ସମ୍ଭାବ୍ୟ ମରୁଡି ପରିସ୍ଥିତିକୁ ନେଇ କୃଷି ବିଭାଗର ପ୍ରସ୍ତୁତି: ମାଓବାଦୀ ପ୍ରବଣ ଅଞ୍ଚଳରେ ଧାଡ଼ିରୁଆ ପାଇଁ ପଦକ୍ଷେପ

ଲାଞ୍ଜିଗଡ଼,୨୧।୮(ଡି.ଏନ.ଏ.)-ଚଳିତବର୍ଷ ଖରିଫ ଋତୁରେ ବିଳମ୍ବିତ ବର୍ଷା ଯୋଗୁ ସମ୍ଭାବ୍ୟ ମରୁଡି ପରିସ୍ଥିତି ଦେଖାଦେଇଥିବା ବେଳେ ବୁଣାବୁଣି, ରୁଆରୁଇ ମଧ୍ୟ ପଛେଇଯାଇଛି । ବିଳମ୍ବରେ ବର୍ଷା ଯୋଗୁ ଚାଷୀ ଥଳକୁଳ ପାଉ ନ ଥିବାବେଳେ କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ କୃଷି ଓ କୃଷକ ସଶକ୍ତିକରଣ ବିଭାଗ ଏ ଦିଗରେ ଅଣ୍ଟା ଭିଡି ଚାଷୀଙ୍କ ପଛରେ ଠିଆ ହେବା ଦେଖିବାକୁ ମିଳିଛି। ପ୍ରଥମ ପର୍ଯ୍ୟାୟରେ ରବିଋତୁରେ କୁଆପଥର ମାଡ ଖାଇ କ୍ଷତିଗ୍ରସ୍ତ ଗୋବର୍ଦ୍ଧନପୁର ପଞ୍ଚାୟତ ଅଞ୍ଚଳର ଚାଷୀଙ୍କୁ ବିଜିଆର୍‌ଆଇ ଯୋଜନାରେ ଧାନ ବିହନ ଯୋଗାଇ ଦେଇଥିବାବେଳେ କୃଷି କର୍ମଚାରୀଙ୍କ ତତ୍ତ୍ୱାବଧାନରେ ଧାଡିରୁଆ ପାଇଁ ପ୍ରବର୍ତ୍ତାଯାଉଛି । ସେହିପରି ବ୍ଲକର ମାଓବାଦୀ ପ୍ରବଣ ମାଳିଯୁବାଙ୍ଗ, ବିଜେପୁର ଆଦି ପଞ୍ଚାୟତରେ ପ୍ରଥମ ଥର ପାଇଁ ପାରମ୍ପରିକ ଧାନଚାଷରୁ ପରିବର୍ତ୍ତିତ କରି ଧାଡିରୁଆ ଚାଷ କରିବାକୁ ଚାଷୀଙ୍କୁ ବୁଝାଯାଉଥିବା ବେଳେ ପାହାଡିଆ ତଥା ବୃଷ୍ଟିରହିତ ଅଞ୍ଚଳରେ ମାଣ୍ଡିଆ ଚାଷକୁ ପ୍ରୋତ୍ସାହନ ଦିଆଯାଉଛି । ଅତିରିକ୍ତ କୃଷି ଅଧିକାରୀ ସୁଧାଂଶୁ କୁମାର ମେହେରଙ୍କ ନେତୃତ୍ୱରେ ପରିଚାଳିତ ଏହି କାର୍ଯ୍ୟକ୍ରମକୁ କୃଷିକ୍ଷେତ୍ରରେ ଗ୍ରାମ୍ୟ କୃଷି କର୍ମଚାରୀମାନେ କାର୍ଯ୍ୟକାରୀ କରୁଥିବା ଜଣାଯାଇଛି । ସୂଚନାଯୋଗ୍ୟ ଯେ, ପୂର୍ବରୁ ଆସନ୍ନ ମରୁଡିକୁ ଦୃଷ୍ଟିରେ ରଖି ବ୍ଲକ କୃଷି ବିଭାଗ ପକ୍ଷରୁ ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନାରେ ଚାଷୀଙ୍କୁ ଅନ୍ତର୍ଭୁକ୍ତ କରିବାକୁ ନିଆଯାଇଥିବା ପଦକ୍ଷେପ ସଫଳ ସାବ୍ୟସ୍ତ ହୋଇଥିବା ବେଳେ ବ୍ଲକର ଶହଶହ ଚାଷୀ ବୀମାଭୁକ୍ତ ହୋଇପାରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଛାତ୍ର ସଂସଦ ନିର୍ବାଚନ ଘୋଷଣା: ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟରେ ଉତ୍ସବର ମାହୋଲ

ଭବାନୀପାଟଣା, ୫।୧୦ (ଉତ୍ତମ କୁମାର ଦାଶ): ଦୀର୍ଘ ୮ ବର୍ଷର ଅପେକ୍ଷାର ଅନ୍ତ ଘଟାଇ ରାଜ୍ୟରେ ଛାତ୍ର ସଂସଦ ନିର୍ବାଚନ ପାଇଁ ଆନୁଷ୍ଠାନିକ ଘୋଷଣା ହେବା ପରେ…

ମୋବାଇଲ୍‌ଠାରୁ ଦୂରେଇ ରହିବାକୁ ଛାତ୍ରୀଛାତ୍ରଙ୍କୁ ପରାମର୍ଶ ଦେଲେ ସିଦ୍ଧାନ୍ତ ମହାପାତ୍ର

ଦିଗପହଣ୍ଡି, ୫।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଡିଗ୍ରୀ କଲେଜ ପରିସରରେ ସେବା ସଂକଳ୍ପ ଅଭିଯାନ ଆନୁକୂଲ୍ୟରେ ଯୁକ୍ତ ୩ ଛାତ୍ରୀଛାତ୍ରଙ୍କୁ ନେଇ…

ଟିମ ଇଣ୍ଡିଆରୁ ବାଦ ପଡ଼ିବା ପରେ ବଡ଼ ନିଷ୍ପତ୍ତି ନେଲେ ସୂର୍ଯ୍ୟକୁମାର: ଏବେ କରିବେ ଏହି କାମ

ମୁମ୍ବାଇ,୫।୧୦: ଭାରତୀୟ ଟି-୨୦ ଦଳର ଅଧିନାୟକ ପଦ ହରାଇବା ସହ ଜାତୀୟ ଦଳରୁ ବାଦ ପଡ଼ିବା ପରେ ନିଜ ଫର୍ମ ଫେରାଇବା ପାଇଁ ଘରୋଇ କ୍ରିକେଟକୁ ଫେରୁଛନ୍ତି…

ଗାଁରେ ଚାଲିଥିଲା ଜୁଆ ଖେଳ: ମାଡ଼ିବସିଲା ପୋଲିସ, ଆଉ ତା’ପରେ…

ଦିଗପହଣ୍ଡି,୫।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ଗାଁରେ ଜୁଆ ଖେଳ ଚାଲିଥିଲା। ଖବର ପାଇ ଦିଗପହଣ୍ଡି ପୋଲିସର ଏକ ଟିମ୍‌ ଚଢ଼ାଉ କରି…

ଅକ୍ଟୋବର ୮ରୁ ଗୁରୁଙ୍କ ଚାଲିବ ନୂଆ ଚାଲ! ଏହି ୩ ରାଶି ହୋଇଯାନ୍ତୁ ସାବଧାନ

ବୈଦିକ ଜ୍ୟୋତିଷ ଅନୁସାରେ ଗୁରୁ ବୃହସ୍ପତିଙ୍କୁ ଜ୍ଞାନ, ଧର୍ମ, ଶିକ୍ଷା, ସନ୍ତାନ, ଭାଗ୍ୟ ଓ ବିସ୍ତାରର କାରକ ଗ୍ରହ ଭାବେ ଗଣନା କରାଯାଏ। ତେଣୁ ଗୁରୁଙ୍କ ରାଶି,…

ହତ୍ୟା ଉଦ୍ୟମ ଘଟଣା: ଅଭିଯୁକ୍ତ ଗଲେ ଜେଲ        

ଦିଗପହଣ୍ଡି,୫|୧୦(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପଟିଗୁଡ଼ା ଗ୍ରାମର ନବୀନ ମହାଙ୍କୁଡ଼ ଙ୍କୁ ଗ୍ରାମର ଗୋପୀନାଥ ଡାକୁଆ ରବିବାର ଅପରାହ୍ନ ପ୍ରାୟ ସାଢେ ୪ ଟାରେ…

ଓଡ଼ିଶା ଆସୁଛନ୍ତି ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ

କୋରାପୁଟ,୫।୧୦(ଅମିତାଭ ବେହେରା): ମଙ୍ଗଳବାର କୋରାପୁଟ ଜିଲାର ସୁନାବେଡ଼ା ଗସ୍ତରେ ଆସିବେ କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ। ତାଙ୍କ ସହ ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ…

‘ଅ’ ମହୋତ୍ସବ-୨୦୨୬: ରାଜ୍ୟସ୍ତରୀୟ କବିତା..

କେସିଙ୍ଗା, ୫/୧୦ (ତୁମେଶ୍ୱର ସାହୁ): କଳାହାଣ୍ଡିର ଚର୍ଚ୍ଚିତ ସାହିତ୍ୟ ଅନୁଷ୍ଠାନ ‘ଅ’ ସାହିତ୍ୟ ଓ ସାଂସ୍କୃତିକ ଅନୁଷ୍ଠାନ, କଳାହାଣ୍ଡିର ଷଷ୍ଠ ବାର୍ଷିକ ମହୋତ୍ସବ ‘ଅ’ ମହୋତ୍ସବ-୨୦୨୬ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?