ସମ୍ଭାବ୍ୟ ବାତ୍ୟା ମୁକାବିଲା ପ୍ରସ୍ତୁତି: ବିଭାଗୀୟ ଅଧିକାରୀଙ୍କୁ ସଜାଗ ନିର୍ଦ୍ଦେଶ

ପୁରୀ ଅଫିସ,୧୭।୫: ସମ୍ଭାବ୍ୟ ବାତ୍ୟାକୁ ନଜରରେ ରଖି ଜିଲା ପ୍ରଶାସନ ପକ୍ଷରୁ ବ୍ୟାପକ ସମୁଚିତ ପଦକ୍ଷେପ ଗ୍ରହଣ କରାଯାଇଛି। ବର୍ତ୍ତମାନ କରୋନା ଯେଉଁଭଳି ଭାବେ ମାଡ଼ି ଚାଲିଛି ଠିକ୍‌ ଏହି ସମୟରେ ସମ୍ଭାବ୍ୟ ବାତ୍ୟା ସମସ୍ତଙ୍କୁ ଚିନ୍ତାରେ ପକାଇଛି। ତେବେ କରୋନା ଏବଂ ସମ୍ଭାବ୍ୟ ବାତ୍ୟାକୁ ସମାନ୍ତରଳ ଭାବେ କିପରି ମୁକାବିଲା କରାଯାଇପାରିବ ସେନେଇ ଶନିବାର ଏକ ପ୍ରସ୍ତୁତି ବୈଠକ ଜିଲାପାଳ ବଲୱନ୍ତ ସିଂଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଛି। ଆବଶ୍ୟକସ୍ଥଳେ ଲୋକମାନଙ୍କୁ ସୁରକ୍ଷିତ ସ୍ଥାନକୁ ନେବା ନିମନ୍ତେ ଆଶ୍ରୟସ୍ଥଳୀଗୁଡ଼ିକରେ ଆନୁସଙ୍ଗିକ ବ୍ୟବସ୍ଥା କରିବାକୁ ବିଭାଗୀୟ ଅଧିକାରୀଙ୍କୁ ଜିଲାପାଳ ନିର୍ଦ୍ଦେଶ ଦେଇଛନ୍ତି। ଆଶ୍ରୟସ୍ଥଳୀଗୁଡ଼ିକରେ ଆଲୋକ ଏବଂ ପାନୀୟଜଳ ବ୍ୟବସ୍ଥା, ଶୁଖିଲା ଖାଦ୍ୟ ମହଜୁଦ, ଗୋଖାଦ୍ୟ, ଔଷଧ ବନ୍ଦୋବସ୍ତ ନିମନ୍ତେ ବ୍ଲକସ୍ତରରେ ତ୍ୱରିତ ପଦକ୍ଷେପ ଗ୍ରହଣ କରାଯାଇଛି। ୩ଟି ଲେଖାଏ ଏନ୍‌ଡିଆରଏଫ୍‌ ଏବଂ ଓଡ୍ରାଫ ଟିମ୍‌ ମୁତୟନ ଲାଗି ବ୍ୟବସ୍ଥା ହୋଇଛି। ସମୁଦ୍ର କୂଳରେ ଉଠା ଦୋକାନୀଙ୍କୁ ଉଠି ଯିବାକୁ କୁହାଯାଇଛି। ଆବଶ୍ୟକସ୍ଥଳେ ଗଛ କାଟି ରାସ୍ତା ସଫା କରିବା ନିମନ୍ତେ ପ୍ରତ୍ୟେକ ବ୍ଲକରେ ୩ଟି ଟ୍ରାକ୍ଟର ଏବଂ ଦୁଇଟି ଜେସିବି ମେଶିନ ମୁତୟନ କରାଯିବ। ବିଶେଷକରି କୋଣାର୍କରେ ୫ଟି ଜେସିବି ମୁୟତନ ପାଇଁ ଜିଲାପାଳ ନିର୍ଦ୍ଦେଶ ଦେଇଛନ୍ତି। ଜିଲା ମୁଖ୍ୟ ଚିକିତ୍ସାଳୟ ଏବଂ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରଗୁଡ଼ିକରେ ରୋଗୀମାନଙ୍କ ନିମନ୍ତେ ନିରବଚ୍ଛିନ୍ନ ସେବା ଯୋଗାଇବା ପାଇଁ ଆନୁସଙ୍ଗିକ ବ୍ୟବସ୍ଥା କରାଯାଇଛି। ବିଶୁଦ୍ଧ ପାନୀୟ ଜଳ ଯୋଗାଣକୁ ସୁନିଶ୍ଚିତ କରିବା ପାଇଁ ଜିଲା ଜଳ ଯୋଗାଣ ଏବଂ ପରିମଳ ନିର୍ବାହୀ ଯନ୍ତ୍ରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଜିଲାର ସବୁ ଅଞ୍ଚଳକୁ ପାନୀୟ ଜଳ ଯୋଗାଣ ନିମନ୍ତେ ଜେନେରେଟର ବ୍ୟବସ୍ଥା କରାଯିବ। ବ୍ଲକସ୍ତରରେ ବ୍ୟାପକ ପ୍ରସ୍ତୁତି ନିମନ୍ତେ ବିଭିନ୍ନ ବିଭାଗ ପକ୍ଷରୁ ନିଆଯାଇଥିବା ପଦକ୍ଷେପ ସମ୍ପର୍କରେ ତୁରନ୍ତ ବିଡିଓ ଏବଂ ତହସିଲଦାରଙ୍କୁ ଅବଗତ କରାଇବା ପାଇଁ ଅଧିକାରୀଙ୍କୁ କୁହାଯାଇଛି । ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ପ୍ରକଳ୍ପ ନିର୍ଦ୍ଦେଶକ ବିଶାଲ ସିଂ, ପ୍ରୋବେସନର ଅଧିକାରୀ ମୟୂର ସୂର୍ଯ୍ୟବଂଶୀ, ଏସ୍‌ପି ଉମାଶଙ୍କର ଦାଶ, ଅତିରିକ୍ତ ଜିଲାପାଳ ପ୍ରଦୀପ କୁମାର ସାହୁ, ସୁବାସ ଚନ୍ଦ୍ର ନାଥଶର୍ମା, ଉପଜିଲାପାଳ ଭବତାରଣ ସାହୁ, ଜରୁରୀକାଳୀନ ଅଧିକାରୀ ଇତିଶ୍ରୀ ନାୟକ, ସିଡିଏମ୍‌ଓ ଡା. ନୀଳକଣ୍ଠ ମିଶ୍ର ପ୍ରମୁଖ ଉପସ୍ଥିତ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ପଦ୍ମ ଧରିଲେ ଲାଞ୍ଜିଗଡ଼ ବ୍ଲକ ଅଧ୍ୟକ୍ଷା ଓ ୬ ସମିତି ସଭ୍ୟ; ରାଜ୍ୟ ଭାଜପା କାର୍ଯ୍ୟାଳୟରେ…

ଲାଞ୍ଜିଗଡ଼,୧୯। ୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା  ଲାଞ୍ଜିଗଡ ବ୍ଲକ ଅଧ୍ୟକ୍ଷା କମଳା ପାତ୍ର ସହିତ ୬ ଜଣ ସମିତି ସଭ୍ୟ ଗୁରୁବାର ରାଜ୍ୟ ଭାଜପା କାର୍ଯ୍ୟାଳୟରେ…

ବରଗଡ଼ ସହରରେ ଚାଲିଲା ପେଟ୍ରୋଲିଂ, ସୁରକ୍ଷା ବ୍ୟବସ୍ଥା କଡାକଡି କଲା ପୋଲିସ୍

ବରଗଡ଼,୧୯।୨(ପ୍ରେମାନନ୍ଦ ଖମାରୀ) – ବରଗଡ଼ରେ ଆଇନ ଶୃଙ୍ଖଳା ବ୍ୟବସ୍ଥାକୁ ନେଇ ଜିଲା ପୋଲିସକୁ ସମାଲୋଚନାର ସମ୍ମୁଖୀନ ହେବାକୁ ପଡୁଛି। ତେବେ ଗୁରୁବାର ସନ୍ଧ୍ୟାରୁ ବରଗଡ଼ ପୋଲିସ ସହରରେ…

ସାନଖେମୁଣ୍ଡି ବ୍ଲକ ବିବାଦୀୟ ଏପିଓଙ୍କୁ ବଦଳି, ତୁରନ୍ତ ରିଲିଭ୍ କରାଯିବାକୁ…        

ଦିଗପହଣ୍ଡି,୧୯|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କାର୍ଯ୍ୟାଳୟ ଅତିରିକ୍ତ କାର୍ଯ୍ୟକ୍ରମ ଅଧିକାରୀ (ଏପିଓ) ଅରୁଣ କୁମାର ସ୍ବାଇଁଙ୍କୁ ଗଞ୍ଜାମ ଜିଲାପାଳ ଭି.କୀର୍ତ୍ତି ଭାସନ୍ ଛତ୍ରପୁର…

ଧରିତ୍ରୀ ପ୍ରଭାବ: କେସିଙ୍ଗା ବ୍ଲକର ୮୦୧୯ ଚାଷୀଙ୍କଠାରୁ ଉଠିଲା ୩ ଲକ୍ଷ କୁଇଣ୍ଟାଲ ଧାନ

କେସିଙ୍ଗା, ୧୯ା୨ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ବିଭିନ୍ନ ମଣ୍ଡିରୁ ଧାନ ଉଠୁ ନ ଥିବା ନେଇ ଗତ ୮ତାରିଖରେ  ଧରିତ୍ରୀରେ ଖବର ପ୍ରକାଶ…

ଥୁଆମୂଳ ରାମପୁର ବ୍ଲକରେ ମାଟ୍ରିକ ପରୀକ୍ଷା ଆରମ୍ଭ: ଅନୁପସ୍ଥିତ ରହିଲେ୨୯ ପରୀକ୍ଷାର୍ଥୀ…

ଥୁଆମୂଳ ରାମପୁର, ୧୯ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ୬ଟି ପରୀକ୍ଷା କେନ୍ଦ୍ରରେ ଗୁରୁବାରଠାରୁ ଚଳିତ ବର୍ଷର ମାଟ୍ରିକ ପରୀକ୍ଷା ଶାନ୍ତିଶୃଙ୍ଖଳାର ସହ…

ସେରୁବନ୍ଧ ବକ୍ସାଇଟ ପାହାଡ଼ ରାସ୍ତା ନିର୍ମାଣକୁ ବିରୋଧ: କମ୍ପାନୀର ଭୂମିପୂଜାକୁ ରୋକିଲେ ଅଞ୍ଚଳବାସୀ,ଫେରିଗଲା…

ପଟ୍ଟାଙ୍ଗି,୧୯ା୨(ଶରତ କୁମାର ଧଳ)- କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ମାଳିପୁଟ ପଞ୍ଚାୟତ ଅଧୀନ ସେରୁବନ୍ଧ ବକ୍ସାଇଟ ପାହାଡ଼କୁ ରାସ୍ତା ତିଆରି କରିବାକୁ ଏକ ଘରୋଇ କମ୍ପାନୀ ପକ୍ଷରୁ…

ଭରସା କଲେ ନବୀନ: ସାନଖେମୁଣ୍ଡି ବ୍ଲକ ବିଜେଡ଼ି ସଭାପତି ହେଲେ…    

ଦିଗପହଣ୍ଡି,୧୯|୨(ଅଶେଷ ନାଥ ମିଶ୍ର):  ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ବିଜେଡ଼ି ସଭାପତି ରୂପେ ଜିଲା ପରିଷଦ ସଦସ୍ୟ ଅମିନ ପ୍ରଧାନଙ୍କୁ ନିଯୁକ୍ତି ମିଳିଛି।ଜଣେ ଯୁବ ସଙ୍ଗଠକ ଭାବେ…

ନବୀନ ଦେଲେ ବଡ଼ ଦାୟିତ୍ୱ: ତାରକେଶ୍ୱର ବ୍ଲକ, ତାରା ପ୍ରସାଦ ହେଲେ ନଗର ବିଜେଡ଼ି ସଭାପତି

ଦିଗପହଣ୍ଡି,୧୯|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବିଜେଡ଼ି ସଭାପତି ଭାବେ କେ. ତାରକେଶ୍ୱର ଦୋରାଙ୍କୁ ନିଯୁକ୍ତ କରାଯାଇଥିବା ବେଳେ ଦିଗପହଣ୍ଡି ନଗର ବିଜେଡ଼ି ସଭାପତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri