ସମ୍ଭାବ୍ୟ ବାତ୍ୟା ମୁକାବିଲା ଲାଗି ୭୭ ଆଶ୍ରୟସ୍ଥଳୀ ପ୍ରସ୍ତୁତ: ଅନ୍ୟ ୨୭ ଆଶ୍ରୟସ୍ଥଳୀରେ ଚାଲିଛି କ୍ୱାରାଣ୍ଟାଇନ୍‌ ସେଣ୍ଟର

ଛତ୍ରପୁର,୧୭ା୫(ଡି.ଏନ୍‌.ଏ.): ସମ୍ଭାବ୍ୟ ବାତ୍ୟାର ମୁକାବିଲା ଓ ପ୍ରସ୍ତୁତି ଗଞ୍ଜାମ ଜିଲାରେ ଚାଲିଛି। ଜିଲାରେ ମୋଟ ୧୦୪ଟି ବାତ୍ୟା ଓ ବନ୍ୟା ଆଶ୍ରୟସ୍ଥଳୀ ରହିଛି। ଏଥିମଧ୍ୟରୁ ୨୭ଟି ଆଶ୍ରୟସ୍ଥଳୀରେ କରୋନା ମୁକାବିଲା ପାଇଁ କ୍ୱାରାଣ୍ଟାଇନ୍‌ ସେଣ୍ଟର ଚାଲିଛି। ଅନ୍ୟ ୭୭ଟି ଆଶ୍ରୟସ୍ଥଳୀକୁ ଆବଶ୍ୟକ ହେଲେ ସମୁଦ୍ର ଚିଲିକା ଓ ନଦୀ ଉପକୂଳ ଅଞ୍ଚଳର ଲୋକଙ୍କୁ ସ୍ଥାନାନ୍ତର କରାଯିବ। ଓଡ୍ରାଫ୍‌, ଅଗ୍ନିଶମ ଓ ପୋଲିସକୁ ସଜାଗ ରଖାଯାଇଛି। ବିଡିଓ, ତହସିଲଦାର ଏଥିପ୍ରତି ନଜର ରଖିବାକୁ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ନିର୍ଦ୍ଦେଶ ଦେଇଛନ୍ତି। ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମଧ୍ୟକୁ ମାଛ ମାରିବାକୁ ଯିବା ଲାଗି ବାରଣ କରାଯାଇଛି। ବିଶେଷକରି ସମୁଦ୍ର ଉପକୂଳବର୍ତ୍ତୀ ଛତ୍ରପୁର, ଗଞ୍ଜାମ, ଚିକିଟି ଓ ରଙ୍ଗେଇଲୁଣ୍ଡା ବ୍ଲକ ଏବଂ ଚିଲିକା ଉପକୂଳବର୍ତ୍ତୀ ଖଲ୍ଲିକୋଟ ବ୍ଲକ ପ୍ରତି ସ୍ବତନ୍ତ୍ର ନଜର ରଖିବାକୁ କୁହାଯାଇଛି। କ୍ୱାରାଣ୍ଟାଇନ୍‌ ସେଣ୍ଟର ପରିଚାଳନା ସହ ସମ୍ଭାବ୍ୟ ବାତ୍ୟା ପୂର୍ବ ଓ ପରେ କିଭଳି ଉଭୟ କାମ ଠିକ୍‌ ଭାବେ ତ୍ୱରାନ୍ବିତ ହେବ ସେ ଉପରେ ଜିଲାପାଳ ଗୁରୁତ୍ୱାରୋପ କରିଛନ୍ତି। ପ୍ରଶାସନ ପକ୍ଷରୁ ପାନୀୟ ଜଳ, ବିଦ୍ୟୁତ୍‌, ଖାଦ୍ୟ ବ୍ୟବସ୍ଥା କରିବାକୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନିଜ ଦେହରେ କିରୋସିନ ନିଆଁ ଲଗାଇ ଦେଲେ ମହିଳା, ରକ୍ଷା କରିବାକୁ ଯାଇ ସ୍ବାମୀ ଗୁରୁତର

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା କାଠକଟା ଗାଁରେ ବୁଧବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପରିବାରିକ କଳହରୁ ଜଣେ...

ଅମରେନ୍ଦ୍ରଙ୍କୁ ଖୋଲା ଚ୍ୟାଲେଞ୍ଜ କଲେ ଚିରଞ୍ଜୀବ

ଜଗତ୍‌ସିଂହପୁର, ୨୫ା୪(ପ୍ରମୋଦ କୁମାର ନାୟକ)ବରିଷ୍ଠ କଂଗ୍ରେସ ନେତା ଚିରଞ୍ଜୀବ ବିଶ୍ୱାଳ ଦଳ ଛାଡ଼ି ବିଜେଡିରେ ମିଶିଥିଲେ ସୁଦ୍ଧା ୨୦୨୪ ସାଧାରଣ ନିର୍ବାଚନରେ ପ୍ରାର୍ଥୀ ହୋଇନାହାନ୍ତି। କିନ୍ତୁ...

ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରେ ଟଳିପଡିଲେ ୨ ମାଓବାଦୀ

ଘଣ୍ଟାପଡ଼ା, ୨୫।୪: (ପ୍ରଭାତ କୁମାର ସାହୁ): କଣ୍ଟାମାଳ ଥାନା ଅନ୍ତର୍ଗତ ବରଗାଁ ପଞ୍ଚାୟତର ପାଢ଼େଲ ଡ୍ୟାମ ନିକଟ ଜଙ୍ଗଲରେ ଗୁରୁବାର ଏସଓଜିଓ ଡିଭିଏଫ ମିଳିତ କମ୍ବିଂ...

‘କେନ୍ଦ୍ର ପାଇଁ ଓଡ଼ିଶା କେବଳ ଏକ ବିନ୍ଦୁ’

ଛେଣ୍ଡିପଦା, ୨୫।୪ (ଅଜିତ ଧଳ)/ ଅନୁଗୋଳ, (ଅମିତ କୁମାର ସାମଲ)ସମ୍ବଲପୁର ବିଜେଡି ଏମ୍‌ପି ପ୍ରାର୍ଥୀ ତଥା ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ...

ବାରବାଟୀ-କଟକ ନଚେତ ସାଲେପୁରରୁ ପ୍ରାର୍ଥୀ ହୋଇପାରନ୍ତି ଅରିନ୍ଦମ

କଟକ, ୨୫ା୪(ଶିଳ୍ପା ପ୍ରିୟଦର୍ଶିନୀ)ଆସନ୍ତା ନିର୍ବାଚନ ପାଇଁ ଭାଜପା ପକ୍ଷରୁ ଷ୍ଟାର୍‌ ପ୍ରଚାରକ ତାଲିକା ପ୍ରକାଶ ପାଇବା ପରେ ଏବେ ରୋଚକ ମୋଡ ନେବାରେ ଲାଗିଛି କଟକ...

ରୋଚକ ସ୍ଥିତିରେ ତ୍ରିମୁଖୀ ଲଢ଼େଇ

ନୟାଗଡ଼,୨୫।୪(ଲୋକନାଥ ମିଶ୍ର)ନୟାଗଡ଼ ବିଧାନସଭା କ୍ଷେତ୍ରରେ ବିଧାୟକ ଅରୁଣ କୁମାର ସାହୁଙ୍କ ଅପରାଜେୟ ରେକର୍ଡ ଭାଙ୍ଗିବାକୁ ଭାଜପା ଓ କଂଗ୍ରେସ ପକ୍ଷରୁ ଉଦ୍ୟମ ଆରମ୍ଭ ହୋଇଛି। ଅରୁଣ...

ଭାଜପାରୁ ପ୍ରାର୍ଥୀ ହେବେ ସୌମ୍ୟରଞ୍ଜନ!

ଘସିପୁରା(ନିରଞ୍ଜନ ସାହୁ)/ରାମଚନ୍ଦ୍ରପୁର (ଗଣେଶ୍ୱର ସା),୨୫।୪: କେନ୍ଦୁଝର ଜିଲା ଘଷିପୁରା ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡି ପୂର୍ବତନ ମନ୍ତ୍ରୀ ତଥା ବିଧାୟକ ବଦ୍ରି ନାରାୟଣ ପାତ୍ରଙ୍କୁ ପ୍ରାର୍ଥୀ କରିଥିବା...

ଖେଳିବା ବୟସରେ ହାତରେ ଭିକ୍ଷାଥାଳ

ରାଉରକେଲା,୨୫ା୪(ବିପ୍ଲବ ରଞ୍ଜନ ଦାଶ)ରାଉରକେଲାର ପ୍ରସିଦ୍ଧ ବେଦବ୍ୟାସ ପୀଠରେ କୋମଳମତି ପିଲାମାନେ ଭିକ୍ଷାଥାଳ ଧରି ଭିକ୍ଷାବୃତ୍ତି କରୁଛନ୍ତି। ଚିନ୍ତାର ବିଷୟ, ଯେଉଁ କୋମଳମତି ଶିଶୁମାନେ ଭିକ୍ଷାବୃତ୍ତି କରୁଛନ୍ତି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri