଁରେ ୨୦୧୪ରେ ହୋଇଥିବା ଏକ ହତ୍ୟା ମାମଲାର ରାୟ ଗୁରୁବାର ପ୍ରକାଶ ପାଇଛି।…

ପ୍ରେମିକଙ୍କ ଘର ବାରଣ୍ଡାରେ ଧାରଣାରେ ବସିଲେ ପ୍ରେମିକା

ମାଲକାନଗିର,୩୦।୭ (ଦୁର୍ଯ୍ୟୋଧନ ପାତ୍ର): ଜଣେ ବିବାହିତ ଯୁବକ ବିବାହର ପ୍ରତିଶ୍ରୁତି ଦେଇ ସମ୍ପର୍କ ଓ ପରେ ପ୍ରତାରଣା ବିରୋଧରେ ବିବାହିତ ପ୍ରେମିକା ଗତ ତିନି ଦିନ ଧରି…

ଖେଳ ପଡ଼ିଆରେ ଟ୍ରାକ୍ଟର ଚଳାଇ ଧାନ ତଳି ପକାଇଲେ, ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ-ଉତ୍ତେଜନା

ହାଟଡିହୀ, ୩୦।୭(ଶୁଭକାନ୍ତ ନାୟକ): ସରକାର ଖେଳ ଏବଂ ଶାରୀରିକ ବିକାଶ ପାଇଁ କୋଟି କୋଟି ଟଙ୍କା ବ୍ୟୟ କରୁଥିବାବେଳେ କେନ୍ଦୁଝର ଜିଲା ହାଟଡିହୀ ତହସିଲ ଅଧୀନସ୍ଥ ବଡ଼ରମ୍ପାସ…

କ୍ଷେତପୋଖରୀ ଦୁର୍ନୀତିକୁ ନେଇ ସରପଞ୍ଚ-ସମିତିସଭ୍ୟ ମୁହାଁମୁହିଁ: ହଟ୍ଟଗୋଳ ଯୋଗୁ ଉଠି ଚାଲିଗଲେ…

ଦିଗପହଣ୍ଡି,୩୦|୭(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ମିଶନ ଶକ୍ତି ସମ୍ମିଳନୀ କକ୍ଷରେ ଗୁରୁବାର ଦିଗପହଣ୍ଡି ବ୍ଲକସ୍ତରୀୟ ଏମଜିଏନଆରଇଜିଏ ଯୋଜନାର ସାମାଜିକ ସମୀକ୍ଷା ଜନଶୁଣାଣି…

ପିସ୍ତଲ ଦେଖାଇ ହତ୍ୟା ଧମକ ଦେଇଥିଲେ, ଯୁବକଙ୍କୁ ବାନ୍ଧିଲା…

ଦେବଗଡ଼,୩୦ା୭(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଥାନା ଅନ୍ତର୍ଗତ ସୁନାମୁଣ୍ଡା ଗ୍ରାମରେ ପିସ୍ତଲ ମୁନରେ ଭୟଭୀତ କରି ହତ୍ୟା ଧମକ ଦେଇଥିବା ଜଣେ ଯୁବକକୁ ପୋଲିସ ଗିରଫ କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri