ସରକାରଙ୍କୁ ପରାମର୍ଶ ଦେଲେ ରଘୁରାମ ରାଜନ

କରୋନା ଭାଇରସ ସମସ୍ୟାରୁ ବାହାରକୁ ବାହାରିକା ଲାଗି ରିଜର୍ଭ ବ୍ୟାଙ୍କର ପୂର୍ବତନ ଗଭର୍ନର ରଘୁରାମ ରାଜନ ସରକାରଙ୍କୁ ପରାମର୍ଶ ଦେଇଛନ୍ତି। ଏଭଳି ସ୍ଥିତିରେ ସରକାର ବିଶେଷଜ୍ଞଙ୍କ ପରାମର୍ଶ ଅନୁସାରେ ସବୁ କାମ କରନ୍ତୁ ବୋଲି ରାଜନ କହିଛନ୍ତି। ସେ ପୁଣି କହିଛନ୍ତି ଯେ, ଭାରତ ବର୍ତ୍ତମାନ ସ୍ବାଧୀନତା ପରଠାରୁ ସବୁଠୁ ବଡ ଆର୍ଥତ୍କ ଜରୁରୀକାଳନୀ ସ୍ଥିତିର ସାମ୍ନା କରୁଛି। ଏହାର ମୁକାବିଲା କରିବା ଲାଗି ବିପକ୍ଷର ବିଶେଷଜ୍ଞଙ୍କ ସହ ମଧ୍ୟ ଆଲୋଚନା କରିବାର ଆବଶ୍ୟକତା ରହିଛି। ବିଶ୍ୱ ଆର୍ଥତ୍କ ମାନ୍ଦାବସ୍ଥା ସମୟରେ ଭାରତର ଅର୍ଥ ବ୍ୟବସ୍ଥା ମଜବୁତ ରହିଥିଲା। ଏହି ସମୟରେ ସ୍ଥିତିକୁ ସମ୍ଭାଳିଥିବା ଲୋକ ବିଶେଷ କରି ପୂର୍ବର ସରକାରରେ ରହିଥିବା ଅନୁଭବି ବ୍ୟକ୍ତିଙ୍କଠାରୁ ମଧ୍ୟ ପରାମର୍ଶ ନେବାକୁ ରାଜନ ମତବ୍ୟକ୍ତ କରିଛନ୍ତି। କରୋନାର ଅଧିକ ପରିକ୍ଷା ଭାରତରେ ହେବାର ଆବଶ୍ୟକତା ଉପରେ ସେ ଗୁରୁତ୍ୱ ଦେଇଛନ୍ତି। ଅଧିକ ସମୟ ଲକ୍‌ଡାଉନ ରଖିବା ବ୍ୟବସ୍ଥା ଲାଗି ଅସୁବିଧା ସୃଷ୍ଟି କରିବାକୁ ଥିବା ବେଳେ ଲକ୍‌ଡାଉନ ଖୋଲିବା ପରେ ତୁରନ୍ତ ଭିତ୍ତିରେ ସରକାର ଯୋଜନା ହାତକୁ ନେବା ଉଚିତ। ପ୍ରୋତ୍ସାହନ ପ୍ରଦାନ କରିବା ଲାଗି ଉପାୟ ଖୋଜିବା ସହ ବିତ୍ତୀୟ ଲୋକଙ୍କ ନିକଟରେ ଯୋଜନାର ଲାଭ କିଭଳି ଠିକ୍‌ ଭାବେ ପହଞ୍ଚିବ ତାକୁ ଦେଖିବା ଜରୁରୀ ବୋଲି ରାଜନ ସ୍ପଷ୍ଟ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ୟାଙ୍କ୍‌ ଆକାଉଣ୍ଟରେ ପୁରୁଣା ମୋବାଇଲ ନମ୍ୱର ଲିଙ୍କ୍‌ ଅଛି? ଘରେ ବସି ଏମିତି କରନ୍ତୁ ଅପଡେଟ୍‌

ନୂଆଦିଲ୍‌ଲୀ,୫।୯: ଆଜିକାଲି ବ୍ୟାଙ୍କ ଆକାଉଣ୍ଟ ସହିତ ମୋବାଇଲ ନମ୍ୱର ଲିଙ୍କ ରହିବା ଅତ୍ୟନ୍ତ ଜରୁରୀ। ଆକାଉଣ୍ଟରେ ଟଙ୍କା ଜମା ହେବାଠାରୁ ଆରମ୍ଭ କରି ଟଙ୍କା ଉଠାଇବା, ଅନଲାଇନ…

ଆଜିଠୁ ଆରମ୍ଭ ହେଲା ମାଗଣା LPG ସିଲିଣ୍ଡର ଯୋଜନା; ବର୍ଷକୁ ମିଳିବ ୩ଟି ସିଲିଣ୍ଡର, ଖାତାକୁ ଆସିବ ୩ହଜାର ଟଙ୍କା

ନୂଆଦିଲ୍‌ଲୀ,୫।୯: ରନ୍ଧନ ଗ୍ୟାସ ସିଲିଣ୍ଡରର ବଢ଼ୁଥିବା ଦର ଯୋଗୁଁ ଚିନ୍ତିତ ଥିବା ପରିବାରଗୁଡ଼ିକ ପାଇଁ ଏକ ବଡ଼ ଖୁସି ଖବର ଆସିଛି! ଯଦି ଆପଣଙ୍କ ଘରେ ମଧ୍ୟ…

ପରିବାରରୁ ଅଲଗା ରାସନ କାର୍ଡ କିପରି କରିବେ? ଅବିବାହିତଙ୍କ ପାଇଁ କ’ଣ ରହିଛି ନିୟମ, ଜାଣନ୍ତୁ ସମ୍ପୂର୍ଣ୍ଣ ପ୍ରକ୍ରିୟା

ନୂଆଦିଲ୍ଲୀ,୫।୯:ରାସନ କାର୍ଡ କେବଳ ଶସ୍ତାରେ ରାସନ ପାଇବାର ମାଧ୍ୟମ ନୁହେଁ, ବରଂ ଏହା ଏକ ଗୁରୁତ୍ୱପୂର୍ଣ୍ଣ ସରକାରୀ ପରିଚୟପତ୍ର ଏବଂ ଠିକଣା ପ୍ରମାଣପତ୍ର (Address Proof) ଭାବରେ…

ବୈଦେଶିକ ମୁଦ୍ରାଭଣ୍ଡାରରେ ୧୧ ବିଲିୟନ ଡଲାର ବୃଦ୍ଧି

ନୂଆଦିଲ୍ଲୀ,୫ା୯: ଅଗଷ୍ଟ ୨୮ ସୁଦ୍ଧା ଶେଷ ହୋଇଥିବା ସପ୍ତାହରେ ଭାରତର ବୈଦେଶିକ ମୁଦ୍ରାଭଣ୍ଡାର ପରିମାଣରେ ୧୧.୪୭୫ ବିଲିୟନ ଡଲାର ବୃଦ୍ଧି ଘଟିବା ସହ ମୋଟ ଭଣ୍ଡାର ପରିମାଣ…

୧.୮୫ କୋଟି ଗ୍ରାହକଙ୍କ ସହ ଜିଓ ଓଡ଼ିଶାରେ ଅଗ୍ରଣୀ

ଭୁବନେଶ୍ୱର, ୫ା୯: ସାରା ଦେଶ ସହ ଓଡ଼ିଶାରେ ମଧ୍ୟ ରିଲାଏନ୍ସ ଜିଓ ୫ ସେପ୍ଟେମ୍ବର ୨୦୧୬ରେ ବ୍ୟବସାୟିକ ଟେଲିସେବା ଆରମ୍ଭ କରିଥିଲା। ୧୦ ବର୍ଷ ମଧ୍ୟରେ ଜିଓ…

ସେପ୍ଟେମ୍ବର ୧୫ରୁ ବନ୍ଦ ହୋଇପାରେ ଦୋକାନୀଙ୍କ ୟୁପିଆଇ

ନୂଆଦିଲ୍ଲୀ,୫ା୯: ଅନ୍‌ଲାଇନ ପେମେଣ୍ଟ ବ୍ୟବସ୍ଥାକୁ ନେଇ ଏବେ ଦେଶରେ ୧୦ ଲକ୍ଷ କ୍ଷୁଦ୍ର ବ୍ୟବସାୟୀ ସଙ୍କଟରେ ପଡ଼ିଛନ୍ତି। କାରଣ ସେମାନଙ୍କ କଓ୍ବୋଇସି ପ୍ରକ୍ରିୟା ଏ ପର୍ଯ୍ୟନ୍ତ ଶେଷ…

କ୍ରମାଗତ କ୍ଷତି ପରେ ଶେୟାର ବଜାରରେ ସାମାନ୍ୟ ସୁଧାର

ମୁମ୍ବାଇ,୫ା୯: ଚଳିତ ସପ୍ତାହରେ କ୍ରମାଗତ ଭାବେ ୪ଟି କାର୍ଯ୍ୟଦିବସରେ ଶେୟାର ବଜାର କାରବାର ହ୍ରାସ ପାଇ ଆସିଥିଲାବେଳେ ଶୁକ୍ରବାର କାରବାର ପରେ ସାମାନ୍ୟ ସୁଧାର ଆସିଛି। ଏହାଦ୍ୱାରା…

ଖିମଜୀ ଦୟାଭାଇ କୋ.ଗ୍ରୁପ୍‌ ପାଳନ କରୁଛି ୯୦ ବର୍ଷର ବିଶ୍ୱାସ, କାରିଗରୀ ଓ ସଫଳତା

ଭୁବନେଶ୍ୱର: ଓଡ଼ିଶାର ଐତିହ୍ୟବାହୀ ଜୁଏଲେରୀ ବ୍ରାଣ୍ଡ ଖିମଜୀ ଦୟାଭାଇ କୋ. ଗ୍ରୁପ ଗର୍ବର ସହ ନିଜର ୯୦ ବର୍ଷର ଯାତ୍ରା ପାଳନ କରୁଛି। ୧୯୩୬ ଅଗଷ୍ଟରୁ ଆରମ୍ଭ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri