ସମ୍ମାନିତ ହେଲେ କରୋନା ଯୋଦ୍ଧା

କାମାକ୍ଷାନଗର, ୧୧।୫(ଡି.ଏନ.ଏ.) କାମାକ୍ଷାନଗରର ସ୍ବେଚ୍ଛାସେବୀ ଅନୁଷ୍ଠାନ ‘ପିପୁଲ୍ସ ଫର୍‌ ସ୍ମାଇଲ’ ପକ୍ଷରୁ ରବିବାର କରୋନା ଯୋଦ୍ଧାଙ୍କୁ ସମ୍ବର୍ଦ୍ଧିତ କରାଯାଇଛି। କରୋନା ସଙ୍କଟ ସମୟରେ ସ୍ବାସ୍ଥ୍ୟ ବିଭାଗ, ପୋଲିସ କର୍ମଚାରୀମାନେ ନିଃସ୍ବାର୍ଥପର ଭାବେ ସେବା କରି ଆସୁଛନ୍ତି। ସେମାନଙ୍କ ମନୋବଳ ବଢ଼ାଇବା ଲାଗି ଏପରି କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା।
ଏହି ଉପଲକ୍ଷେ ପ୍ରାରମ୍ଭରେ କାମାକ୍ଷାନଗର ଉପଖଣ୍ଡ ଚିକିତ୍ସାଳୟର କର୍ମଚାରୀଙ୍କୁ ସ୍ବାଗତ କରାଯାଇଥିଲା। ଏହାପରେ ରେକୁଳାର ହାଡ଼ଯୋଡ଼ା ବୈଦ୍ୟ, ଏସ୍‌ଡିପିଓ ସୁପ୍ରସନ୍ନ ମଲ୍ଲିକଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା। ଡାକ୍ତର ପୁଣ୍ୟଶ୍ଳୋକ ପତି କହିଲେ, ଏପରି କାର୍ଯ୍ୟକ୍ରମ ଦ୍ୱାରା କର୍ମଚାରୀଙ୍କ ମନୋବଳ ବଢ଼ିବ। ସାମାଜିକ ଦୂରତା ରକ୍ଷା, ମାସ୍କ ପିନ୍ଧିବା ସହ ଲକ୍‌ଡାଉନ୍‌ ନିୟମ ପାଳନ କଲେ କରୋନାକୁ ହରାଇବା ସମ୍ଭବ ବୋଲି ସେ ମତବକ୍ତ କରିଥିଲେ। ଅନୁଷ୍ଠାନର ସଭ୍ୟ ଶୁଭାଶିଷ ରାଉତ, ମଦନ ଚନ୍ଦ୍ର ବେହେରା, ଦେବୀଦତ୍ତ ମହାପାତ୍ର, ସନ୍ତୋଷ ରାଉତ, ହୃଷୀକେଶ ସାହୁ, ରଞ୍ଜନ ବେହେରା, ବିନୋଦ ମଲ୍ଲିକ, ରଞ୍ଜିତ ମଲ୍ଲିକ, ଅଜୟ ମଲ୍ଲିକ, ବିଶ୍ବମ୍ବର ସାହୁ, ଅଶୋକ ସାହୁ, ଶାନ୍ତନୁ ନାୟକ, ରାକେଶ ଦେହୁରୀ, ରୀତେଶ ବ୍ରହ୍ମା ପ୍ରମୁଖ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିକ୍ରି ନ ହୋଇ ମଣ୍ଡିରେ ପଡ଼ିଛି ଧାନ, ଏପଟେ ବରଗଡ଼ରୁ ଆନ୍ଧ୍ରକୁ ହେଉଛି ଚାଲାଣ

ବରଗଡ଼,୧୩ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟାକୁ ମାସେ ବିତି ଯାଇଛି। ତେବେ ଜିଲାରେ ଏବେ ମଧ୍ୟ ଧାନ ଉଠାଣ ପ୍ରକ୍ରିୟା ଶୀଥିଳ ଗତିରେ…

ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷାଙ୍କ ବିୟୋଗ: ବାସଭବନରେ ପହଞ୍ଚି ପରିବାରବର୍ଗଙ୍କୁ ଭେଟିଲେ ମନ୍ତ୍ରୀ-ବିଧାୟକ

ଛତ୍ରପୁର,୧୩ା୬(ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନଙ୍କ ଗତ ବୁଧବାର ଅକାଳରେ ବିୟୋଗ ଘଟିଥିଲା। ଏ ନେଇ ଛତ୍ରପୁର ଓ ଆଖପାଖ ଅଞ୍ଚଳରେ ଶୋକ ଛାୟା…

ବିଲରୁ ଅଚିହ୍ନା ମହିଳାଙ୍କ ମୃତଦେହ ଜବତ

ହାଟଡିହୀ/ଆନନ୍ଦପୁର,୧୩ା୬(ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ତରତରା ଅଞ୍ଚଳରୁ ଜଣେ ପ୍ରାୟ ୪୫ ବର୍ଷ ବୟସ୍କା ମହିଳାଙ୍କ ମୃତଦେହ ଏକ ବିଲରୁ ଉଦ୍ଧାର…

କୋଟିଆ ନେରିଡିବାଲସାରେ ହାତୀ ଆତଙ୍କ, ଆନ୍ଧ୍ରରୁ ସିୟୁରା ଆଡ଼କୁ ଆସି…

ପଟାଙ୍ଗି,୧୩ା୬(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ କୋଟିଆ ପଞ୍ଚାୟତ ସୀମାନ୍ତ ଗ୍ରାମରେ ହାତୀ ଆତଙ୍କରେ ଲୋକେ ଭୟଭୀତ ହୋଇପଡ଼ିଛନ୍ତି। ସୂଚନା ଅନୁଯାୟୀ, ଉକ୍ତ…

ଓଲଟିଲା ଜିମ୍ପସନ୍‌ ବୋଝେଇ ହାଇଓ୍ବା, ବିଲ ଭିତରେ ପଡ଼ିଲା ସବୁତକ…

ପାଟଣା,୧୩ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ଢେଙ୍କିକୋଟ ପାଟଣା ୨୨୦ ନମ୍ବର ଜାତୀୟ ରାଜପଥ କୁଆପଶି ରାଇସିମିଲ୍‌ ପୋଖରୀ ନିକଟରେ ଶନିବାର ଏକ ଜିମ୍ପସନ ବୋଝେଇ ଓଡି ୨୧ଟି…

ପଡ଼ୋଶୀଙ୍କ ଆକ୍ରମଣରେ ଜଣେ ଗୁରୁତର, ଠେଙ୍ଗାମାଡ଼ରେ…

ଦିଗପହଣ୍ଡି,୧୩ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡି. ଆମ୍ବଠା ଗ୍ରାମର ଧ୍ରୁବ ରାଉତ ତାଙ୍କ ପଡ଼ୋଶୀ ଅର୍ଜୁନ ନାହାକଙ୍କୁ ଶନିବାର ସକାଳ ପ୍ରାୟ ସାଢ଼େ…

ନିର୍ମାଣାଧୀନ କାର୍ଯ୍ୟ ପରିଦର୍ଶନ କଲେ ମନ୍ତ୍ରୀ, ସମୀକ୍ଷା କରି କହିଲେ…

ଛତ୍ରପୁର,୧୩ା୬(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅନ୍ତର୍ଗତ ରଘୁନାଥପୁର ଛକଠାରେ ନିର୍ମାଣାଧୀନ ରିଙ୍ଗ୍‌ରୋଡ୍‌କୁ ଓଡ଼ିଶା ସରକାରଙ୍କ ଆଇନ, ପୂର୍ତ୍ତ ଓ ଅବକାରୀ ବିଭାଗର ମନ୍ତ୍ରୀ ପୃଥ୍ବୀରାଜ…

ବିବାହିତା ମହିଳାଙ୍କୁ ପ୍ରେମ କରିବା ପଡ଼ିଲା ମହଙ୍ଗା, ଯୁବକ ନେଲେ ଚରମ ନିଷ୍ପତ୍ତି…

ହାଟଡିହୀ/ଛେନାପଦୀ,୧୩ା୬(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ସୋସୋ ଥାନା ବଣିଆପଙ୍କ ଗ୍ରାମ ନିକଟରେ ଶନିବାର ଜଣେ ଯୁବକ ଜଣେ ବିବାହିତା ମହିଳାଙ୍କୁ ପ୍ରେମ କରି ଧୋକା ଖାଇବାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri