ସମ୍ଭାବ୍ୟ ବାତ୍ୟା ବଢ଼ାଇଛି ଚିନ୍ତା

ପୁରୀ ଅଫିସ,୧୬ା୫: ମହାମାରୀ କରୋନା ଏବେ ସମସ୍ତଙ୍କ ଆଖିରୁ ନିଦ ହଜାଇ ଦେଇଛି। ଏଭଳି ସମୟରେ ସମ୍ଭାବ୍ୟ ବାତ୍ୟାର ଭୟ ସୃଷ୍ଟି ହୋଇଛି। ପ୍ରାୟ ବର୍ଷକ ତଳେ ଅର୍ଥାତ୍‌ ୨୦୧୯ ମେ ୩ ତାରିଖରେ ପୁରୀ ଜିଲାରେ ବାତ୍ୟା ଫନୀ ତାଣ୍ଡବ ରଚିଥିଲା। ଏ ପର୍ଯ୍ୟନ୍ତ ସେହି ଦୁଃଖ ଦୂର ହୋଇ ନ ଥିବାବେଳେ ଅଚାନକ ମାଡ଼ି ଆସିଲା କରୋନା। ଏହି ପ୍ରାଣଘାତୀ ଭୂତାଣୁ ସମସ୍ତଙ୍କ ଜୀବନ ଜୀବିକାକୁ ବିପନ୍ନ କରିଦେଇଛି। ଏବେ ସମ୍ଭାବ୍ୟ ବାତ୍ୟାକୁ ନେଇ ଜିଲାବାସୀ ଚିନ୍ତିତ ହୋଇପଡ଼ିିଛନ୍ତି। ତେବେ ସମାନ୍ତରାଳ ଭାବେ କରୋନା ମୁକାବିଲା ସହ ସମ୍ଭାବ୍ୟ ବାତ୍ୟା ପାଇଁ ଜିଲା ପ୍ରଶାସନ ପ୍ରସ୍ତୁତ ରହିଛି। ଶୁକ୍ରବାର ରାଜ୍ୟ ଯୋଜନା ବୋର୍ଡ ଉପାଧ୍ୟକ୍ଷ ସଞ୍ଜୟ ଦାସବର୍ମା ଏ ନେଇ ସର୍କିଟ ହାଉସ୍‌ରେ ଅଧିକାରୀମାନଙ୍କ ସହ ଭିଡିିଓ କନ୍‌ଫରେନ୍ସ ମାଧ୍ୟମରେ ସମୀକ୍ଷା କରିଛନ୍ତି। ସମ୍ଭାବ୍ୟ ବାତ୍ୟା ମୁକାବିଲା ପାଇଁ ପ୍ରସ୍ତୁତ ରହିବାକୁ ସମସ୍ତ ବିଡିିଓ ଏବଂ ତହସିଲଦାରଙ୍କୁ ସେ କହିଛନ୍ତି।
ଜିଲାକୁ ପ୍ରାୟ ୩୬ହଜାର ପ୍ରବାସୀ ଫେରିବା ନିମନ୍ତେ ପଞ୍ଜୀକରଣ କରିଥିବାରୁ ସେମାନଙ୍କ ପାଇଁ ଖାଦ୍ୟ, ପାନୀୟ ଓ ଆନୁଷଙ୍ଗିକ ବ୍ୟବସ୍ଥା କରିବାକୁ ରାଜ୍ୟ ଯୋଜନା ବୋର୍ଡ ଉପାଧ୍ୟକ୍ଷ ଦାସବର୍ମା ପରାମର୍ଶ ଦେଇଛନ୍ତି। ପ୍ରବାସୀମାନେ ସଙ୍ଗରୋଧ ଭାବେ ରହୁଥିବା ଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ରରେ ପରିମଳ, ଶୌଚାଳୟ, ଜଳଯୋଗାଣ ଏବଂ ଖାଦ୍ୟ ବ୍ୟବସ୍ଥାକୁ ସୁସଙ୍ଗତ କରିବାକୁ ସେ କହିଛନ୍ତି। ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନାରେ ଯୋଗ୍ୟ ପ୍ରବାସୀଙ୍କୁ ତୁରନ୍ତ ହିତାଧିକାରୀ ତାଲିକାରେ ସାମିଲ ପାଇଁ ପଦକ୍ଷେପ ନେବାକୁ ଦାସବର୍ମା ବିଡିିଓମାନଙ୍କୁ କହିଛନ୍ତି। ମହାତ୍ମାଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମନିଯୁକ୍ତି ଯୋଜନାରେ ଅଧିକ ଶ୍ରମ ଦିବସ ସୃଷ୍ଟି ଏବଂ ମଣ୍ଡିଗୁଡ଼ିକ ପାଇଁ ପର୍ଯ୍ୟାପ୍ତ ପଲିଥିନ ମହଜୁଦ ରଖିବାକୁ ସେ ପରାମର୍ଶ ଦେଇଛନ୍ତି। ଅନ୍ୟପକ୍ଷରେ ଜିଲାପାଳ ବଲୱନ୍ତ ସିଂ କହିଛନ୍ତି, ଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ରରେ ସଙ୍ଗରୋଧ ଭାବେ ରହୁଥିବା ବୃଦ୍ଧ ବ୍ୟକ୍ତି ଏବଂ ଅନ୍ୟ ରୋଗୀଙ୍କ ଲାଗି ତୁରନ୍ତ ସ୍ବତନ୍ତ୍ର ଚିକିତ୍ସା ବ୍ୟବସ୍ଥା କରିବାକୁ ହେବ। ବାତ୍ୟା ଓ ବନ୍ୟା ଆଶ୍ରୟସ୍ଥଳୀ ମରାମତି ସହ କଚାଘରେ ରହୁଥିବା ଲୋକଙ୍କୁ ଚିହ୍ନଟ କରିବାକୁ ତହସିଲଦାରମାନଙ୍କୁ କୁହାଯାଇଛି। ଫସଲ ସୁରକ୍ଷା ପାଇଁ ପଦକ୍ଷେପ ନେବାକୁ ସଚେତନତା ସୃଷ୍ଟି ଲାଗି ପରାମର୍ଶ ଦିଆଯାଇଛି। ଅମଳ ହେବାକୁ ଥିବା ଜମିର ଠିକ୍‌ ମୂଲ୍ୟାୟନ କରି ରିପୋର୍ଟ ପ୍ରସ୍ତୁତ କରିବାକୁ ସମ୍ପୃକ୍ତ କୃଷି ଅଧିକାରୀମାନଙ୍କୁ କୁହାଯାଇଛି। ଏହି ବୈଠକରେ ଜିଲାପାଳଙ୍କ ସମେତ ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ପ୍ରକଳ୍ପ ନିର୍ଦ୍ଦେଶକ ବିଶାଲ ସିଂ, ଅତିରିକ୍ତ ଜିଲାପାଳ ପ୍ରଦୀପ କୁମାର ସାହୁ, ଉପଜିଲାପାଳ ଭବତାରଣ ସାହୁ, ଜିଲା ମୁଖ୍ୟ କୃଷି ଅଧିକାରୀ ଏସ୍‌.ଚନ୍ଦ୍ରଶେଖର ରାଓ, ଯୋଗାଣ ଅଧିକାରୀ ତୁଷାରକାନ୍ତ ଦେଓ, ଜିଲାପରିଷଦ ସଭ୍ୟ କୈଳାସ ଚନ୍ଦ୍ର ପରିଡ଼ା, ଓସୱାନର ପୀୟୂଷ ଚକ୍ରବର୍ତ୍ତୀ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବୈଭବ ସୂର୍ଯ୍ୟବଂଶୀଙ୍କ ବଡ଼ ଗୁମର ଖୋଲିଲେ ଆୟର, ସମୟ ଆସିଲେ….

ନୂଆଦିଲ୍ଲୀ,୪।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍‌ ପୂର୍ବରୁ ଭାରତୀୟ ଟି-୨୦ ଦଳର ଅଧିନାୟକ ଶ୍ରେୟସ ଆୟର ଦଳର ଖେଳ ରଣନୀତି ଓ ଯୁବ ଖେଳାଳି ବୈଭବ ସୂର୍ଯ୍ୟବଂଶୀଙ୍କୁ…

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼, ବୈଠକ ସାରି ବାହାରିଲା ବେଳେ …

ଭୁବନେଶ୍ବର,୪।୧୦: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି । ବୈଠକ ସାରି ଫେରୁଥିବା ବେଳେ କିଛି ବ୍ୟକ୍ତି ତାଙ୍କ ଗାଡି ଉପରକୁ ଟେକା ଫିଙ୍ଗିଥିବା…

ବୀରେନ୍ଦ୍ର ସେହୱାଗଙ୍କ ପୁଅଙ୍କୁ ମିଳିଲା ବଡ଼ ଦାୟିତ୍ବ, ଏହି ଦଳର ହେବେ ଅଧିନାୟକ

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ଓପନର୍‌ ବୀରେନ୍ଦ୍ର ସେହୱାଗଙ୍କ ୧୮ ବର୍ଷୀୟ ପୁଅ ଆର୍ଯ୍ୟବୀର ସେହୱାଗଙ୍କୁ ଘରୋଇ କ୍ରିକେଟ୍‌ରେ ବଡ଼ ଦାୟିତ୍ୱ ମିଳିଛି । ଆଗାମୀ…

FSSAI ର ବଡ଼ କାର୍ଯ୍ୟାନୁଷ୍ଠାନ: ‘କ୍ରିଏଟିଭ୍ ବେକର୍ସ’ର ଲାଇସେନ୍ସ ନିଲମ୍ବିତ, ‘ଏଭରେଷ୍ଟ ଜିରା ପାଉଡର’ ବଜାରରୁ ପ୍ରତ୍ୟାହାର ନିର୍ଦ୍ଦେଶ

ନୂଆଦିଲ୍ଲୀ,୪।୧୦: ଖାଦ୍ୟ ସୁରକ୍ଷା ନିୟମର କଡ଼ା ଉଲ୍ଲଂଘନ ଅଭିଯୋଗରେ ଫୁଡ୍ ସେଫ୍ଟି ଆଣ୍ଡ ଷ୍ଟାଣ୍ଡାର୍ଡସ ଅଥରିଟି ଅଫ୍ ଇଣ୍ଡିଆ (FSSAI) ଦୁଇଟି ପ୍ରମୁଖ ଖାଦ୍ୟ ପ୍ରସ୍ତୁତକାରୀ କମ୍ପାନୀ…

ମିଳିଲାନି ଷ୍ଟ୍ରେଚର, ଦିବ୍ୟାଙ୍ଗ ଭାଇଙ୍କୁ ପିଠିରେ ବୋହି ୱାର୍ଡକୁ ନେଲେ ଭଉଣୀ, ଭିଡିଓ ଦେଖିଲେ ଥରିଉଠିବ….

ଭୋପାଳ,୪ା୧୦: ସରକାରୀ ହସ୍ପିଟାଲରେ ରୋଗୀଙ୍କୁ ମିଳୁଥିବା ସୁବିଧାକୁ ନେଇ ପୁଣି ପ୍ରଶ୍ନ ଉଠିଛି । ମଧ୍ୟପ୍ରଦେଶର ଗୁନା ଜିଲାରୁ ଏଭଳି ଏକ ଭିଡିଓ ସାମ୍ନାକୁ ଆସିଛି, ଯାହା…

ନୟାପଲ୍ଲୀ ବଳାତ୍କାର ମାମଲା: ମୁଖ୍ୟ ଅଭିଯୁକ୍ତଙ୍କ ୨ ସହଯୋଗୀଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୪ା୧୦: ରାଜଧାନୀରେ ଚର୍ଚ୍ଚାର ବିଷୟ ପାଲଟିଥିବା ନୟାପଲ୍ଲୀ ବଳାତ୍କାର ମାମଲାରେ ପୋଲିସକୁ ମିଳିଛି ଆଉ ଏକ ବଡ଼ ସଫଳତା। ବଳାତ୍କାର ମାମଲାର ମୁଖ୍ୟ ଅଭିଯୁକ୍ତ ଶ୍ରୀଧର ପଣ୍ଡାର…

ଦିବ୍ୟାଙ୍ଗ ନାବାଳକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପାଣ୍ଠିରୁ ମିଳିଲା ସହାୟତା

ଗଞ୍ଜାମ,୪ା୧୦(ବିଦ୍ୟାଧର ସାହୁ): ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜସ୍ବ ପାଣ୍ଠିରୁ ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ଲକ୍ଷ୍ମୀପୁର ଗ୍ରାମର ଦିବ୍ୟାଙ୍ଗ ନାବାଳକ ଏନ ନୀଳାଞ୍ଚଳ…

ଆଦିତ୍ୟଙ୍କ ସହ ମୁମ୍ବାଇ ଛାଡ଼ିଲେ ୟାମି ଗୌତମ? କାହିଁକି ଏତେ ବଡ଼ ନିଷ୍ପତ୍ତି ନେଲେ ଏହି ଦମ୍ପତ୍ତି? ଜାଣନ୍ତୁ…

ମୁମ୍ବାଇ: ଆଦିତ୍ୟ ଧର ହେଉଛନ୍ତି ବଲିଉଡର ଜଣେ ପ୍ରତିଷ୍ଠିତ ନିର୍ଦ୍ଦେଶକ, ଯିଏ ‘ଉରି: ଦ ସର୍ଜିକାଲ ଷ୍ଟ୍ରାଇକ’ (Uri: The Surgical Strike) ଭଳି ଲୋକପ୍ରିୟ ଚଳଚ୍ଚିତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?