ସମ୍ଭାବ୍ୟ ବାତ୍ୟା ମୁକାବିଲା ପ୍ରସ୍ତୁତି: ବିଭାଗୀୟ ଅଧିକାରୀଙ୍କୁ ସଜାଗ ନିର୍ଦ୍ଦେଶ

ପୁରୀ ଅଫିସ,୧୭।୫: ସମ୍ଭାବ୍ୟ ବାତ୍ୟାକୁ ନଜରରେ ରଖି ଜିଲା ପ୍ରଶାସନ ପକ୍ଷରୁ ବ୍ୟାପକ ସମୁଚିତ ପଦକ୍ଷେପ ଗ୍ରହଣ କରାଯାଇଛି। ବର୍ତ୍ତମାନ କରୋନା ଯେଉଁଭଳି ଭାବେ ମାଡ଼ି ଚାଲିଛି ଠିକ୍‌ ଏହି ସମୟରେ ସମ୍ଭାବ୍ୟ ବାତ୍ୟା ସମସ୍ତଙ୍କୁ ଚିନ୍ତାରେ ପକାଇଛି। ତେବେ କରୋନା ଏବଂ ସମ୍ଭାବ୍ୟ ବାତ୍ୟାକୁ ସମାନ୍ତରଳ ଭାବେ କିପରି ମୁକାବିଲା କରାଯାଇପାରିବ ସେନେଇ ଶନିବାର ଏକ ପ୍ରସ୍ତୁତି ବୈଠକ ଜିଲାପାଳ ବଲୱନ୍ତ ସିଂଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଛି। ଆବଶ୍ୟକସ୍ଥଳେ ଲୋକମାନଙ୍କୁ ସୁରକ୍ଷିତ ସ୍ଥାନକୁ ନେବା ନିମନ୍ତେ ଆଶ୍ରୟସ୍ଥଳୀଗୁଡ଼ିକରେ ଆନୁସଙ୍ଗିକ ବ୍ୟବସ୍ଥା କରିବାକୁ ବିଭାଗୀୟ ଅଧିକାରୀଙ୍କୁ ଜିଲାପାଳ ନିର୍ଦ୍ଦେଶ ଦେଇଛନ୍ତି। ଆଶ୍ରୟସ୍ଥଳୀଗୁଡ଼ିକରେ ଆଲୋକ ଏବଂ ପାନୀୟଜଳ ବ୍ୟବସ୍ଥା, ଶୁଖିଲା ଖାଦ୍ୟ ମହଜୁଦ, ଗୋଖାଦ୍ୟ, ଔଷଧ ବନ୍ଦୋବସ୍ତ ନିମନ୍ତେ ବ୍ଲକସ୍ତରରେ ତ୍ୱରିତ ପଦକ୍ଷେପ ଗ୍ରହଣ କରାଯାଇଛି। ୩ଟି ଲେଖାଏ ଏନ୍‌ଡିଆରଏଫ୍‌ ଏବଂ ଓଡ୍ରାଫ ଟିମ୍‌ ମୁତୟନ ଲାଗି ବ୍ୟବସ୍ଥା ହୋଇଛି। ସମୁଦ୍ର କୂଳରେ ଉଠା ଦୋକାନୀଙ୍କୁ ଉଠି ଯିବାକୁ କୁହାଯାଇଛି। ଆବଶ୍ୟକସ୍ଥଳେ ଗଛ କାଟି ରାସ୍ତା ସଫା କରିବା ନିମନ୍ତେ ପ୍ରତ୍ୟେକ ବ୍ଲକରେ ୩ଟି ଟ୍ରାକ୍ଟର ଏବଂ ଦୁଇଟି ଜେସିବି ମେଶିନ ମୁତୟନ କରାଯିବ। ବିଶେଷକରି କୋଣାର୍କରେ ୫ଟି ଜେସିବି ମୁୟତନ ପାଇଁ ଜିଲାପାଳ ନିର୍ଦ୍ଦେଶ ଦେଇଛନ୍ତି। ଜିଲା ମୁଖ୍ୟ ଚିକିତ୍ସାଳୟ ଏବଂ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରଗୁଡ଼ିକରେ ରୋଗୀମାନଙ୍କ ନିମନ୍ତେ ନିରବଚ୍ଛିନ୍ନ ସେବା ଯୋଗାଇବା ପାଇଁ ଆନୁସଙ୍ଗିକ ବ୍ୟବସ୍ଥା କରାଯାଇଛି। ବିଶୁଦ୍ଧ ପାନୀୟ ଜଳ ଯୋଗାଣକୁ ସୁନିଶ୍ଚିତ କରିବା ପାଇଁ ଜିଲା ଜଳ ଯୋଗାଣ ଏବଂ ପରିମଳ ନିର୍ବାହୀ ଯନ୍ତ୍ରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଜିଲାର ସବୁ ଅଞ୍ଚଳକୁ ପାନୀୟ ଜଳ ଯୋଗାଣ ନିମନ୍ତେ ଜେନେରେଟର ବ୍ୟବସ୍ଥା କରାଯିବ। ବ୍ଲକସ୍ତରରେ ବ୍ୟାପକ ପ୍ରସ୍ତୁତି ନିମନ୍ତେ ବିଭିନ୍ନ ବିଭାଗ ପକ୍ଷରୁ ନିଆଯାଇଥିବା ପଦକ୍ଷେପ ସମ୍ପର୍କରେ ତୁରନ୍ତ ବିଡିଓ ଏବଂ ତହସିଲଦାରଙ୍କୁ ଅବଗତ କରାଇବା ପାଇଁ ଅଧିକାରୀଙ୍କୁ କୁହାଯାଇଛି । ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ପ୍ରକଳ୍ପ ନିର୍ଦ୍ଦେଶକ ବିଶାଲ ସିଂ, ପ୍ରୋବେସନର ଅଧିକାରୀ ମୟୂର ସୂର୍ଯ୍ୟବଂଶୀ, ଏସ୍‌ପି ଉମାଶଙ୍କର ଦାଶ, ଅତିରିକ୍ତ ଜିଲାପାଳ ପ୍ରଦୀପ କୁମାର ସାହୁ, ସୁବାସ ଚନ୍ଦ୍ର ନାଥଶର୍ମା, ଉପଜିଲାପାଳ ଭବତାରଣ ସାହୁ, ଜରୁରୀକାଳୀନ ଅଧିକାରୀ ଇତିଶ୍ରୀ ନାୟକ, ସିଡିଏମ୍‌ଓ ଡା. ନୀଳକଣ୍ଠ ମିଶ୍ର ପ୍ରମୁଖ ଉପସ୍ଥିତ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ମଥୁରାନଗରୀରେ ଉପ ମୁଖ୍ୟମନ୍ତ୍ରୀ, କହିଲେ ‘ଧମକ୍‌କୁ ଡରେନି ଏହି ସରକାର…’

ମଥୁରାନଗରୀ,୨।୧(ପ୍ରେମାନନ୍ଦ ଖମାରୀ)- କିଛି ଲୋକ ଚାଷୀଙ୍କୁ ନେଇ ରାଜରାସ୍ତାକୁ ଓହ୍ଲାଇବାକୁ ଚେଷ୍ଟା କରୁଛନ୍ତି। ଚାଷୀମାନଙ୍କୁ ଭାରାକ୍ରାନ୍ତ କରିବାକୁ ପ୍ରୟାସ ଚଲାଇଛନ୍ତି। ମାତ୍ର ଏହି ସରକାର କୌଣସି...

ପରିବାରଲୋକେ କରୁଥିଲେ ନାପସନ୍ଦ, ପ୍ରେମିକଙ୍କୁ ପାଇବାକୁ ଅପହରଣ ନାଟକ ରଚିଥିଲେ ପ୍ରେମିକା, ଏବେ ପୋଲିସ…

ଫୁଲବାଣୀ, ୨ା୧(ରାକେଶ କୁମାର ରାଉତ)- କନ୍ଧମାଳ ଜିଲା ଗୋଛାପଡା ଥାନା ଅଞ୍ଚଳର ଜଣେ ୧୯ ବର୍ଷୀୟା ଯୁବତୀଙ୍କୁ କେତେ ଜଣ ଯୁବକ ତାଙ୍କ ଗାଁ ନିକଟରୁ...

ରେଳବାଇ ଷ୍ଟାଣ୍ଡିଂ କମିଟି ବୈଠକ: ଜିଲାର ଦାବି ଉପସ୍ଥାପନ କଲେ ପାରଳାଖେମୁଣ୍ଡି ବିଧାୟକ

ପାରଳାଖେମୁଣ୍ଡି,୨ା୧(ଗିରିଧାରୀ ପରିଚ୍ଛା)-ରେଳବାଇ ଷ୍ଟାଣ୍ଡିଂ କମିଟି ବୈଠକ ପୁରୀଠାରେ ଶୁକ୍ରବାର ଅନୁଷ୍ଠିତ ହୋଇଛି। ଏଥିରେ ଷ୍ଟାଣ୍ଡିଂ କମିଟିର ଅଧ୍ୟକ୍ଷ ତଥା ରାଜ୍ୟସଭା ଏମ୍‌ପି ଡ. ସିଏମ୍‌ ରମେଶ...

ପ୍ରଭାକର ସ୍ମାରକୀ ଭଲିବଲ୍‌ ଟୁର୍ନାମେଣ୍ଟ; ଫାଇନାଲକୁ ଗଲା ବ୍ରହ୍ମପୁର ପାଓ୍ବାର ସିକ୍ସ

ଦିଗପହଣ୍ଡି, ୨।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ୫ମ ଦିବସ ଶୁକ୍ରବାର ପ୍ରଥମ...

କଲରାପତରିଆ ସହ ସମ୍ବର ଶିଙ୍ଘ ଜବତ ମାମଲା: ୬ଜଣଙ୍କୁ କୋର୍ଟ ଚାଲାଣ କଲା ଖଡ଼ିଆଳ ବନଖଣ୍ଡ

ଖଡ଼ିଆଳ,୨।୧(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡିଆଳ ବନଖଣ୍ଡ ପକ୍ଷରୁ କଲରାପତରିଆ ବାଘ ଛାଲ ଏବଂ ଦୁଇଟି ସମ୍ବର ଶିଙ୍ଘ ଜବତ ମାମଲାରେ ଛଅଜଣ କୋର୍ଟ...

ନୂଆବର୍ଷ ଦିନ ହୋଇଯାଇଥିଲେ ନିଖୋଜ, ସକାଳୁ ଗଛରେ ଝୁଲୁଥିଲା ମୃତଦେହ; କୋକସରା ପୋଲିସ…

କୋକସରା,୨।୧(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ଅଧିନସ୍ଥ ଜୟନ୍ତପୁର ପଞ୍ଚାୟତ ରଏନଗୁଡା ଗ୍ରାମରୁ ଶୁକ୍ରବାର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ପୋଲିସ ଉଦ୍ଧାର...

ନାବାଳିକା ନାତୁଣୀଙ୍କୁ ବଳାତ୍କାର କରି ମାରିଥିଲେ ଅଜାଙ୍କୁ: ଏବେ ଦୁଇଜଣ ଗଲେ ଜେଲ୍

ଦିଗପହଣ୍ଡି,୨|୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ପଞ୍ଚାୟତ  ସିନ୍ଧବା ଗ୍ରାମର ବୃଦ୍ଧ ସନିଆ ଗୌଡ଼(୮୫)ଙ୍କୁ  ଗୁରୁବାର ସକାଳେ ଗାଁ ଦାଣ୍ଡରେ ବିଭତ୍ସ...

ବଡ଼ପଣ ଦେଖାଇଲେ ତହସିଲଦାର: ଚତୁର୍ଥ ଶ୍ରେଣୀ କର୍ମଚାରୀଙ୍କ ଦୁର୍ଘଟଣା ଜାଣି..

ଚନ୍ଦାହାଣ୍ଡି,୨।୧( ହିମାଂଶୁ ଦାସ): ନବରଙ୍ଗପୁର ଜିଲା ଚନ୍ଦାହାଣ୍ଡି ତହସିଲ କାର୍ଯ୍ୟାଳୟରେ କାର୍ଯ୍ୟରତ ଚତୁର୍ଥ ଶ୍ରେଣୀ କର୍ମଚାରୀ ଶତ୍ରୁଘ୍ନ ଦାସ ନିଜ ଗାଁ ମୋତିଗାଁରୁ ଚନ୍ଦାହାଣ୍ଡି ତହସିଲକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri