ସମ୍ଭାବ୍ୟ ବାତ୍ୟା ବଢ଼ାଇଛି ଚିନ୍ତା

ପୁରୀ ଅଫିସ,୧୬ା୫: ମହାମାରୀ କରୋନା ଏବେ ସମସ୍ତଙ୍କ ଆଖିରୁ ନିଦ ହଜାଇ ଦେଇଛି। ଏଭଳି ସମୟରେ ସମ୍ଭାବ୍ୟ ବାତ୍ୟାର ଭୟ ସୃଷ୍ଟି ହୋଇଛି। ପ୍ରାୟ ବର୍ଷକ ତଳେ ଅର୍ଥାତ୍‌ ୨୦୧୯ ମେ ୩ ତାରିଖରେ ପୁରୀ ଜିଲାରେ ବାତ୍ୟା ଫନୀ ତାଣ୍ଡବ ରଚିଥିଲା। ଏ ପର୍ଯ୍ୟନ୍ତ ସେହି ଦୁଃଖ ଦୂର ହୋଇ ନ ଥିବାବେଳେ ଅଚାନକ ମାଡ଼ି ଆସିଲା କରୋନା। ଏହି ପ୍ରାଣଘାତୀ ଭୂତାଣୁ ସମସ୍ତଙ୍କ ଜୀବନ ଜୀବିକାକୁ ବିପନ୍ନ କରିଦେଇଛି। ଏବେ ସମ୍ଭାବ୍ୟ ବାତ୍ୟାକୁ ନେଇ ଜିଲାବାସୀ ଚିନ୍ତିତ ହୋଇପଡ଼ିିଛନ୍ତି। ତେବେ ସମାନ୍ତରାଳ ଭାବେ କରୋନା ମୁକାବିଲା ସହ ସମ୍ଭାବ୍ୟ ବାତ୍ୟା ପାଇଁ ଜିଲା ପ୍ରଶାସନ ପ୍ରସ୍ତୁତ ରହିଛି। ଶୁକ୍ରବାର ରାଜ୍ୟ ଯୋଜନା ବୋର୍ଡ ଉପାଧ୍ୟକ୍ଷ ସଞ୍ଜୟ ଦାସବର୍ମା ଏ ନେଇ ସର୍କିଟ ହାଉସ୍‌ରେ ଅଧିକାରୀମାନଙ୍କ ସହ ଭିଡିିଓ କନ୍‌ଫରେନ୍ସ ମାଧ୍ୟମରେ ସମୀକ୍ଷା କରିଛନ୍ତି। ସମ୍ଭାବ୍ୟ ବାତ୍ୟା ମୁକାବିଲା ପାଇଁ ପ୍ରସ୍ତୁତ ରହିବାକୁ ସମସ୍ତ ବିଡିିଓ ଏବଂ ତହସିଲଦାରଙ୍କୁ ସେ କହିଛନ୍ତି।
ଜିଲାକୁ ପ୍ରାୟ ୩୬ହଜାର ପ୍ରବାସୀ ଫେରିବା ନିମନ୍ତେ ପଞ୍ଜୀକରଣ କରିଥିବାରୁ ସେମାନଙ୍କ ପାଇଁ ଖାଦ୍ୟ, ପାନୀୟ ଓ ଆନୁଷଙ୍ଗିକ ବ୍ୟବସ୍ଥା କରିବାକୁ ରାଜ୍ୟ ଯୋଜନା ବୋର୍ଡ ଉପାଧ୍ୟକ୍ଷ ଦାସବର୍ମା ପରାମର୍ଶ ଦେଇଛନ୍ତି। ପ୍ରବାସୀମାନେ ସଙ୍ଗରୋଧ ଭାବେ ରହୁଥିବା ଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ରରେ ପରିମଳ, ଶୌଚାଳୟ, ଜଳଯୋଗାଣ ଏବଂ ଖାଦ୍ୟ ବ୍ୟବସ୍ଥାକୁ ସୁସଙ୍ଗତ କରିବାକୁ ସେ କହିଛନ୍ତି। ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନାରେ ଯୋଗ୍ୟ ପ୍ରବାସୀଙ୍କୁ ତୁରନ୍ତ ହିତାଧିକାରୀ ତାଲିକାରେ ସାମିଲ ପାଇଁ ପଦକ୍ଷେପ ନେବାକୁ ଦାସବର୍ମା ବିଡିିଓମାନଙ୍କୁ କହିଛନ୍ତି। ମହାତ୍ମାଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମନିଯୁକ୍ତି ଯୋଜନାରେ ଅଧିକ ଶ୍ରମ ଦିବସ ସୃଷ୍ଟି ଏବଂ ମଣ୍ଡିଗୁଡ଼ିକ ପାଇଁ ପର୍ଯ୍ୟାପ୍ତ ପଲିଥିନ ମହଜୁଦ ରଖିବାକୁ ସେ ପରାମର୍ଶ ଦେଇଛନ୍ତି। ଅନ୍ୟପକ୍ଷରେ ଜିଲାପାଳ ବଲୱନ୍ତ ସିଂ କହିଛନ୍ତି, ଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ରରେ ସଙ୍ଗରୋଧ ଭାବେ ରହୁଥିବା ବୃଦ୍ଧ ବ୍ୟକ୍ତି ଏବଂ ଅନ୍ୟ ରୋଗୀଙ୍କ ଲାଗି ତୁରନ୍ତ ସ୍ବତନ୍ତ୍ର ଚିକିତ୍ସା ବ୍ୟବସ୍ଥା କରିବାକୁ ହେବ। ବାତ୍ୟା ଓ ବନ୍ୟା ଆଶ୍ରୟସ୍ଥଳୀ ମରାମତି ସହ କଚାଘରେ ରହୁଥିବା ଲୋକଙ୍କୁ ଚିହ୍ନଟ କରିବାକୁ ତହସିଲଦାରମାନଙ୍କୁ କୁହାଯାଇଛି। ଫସଲ ସୁରକ୍ଷା ପାଇଁ ପଦକ୍ଷେପ ନେବାକୁ ସଚେତନତା ସୃଷ୍ଟି ଲାଗି ପରାମର୍ଶ ଦିଆଯାଇଛି। ଅମଳ ହେବାକୁ ଥିବା ଜମିର ଠିକ୍‌ ମୂଲ୍ୟାୟନ କରି ରିପୋର୍ଟ ପ୍ରସ୍ତୁତ କରିବାକୁ ସମ୍ପୃକ୍ତ କୃଷି ଅଧିକାରୀମାନଙ୍କୁ କୁହାଯାଇଛି। ଏହି ବୈଠକରେ ଜିଲାପାଳଙ୍କ ସମେତ ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ପ୍ରକଳ୍ପ ନିର୍ଦ୍ଦେଶକ ବିଶାଲ ସିଂ, ଅତିରିକ୍ତ ଜିଲାପାଳ ପ୍ରଦୀପ କୁମାର ସାହୁ, ଉପଜିଲାପାଳ ଭବତାରଣ ସାହୁ, ଜିଲା ମୁଖ୍ୟ କୃଷି ଅଧିକାରୀ ଏସ୍‌.ଚନ୍ଦ୍ରଶେଖର ରାଓ, ଯୋଗାଣ ଅଧିକାରୀ ତୁଷାରକାନ୍ତ ଦେଓ, ଜିଲାପରିଷଦ ସଭ୍ୟ କୈଳାସ ଚନ୍ଦ୍ର ପରିଡ଼ା, ଓସୱାନର ପୀୟୂଷ ଚକ୍ରବର୍ତ୍ତୀ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗଣିତ ଦକ୍ଷତା ବୃଦ୍ଧି ପାଇଁ ରୂପରେଖ ପ୍ରସ୍ତୁତ

ଭୁବନେଶ୍ୱର, ୨୫।୪(ଅସମାପିକା ସାହୁ)ଗଣିତ ଶିକ୍ଷାରେ କିପରି ସରକାରୀ ଏବଂ ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟର ଛାତ୍ରୀଛାତ୍ର ଦକ୍ଷ ହେବା ସହ ଉନ୍ନତ ପ୍ରଦର୍ଶନ କରିବେ ସେଥିପାଇଁ ବିଦ୍ୟାଳୟ...

ଅମରେନ୍ଦ୍ରଙ୍କୁ ଖୋଲା ଚ୍ୟାଲେଞ୍ଜ କଲେ ଚିରଞ୍ଜୀବ

ଜଗତ୍‌ସିଂହପୁର, ୨୫ା୪(ପ୍ରମୋଦ କୁମାର ନାୟକ)ବରିଷ୍ଠ କଂଗ୍ରେସ ନେତା ଚିରଞ୍ଜୀବ ବିଶ୍ୱାଳ ଦଳ ଛାଡ଼ି ବିଜେଡିରେ ମିଶିଥିଲେ ସୁଦ୍ଧା ୨୦୨୪ ସାଧାରଣ ନିର୍ବାଚନରେ ପ୍ରାର୍ଥୀ ହୋଇନାହାନ୍ତି। କିନ୍ତୁ...

ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରେ ଟଳିପଡିଲେ ୨ ମାଓବାଦୀ

ଘଣ୍ଟାପଡ଼ା, ୨୫।୪: (ପ୍ରଭାତ କୁମାର ସାହୁ): କଣ୍ଟାମାଳ ଥାନା ଅନ୍ତର୍ଗତ ବରଗାଁ ପଞ୍ଚାୟତର ପାଢ଼େଲ ଡ୍ୟାମ ନିକଟ ଜଙ୍ଗଲରେ ଗୁରୁବାର ଏସଓଜିଓ ଡିଭିଏଫ ମିଳିତ କମ୍ବିଂ...

ସକାଳ ସାଢେ ୮ଟାରୁ ପାରଦ ଛୁଇଁଲା ୩୬, ୫ ଦିନ ଅସହ୍ୟ ହେବ ତାତି

ଭୁବନେଶ୍ୱର,୨୫।୪: ସକାଳୁ ଅସହ୍ୟ ତାତି। ସାଢ଼େ ୮ଟା ସୁଦ୍ଧା ୩୬ ଛୁଇଁଲା ପାରଦ। ବାଲେଶ୍ୱରର ତାମପାତ୍ରା ଗୁରୁବାର ସକାଳୁ ୩୬ ଡିଗ୍ରୀ ଛୁଇଁଛି । ଖାଲି...

ନିର୍ବାଚନ ହାରୁଥିବା ଜାଣି ମିଛ ଅଭିଯୋଗ ଆଣିଛି ଭାଜପା: ବିଜେଡି

ଭୁବନେଶ୍ୱର,୨୫ା୪(ଅନିଲ ଦାସ)ଓଡ଼ିଶା ଭାରତୀୟ ଜନତା ପାର୍ଟିର ନେତାମାନେ ଯେତେବେଳେ ନିର୍ବାଚନ ହାରୁଥିବା ଅନୁଭବ କରନ୍ତି, ସେତେବେଳେ ସେମାନେ ବିନା କୌଣସି ତଥ୍ୟ ଆଧାରରେ ମିଥ୍ୟା, ଭିତ୍ତିହୀନ...

‘କେନ୍ଦ୍ର ପାଇଁ ଓଡ଼ିଶା କେବଳ ଏକ ବିନ୍ଦୁ’

ଛେଣ୍ଡିପଦା, ୨୫।୪ (ଅଜିତ ଧଳ)/ ଅନୁଗୋଳ, (ଅମିତ କୁମାର ସାମଲ)ସମ୍ବଲପୁର ବିଜେଡି ଏମ୍‌ପି ପ୍ରାର୍ଥୀ ତଥା ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ...

ବାରବାଟୀ-କଟକ ନଚେତ ସାଲେପୁରରୁ ପ୍ରାର୍ଥୀ ହୋଇପାରନ୍ତି ଅରିନ୍ଦମ

କଟକ, ୨୫ା୪(ଶିଳ୍ପା ପ୍ରିୟଦର୍ଶିନୀ)ଆସନ୍ତା ନିର୍ବାଚନ ପାଇଁ ଭାଜପା ପକ୍ଷରୁ ଷ୍ଟାର୍‌ ପ୍ରଚାରକ ତାଲିକା ପ୍ରକାଶ ପାଇବା ପରେ ଏବେ ରୋଚକ ମୋଡ ନେବାରେ ଲାଗିଛି କଟକ...

ରୋଚକ ସ୍ଥିତିରେ ତ୍ରିମୁଖୀ ଲଢ଼େଇ

ନୟାଗଡ଼,୨୫।୪(ଲୋକନାଥ ମିଶ୍ର)ନୟାଗଡ଼ ବିଧାନସଭା କ୍ଷେତ୍ରରେ ବିଧାୟକ ଅରୁଣ କୁମାର ସାହୁଙ୍କ ଅପରାଜେୟ ରେକର୍ଡ ଭାଙ୍ଗିବାକୁ ଭାଜପା ଓ କଂଗ୍ରେସ ପକ୍ଷରୁ ଉଦ୍ୟମ ଆରମ୍ଭ ହୋଇଛି। ଅରୁଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri