ସମୟ ପୂର୍ବରୁ ବନ୍ଦ ହେଉଛି ସ୍କୁଲ: ୬୦ ଶିକ୍ଷକଙ୍କୁ କୈଫିୟତ ତଲବ

ପଟ୍ଟାଙ୍ଗି,୧୮ା୭(ଡି.ଏନ୍‌.ଏ.): ଖରା ଛୁଟି ପରେ ଜୁନ୍‌ ୨୨ ତାରିଖ ରାଜ୍ୟର ସମସ୍ତ ସ୍କୁଲ ଖୋଲିଥିଲା। କିନ୍ତୁ ପାଠପଢ଼ାରେ କମ୍‌ ସମୟ ଦେଇ ଛୁଟି ହେବାର ନିର୍ଦ୍ଧାରିତ ସମୟ ପୂର୍ବରୁ ସ୍କୁଲ ବନ୍ଦ କରିଦେଉଥିଲେ ଶିକ୍ଷୟିତ୍ରୀ ଶିକ୍ଷକ। ସେମାନେ ଘରକୁ ସଅଳ ଫେରିବା ପାଇଁ ରାଜପଥ କଡ଼ରେ ଗାଡ଼ିକୁ ଅପେକ୍ଷା କରି ରହୁଥିବାର ଦୃଶ୍ୟ ପଟ୍ଟାଙ୍ଗି ବ୍ଲକ ଶିକ୍ଷା ଅଧିକାରୀ କାର୍ଯ୍ୟାଳୟର ଏବିଇଓ ରଜନୀକାନ୍ତ ବଡ଼ନାୟକଙ୍କ ଦୃଷ୍ଟିକୁ ଆସିଥିଲା। ଏହାପରେ ସମ୍ପୃକ୍ତ ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ କୈଫିୟତ ତଲବ କରିବା ସହ ସ୍କୁଲ ପରିଦର୍ଶନ କରି ବିନା ଦରଖାସ୍ତରେ ଅନୁପସ୍ଥିତ ରହିଥିବା ଶିକ୍ଷକଙ୍କ ବିରୋଧରେ କଡ଼ା ପଦକ୍ଷେପ ନେଇଛନ୍ତି। ଉପରୋକ୍ତ ତାରିଖ ପରଠାରୁ ବର୍ତ୍ତମାନ ସୁଦ୍ଧା ୧୪ଟି ପଞ୍ଚାୟତ ସ୍ତରରେ ରହିଥିବା ସ୍କୁଲର ୬୦ ଜଣ ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ ସେ କୈଫିୟତ ମାଗିସାରିଛନ୍ତି। ବ୍ଲକର କୋଟିଆ, ନୂଆଗାଁ, ଦେଓପଟ୍ଟାଙ୍ଗି, ସମ୍ବାଇ, ପୁକାଲି, ଚନ୍ଦକା ଓ ରାଲେଗଡ଼ା ପଞ୍ଚାୟତର ଅଧିକାଂଶ ସ୍କୁଲରେ ଶିକ୍ଷୟିତ୍ରୀ ଶିକ୍ଷକମାନେ ନିୟମିତ ଆସୁ ନଥିବା ବେଳେ ସମୟ ପୂର୍ବରୁ ସ୍କୁଲ ଛୁଟି କରିଦେଇ ଫେରିଯାଉଥିବା ନିଜ ଗସ୍ତ ସମୟରେ ଏବିଇଓ ଦେଖିବାକୁ ପାଇଥିଲେ। ଅନ୍ୟପକ୍ଷରେ ସିଆରସିସି ଓ ଏବିଇଓଙ୍କ ଉପରେ ଚାପ ପକାଇ ସ୍କୁଲ ଯାଉ ନଥିବା କେତେକ ଶିକ୍ଷୟିତ୍ରୀ ଶିକ୍ଷକଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନ ନେବା ପାଇଁ ସେମାନଙ୍କ ପ୍ରଭାବଶାଳୀ ପରିବାର ଧମକ ଦେଉଛନ୍ତି। ସ୍ଥାନୀୟ ଲୋକ ପ୍ରତିନିଧିଙ୍କ ଜରିଆରେ ଚାପ ମଧ୍ୟ ପକାଉଥିବା ଜଣେ ସିଆରସିସି ନାମ ଗୋପନ ରଖି ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୁଲୁଆ-ବର୍ଷାଙ୍କୁ ନେଇ ବିସ୍ଫୋରକ ବୟାନ ଦେଲେ କାଳିଆ ଷଣ୍ଢ: ଦିନକୁ ୧୭ ହଜାରଥର…

ଭୁବନେଶ୍ୱର,୨୬।୧୨: ସୋସିଆଲ ମିଡିଆର ଅନ୍ୟତମ ଚର୍ଚ୍ଚିତ ଯୋଡ଼ି ତଥା ୟୁଟ୍ୟୁବର ଆଶିଷ ଦାଶ ଓରଫ ଗୁଲୁଆ-ବର୍ଷାଙ୍କ ପାରିବାରିକ କଳି ଏବେ ଦାଣ୍ଡରେ ପଡ଼ି ହାଟରେ ଗଡ଼ିଲାଣି।...

ସ୍କୁଲ୍‌ ପିଲାଙ୍କ ପାଇଁ ଖୁସିଖବର: ଏଣିକି ଆଉ ଦେବାକୁ ପଡିବନି ବସ୍‌ ଭଡ଼ା

ଭୁବନେଶ୍ୱର,୨୬।୧୨: ରାଜ୍ୟରେ ସ୍କୁଲ ପିଲାଙ୍କ ପାଇଁ ଆରମ୍ଭ ହେବ ମାଗଣା ବସ୍‌ ସେବା। ମୁଖ୍ୟମନ୍ତ୍ରୀ ବସ ସେବା ଯୋଜନାରେ ପିଲାଙ୍କୁ ମାଗଣା ବସ ସେବା ଯୋଗାଇ...

ବିସ୍ଫୋରକ ବୟାନ ଦେଲେ ବିଜେଡି ନେତା ପ୍ରଭାତ ବିଶ୍ୱାଳ: ପାଣ୍ଡିଆନ ଦମ୍ପତିଙ୍କ ପ୍ରତି ଅବିଚାର ହେଲେ ମୁଁ…

ଭୁବନେଶ୍ୱର,୨୬।୧୨: ବିଜେଡି ପ୍ରତିଷ୍ଠା ଦିବସରେ ଦଳର ନେତା ପ୍ରଭାତ ବିଶ୍ୱାଳଙ୍କ ଖୋଲା ମଞ୍ଚରେ ବଡ଼ ବୟାନ ଦେଇଛନ୍ତି ପ୍ରଭାତ ବିଶ୍ୱାଳ। ସେ ବିଜେଡି ନେତାଙ୍କୁ ଧୋଇଛନ୍ତି...

ଫରେଷ୍ଟର ନିରଞ୍ଜନ ଶତପଥୀଙ୍କ ବିପୁଳ ସଂପତ୍ତି ଠାବ: ୨କୋଠା ୭ପ୍ଲଟ୍‌, କେଜିଏ ସୁନା

ଭୁବନେଶ୍ୱର,୨୬।୧୨: ଫରେଷ୍ଟର ନିରଞ୍ଜନ ଶତପଥୀଙ୍କ ବିପୁଳ ସଂପତ୍ତି ଠାବ କଲା ଭିଜିଲାନ୍ସ। ଫରେଷ୍ଟରଙ୍କର ଭୁବନେଶ୍ବର ଝାରପଡ଼ାରେ ଅଛି ୨ଟି ବହୁତଳ କୋଠା। ଭୁବନେଶ୍ବର ସମେତ ଜଗତସିଂହପୁର...

ମାଛ ନେଇଯିବାରୁ ନାବାଳକଙ୍କ ଗୁପ୍ତାଙ୍ଗ କାଟିଦେଲେ

ଏରସମା,୨୬ା୧୨(ଦୀପ୍ତି ଖଣ୍ଡୁଆଳ): ଜଗତ୍‌ସିଂହପୁର ଜିଲା ଏରସମା ଥାନା ଅନ୍ତର୍ଗତ ଆମ୍ବିକି ଗ୍ରାମରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ମାଛ ନେଇଯିବାରୁ ଏହି ଗ୍ରାମର ଜଣେ...

ନବୀନଙ୍କ ସାମ୍ନାରେ ପାଣ୍ଡିଆନଙ୍କୁ ନେଇ ଏମିତି କହିଦେଲେ ମୁନ୍ନା ଖାଁ: ଓଡ଼ିଶା ରାଜନୀତିରେ ହଲଚଲ

ଭୁବନେଶ୍ୱର,୨୬।୧୨: ବିଜେଡିର ପ୍ରତିଷ୍ଠା ଦିବସରେ ନାଁ ନ ନେଇ ପାଣ୍ଡିଆନଙ୍କୁ ଟାର୍ଗେଟ କରିଛନ୍ତି ଏମ୍‌ପି ମୁନ୍ନା ଖାଁ। ସେ କହିଛନ୍ତି, ବିଜୁ ବାବୁଙ୍କ ରାସ୍ତାରେ ଆମେ...

ଝାଡ଼ଖଣ୍ଡ, ପଶ୍ଚିମବଙ୍ଗରୁ ଆସୁଛି ଧାନ

ଯାଜପୁର,୨୬ା୧୨(ହର୍ଷବର୍ଦ୍ଧନ ବେହେରା): ଖରିଫ ଧାନ ସଂଗ୍ରହ କାର୍ଯ୍ୟକୁ ଆଉ ମାତ୍ର ୨ ସପ୍ତାହ ବାକି ରହିଥିବାବେଳେ ଝାଡ଼ଖଣ୍ଡ ଏବଂ ପଶ୍ଚିମବଙ୍ଗର ନିକଟବର୍ତ୍ତୀ ଜିଲାଗୁଡ଼ିକରୁ ଯାଜପୁର ଜିଲାକୁ...

ବିଜେଡି ପ୍ରତିଷ୍ଠା ଦିବସରେ ବଡ଼ ଘୋଷଣା କଲେ ନବୀନ ପଟ୍ଟନାୟକ: ଆଗକୁ ଦଳ…

ଭୁବନେଶ୍ବର,୨୬।୧୨: ଆଜି ବିଜୁ ଜନତା ଦଳର ୨୯ତମ ପ୍ରତିଷ୍ଠା ଦିବସ ପାଳନ କରାଯାଉଛି। ଏହି ଅବସରରେ ଦଳର ସୁପ୍ରିମୋ ତଥା ବିରୋଧୀ ଦଳର ନେତା ନବୀନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri